ଆଗକୁ ବଢ଼ୁଛି ଓଡ଼ିଶା ସାଇବର ସୁରକ୍ଷା ଅଭିଯାନ

ଭୁବନେଶ୍ୱର : ରାଜ୍ୟରେ ସାଇବର ସୁରକ୍ଷା ସମ୍ପର୍କରେ ଜନସାଧାରଣଙ୍କ ମଧ୍ୟରେ ସଚେତନତା ବୃଦ୍ଧି କରିବା ଲକ୍ଷ୍ୟରେ ଆରମ୍ଭ ହୋଇଥିବା ଓଡ଼ିଶା ସାଇବର ସୁରକ୍ଷା ଅଭିଯାନ – ୨୦୨୫ ବେଶ୍ ସଫଳତାର ସହ ଆଗକୁ ବଢ଼ୁଛି। ଗତ ଅକ୍ଟୋବର ୧୮, ୨୦୨୫ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଏହି ଅଭିଯାନର ଶୁଭାରମ୍ଭ କରାଯାଇଥିଲା। ଏଥିରେ ୧୬ଟି ସାଇବର ରଥକୁ ପତାକା ଦେଖାଇ ଶୁଭାରମ୍ଭ କରାଯାଇଥିଲା। ଏହି ଅଭିଯାନ ଓଡ଼ିଶାର ସମସ୍ତ ୩୪ଟି ପୋଲିସ୍ ଜିଲ୍ଲାରେ କାର୍ଯ୍ୟକାରୀ…

ସାଇବର ସୁରକ୍ଷାକୁ ଅଧିକ ସୁଦୃଢ କରାଯିବା ଉପରେ ମୁଖ୍ୟ ଶାସନ ସଚିବଙ୍କ ଗୁରୁତ୍ୱ

ଭୁବନେଶ୍ୱର: ଅକ୍ଟୋବର ୧୮ରୁ ୧୭ ନଭେମ୍ବର ୨୦୨୫ ପର୍ଯ୍ୟନ୍ତ ଉଭୟ ଅନ୍‌ଲାଇନ ଓ ଅଫଲାଇନ୍‌ ମୋଡରେ ସାଇବର ସୁରକ୍ଷା ସଚେତନତା ସଂପର୍କରେ ରାଜ୍ୟବ୍ୟାପୀ ବ୍ୟାପକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ସଂପର୍କରେ ଏକ ପ୍ରସ୍ତୁତି ବୈଠକ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ସଚେତନତା ଅଭିଯାନର ଶୁଭାରମ୍ଭ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଅକ୍ଟୋବର ୧୮ରୁ କଳିଙ୍ଗ ଷ୍ଟାଡିଅମ ଠାରୁ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ…

ବେଆଇନ ଆତସବାଜି ବିକ୍ରୟକୁ ରୋକିବା ଉଦ୍ଦେଶ୍ୟରେ “ଅଗ୍ନି”ଅଭିଯାନ

ଭୁବନେଶ୍ୱର : ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କ ନିର୍ଦ୍ଦେଶ କ୍ରମେ ଗତ 14ରୁ 27 ତାରିଖ ପର୍ଯ୍ୟନ୍ତ ଓଡିଶା ପୋଲିସ ତରଫରୁ ସମଗ୍ର ଓଡ଼ିଶାରେ “ଅଗ୍ନି”ଅଭିଯାନ ଆରମ୍ଭ କରାଯାଇଥିଲା। ଆସନ୍ତା ପର୍ବପର୍ବାଣିକୁ ଦୃଷ୍ଟିରେ ରଖି ବେଆଇନ  ବିସ୍ଫୋରକ ଭଣ୍ଡାର, ବିନା ଅନୁମତିରେ ପରିବହନ ଓ ବେଆଇନ ଆତସବାଜି ବିକ୍ରୟକୁ ରୋକିବା ଉଦ୍ଦେଶ୍ୟରେ ଏହି ଅଭିଯାନ ଆରମ୍ଭ କରାଯାଇଛି। ସମଗ୍ର ରାଜ୍ୟରେ ସର୍ବମୋଟ 184 ଟି ମାମଲା ରୁଜୁ ହୋଇଥିବା ବେଳେ, 133 ଜଣଙ୍କୁ ଗିରଫ…

ବେଆଇନ ନିଶା କବଳରୁ ଓଡ଼ିଶାକୁ ବଞ୍ଚାଇବା ପାଇଁ ସବୁ ବର୍ଗରୁ ଉଦ୍ୟମ ଆବଶ୍ୟକ: ପୃଥ୍ୱୀରାଜ ହରିଚନ୍ଦନ

ଭୁବନେଶ୍ୱର : ବେଆଇନ ନିଶା କାରବାର ଓ ସେବନ ଯୋଗୁଁ ଅନେକ ଧନ ଜୀବନ ହାନି ଘଟୁଛି I ଏଥିନେଇ ବିଗତ ଏକ ବର୍ଷ ମଧ୍ୟରେ ନିରନ୍ତର ଚଢ଼ାଉ ଅଭିଯାନ ଫଳରେ ବହୁ କୋଟି ମୂଲ୍ୟର ବେଆଇନ ସାମଗ୍ରୀ ଜବତ ହେବା ସହ ଏଥିରେ ସମ୍ପୃକ୍ତ ଅନେକ ଲୋକ ଗିରଫ ହୋଇଛନ୍ତି I ତେବେ ଏହି ଅଭିଯାନକୁ ଆହୁରି ଜୋରଦାର କରାଯିବା ସହ ଓଡ଼ିଶାକୁ ବେଆଇନ ନିଶା କବଳରୁ ମୁକ୍ତ କରିବା ପାଇଁ ଆମ ସମସ୍ତଙ୍କୁ ମିଳିତ…

ସ୍ୱତନ୍ତ୍ର ଅଭିଯାନର ୧୭ତମ ଦିନରେ ୧.୧୫ କୋଟି ଟଙ୍କାର ବେଆଇନ ସାମଗ୍ରୀ ଜବତ

ଭୁବନେଶ୍ୱର: ବେଆଇନ ନିଶା କାରବାର ବିରୋଧରେ ଚାଲୁଥିବା କଡା କାର୍ଯ୍ୟାନୁଷ୍ଠାନର ଅଂଶରୂପ, ସ୍ୱତନ୍ତ୍ର  ଏନ୍‌ଫୋର୍ସମେଣ୍ଟ ଡ୍ରାଇଭ୍‌ର ୧୭ତମ ଦିନରେ ମୋଟ ୧.୧୫ କୋଟି ଟଙ୍କାର ମୂଲ୍ୟର ବେଆଇନ ସାମଗ୍ରୀ ଜବତ ହୋଇଛି। ମିଳିଥିବା ତଥ୍ୟ ଅନୁସାରେ, ଏହି ଅଭିଯାନ ୧୭ ତମ ଦିନରେ ୧୫୦ଟି ମାମଲା ରୁଜୁ ସହ ସମ୍ପୃକ୍ତ ୫୩ ଜଣଙ୍କୁ ଗିରଫ କରାଯାଇଛି। ଏଥିରେ ଚଢ଼ାଉକାରି ଦଳ ୯,୨୫୯  ଲିଟର୍  ବେଆଇନ ମଦ,  ୨୭୭ ଲିଟର ଡ୍ୟୁଟି-ପେଡ୍ ଲିକର ଜବତ କରିବା ସହିତ ୯୪,୫୧୦…

ସାର କଳାବଜାରୀ ବିରୁଦ୍ଧରେ ସରକାରଙ୍କ କଡ଼ା ଆଭିମୁଖ୍ୟ

ଭୁବନେଶ୍ୱର: ଝାରସୁଗୁଡା କିର୍ମିରାରେ ୟୁରିଆ ସାର କଳାବଜାରୀ ଅଭିଯୋଗ ପରେ, ବିଭାଗୀୟ ଟିମ୍‌ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ରାତ୍ରିକାଳୀନ ଚଢ଼ାଉରେ ଏହି ବେଆଇନ କାରବାରକୁ ଠାବ କରାଯାଇ ସାର ଜବତ କରାଯାଇଛି ଏବଂ ଏଫ୍ଆଇଆର୍ ମଧ୍ଯ ଦାଏର୍ ହୋଇଛି। ଅଭିଯୋଗ ସ୍ଥାନୀୟ କୃଷକମାନେ ଜଣାଇବା ପରେ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ କୃଷି ଅଧିକାରୀଙ୍କ ସମେତ ବ୍ଲକ କୃଷି ଅଧିକାରୀ, ଫର୍ଟିଲାଇଜ଼ର ଇନ୍ସପେକ୍ଟର ସମ୍ପୃକ୍ତ ପାକ୍ସରେ ପହଞ୍ଚିଥିଲେ। କିର୍ମିରା ପାକ୍ସର ସୋସାଇଟି ସେକ୍ରେଟାରୀ ଏଥିରେ ଲିପ୍ତ ଥିବା…

ଘରୋଇ ହିଂସାରୁ ମହିଳାମାନଙ୍କ ସୁରକ୍ଷା ଅଧିନିୟମ ୨୦୦୫ ଏବଂ ଯୌତୁକ ନିଷେଧ ଅଧିନିୟମ ୧୯୬୧ ବିଷୟରେ ରାଜ୍ୟସ୍ତରୀୟ ପ୍ରଶିକ୍ଷଣ ଶିବିର

ଭୁବନେଶ୍ୱର: ଯୌତୁକ ନିଷେଧ ଆଇନ ୧୯୬୧ ଓ ଘରୋଇ ହିଂସା ଆଇନ ୨୦୦୫ ଦେଶର ମହିଳାମାନଙ୍କୁ ସୁରକ୍ଷା ଦେବା ସହ ସଶକ୍ତ କରୁଛି ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ମତପ୍ରକାଶ କରିଛନ୍ତି। ଲୋକସେବା ଭବନ ସମ୍ମେଳନ କକ୍ଷରେ ମହିଳା ଓ ଶିଶୁ ବିକାଶ ବିଭାଗ ଆନୁକୂଲ୍ୟରେ ଘରୋଇ ହିଂସାରୁ ମହିଳାମାନଙ୍କ ସୁରକ୍ଷା ଅଧିନିୟମ ୨୦୦୫ ଏବଂ ଯୌତୁକ ନିଷେଧ ଅଧିନିୟମ ୧୯୬୧ ବିଷୟରେ ରାଜ୍ୟସ୍ତରୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ମୁଖ୍ୟ…

ଚାନ୍ଦା ଆଦାୟକାରୀଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ

କଟକ: ଆଗକୁ ଆସୁଛି ପାର୍ବଣ ଋତୁ। ଏହି ସମୟରେ କିଛି ବ୍ୟକ୍ତିବିଶେଷ ବେଆଇନ ଚାନ୍ଦା ଆଦାୟ କରି ପୂଜା ଉତ୍ସବ ପାଳନ କରିବା ଭଳି ଘଟଣା ବିଭିନ୍ନ ସମୟରେ ନଜରକୁ ଆସିଥାଏ। ଏହାକୁ ଦୃଷ୍ଟିରେ ରଖି ଚଳିତ ବର୍ଷ  ଚାନ୍ଦା ଆଦାୟକୁ ସମ୍ପୂର୍ଣ୍ଣ ବନ୍ଦ କରିବା ସହ ଚାନ୍ଦା ଆଦାୟକାରୀଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ସମସ୍ତ ଜିଲ୍ଲା ଏସପିଙ୍କୁ କଡା ନିର୍ଦ୍ଦେଶ ଦେଇଛନ୍ତି। ଏହ ସହ ତୃଣମୂଳ ସ୍ତରରେ…

ଅପରାଧୀଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କ ନିର୍ଦ୍ଦେଶ କ୍ରମେ ଅଗଷ୍ଟ ୧ ତାରିଖରୁ  ରାଜ୍ୟର ସମସ୍ତ ଜିଲ୍ଲା ପୋଲିସ ଏସପିଙ୍କ ନେତୃତ୍ୱରେ ଅପେରସନ”ଗରୁଡ଼”  ଅଭିଯାନକୁ କାର୍ଯ୍ୟକାରୀ କରାଯାଇଥିଲା। ଏହି ଅଭିଯାନର ଦ୍ଵିତୀୟ ସପ୍ତାହ ଅର୍ଥାତ ଚଳିତ ଅଗଷ୍ଟ 16 ତାରିଖ ପର୍ଯ୍ୟନ୍ତ ଅପରାଧ ଏବଂ ଅପରାଧୀଙ୍କ ବିରୁଦ୍ଧରେ ପୋଲିସ ପକ୍ଷରୁ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିଲା।   ଏହି ଅଭିଯାନରେ  ମୁଖ୍ୟତଃ  ଜାମିନ ବିହୀନ ୱାରେଣ୍ଟ (NBW)କୁ କାର୍ଯ୍ୟକାରୀ କରିବା,  ନିଶା ଦ୍ରବ୍ୟ ଚୋରା ଚାଲାଣକୁ…

ପୋଲିସ ପାଟ୍ରୋଲିଂ ବ୍ୟବସ୍ଥାକୁ କଡ଼ାକଡ଼ି କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଅପରାଧ ଏବଂ ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ସମୀକ୍ଷା କରିଛନ୍ତି। ସାଧାରଣ ଜନତା ଯେପରି ସୁରକ୍ଷିତ ଅନୁଭବ କରିବେ, ସେଥିପାଇଁ ପୋଲିସ ପକ୍ଷରୁ ସମସ୍ତ ପ୍ରକାର ଆବଶ୍ୟକ ଉପାୟ ଅବଲମ୍ୱନ କରିବାକୁ ମୁଖ୍ୟମନ୍ତ୍ରୀ ବୈଠକରେ ପରାମର୍ଶ ଦେଇଥିଲେ। ନାରୀ ସୁରକ୍ଷା କ୍ଷେତ୍ରରେ ସରକାରଙ୍କ ଶୂନ୍ୟ ସହନଶୀଳତା ନୀତି ରହିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ପୋଲିସ ଅଧିକାରୀମାନଙ୍କୁ ପରାମର୍ଶ ଦେଇ କହିଥିଲେ ଯେ, ଏହି ନୀତିକୁ…