‘ପର୍ଯ୍ୟଟନ ଅର୍ଥନୈତିକ ଅଭିବୃଦ୍ଧି, ନିଯୁକ୍ତି ସୃଷ୍ଟି ଓ ଉଦ୍ୟମିତାର ଏକ ପ୍ରମୁଖ ମାଧ୍ୟମ’

ଭୁବନେଶ୍ୱର: ଓଡ଼ିଶାର ପର୍ଯ୍ୟଟନ କ୍ଷେତ୍ରର ସାମଗ୍ରିକ ବିକାଶ ସହ ରାଜ୍ୟର ପର୍ଯ୍ୟଟନସ୍ଥଳୀଗୁଡ଼ିକୁ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ଅଧିକ ପରିଚିତ କରାଇବାକୁ ଓଡ଼ିଶାର ରାଜ୍ୟପାଳ ବ୍ରଜମୋହନ ରାମ ଆହ୍ୱାନ ଜଣାଇଛନ୍ତି। ପର୍ଯ୍ୟଟନ ଭିତ୍ତିଭୂମିର ବିକାଶ, ନୂଆ ନିବେଶର ସୁଯୋଗ ସୃଷ୍ଟି ଏବଂ ଦୂରଦୂରାନ୍ତ ଅଞ୍ଚଳର ଲୋକଙ୍କୁ ଏହାର ସୁଫଳ ପହଞ୍ଚାଇବା ଉପରେ ସେ ଗୁରୁତ୍ୱ ଦେଇଛନ୍ତି। ଶୁକ୍ରବାର ଦିନ ଭୁବନେଶ୍ୱରଠାରେ ଆୟୋଜିତ ସପ୍ତମ ଓଡ଼ିଶା ପର୍ଯ୍ୟଟନ ସମ୍ମିଳନୀର ଉଦ୍‌ଯାପନୀ ସମାରୋହରେ ଯୋଗଦେଇ ରାଜ୍ୟପାଳ କହିଥିଲେ ଯେ, ଓଡ଼ିଶାର…

ଓଡ଼ିଶାର ପାରମ୍ପରିକ ଚାଉଳକୁ ବିଶ୍ୱ ବଜାରରେ ପହଞ୍ଚାଇବାକୁ ପ୍ରୟାସ

ନୂଆଦିଲ୍ଲୀ: ଓଡ଼ିଶାର ପାରମ୍ପରିକ ଚାଉଳର ବିବିଧତା ଓ ସମୃଦ୍ଧ କୃଷି ଐତିହ୍ୟକୁ ବିଶ୍ୱସ୍ତରରେ ପରିଚିତ କରାଇବା ଲକ୍ଷ୍ୟରେ ନୂଆଦିଲ୍ଲୀର ଭାରତ ମଣ୍ଡପମ୍‌ଠାରେ ଅକ୍ଟୋବର ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ଆୟୋଜିତ ଭାରତ ଅନ୍ତର୍ଜାତୀୟ ଚାଉଳ ସମ୍ମିଳନୀ (BIRC) ୨୦୨୬ରେ ଓଡ଼ିଶାର ୮ଟି ଜିଲ୍ଲାର ୧୫ ପ୍ରକାର ଧାନ ଓ ଚାଉଳ ଉତ୍ପାଦ ପ୍ରଦର୍ଶିତ ହେଉଛି। ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧୀନରେ ଥିବା ଓଡ଼ିଶା ଗ୍ରାମୀଣ ବିକାଶ ଓ ବିପଣନ ସମିତି (ଓରମାସ୍‌) ପକ୍ଷରୁ ଏହି…

ଅକ୍ଟୋବର ୨୨ ଓ ୨୩ ଦୁଇ ଦିନ ଧରି ମୁମ୍ବାଇରେ ଶିଳ୍ପପତିଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ୱର: ମୁମ୍ବାଇଠାରେ ଅକ୍ଟୋବର ୨୨ରୁ ହେଉଥିବା  ‘ଇଣ୍ଡିଆ କେମ୍ ୨୦୨୬’ (India Chem 2026) ସମ୍ମିଳନୀରେ ଓଡ଼ିଶା ନିଜର ଶିଳ୍ପ ଦକ୍ଷତା, ବିଶାଳ ଭିତ୍ତିଭୂମି, ପ୍ରଗତିଶୀଳ ନୀତି ଏବଂ ନିବେଶ ସମ୍ଭାବନାକୁ ବିଶ୍ୱ ଦରବାରରେ ଉପସ୍ଥାପିତ କରିବ। ଏହି ଦୁଇଦିନିଆ ଗସ୍ତ କାଳରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଇଣ୍ଡିଆ କେମ୍ ୨୦୨୬’ର ଉଦ୍‌ଘାଟନୀ ସମାରୋହ ଏବଂ ହାଇ-ପ୍ରୋଫାଇଲ୍ ‘ସିଇଓ ରାଉଣ୍ଡଟେବୁଲ୍’ ବୈଠକରେ ଯୋଗଦେବେ। ମୁଖ୍ୟମନ୍ତ୍ରୀ ମୁମ୍ବାଇ ଗସ୍ତ କରି ୨୨ ଓ ୨୩ ତାରିଖ ଦୁଇ…

ଖୋର୍ଦ୍ଧା ନିକଟସ୍ଥ ଆର୍ବିଆଇର ଗ୍ରୀନ୍ ଫିଲ୍ଡ ଡାଟା ସେଣ୍ଟର ଓ ପ୍ରଶିକ୍ଷଣ ସଂସ୍ଥା ଉଦ୍ଘାଟନ କରିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ଭାରତର ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଅକ୍ଟୋବର ୨୮ ଓ ୨୯ ତାରିଖରେ ୨ ଦିନିଆ ଓଡ଼ିଶା ଗସ୍ତରେ ଆସି ମୟୁରଭଞ୍ଜ ଜିଲ୍ଲାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର ୨୫ ତାରିଖରେ ଖୋର୍ଦ୍ଧା ନିକଟସ୍ଥ ଭାରତୀୟ ରିଜର୍ଭ ବ୍ୟାଙ୍କର ଡାଟା ସେଣ୍ଟର ଓ ପ୍ରଶିକ୍ଷଣ ସଂସ୍ଥା ଉଦ୍ଘାଟନ  କରି ପ୍ରତ୍ୟାବର୍ତ୍ତନ କରିବେ। ଏହି ପରିପ୍ରେକ୍ଷୀରେ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ରାଜ୍ୟ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଲୋକସେବା…

ଓଡ଼ିଶାରେ ୪୫୦ କୋଟି ଟଙ୍କାର ବ୍ୟୟବରାଦରେ ୪ ଲକ୍ଷ ୨୦ ହଜାର ଯୁବକ-ଯୁବତୀଙ୍କୁ ଉତ୍କୃଷ୍ଟ ଦକ୍ଷତା ପ୍ରଶିକ୍ଷଣ ପ୍ରଦାନ ଆରମ୍ଭ

ଭୁବନେଶ୍ୱର: ଓଡ଼ିଶାର ଯୁବକଯୁବତୀମାନଙ୍କୁ ଆତ୍ମନିର୍ଭରଶୀଳ କରିବା ଏବଂ ରାଜ୍ୟରେ ଶିଳ୍ପଭିତ୍ତିକ ଦକ୍ଷତା ବିକାଶର ପଥକୁ ଅଧିକ ପ୍ରଶସ୍ତ କରିବା ଦିଗରେ ଏକ ବଡ଼ ପଦକ୍ଷେପ ନିଆଯାଇଛି। ପିଏମ୍‌ ସେତୁ ଯୋଜନା ଅଧୀନରେ ଓଡ଼ିଶାର କଟକ ଆଇଟିଆଇ କ୍ଲଷ୍ଟରର ଉନ୍ନତିକରଣ ପାଇଁ ଭାରତ ସରକାରଙ୍କ ଜାତୀୟ ଷ୍ଟିୟରିଂ କମିଟି (ଏନ୍‌ଏସ୍‌ସି), ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟ ପକ୍ଷରୁ ୨୪୦.୫୦ କୋଟି ଟଙ୍କାର ନିବେଶକୁ ଅନୁମୋଦନ କରାଯାଇଛି।ଏହି କ୍ଲଷ୍ଟରର ରଣନୀତିକ ନିବେଶ ଯୋଜନା (ଏସ୍‌ଆଇପି) ଟାଟା ଷ୍ଟିଲ୍‌ ଫାଉଣ୍ଡେସନ୍‌ର…

ଜ୍ଞାନ-ଆଧାରିତ ଦୁନିଆ ପାଇଁ କିଶୋରୀମାନଙ୍କୁ ପ୍ରସ୍ତୁତ କରିବା ଉପରେ ଗୁରୁତ୍ୱ

ଭୁବନେଶ୍ୱର: ମହିଳା ଓ ଶିଶୁ ବିକାଶ ବିଭାଗ, ଓଡ଼ିଶା ସରକାର ଓ ବିର୍ଲା ଗ୍ଲୋବାଲ ବିଶ୍ୱବିଦ୍ୟାଳୟ (ବିଜିୟୁ), ଭୁବନେଶ୍ୱର ମଧ୍ୟରେ ୧୫.୧୦.୨୦୨୬ ତାରିଖରେ ମହିଳା ଓ ଶିଶୁ ବିକାଶ ବିଭାଗର ସମ୍ମିଳନୀ କକ୍ଷରେ ଏକ ବୁଝାମଣା ପତ୍ର (MoU) ସ୍ୱାକ୍ଷରିତ ହୋଇଥିଲା। ମହିଳା ଓ ଶିଶୁ ବିକାଶ ବିଭାଗର କମିଶନର-ତଥା-ଶାସନ ସଚିବ ମୃଣାଳିନୀ ଦରସୱାଲଙ୍କ ଉପସ୍ଥିତିରେ ଏହି ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଥିଲା। ବିଭାଗ ତରଫରୁ ବିଭାଗର କମିଶନର-ତଥା-ଶାସନ ସଚିବ ମୃଣାଳିନୀ ଦରସୱାଲ ଏବଂ ବିର୍ଲା ଗ୍ଲୋବାଲ…

୪୮ତମ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର: ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୮ତମ  ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ  ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ   ହୋଇଯାଇଛି l  ବୈଠକରେ  ୧୧ ଟି ବିଭାଗର ୧୬ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଛି l ବୈଠକ ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ,  ଶାସନ ମୁଖ୍ୟ ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀଙ୍କ ୨୫ ବର୍ଷର କାର୍ଯ୍ୟକାଳ ପୂର୍ଣ୍ଣ ହୋଇଥିବା ଅବସରରେ ତାଙ୍କୁ ଅଭିନନ୍ଦନ ଜଣାଇ ଓଡ଼ିଶା ରାଜ୍ୟ କ୍ୟାବିନେଟ ରେ ସଂକଳ୍ପ…

ଆଇଏଚଜିଏଫ୍ ଦିଲ୍ଲୀ ଅଟମ୍ ଫେୟାରରେ ଓଡ଼ିଶାର ହସ୍ତତନ୍ତ ଶାଢ଼ି ଓ ହସ୍ତଶିଳ୍ପ ଉତ୍ପାଦର ବିଶେଷ ଆକର୍ଷଣ

ନୂଆଦିଲ୍ଲୀ, ୧୩ ଅକ୍ଟୋବର ୨୦୨୬: ନୂଆଦିଲ୍ଲୀ ଠାରେ ଅବସ୍ଥାପିତ ଗ୍ରେଟର ନୋଏଡାର ଇଣ୍ଡିଆ ଏକ୍ସପୋ ସେଣ୍ଟର ଓ ମାର୍ଟରେ ଆରମ୍ଭ ହୋଇଛି ୬୨ତମ ‘ଆଇଏଚଜିଏଫ୍ ଦିଲ୍ଲୀ ଅଟମ୍ ଫେୟାର। ଏହି ଅନ୍ତର୍ଜାତୀୟ ସ୍ତରର ମେଳାରେ ବିଶେଷ ଆକର୍ଷଣ ସାଜିଛି ଓଡ଼ିଶା ମଣ୍ଡପ। ମଙ୍ଗଳବାର ଦିନ ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର କମିଶନର ତଥା ଶାସନ ସଚିବ ଗୁହା ପୁନମ ତାପସ କୁମାର ଓଡ଼ିଶା ମଣ୍ଡପକୁ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ସେ ‘ଓଡ଼ିଶା…

ବିଶ୍ଵ ବଜାର ସମୃଦ୍ଧିର ନୂଆ ଦିଗନ୍ତ : ମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାର ବ୍ୟବସାୟ ଓ ରପ୍ତାନି କ୍ଷେତ୍ରକୁ ବିଶ୍ୱ ବଜାରରେ ଏକ ନୂତନ ପରିଚୟ ପ୍ରଦାନ କରିବା ଉଦ୍ଦେଶ୍ୟରେ “ମୁକ୍ତ ବାଣିଜ୍ୟ ଚୁକ୍ତି ସୁଯୋଗର ସଦୁପଯୋଗ”(Leveraging Free Trade Agreements) ଶୀର୍ଷକ ରାଜ୍ୟ ସ୍ତରୀୟ କର୍ମଶାଳା ଆୟୋଜିତ ହୋଇଯାଇଛି। ଏହି କର୍ମଶାଳାରେ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଯୋଗ ଦେଇ କହିଛନ୍ତି ବିଶ୍ଵ ବଜାର ହେଉଛି ସମୃଦ୍ଧିର ନୂଆ ଦିଗନ୍ତ। ଓଡ଼ିଶାର ସ୍ଥାନୀୟ ଉଦ୍ୟୋଗୀ, ରପ୍ତାନିକାରୀ ଏବଂ ବ୍ୟବସାୟୀମାନଙ୍କୁ ଭାରତ ସରକାରଙ୍କ…

ଉପ-ମୁଖ୍ୟମନ୍ତ୍ରୀଙ୍କୁ ଓଡ଼ିଶାକୁ ‘ୱିଣ୍ଡ ଇଣ୍ଡିଆ ୨୦୨୬’ ପୁରସ୍କାର ପ୍ରଦର୍ଶିତ କଲେ ଅତିରିକ୍ତ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ଓଡ଼ିଶାର ସ୍ୱଚ୍ଛ ଶକ୍ତି ଅଭିଯାନ ଓ ନବୀକରଣଯୋଗ୍ୟ ଶକ୍ତି କ୍ଷେତ୍ରରେ ବିପୁଳ ସଫଳତା ସ୍ୱରୂପ ରାଜ୍ୟକୁ ‘ୱିଣ୍ଡର୍ଜି ଇଣ୍ଡିଆ ୨୦୨୬’ ସମ୍ମିଳନୀରେ ସମ୍ମାନଜନକ “ୱିଣ୍ଡ ଇଣ୍ଡିଆ ୨୦୨୬: ଲିଡରସିପ୍ ଇନ୍ ୱିଣ୍ଡ ଏନର୍ଜି ଡି-ରିସ୍କିଂ”ପୁରସ୍କାରରେ ସମ୍ମାନିତ କରାଯାଇଛି। ଚେନ୍ନାଇରେ ଆୟୋଜିତ ୱିଣ୍ଡର୍ଜି ଇଣ୍ଡିଆ ୨୦୨୬ ସମ୍ମିଳନୀରେ ଗତ ୮ ତାରିଖରେ ଏହି ପୁରସ୍କାର ପ୍ରଦାନ କରାଯାଇଥିଲା। ଶକ୍ତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଵିଶାଲ କୁମାର ଦେବ, ଉପ-ମୁଖ୍ୟମନ୍ତ୍ରୀ ତଥା ଶକ୍ତି ମନ୍ତ୍ରୀ କନକ…