‘ଓଡ଼ିଶାର ସାରସ୍ୱତ ସାହିତ୍ୟ ସମ୍ଭାରକୁ ନୂତନ ପିଢ଼ି ପାଖରେ ପହଞ୍ଚାଇବାରେ ଓଡ଼ିଶା ସାହିତ୍ୟ ଏକଡେମୀ ପ୍ରମୁଖ ଭୂମିକା ନିର୍ବାହ କରୁଛି’
ଭୁବନେଶ୍ୱର: ଓଡ଼ିଶା ସାହିତ୍ୟ ଏକାଡେମୀର ୬୮ତମ ସ୍ଵନକ୍ଷତ୍ର ଦିବସ ଆଜି ଭୁବନେଶ୍ୱର ସ୍ଥିତ ରବୀନ୍ଦ୍ର ମଣ୍ଡପ ଠାରେ ପାଳିତ ହୋଇଯାଇଛି। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଆଜିର କାର୍ଯ୍ୟକ୍ରମକୁ ଅନୁଷ୍ଠାନିକ ଭାବରେ ଉଦ୍ଘାଟିତ କରିଥିଲେ। ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂରଜ ନିଜର ଅଭିଭାଷଣରେ କହିଥିଲେ ଯେ, ଓଡ଼ିଶାର ସାରସ୍ୱତ ସାହିତ୍ୟ ସମ୍ଭାରକୁ ନୂତନ ପିଢ଼ି ପାଖରେ ପହଞ୍ଚାଇବାରେ ଓଡ଼ିଶା ସାହିତ୍ୟ ଏକଡେମୀ ଏକ ପ୍ରମୁଖ ଭୂମିକା ନିର୍ବାହ କରୁଛି। ବିଗତ…


