ବିଧାନସଭା ପରିସରରେ ପଣ୍ଡିତ ନୀଳକଣ୍ଠ ଦାସଙ୍କ ଶ୍ରାଦ୍ଧଦିବସ
ଭୁବନେଶ୍ୱର: ପ୍ରଚଣ୍ଡ ପ୍ରତିଭାଦୀପ୍ତ ଜ୍ଞାନପିପାସୁ ପଣ୍ଡିତ ନୀଳକଣ୍ଠ ଦାସ ତାଙ୍କ ଛାତ୍ରଜୀବନରୁ ଜାତୀୟତାବାଦରେ ଉଦ୍ବୁଦ୍ଧ ହୋଇ ସ୍ୱାଧୀନତା ଆନ୍ଦୋଳନର ମୁଖ୍ୟସ୍ରୋତରେ ସାମିଲ ହୋଇଥିଲେ। ସେ ତତ୍କାଳୀନ ସମାଜରେ ପ୍ରଚଳିତ ଏକାଧିକ କୁସଂସ୍କାର ବିରୁଦ୍ଧରେ ସଂଗ୍ରାମ ଜାରି ରଖିଥିଲେ। ସେ ଥିଲେ ବହୁମୁଖୀ ପ୍ରତିଭାର ଅଧିକାରୀ। ଓଡ଼ିଶା ସ୍ୱତନ୍ତ୍ର ପ୍ରଦେଶ ଗଠନ ଆନ୍ଦୋଳନରେ ନୀଳକଣ୍ଠ ସକି୍ରୟ ଯୋଗଦାନ କରିଥିଲେ। ଓଡ଼ିଶା ବିଧାନସଭାର ବାଚସ୍ପତି ପଦ ମଣ୍ଡନ କରିବା ସହିତ ସେ ଓଡ଼ିଶା ସାହିତ୍ୟ ଏକାଡେମୀର ସଭାପତି ପଦ ମଧ୍ୟ…


