ପିଏମ ଶ୍ରୀ କୁଶଳେଶ୍ୱର ସରକାରୀ ଉଚ୍ଚ ବିଦ୍ୟାଳୟର ୭୫ ବର୍ଷର ସଫଳ ଯାତ୍ରାକୁ ମୁଖ୍ୟମନ୍ତ୍ରୀଙ୍କ  ପ୍ରଶଂସା

ଭୁବନେଶ୍ବର : ବିଦ୍ୟାଳୟ କେବଳ ପଥପଢାର ସ୍ଥାନ ନୁହେଁ, ଏହା ଜୀବନ ଗଢ଼ିବାର ଏକ ପବିତ୍ର କ୍ଷେତ୍ର। ଏଠାରେ ଜ୍ଞାନ ସହିତ ଜୀବନର ମୂଲ୍ୟବୋଧ ଓ ଶୃଙ୍ଖଳା ଶିକ୍ଷା ଦାନ କରାଯାଏ, ପିଲାଙ୍କ ଚରିତ୍ର ଗଠନର ପ୍ରଥମ ସୋପାନ ବିଦ୍ୟାଳୟରୁ ହିଁ ଆରମ୍ଭ ହୋଇଥାଏ ବୋଲି କେନ୍ଦୁଝର ଜିଲ୍ଲା ପିଏମ ଶ୍ରୀ କୁଶଳେଶ୍ୱର ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ଲାଟିନମ୍ ଜୁବୁଲି ଅବସରରେ  ଆୟୋଜିତ ଭବ୍ୟ ସମାରୋହରେ  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ କହିଛନ୍ତି।  ଏହି ଅବସରରେ…

ଓଡ଼ିଶା ରାଜ୍ୟ ସଂଗ୍ରହାଳୟରେ କର୍ମବୀର ଗୌରୀଶଙ୍କର ରାୟଙ୍କ ଜୀବନୀକୁ ନେଇ ଆଲୋଚନା ଚକ୍ର

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଆୟୋଜିତ ହେଉଛି ଓଡ଼ିଆ ପକ୍ଷ। ଓଡ଼ିଆ ପକ୍ଷ ପାଳନର ଏକାଦଶ ଦିବସରେ ଓଡ଼ିଶା ରାଜ୍ୟ ସଂଗ୍ରହାଳୟ ପକ୍ଷରୁ “କର୍ମବୀର ଗୌରୀଶଙ୍କର ରାୟ : ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନରେ ଅବଦାନ” ଶୀର୍ଷକକୁ ନେଇ ଏକ ଆଲୋଚନା ଚକ୍ରର ଆୟୋଜନ କରାଯାଇଥିଲା। ଆଲୋଚନା ଚକ୍ରରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରାକ୍ତନ ସଚିବ ତଥା ମୁଖ୍ୟ ଆୟୁକ୍ତ, ଆୟକର ବିଭାଗ ମନୋରଞ୍ଜନ ପାଣିଗ୍ରାହୀ…

ଅମୃତ ପିଢ଼ି ସାରସ୍ୱତ ସମାରୋହରେ ଛାତ୍ରଛାତ୍ରୀଙ୍କ ଅଂଶଗ୍ରହଣ

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଆୟୋଜିତ ହେଉଛି ଓଡ଼ିଆ ପକ୍ଷ। ଓଡ଼ିଆ ପକ୍ଷ ପାଳନର ଏକାଦଶ ଦିବସରେ ଓଡ଼ିଶା ସାହିତ୍ୟ ଏକାଡ଼େମୀ ଆନୁକୂଲ୍ୟରେ ରାଜ୍ୟ ସ୍ତରୀୟ “ଅମୃତ ପିଢ଼ି ସାରସ୍ୱତ ସମାରୋହ” ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱର ସ୍ଥିତ ବିଜେବି ସ୍ୱୟଂ ଶାସିତ ମହାବିଦ୍ୟାଳୟରେ ଆୟୋଜିତ ହୋଇଥିବା “ଅମୃତ ପିଢ଼ି ସାରସ୍ୱତ ସମାରୋହ” କାର୍ଯ୍ୟକ୍ରମରେ ୬୦୦ରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ। କାର୍ଯ୍ୟକ୍ରମରେ ରାଜ୍ୟର ବିଭିନ୍ନ ମହାବିଦ୍ୟାଳୟ ଓ ବିଶ୍ୱ ବିଦ୍ୟାଳୟରୁ…

ପିପିଲି ରାଜପଥରେ ୮୦ରୁ ଉର୍ଦ୍ଧ୍ୱ ସାଂସ୍କୃତିକ ଦଳ ଏବଂ ୮୦୦ରୁ ଉର୍ଦ୍ଧ୍ୱ କଳାକାରଙ୍କ ଅଂଶଗ୍ରହଣ

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଏପ୍ରିଲ ୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ପାଳିତ ହେଉଛି ଓଡ଼ିଆ ପକ୍ଷ। ଓଡ଼ିଆ ପକ୍ଷ ପାଳନର ଦଶମ ଦିବସରେ ପୁରୀ ଜିଲ୍ଲାର ପିପିଲି ଠାରେ ରାଜ୍ୟ ସ୍ତରୀୟ “ଲୋକକଳା  ପାଇଁ ଦିନଟିଏ” ଉତ୍ସବ ଆୟୋଜିତ ହୋଇଯାଇଛି। “ଲୋକକଳା ପାଇଁ ଦିନଟିଏ” ଉତ୍ସବରେ ରାଜ୍ୟର ପ୍ରାୟ ୮୦ରୁ ଉର୍ଦ୍ଧ୍ୱ ସାଂସ୍କୃତିକ ଦଳ ଅଂଶଗ୍ରହଣ କରିଥିଲେ। ୮୦୦ରୁ ଉର୍ଦ୍ଧ୍ୱ କଳାକାରମାନେ ପିପିଲିର ରାଜପଥରେ ଓଡ଼ିଶାର…

କନ୍ଧମାଳ ଜିଲ୍ଲା ପରିଦର୍ଶନ ସମୟରେ ପର୍ଯ୍ୟବେକ୍ଷଣ କରିଥିବା କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ ମୁଖ୍ୟ ଶାସନସଚିବଙ୍କ ପରାମର୍ଶ 

ଭୁବନେଶ୍ୱର: ମୁଖ୍ୟ ଶାସନସଚିବ ଅନୁ ଗର୍ଗ ସୋମବାର କନ୍ଧମାଳ ଜିଲ୍ଲା ସଂପର୍କିତ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଗର୍ଗ ଗତ ଜାନୁଆରୀ ମାସରେ ତାଙ୍କର କନ୍ଧମାଳ ଗସ୍ତ ସମୟରେ ଜିଲ୍ଲାରେ, ଶିକ୍ଷା, ସ୍ୱାସ୍ଥ୍ୟ ସେବା, ଭିତ୍ତିଭୂମି ବିକାଶ, ଜୀବିକା ନିର୍ବାହ କାର୍ଯ୍ୟକ୍ରମ, କୃଷି, ପର୍ଯ୍ୟଟନ ଆଦି କ୍ଷେତ୍ରରେ ତାଙ୍କର ଦୃଷ୍ଟିକୁ ଆସିଥିବା ବିଭିନ୍ନ ସମସ୍ୟାର ସମାଧାନ ସହିତ ଜିଲ୍ଲାରେ ଆଗାମୀ ସମ୍ଭାବନା ସଂପର୍କରେ ବୈଠକରେ ଆଲୋଚନା କରିଥିଲେ। କନ୍ଧମାଳର ପ୍ରମୁଖ…

ଓଡ଼ିଆ ପକ୍ଷ ପାଳନର ସପ୍ତମ ଦିବସ “ଶିଶୁକଥା ଦିବସ” ଭାବେ ପାଳନ

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଏପ୍ରିଲ ୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେଉଛି ଓଡ଼ିଆ ପକ୍ଷ। ଓଡ଼ିଆ ପକ୍ଷ ପାଳନର ସପ୍ତମ ଦିବସକୁ “ଶିଶୁକଥା ଦିବସ” ଭାବେ ପାଳନ କରାଯାଇଛି। ଶିଶୁ କଥା ଦିବସ ପାଳନ ହେବା ଅବସରରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ରହିଥିବା ପ୍ରାଥମିକ ବିଦ୍ୟାଳୟରେ ଛାତ୍ରଛାତ୍ରୀମାନଙ୍କୁ “ବର୍ଣ୍ଣବୋଧ” ଏବଂ “ଶିଶୁଲେଖା” ପୁସ୍ତକ ପ୍ରଦାନ କରାଯାଇଥିଲା। ଏଥିସହ ବିଶିଷ୍ଟ ବ୍ୟକ୍ତିବିଶେଷ ଏବଂ ବରିଷ୍ଠ ନାଗରିକମାନଙ୍କୁ  “ଭାଗବତ”…

‘ରାଜସ୍ୱ ବିଭାଗ ପାଠାଗାର ବିଭାଗୀୟ ଅଧିକାରୀମାନଙ୍କ ଦକ୍ଷତା ବିକାଶ କରିବ’

ଭୁବନେଶ୍ୱର: ଲୋକସେବା ଭବନଠାରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ନୂତନ ପାଠାଗାରକୁ ମନ୍ତ୍ରୀ ସୁରେଶ ପୂଜାରୀ ଉଦଘାଟନ କରିଛନ୍ତିl ଏହି ଅବସରରେ ମାନ୍ୟବର ରାଜସ୍ୱ ମନ୍ତ୍ରୀ ପାଠାଗାରରେ ଥିବା ସମ୍ବିଧାନ ପୁସ୍ତକର କିଛି ପୃଷ୍ଠା ପଢିବା ସହ ପାଠାଗାରର ପ୍ରଥମ ପାଠକ ଭାବେ ରେଜିଷ୍ଟରରେ ମନ୍ତବ୍ୟ ଲେଖିବା ସହ ଦସ୍ତଖତ କରିଥିଲେl ରାଜସ୍ୱ ବିଭାଗରେ ଏହି ପାଠାଗାର ବିଭାଗୀୟ ଅଧିକାରୀମାନଙ୍କ ଦକ୍ଷତା ବିକାଶ କରିବା ସହ ଉଭୟ ବ୍ୟକ୍ତିଗତ ଏବଂ ପ୍ରଶାସନିକ ସ୍ତରରେ ଖୁବ୍ ଉପଯୋଗୀ…

ଅମର ଶହୀଦ ରଘୁ–ଦିବାକରଙ୍କ ଶ୍ରାଦ୍ଧଦିବସରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ରଣପୁର ପ୍ରଜାମଣ୍ଡଳ ଆନ୍ଦୋଳନରେ ଅଦମ୍ୟ ସାହସ ଓ ଅପରିମିତ ତ୍ୟାଗର ପରିଚୟ ଦେଇ ଇଂରେଜ ଶାସନ ବିରୋଧରେ ସଂଗ୍ରାମ କରି ଜୀବନ ବଳିଦାନ କରିଥିବା ଅମର ଶହୀଦ ରଘୁନାଥ ମହାନ୍ତି ଓ ଦିବାକର ପରିଡ଼ାଙ୍କୁ ତାଙ୍କ ଶ୍ରାଦ୍ଧଦିବସ ଅବସରରେ ଗଭୀର ଶ୍ରଦ୍ଧା ସହ ସ୍ମରଣ କରାଯାଇଥିଲା। ତାଙ୍କର ତ୍ୟାଗ ଓ ଦେଶପ୍ରେମ ଆଜି ମଧ୍ୟ ସମାଜକୁ ପ୍ରେରିତ କରୁଥିବାରୁ ତାଙ୍କ ଆଦର୍ଶ ସଦା ପଥପ୍ରଦର୍ଶକ ହୋଇ ରହିବ ବୋଲି ଏହି ଅବସରରେ ମତ ପ୍ରକାଶ ପାଇଥିଲା।…

ଆମ ଭାଷା ଆମର ପରିଚୟ ଓ ଗର୍ବ

ଭୁବନେଶ୍ୱର: ୧ ଏପ୍ରିଲ ‘ଓଡ଼ିଶା ଦିବସ’ରୁ ୧୪ ଏପ୍ରିଲ ‘ଓଡ଼ିଆ ନବବର୍ଷ’ପର୍ଯ୍ୟନ୍ତ ସାରା ରାଜ୍ୟରେ ‘ଓଡ଼ିଆ ପକ୍ଷ-୨୦୨୬’ପାଳନ କରାଯାଉଛି। ଏହି ଅବସରରେ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ପକ୍ଷରୁ ସମସ୍ତ ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନଗୁଡ଼ିକରେ ଓଡ଼ିଆ ଭାଷାରେ ସ୍ପଷ୍ଟ ଭାବେ ନାମଫଳକ ପ୍ରଦର୍ଶନ କରିବା ପାଇଁ ଏକ ବ୍ୟାପକ ସଚେତନତା ଅଭିଯାନ ଓ ପଦଯାତ୍ରା ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ଲୋଅର ପିଏମ୍‌ଜି ଠାରୁ ଶ୍ରମ ଆୟୁକ୍ତଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଆୟୋଜିତ ଏହି…

ପିଲାଙ୍କ ପାଠ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ, ହାତଧରି ଲେଖାଇଲେ ମା, ‘ବାପା’

ଭୁବନେଶ୍ୱର : ରାଜ୍ୟର ପ୍ରତି ଗାଁରେ, ପ୍ରତି ସାହିଗଳିରେ ବିଦ୍ୟା ଆରମ୍ଭ ପର୍ବକୁ ଉତ୍ସବ ଭାବେ ପାଳନ କରାଯାଉଛି। ଏହାଦ୍ୱାରା ପିଲାଙ୍କ ନାମଲେଖା ପାଇଁ ବାପା ମା’ମାନେ ଉତ୍ସାହିତ ହେଉଛନ୍ତି। ରାଜ୍ୟ ସ୍ତରୀୟ  ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମ-୨୦୨୬ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହା କହିଛନ୍ତି। ଭୁବନେଶ୍ୱର ରାଜଭବନ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ଖଡି ଓ ସିଲଟରେ ମା’ଓ ବାପା ଶବ୍ଦ ଲେଖାଇ ପାଠପଢା…