ରାଜ୍ୟସ୍ତରୀୟ ଶିଶୁ ଉତ୍ସବ ‘ମହକ’ଉଦ୍ଘାଟିତ: ୩୦ ଜିଲ୍ଲାର ପ୍ରାୟ ୫୦୦ ଶିଶୁ ହେଲେ ସାମିଲ
ଭୁବନେଶ୍ୱର : ରାଜ୍ୟସ୍ତରୀୟ ଶିଶୁ ଉତ୍ସବ ‘ମହକ’ଉଦ୍ଘାଟିତ ହୋଇଯାଇଛି। ଏହି ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି, ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ସମିତି ଆନୁକୂଲ୍ୟରେ ୫ ଦିନ ଧରି କଳିଙ୍ଗ ଷ୍ଟାଡିୟମ୍ରେ ଅନୁଷ୍ଠିତ ହେଉଛି । ଏଥିରେ ରାଜ୍ୟର ସମସ୍ତ ଜିଲ୍ଲାରୁ ପ୍ରାୟ ୫୦୦ରୁ ଉର୍ଦ୍ଧ୍ୱ ଶିଶୁ ଅଂଶଗ୍ରହଣ କରି ଗୀତ, ନୃତ୍ୟ, ଚିତ୍ରାଙ୍କନ, ବକ୍ତୃତା, ସାଧାରଣ ଜ୍ଞାନ ଆଦି ବିଭିନ୍ନ ପ୍ରତିଯୋଗିତାରେ ଭାଗନେଇ ନିଜର ପ୍ରତିଭା ପ୍ରଦର୍ଶନ କରିବେ ।…


