ଦୁର୍ଗମ ଜିଲ୍ଲାକୁ ଯୋଗାଯୋଗ ଏବଂ ପରିବହନକୁ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

ଭୁବନେଶ୍ଵର: ରାଜ୍ୟ କନଭେନସନ କେନ୍ଦ୍ର ଠାରେ ଯୋଜନା ଏବଂ ସଂଯୋଜନ ବିଭାଗ ପକ୍ଷରୁ ଆୟୋଜିତ ସମ୍ପୂର୍ଣ୍ଣତା ଅଭିଯାନ ସମ୍ମାନ ସମାରୋହରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ସପ୍ତାହ ବ୍ୟାପି ଆକାଂକ୍ଷା ହାଟ ଅଭିଯାନ ଆରମ୍ଭ କରିବା ପାଇଁ ଘୋଷଣା କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ,  ସ୍ଥାନୀୟ ବିକାଶକୁ ପ୍ରୋତ୍ସାହିତ କରିବା ପାଇଁ ଆସ୍ପିରେସନାଲ ଜିଲ୍ଲା ଏବଂ ବ୍ଲକ କାର୍ଯ୍ୟକ୍ରମ ଏକ ସଫଳ ମଡେଲ ସାବ୍ୟସ୍ତ ହୋଇଛି ବୋଲି କହିବା ସହିତ ଆଗାମୀ ଦିନ…

ମହିଳା ନେତୃତ୍ୱାଧୀନ ବୟନ ଉଦ୍ୟୋଗକୁ ପ୍ରୋତ୍ସାହନ

ଭୁବନେଶ୍ୱର: ଓଡ଼ିଶାର ବୟନ ପରମ୍ପରାକୁ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନେ ଆଗକୁ ନେଉଛନ୍ତି ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ମତବ୍ୟକ୍ତ କରିଛନ୍ତି। ମିଶନ ଶକ୍ତି ଭବନର ଅଡିଟରିୟମ ହଲରେ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡାଙ୍କ ଉପସ୍ଥିତିରେ ବୁଣାକାର ମା ଓ ଭଉଣୀମାନଙ୍କୁ ସଶକ୍ତ କରିବା ଉଦ୍ଦେଶ୍ୟରେ ମିଶନ ଶକ୍ତି  ବିଭାଗ ସହ କେନ୍ଦ୍ର ସରକାରଙ୍କ ହସ୍ତତନ୍ତ ବିକାଶ ଆୟୋଗ ଅଧୀନରେ ଥିବା ବୁଣାକାର ସେବା କେନ୍ଦ୍ର(weavers’ service centre)ର ଏକ ବୁଝାମଣା ପତ୍ର ସ୍ଵାକ୍ଷରିତ ହୋଇଯାଇଛି। ଏହି…

‘ଓଡ଼ିଶାର ସାରସ୍ୱତ ସାହିତ୍ୟ ସମ୍ଭାରକୁ ନୂତନ ପିଢ଼ି ପାଖରେ ପହଞ୍ଚାଇବାରେ ଓଡ଼ିଶା ସାହିତ୍ୟ ଏକଡେମୀ ପ୍ରମୁଖ ଭୂମିକା ନିର୍ବାହ କରୁଛି’

ଭୁବନେଶ୍ୱର: ଓଡ଼ିଶା ସାହିତ୍ୟ ଏକାଡେମୀର ୬୮ତମ ସ୍ଵନକ୍ଷତ୍ର ଦିବସ ଆଜି ଭୁବନେଶ୍ୱର ସ୍ଥିତ ରବୀନ୍ଦ୍ର ମଣ୍ଡପ ଠାରେ ପାଳିତ ହୋଇଯାଇଛି। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଆଜିର କାର୍ଯ୍ୟକ୍ରମକୁ ଅନୁଷ୍ଠାନିକ ଭାବରେ ଉଦ୍‌ଘାଟିତ କରିଥିଲେ। ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂରଜ ନିଜର ଅଭିଭାଷଣରେ କହିଥିଲେ ଯେ, ଓଡ଼ିଶାର ସାରସ୍ୱତ ସାହିତ୍ୟ ସମ୍ଭାରକୁ ନୂତନ ପିଢ଼ି ପାଖରେ ପହଞ୍ଚାଇବାରେ ଓଡ଼ିଶା ସାହିତ୍ୟ ଏକଡେମୀ ଏକ ପ୍ରମୁଖ ଭୂମିକା ନିର୍ବାହ କରୁଛି। ବିଗତ…

ଇଣ୍ଡଷ୍ଟ୍ରି କ୍ଷେତ୍ରରେ କାର୍ଯ୍ୟରତ ବୁଣାକାରଙ୍କ ମଜୁରୀ ରିହାତି ଏକ ହଜାର ଟଙ୍କା ବୃଦ୍ଧି

ଭୁବନେଶ୍ୱର: ଟେକ୍ସାଟାଇଲ ଇଣ୍ଡଷ୍ଟ୍ରି କ୍ଷେତ୍ରରେ କାର୍ଯ୍ୟରତ କର୍ମଚାରୀଙ୍କ ମଜୁରୀ ରିହାତି ମାସକୁ ଏକ ହଜାର ଟଙ୍କା ବୃଦ୍ଧି କରାଯାଇଛି। ଏହା ଦ୍ୱାରା ମହିଳା କର୍ମଚାରୀଙ୍କୁ ମାସକୁ ୬ ହଜାର ଟଙ୍କା ବଦଳରେ ୭ ହଜାର ଏବଂ ପୁରୁଷ କର୍ମଚାରୀଙ୍କୁ ମାସକୁ ୫ ହଜାର ବଦଳରେ ୬ ହଜାର ଟଙ୍କା ପ୍ରଦାନ କରାଯିବ।  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ କନ୍‌ଭେନ୍‌ସନ୍‌ ସେଣ୍ଟରରେ ଅନୁଷ୍ଠିତ ଓଡିଶା ଟେକ୍ସଟାଇଲ କନ୍‌କ୍ଲେଭ୍‌ରେ ଏହା ଘୋଷଣା କହିଛନ୍ତି। ଏହାସହିତ ମୁଖ୍ୟମନ୍ତ୍ରୀ ଜଗତସିଂହପୁର…

କୃତିତ୍ୱ ହାସଲ କରିଥିବା ବ୍ୟକ୍ତି ରାଜ୍ୟପାଳଙ୍କ ଦ୍ୱାରା ସମ୍ବର୍ଦ୍ଧିତ

ଭୁବନେଶ୍ୱର: ବିଭିନ୍ନ କ୍ଷେତ୍ରରେ ଅସାଧାରଣ କୃତିତ୍ୱ ହାସଲ କରିଥିବା ବ୍ୟକ୍ତିଙ୍କୁ ମାନ୍ୟବର ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍ ପାଟି ସମ୍ବର୍ଦ୍ଧିତ କରିଛନ୍ତି। ଚଳିତ ଜୁଲାଇ ୨୩ ତାରିଖ ଦିନ ରାଜଭବନରେ ନ୍ୟୁ ଅଭିଷେକ ହଲ୍ ଠାରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ଚଳିତ ବର୍ଷ ପଦ୍ମଶ୍ରୀ ପୁରସ୍କାର ବିଜେତା, କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ବିଜେତା, ଆନ୍ତର୍ଜାତୀୟ କ୍ରୀଡା ପ୍ରତିଯୋଗିତାରେ ସ୍ବର୍ଣ୍ଣ ପଦକ ବିଜେତା ଏବଂ ୨୦୨୪ ମସିହା ଇଣ୍ଡିଆନ୍ ସିଭିଲ୍ ସର୍ଭିସ୍ ପରୀକ୍ଷାରେ କୃତିତ୍ୱ ହାସଲ…

ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା; ଢେଙ୍କାନାଳ ପ୍ରଥମ, କଟକ ଦ୍ବିତୀୟ ଓ ମୟୂରଭଞ୍ଜ ତୃତୀୟ

ଭୁବନେଶ୍ୱର: ଭୁବନେଶ୍ୱରର ହୋଟେଲ ମେଫେୟାର ଲାଗୁନ୍ ଠାରେ ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତାର ଗ୍ରାଣ୍ଡ ଫାଇନାଲ୍ ଅନୁଷ୍ଠିତ ହୋଇଯାଇଛି। ବ୍ଲକ୍ ଏବଂ ଜିଲ୍ଲା ସ୍ତରରେ ଆରମ୍ଭ ହୋଇଥିବା ଏହି ପ୍ରତିଯୋଗିତାର ଶେଷ ପର୍ଯ୍ୟାୟ ଏକ ଉତ୍ସବମୁଖର ପରିବେଶରେ ସମାପ୍ତ ହୋଇଯାଇଛି। ଓଡ଼ିଶାର ପାରମ୍ପରିକ ଖାଦ୍ୟ ପ୍ରଥା ଏବଂ ମହିଳାଙ୍କ ଉଦ୍ୟୋଗିକ ପ୍ରତିଭାକୁ ଉଜ୍ଜ୍ୱଳ ଭାବରେ ପ୍ରଦର୍ଶନ କରୁଥିବା ଏହି ପ୍ରତିଯୋଗିତା ଅବସରରେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପ୍ରତିଯୋଗୀମାନଙ୍କୁ ଉତ୍ସାହିତ…

ଓଡ଼ିଶା ବାଉଁଶ ଉନ୍ନୟନ ସଂସ୍ଥା ପକ୍ଷରୁ କର୍ମଶାଳା ଆୟୋଜିତ  

ଭୁବନେଶ୍ବର: ଭୁବନେଶ୍ୱର ଚନ୍ଦ୍ରଶେଖରପୁରସ୍ଥିତ ବନବିଭାଗ ମୁଖ୍ୟ କାର୍ୟ୍ୟାଳୟ, ଅରଣ୍ୟଭବନର ସମ୍ମିଳନୀ କକ୍ଷଠାରେ ଓଡ଼ିଶା ବାଉଁଶ ଉନ୍ନୟନ ସଂସ୍ଥା ପକ୍ଷରୁ ବାଉଁଶ ଚାଷକୁ ପ୍ରୋତ୍ସାହନ ଯୋଗାଇବା ନିମନ୍ତେ ବାଉଁଶ ଉଦ୍ୟୋଗୀ, ବାଉଁଶ ଶିଳ୍ପୀ, ବାଉଁଶ କାରିଗର ତଥା ବାଉଁଶ ଚାଷୀମାନଙ୍କୁ ନେଇ ଏକ କର୍ମଶାଳା ଆୟୋଜିତ ହୋଇଯାଇଛି। ପ୍ରଧାନ ମୁଖ୍ୟ ବନ ସଂରକ୍ଷକ ତଥା ବନବାହିନୀ ମୁଖ୍ୟ ସୁରେଶ ପନ୍ଥ ଏହି କର୍ମଶାଳାକୁ ଉଦ୍‌ଘାଟନ କରି କହିଲେ ଯେ ଉତ୍ପାଦକମାନଙ୍କୁ ଗ୍ରାହକଙ୍କ ସହିତ ସୁଗମ ଭାବରେ ସଂଯୋଗ କରିବା…

ବିପ୍ଲବୀ ଚକ୍ରଧର ବେହେରାଙ୍କ ରାଜ୍ୟସ୍ତରୀୟ ଜୟନ୍ତୀରେ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

ଭୁବନେଶ୍ୱର: ମହାନ ବିପ୍ଲବୀ ଚକ୍ରଧର ବେହେରାଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଭୁବନେଶ୍ୱର ରାଜଭବନ ଛକସ୍ଥିତ ଚକ୍ରଧର ବେହେରାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛି। ଉକ୍ତ ମାଲ୍ୟାର୍ପଣ କାର୍ଯ୍ୟକ୍ରମରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ ଅନୁଜ କୁମାର ଦାସ ପଟ୍ଟନାୟକ, ଉପ ନିର୍ଦ୍ଦେଶକ (କ୍ଷେତ୍ର) ସୁଚେତା ପ୍ରିୟଦର୍ଶିନୀ, ଭୁବନେଶ୍ୱର ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଜିତେନ୍ଦ୍ରିୟ…

ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା: ଜୁଲାଇ ୧୭ ତାରିଖରୁ ଅଗଷ୍ଟ ୧୫ ତାରିଖ ପର୍ଯ୍ୟନ୍ତ ପଞ୍ଜିକରଣ

ଭୁବନେଶ୍ୱର: ରାଜ୍ୟର ବରିଷ୍ଠ ନାଗରିକମାନଙ୍କୁ ତୀର୍ଥଯାତ୍ରାର ସୁଯୋଗ ଦେବା ପାଇଁ ରାଜ୍ୟ ପର୍ଯ୍ୟଟନ ବିଭାଗ ୨୦୨୫ -୨୬ ଆର୍ଥିକ ବର୍ଷ ପାଇଁ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି। ଭୁବନେଶ୍ୱରସ୍ଥିତ ପାନ୍ଥନିବାସର ଅଡିଟରିୟମରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ୨୦୨୫-୨୬ର ଲାଭ ନେବା ପାଇଁ ଯୋଗ୍ୟ ହିତାଧିକାରୀମାନଙ୍କୁ ଆହ୍ୱାନ ଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ଏହି ଯୋଜନା ସମ୍ବନ୍ଧୀୟ ସମସ୍ତ ବିବରଣୀ…

ମନ୍ଦିର ଉନ୍ନୟନ ପ୍ରକଳ୍ପର ସମୀକ୍ଷା

ଭୁବନେଶ୍ୱର: କଟକ ଜିଲ୍ଲା ଅନ୍ତର୍ଗତ ମା’ କଟକ ଚଣ୍ଡୀ, ନୀଳମାଧଵ, ମା’ ଚର୍ଚ୍ଚିକା, ଧବଳେଶ୍ୱର ଓ ଗୋପୀନାଥ ଜୀଉ ମନ୍ଦିର ଉନ୍ନୟନ ପ୍ରକଳ୍ପର ସମୀକ୍ଷା ବୈଠକ ସ୍ଥାନୀୟ ରାଜ୍ୟ ଅତିଥି ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି I ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧକ୍ଷତାରେ ଅନୁଷ୍ଠିତ ବୈଠକରେ ମା’ କଟକ ଚଣ୍ଡୀ ମନ୍ଦିରର ଉନ୍ନୟନ ପ୍ରକଳ୍ପ ଅନ୍ତର୍ଗତ ଜମି ଅଧିଗ୍ରହଣ, ମାର୍କେଟ କମ୍ପ୍ଲେକ୍ସ ନିର୍ମାଣ, ମନ୍ଦିର ପରିସରରେ ଥିବା ପୁରାତନ ଗଛର…