ବିଚ୍ଛିନ୍ନାଞ୍ଚଳ, ସୀମାନ୍ତ ଓ ଉପାନ୍ତ ଅଞ୍ଚଳରେ ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ଓ ଐତିହ୍ୟର ବିକାଶ ଉପରେ ଗୁରୁତ୍ୱରୋପ

ଭୁବନେଶ୍ୱର: ବିଧାନସଭାରେ ସଂଖ୍ୟାଲଘୁ ଓଡ଼ିଆ ଭାଷାଭାଷୀଙ୍କର ଉନ୍ନତି ପାଇଁ ଗଠିତ ଗୃହକମିଟିର ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଅଧ୍ୟକ୍ଷତା କରି ବାଚସ୍ପତି ସୁରମା ପାଢ଼ୀ କହିଲେ ଯେ ରାଜ୍ୟ ବାହାରେ ବିଚ୍ଛିନ୍ନାଞ୍ଚଳ, ସୀମାନ୍ତ ଓ ଉପାନ୍ତ ଅଞ୍ଚଳରେ ବସବାସ କରୁଥିବା ସଂଖ୍ୟାଲଘୁ ଓଡ଼ିଆମାନଙ୍କ ମଧ୍ୟରେ ଓଡ଼ିଆ ଭାଷା ଶିକ୍ଷା ପ୍ରତି ଆଗ୍ରହ ସୃଷ୍ଟି କରିବା ଉଦ୍ଦେଶ୍ୟରେ ସେସବୁ ଅଞ୍ଚଳରେ ଥିବା ବିଦ୍ୟାଳୟର ଭିତ୍ତିଭୂମିର ଉନ୍ନତିକରଣ, ଶିକ୍ଷକ ନିଯୁକ୍ତି, ପାଠ୍ୟପୁସ୍ତକ ଯୋଗାଣ ଆଦି ଉପରେ ଗୁରୁତ୍ୱ ଦିଆଯିବା ଆବଶ୍ୟକ।…

ଓଡ଼ିଶା–ଜାପାନ ତତ୍ତୋରି ମୈତ୍ରୀ ଚୁକ୍ତି ଦିଗରେ ଅଗ୍ରଗତି 

ଭୁବନେଶ୍ୱର: ଓଡ଼ିଶା ଓ ଜାପାନ ମଧ୍ୟରେ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଓଡ଼ିଶା ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଜାପାନ ତତ୍ତୋରି ପ୍ରଦେଶ (ପ୍ରିଫେକ୍ଚର)ର  ମୁଖ୍ୟ ଶାସନ ସଚିବ  ତୋଶିକି ଏଣ୍ଡୋଙ୍କ ନେତୃତ୍ୱରେ ଓଡ଼ିଶା ଆସିଥିବା ୧୩ ଜଣିଆ ପ୍ରତିନିଧି ଦଳଙ୍କ ସହ ଏକ ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା କରିଥିଲେ। ଏହି ବୈଠକରେ ପୁଞ୍ଜିନିବେଶ, ଶିଳ୍ପ ବିକାଶ, ମାନବ ସମ୍ବଳ, ଶିକ୍ଷା, ପର୍ଯ୍ୟଟନ, ସଂସ୍କୃତି, ପ୍ରଯୁକ୍ତି ବିଦ୍ୟା  ଆଦି କ୍ଷେତ୍ରରେ ଦୀର୍ଘମିଆଦି ସହଯୋଗ ସଂପର୍କରେ…

୧୫ଟି ହସ୍ତଶିଳ୍ପ ଚିହ୍ନଟ ଓ ହସ୍ତଶିଳ୍ପଗୁଡ଼ିକ ପାଇଁ ସୁସଂଗଠିତ ଏବଂ ମାନକ ପାଠ୍ୟକ୍ରମ ଓ ପ୍ରଶିକ୍ଷଣ ଢାଞ୍ଚା ପ୍ରସ୍ତୁତ

ଭୁବନେଶ୍ୱର: ଓଡିଶା ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଅନ୍ତର୍ଗତ ରାଜ୍ୟ କଳା ଓ ହସ୍ତଶିଳ୍ପ ବିକାଶ ଅନୁଷ୍ଠାନ (SIDAC) ରେ ୧୫ଟି ଅତିରିକ୍ତ ହସ୍ତଶିଳ୍ପର  ପାଠ୍ୟକ୍ରମ  ପ୍ରସ୍ତୁତି ଓ ପ୍ରଶିକ୍ଷଣ ନିମନ୍ତେ  ବୈଠକ ଅନୁଷ୍ଠିତ ହୋଇ ଯାଇଛି। ବିଭାଗୀୟ ମନ୍ତ୍ରୀ ତଥା ମୁଖ୍ୟ ଅତିଥି ପ୍ରଦିପ ବଳ ସାମନ୍ତଙ୍କ ଉପସ୍ଥିତିରେ କମିଶନର-ତଥା  ଶାସନ ସଚିବ ଗୁହାପୁନମ ତାପସ କୁମାରଙ୍କ ଅଧ୍ୟକ୍ଷତାରେ ଏହି  ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ନିବେଦିତା ପୃଷ୍ଟି, ନିର୍ଦ୍ଦେଶିକା, ହସ୍ତଶିଳ୍ପ,…

ଇଣ୍ଡିଆନ୍ ଆଇଡଲ୍ ବିଜେତା ଜ୍ୟୋତିର୍ମୟୀଙ୍କୁ ୫ ଲକ୍ଷ ଟଙ୍କାର ପୁରସ୍କାର

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଚଳିତ ବର୍ଷର ଇଣ୍ଡିଆନ୍ ଆଇଡଲ୍- ସିଜିନ୍ ୧୬ର ବିଜେତା ଜ୍ୟୋତିର୍ମୟୀ ନାୟକଙ୍କୁ ତାଙ୍କ ସରକାରୀ ବାସଭବନରେ ସମ୍ବର୍ଦ୍ଧିତ କରିଛନ୍ତି। ଏଥିସହିତ ଜ୍ୟୋତିର୍ମୟୀଙ୍କ ଅସାଧାରଣ କୃତିତ୍ୱ ପାଇଁ ମୁଖ୍ୟମନ୍ତ୍ରୀ ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଛନ୍ତି। ଜ୍ୟୋତିର୍ମୟୀ ମୁଖ୍ୟମନ୍ତ୍ରୀଙ୍କୁ ତାଙ୍କ ସରକାରୀ ବାସଭବନରେ ଭେଟି ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ପ୍ରଦର୍ଶନ କରିବା ସହିତ ଇଣ୍ଡିଆନ୍ ଆଇଡଲ୍‌’ର  ସଫଳତା ପଛରେ ଥିବା ତାଙ୍କ କଠିନ ପରିଶ୍ରମ ଓ ଅଧ୍ୟବସାୟ ବିଷୟରେ…

‘ଓଡ଼ିଶାର ଜଗନ୍ନାଥ ସଂସ୍କୃତି, ଓଡ଼ିଶୀ ନୃତ୍ୟ ଏବଂ ଆମ ଭାଷା ଓଡ଼ିଆ ଓ ଓଡ଼ିଆ ସଂସ୍କୃତି ପାଇଁ ଆମେ ଗର୍ବିତ’

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ ରବିନ୍ଦ୍ର ମଣ୍ଡପ ଠାରେ ଓଡ଼ିଶା ସାହିତ୍ୟ ଏକାଡେମୀର ୬୯ତମ ସ୍ୱନକ୍ଷତ୍ର ଦିବସ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଏକାମ୍ର ବିଧାୟକ ବାବୁ ସିଂ, ସମ୍ବାଦ ଖବରକାଗଜର ସମ୍ପାଦିକା ତନୟା ପଟ୍ଟନାୟକ, ବିଶିଷ୍ଟ ଶିଶୁ ସାହିତ୍ୟିକ ପ୍ରଫେସର ଦାଶ ବେନହୁର, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଶାସନ ସଚିବ ଡ଼. ବିଜୟ କେତନ ଉପାଧ୍ୟାୟ, ସ୍ୱତନ୍ତ୍ର ଶାସନ ସଚିବ ଦେବ ପ୍ରସାଦ ଦାଶ ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ। ଏକାମ୍ର ବିଧାୟକ…

ଗୁହାରି କାର୍ଯ୍ୟକ୍ରମ ଏକ ସ୍ୱତନ୍ତ୍ର ସ୍ଥାନ ଅର୍ଜନ କରିଛି : ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଗୁରୁ କେଳୁଚରଣ ଓଡ଼ିଶୀ ଗବେଷଣା କେନ୍ଦ୍ର ପକ୍ଷରୁ ଆୟୋଜିତ ଭକ୍ତି ସଙ୍ଗୀତ କାର୍ଯ୍ୟକ୍ରମ “ଗୁହାରି” ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ସମାରୋହର ଓଡ଼ିଶାର ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ନିଜର ଅଭିଭାଷଣରେ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ ସଂସ୍କୃତି ବିଭାଗ, ଓଡ଼ିଶୀ ଗବେଷଣା କେନ୍ଦ୍ର, ଗୁହାରି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିବା ସମସ୍ତ କଣ୍ଠଶିଳ୍ପୀ ଓ ଶ୍ରୋତାବୃନ୍ଦଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଥିଲେ। ମହାପ୍ରଭୁ…

ଜନଜାତିଙ୍କ ବିକାଶ ତ୍ୱରାନ୍ୱିତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର : ଆମ ସରକାର ଆସିବା ପରେ ସମାଜର ସବୁ ବର୍ଗର ଉନ୍ନତି ପାଇଁ ପଦକ୍ଷେପ ନେବା ସହିତ ଆଦିବାସୀମାନଙ୍କ ବିକାଶ ପାଇଁ ସ୍ୱତନ୍ତ୍ର ଭାବେ ପଦକ୍ଷେପ ନିଆଯାଇଛି। ଆମ ପାଇଁ ରାଜନୀତି କ୍ଷମତା ଭୋଗ କରିବାର ମାଧ୍ୟମ ନୁହେଁ, ବରଂ ଅନ୍ତିମ ଧାଡିରେ ଥିବା ଗରିବ ଲୋକର ସେବା କରିବାର ମାଧ୍ୟମ, ଯାହାକୁ ଆମେ ଅନ୍ତ୍ୟୋଦୟ କହୁ। ତେଣୁ, ଆପଣମାନେ ଅନ୍ତିମ ଧାଡି ପର୍ଯ୍ୟନ୍ତ ପହଞ୍ଚି, ଲୋକଙ୍କ ପାଇଁ କାମ କରନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ମୋହନ…

ଭବ୍ୟ ରଥଯାତ୍ରାରେ ମହାପ୍ରଭୁ ଶ୍ରୀଜଗନ୍ନାଥ, ପ୍ରଭୁ ବଳଭଦ୍ର ଓ ଦେବୀ ସୁଭଦ୍ରା

ଭୁବନେଶ୍ୱର : ପବିତ୍ର ରଥଯାତ୍ରା ଅବସରରେ ଗୁରୁବାର ଦିନ ପୁରୀରେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ଭକ୍ତଙ୍କ ସହ ସାମିଲ ହୋଇ ମହାପ୍ରଭୁ ଶ୍ରୀଜଗନ୍ନାଥ, ପ୍ରଭୁ ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ଭବ୍ୟ ରଥଯାତ୍ରାରେ ଯୋଗ ଦେଇଛନ୍ତି ଓଡ଼ିଶାର ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ଏବଂ ରାଜ୍ୟର ପ୍ରଥମ ମହିଳା ଡ. ଜୟଶ୍ରୀ କମ୍ଭମପାଟି। ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି ରାଜ୍ୟପାଳ ଓଡ଼ିଶାବାସୀଙ୍କ ଶାନ୍ତି, ସମୃଦ୍ଧି ଓ ସୁଖମୟ ଜୀବନ ପାଇଁ ମହାପ୍ରଭୁଙ୍କ ଆଶୀର୍ବାଦ କାମନା କରିଥିଲେ।…

ବିପ୍ଳବୀ ଚକ୍ରଧର ବେହେରାଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: କନିକା ପ୍ରଜା ଆନ୍ଦୋଳନର କର୍ଣ୍ଣଧାର ତଥା ମହାନ ବିପ୍ଳବୀ ଚକ୍ରଧର ବେହେରାଙ୍କୁ ତାଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଅବସରରେ ଗଭୀର ଶ୍ରଦ୍ଧାସହ ସ୍ମରଣ କରାଯାଇଥିଲା। ଗାନ୍ଧୀବାଦୀ ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ପ୍ରଜାଙ୍କ ଅଧିକାର, ସ୍ୱାଭିମାନ ଓ ନ୍ୟାୟ ପାଇଁ ଆଜୀବନ ସଂଗ୍ରାମ କରିଥିଲେ। ତାଙ୍କର ତ୍ୟାଗ, ସାହସ ଓ ଦେଶପ୍ରେମ ଆଜି ମଧ୍ୟ ଆଗାମୀ ପିଢ଼ି ପାଇଁ ପ୍ରେରଣାର ଉତ୍ସ ବୋଲି ଏହି ଅବସରରେ ମତପ୍ରକାଶ ପାଇଥିଲା। ଚକ୍ରଧର ବେହେରା କନିକା ପ୍ରଜା ଆନ୍ଦୋଳନର ଜଣେ…

‘ଗୁରୁ ପଦ୍ମସମ୍ଭବ ବୌଦ୍ଧ ମହାବିହାର ସହିତ ସହଯୋଗ ସାରା ବିଶ୍ୱର ପର୍ଯ୍ୟଟକମାନଙ୍କ ପାଇଁ  ଆଧ୍ୟାତ୍ମିକ ଅନୁଭୂତି ସୃଷ୍ଟି କରିବ’

ଭୁବନେଶ୍ୱର: ଓଡ଼ିଶାର ସମୃଦ୍ଧ ବୌଦ୍ଧ ସଂସ୍କୃତିର ସଂରକ୍ଷଣ ଏବଂ ପ୍ରସାର ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ଲୋକସେବା ଭବନଠାରେ ପର୍ଯ୍ୟଟନ ବିଭାଗ ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଜିରାଙ୍ଗସ୍ଥିତ ଗୁରୁ ପଦ୍ମସମ୍ଭବ ବୌଦ୍ଧ ମହାବିହାର ସହିତ ଏକ ବୁଝାମଣାପତ୍ର (MoU) ସ୍ୱାକ୍ଷରିତ ହୋଇଛି। ଓଡ଼ିଶାକୁ ବୌଦ୍ଧ ଐତିହ୍ୟ, ଆଧ୍ୟାତ୍ମିକତା, ଗବେଷଣା ଏବଂ ସାଂସ୍କୃତିକ ପର୍ଯ୍ୟଟନ କ୍ଷେତ୍ରରେ ଏକ ବିଶ୍ୱସ୍ତରୀୟ ମାନ୍ୟତାପ୍ରାପ୍ତ କେନ୍ଦ୍ର ଭାବେ ଗଢ଼ି ତୋଳିବା ପାଇଁ ରାଜ୍ୟ ସରକାରଙ୍କ…