୩୬ତମ କୋଣାର୍କ ଉତ୍ସବର ଚତୁର୍ଥ ସନ୍ଧ୍ୟାରେ ମଣିପୁରୀ ଓ ଓଡିଶୀ ନୃତ୍ୟ ଦର୍ଶକଙ୍କ ମନ ମୋହିଲା
କୋଣାର୍କ : ରାଜ୍ୟ ପର୍ଯ୍ୟଟନ ବିଭାଗ ଆନୁକୁଲ୍ୟରେ ତଥା ସଙ୍ଗୀତ ନାଟକ ଏକାଡେମୀ ଓ ଓଡିଶା ପର୍ଯ୍ୟଟନ ଉନ୍ନୟନ ନିଗମର ମିଳିତ ଉଦ୍ୟମରେ କୋଣାର୍କ ଠାରେ ଆୟୋଜିତ ୩୬ତମ କୋଣାର୍କ ଉତ୍ସବର ଚତୁର୍ଥ ସନ୍ଧ୍ୟାରେ ଦେଖିବାକୁ ମିଳିଥିଲା ମଣିପୁରୀ ଓ ଓଡିଶୀ ନୃତ୍ୟର ଅପୂର୍ବ ସମ୍ଭାର। କୋଣାର୍କ ମନ୍ଦିର ହେଉଛି ଅପୂର୍ବ ଶିଳ୍ପକଳା, ପ୍ରାଚୀନ କୀର୍ତ୍ତିରାଜି ଓ ମୂଲ୍ୟବାନ ସାଂସ୍କୃତିକ ପରମ୍ପରାର ଚରମ ନିଦର୍ଶନ। ଓଡ଼ିଶୀ ମନ୍ଦିରର ଚାରୁକାରୁକଳା ସହିତ ପୁରୁଷ ଓ ପ୍ରକୃତିର ଏକ ଶୋଭନୀୟ…


