ଲୋକଭବନ ଉଦ୍ୟାନ ପରିଦର୍ଶନରେ ଆସିଥିବା ପିଲାଙ୍କ ସହ ଖୁସି ବାଣ୍ଟିଲେ ରାଜ୍ୟପାଳ
ଭୁବନେଶ୍ୱର: ଓଡ଼ିଶାର ରାଜ୍ୟପାଳ ଡକ୍ଟର ହରି ବାବୁ କମ୍ଭମପାଟି ବୁଧବାର ଅପରାହ୍ନରେ ଲୋକଭବନ ଉଦ୍ୟାନ ପରିଦର୍ଶନରେ ଆସିଥିବା ପିଲାମାନଙ୍କ ସହ ଖୁସି ବାଣ୍ଟିଛନ୍ତିl ମକର ସଂକ୍ରାନ୍ତି ଅବସରରେ ରାଜ୍ୟପାଳ ପିଲାମାନଙ୍କୁ ଶୁଭେଚ୍ଛା ଜଣାଇବା ସହିତ ସେମାନଙ୍କ ସହ ଭାବ ବିନିମୟ କରିଥିଲେ ଏବଂ ପିଲାମାନଙ୍କୁ ଚିକି, ଚକୋଲେଟ ଓ କଲମ ବଣ୍ଟନ କରିଥିଲେl ସୁନ୍ଦର ଭୂଦୃଶ୍ୟରେ ସଜ୍ଜିତ ଲୋକଭବନ ଉଦ୍ୟାନ ଏବଂ ଲୋକଭବନ ପରିସରରେ ନୂତନ ଭାବରେ ବିକଶିତ ଅଟଳ ବନ ପରିଦର୍ଶନ କରିଥିବା ପିଲାମାନଙ୍କୁ ଭେଟି…


