ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ଶୀଘ୍ର ନ୍ୟାୟ ପ୍ରଦାନ ଏବଂ ସେମାନଙ୍କ ଅଧିକାରର ସୁରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ
ଭୁବନେଶ୍ୱର: ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ଶୀଘ୍ର ଆଇନଗତ ନ୍ୟାୟ ପ୍ରଦାନ ଏବଂ ସେମାନଙ୍କ ଅଧିକାରର ସୁରକ୍ଷା ପାଇଁ ଓଡ଼ିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି। ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି (ଅତ୍ୟାଚାର ନିରୋଧ) ଆଇନ, ୧୯୮୯ ଅଧୀନରେ ଆସୁଥିବା ମାମଲାଗୁଡ଼ିକର ତ୍ୱରିତ ଶୁଣାଣି ଏବଂ ଦଣ୍ଡବିଧାନ ପାଇଁ ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ ପାଇଛି। ଗୃହ…


