ଭଦ୍ରକ ଗୋଷ୍ଠୀ ସଂଘର୍ଷରେ ମୃତକଙ୍କ ପିଲାଙ୍କ ପାଠ ପଢା ଖର୍ଚ୍ଚ ସରକାର ବହନ କରିବେ

ଭୁବନେଶ୍ୱର: ଭଦ୍ରକ ତିହିଡି ଥାନା ଅଞ୍ଚଳରେ ଦୁଇ ସମ୍ପ୍ରଦାୟଙ୍କ ମଧ୍ୟରେ ଗଣ୍ଡଗୋଳ ଘଟି ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ବରଣ କରିଥିବା ସନ୍ତୋଷ ପରିଡାଙ୍କ ପିଲାଙ୍କ ପାଠ ପଢା ଖର୍ଚ୍ଚ ସରକାର ବହନ କରିବେ ବୋଲି ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି।  ଗତକାଲି ଦୋଷୀଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ସହ ସନ୍ତୋଷଙ୍କ ନିକଟ ସମ୍ପର୍କୀୟଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ୧୦ ଲକ୍ଷ ଟଙ୍କା ସହାୟତା ଏବଂ ପରିବାରର ଜଣଙ୍କୁ ନିଯୁକ୍ତି ଦିଆଯିବ ବୋଲି…

ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି : ପାଞ୍ଚ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର: ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ  ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ  ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ  ଗିରଫ କରିଛି। ଏହା ସହିତ ଏହି ମାମଲାରେ ମୋଟ ଗିରଫ ସଂଖ୍ୟା 25କୁ ବୃଦ୍ଧି ପାଇଛି। ଗିରଫ ହୋଇଥିବା ପାଞ୍ଚ ଅଭିଯୁକ୍ତ ହେଉଛନ୍ତି ବଲାଙ୍ଗୀର ଥାନା ମୁରିବାହଲର  କୁଳମଣି ରାଣା (୨୪), ବଲାଙ୍ଗୀର ସଦର ଥାନା କୁଟମଦୋଳାର ଅଜାଉଦିନ କୁମ୍ଭାର (୨୮), ଜଗନ୍ନାଥ ପଡାର…