ରାଜ୍ୟ ସରକାର ଚଳିତ ବର୍ଷ ୭.୫ କୋଟି ବୃକ୍ଷ ରୋପଣ କରିବେ

ଭୁବନେଶ୍ୱର: ଭୁବନେଶ୍ବର ସ୍ଥିତ ଓୟୁଏଟି କୃଷି ଶିକ୍ଷା ସଦନ ଠାରେ ରାଜ୍ୟସ୍ତରୀୟ ବିଶ୍ୱ ପରିବେଶ ଦିବସ ମହାସମାରୋହରେ ପାଳନ ହୋଇଯାଇଛି।  ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାଜ୍ୟ ସରକାର, ଗୋଟିଏ ବର୍ଷରେ ୭.୫ କୋଟି ବୃକ୍ଷ ରୋପଣ କରିବେ ବୋଲି ଘୋଷଣା କରିଛନ୍ତି। ନିଜ ଅଭିଭାଷଣରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ପରିବେଶ ସଂରକ୍ଷଣ ଏବଂ ଜଳବାୟୁ ପରିବର୍ତ୍ତନ ସମ୍ବନ୍ଧରେ ସଚେତନତା ବିସ୍ତାର କରିବା ପାଇଁ ଆଜିର ଦିନଟି ଉତ୍ସର୍ଗୀକୃତ।…

ଭୁବନେଶ୍ୱରରେ ଓଡ଼ିଶାର ପ୍ରଥମ ଡିପ୍ ନ୍ୟୁରାଲ୍ ନେଟୱାର୍କ ଫର ଏରୋସ୍ପେସ୍ ଆଣ୍ଡ ଡିଫେନ୍ସ ଲାବୋରେଟୋରୀ

ଭୁବନେଶ୍ୱର: କୃତ୍ରିମ ବୁଦ୍ଧିମତ୍ତା ଏବଂ ପରବର୍ତ୍ତୀ ପିଢ଼ିର ପ୍ରତିରକ୍ଷା ପ୍ରଯୁକ୍ତିବିଦ୍ୟାରେ ଜାତୀୟ କ୍ଷମତା ବୃଦ୍ଧି କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ମାନ୍ୟବର ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ ଆଜି ଓଡ଼ିଶାର ପ୍ରଥମ ଅତ୍ୟାଧୁନିକ ଡିପ୍ ନ୍ୟୁରାଲ୍ ନେଟୱାର୍କ (DNN) ଲାବୋରେଟୋରୀକୁ ଉଦଘାଟନ କରିଛନ୍ତି। ଏହି ଲାବୋରେଟୋରୀ ଭୁବନେଶ୍ୱରର ନୟାପଲ୍ଲୀରେ କ୍ରିଷ୍ଟେଲାର ଡିଫେନ୍ସ ଆଣ୍ଡ ଏରୋସ୍ପେସ୍ କାର୍ଯ୍ୟାଳୟ ପରିସରରେ ପ୍ରତିଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମରେ ରାଜ୍ୟର ବରିଷ୍ଠ ସରକାରୀ ଅଧିକାରୀ, ପ୍ରତିରକ୍ଷା ବିଶେଷଜ୍ଞ, ଶିକ୍ଷାବିତ୍…

‘ରାଜସ୍ୱ ଅଧିକାରୀ ଜନସାଧାରଣଙ୍କ ଆସ୍ଥା ଭାଜନ ହୁଅନ୍ତୁ’

ଭୁବନେଶ୍ୱର: ଗତ ଦୁଇ ଦିନ ଧରି ଚାଲିଥିବା ରାଜସ୍ୱ ଅଧିକାରୀ ମାନଙ୍କ ସମ୍ମିଳନୀ ଉଦଯାପିତ ହୋଇଛି| ଏହି ଅବସରରେ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ କହିଲେ ଯେ ରାଜସ୍ୱ ଅଧିକାରୀ ମାନଙ୍କୁ ଜନସାଧାରଣ ତଥା ରାଜ୍ୟର ସ୍ୱାର୍ଥକୁ ଆଖି ଆଗରେ ରଖି ନିଷ୍ଠାପର ଭାବେ କାର୍ଯ୍ୟ କରିବାକୁ ପଡିବ|ସାଧାରଣ ଜନତାଟିଏ ସଠିକ ସମୟରେ ଉପଯୁକ୍ତ ନ୍ୟାୟ ପାଇବା ଉଚିତ | ଆପଣମାନଙ୍କୁ ସମସ୍ତ ସମସ୍ୟାର ପୁଙ୍ଖାନୁପୁଙ୍ଖ ଅନୁଧ୍ୟାନ ଓ…

ଷ୍ଟାର୍ଟଅପ୍ ଓଡ଼ିଶା ଦ୍ଵାରା ‘ଏକ୍ସ-ଚେଞ୍ଜ ପ୍ରୋଗ୍ରାମ୍’ ଏବଂ ‘ଲଞ୍ଚପ୍ୟାଡ୍ ୨୦୨୫’

ଭୁବନେଶ୍ୱର: ରାଜ୍ୟରେ ଷ୍ଟାର୍ଟଅପ୍ ପରିବେଶକୁ ସୁଦୃଢ  କରିବାସହ ନବସୃଜନର ସମ୍ଭାବନାକୁ ବଢାଇବା ପାଇଁ ଏମଏସଏମଇ ବିଭାଗ ସହାୟତାରେ ଷ୍ଟାର୍ଟଅପ୍ ଓଡ଼ିଶା,’ଏକ୍ସ-ଚେଞ୍ଜ ପ୍ରୋଗ୍ରାମ୍’ ଏବଂ ‘ଲଞ୍ଚପ୍ୟାଡ୍ ୨୦୨୫ ଆୟୋଜିତ ହୋଇଯାଇଛି l  ଭୁବନେଶ୍ୱରର ଓ-ହବ୍, ଓଡ଼ିଶା ଷ୍ଟାର୍ଟଅପ୍ ଇନକ୍ୟୁବେସନ୍ ସେଣ୍ଟରରେ ଆୟୋଜିତ କର୍ମଶାଳାରେ ଇନକ୍ୟୁବେଟର୍ ମାନଙ୍କୁ ଦକ୍ଷତା ବିକାଶ ଓ ନବସୃଜନର ବିଭିନ୍ନ ଦିଗ ଉପରେ ତାଲିମ ଦିଆଯାଇଥିଲା l ଏହା ସହ ଷ୍ଟାର୍ଟଅପ୍ ଓଡ଼ିଶା ଲଞ୍ଚପ୍ୟାଡ୍ ୨୦୨୫ : ଇନକ୍ୟୁବେଟର ଇଣ୍ଡକ୍ସନ୍ ଏବଂ କ୍ଷମତା ନିର୍ମାଣ କାର୍ଯ୍ୟକ୍ରମ…

ଶିମିଳିପାଳ ଜୈବମଣ୍ଡଳର ପରିବେଶ ସମ୍ବେଦନଶୀଳ ଅଞ୍ଚଳ ଘୋଷଣା ସମ୍ପର୍କରେ ଆଲୋଚନା  

ଭୁବନେଶ୍ୱର: ରାଜ୍ୟ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ବିଭାଗୀୟ ସମ୍ମିଳନୀ କକ୍ଷରେ ମୟୂରଭଞ୍ଜ ଜିଲ୍ଲାର ବିଧାୟକମାନଙ୍କ ସହ ଶିମିଳିପାଳ ଜୈବମଣ୍ଡଳର ପରିବେଶ ସମ୍ବେଦନଶୀଳ ଅଞ୍ଚଳ ଘୋଷଣା ସମ୍ପର୍କରେ ବିଶଦ ଆଲୋଚନା କରିଛନ୍ତି । ବାରିପଦା ବିଧାୟକ ପ୍ରକାଶ ସୋରେନ, ଉଦଳା ବିଧାୟକ ଭାସ୍କର ମଢେଇ, କରଞ୍ଜିଆ ବିଧାୟକ ପଦ୍ମଚରଣ ହାଇବୁରୁ, ବାଙ୍ଗୀରିପୋଷୀ ବିଧାୟିକା ସାଞ୍ଜାଳି ମୁର୍ମୁ ଓ ସରସକଣା ବିଧାୟକ ଭାଦବ ହାଁସଦା ପ୍ରମୁଖ ଏହି ବୈଠକରେ ଉପସ୍ଥିତ…

‘ପ୍ରତି ଗାଁରେ 5ଜଣ ଲକ୍ଷପତି ଦିଦି ସୃଷ୍ଟି ହେବେ ‘

ନିମାପଡ଼ା: ରାଜ୍ୟପାଳ ଡ଼ଃ ହରିବାବୁ କମ୍ଭମପାଟି ଏବଂ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଉପସ୍ଥିତିରେ  ନିମାପଡ଼ାସ୍ଥିତ ନୂଆ ବାରବାଟୀ ପଡ଼ିଆ ଇଣ୍ଡୋର ଷ୍ଟାଡିୟମରେ ପ୍ରଥମ କରି ଆୟୋଜିତ ‘ଉତ୍କର୍ଷ ନିମାପଡ଼ା’ ସମ୍ମିଳନୀର ଉଦଘାଟନ ହୋଇଯାଇଛି । ‘ଉତ୍କର୍ଷ ନିମାପଡ଼ା’ ସମ୍ମିଳନୀର ଶୁଭାରମ୍ଭ ଅବସରରେ ପ୍ରଥମେ ପି ଏମ ଶ୍ରୀ ନିମାପଡ଼ା ଉଚ୍ଚ ବିଦ୍ୟାଳୟ ପରିସରରେ ଭାରତୀୟ ସେନାର ସମ୍ମାନାର୍ଥେ “ଏକ ପେଡ୍ ସେନା କେ ନାମ୍ ” ପରିପ୍ରେକ୍ଷୀରେ ରାଜ୍ୟପାଳ ଡ଼ଃ ହରିବାବୁ କମ୍ଭମପାଟି ଏବଂ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ…

‘ଢେଙ୍କାନାଳ ହେବ ଓଡିଶାର ସୌର ଶକ୍ତି ସମୃଦ୍ଧ ଜିଲ୍ଲା’

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଢେଙ୍କାନାଳ ଠାରେ ପ୍ରାୟ ୫୦ ହଜାର କୋଟି ଟଙ୍କାରୁ ଉର୍ଦ୍ଧ୍ୱ ବିଭିନ୍ନ ଶିଳ୍ପ ପ୍ରକଳ୍ପର ଶୁଭାରମ୍ଭ, ପ୍ରାୟ ୧୮୮ କୋଟି ଟଙ୍କାର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହିତ ପ୍ରାୟ ୧୨୦ କୋଟି ଟଙ୍କା ବ୍ୟୟ ବରାଦରେ, ବାଜି ରାଉତ ସ୍ପୋର୍ଟ୍ସ କମ୍ପ୍ଲେକ୍ସ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ।  ସୂଚନାଯୋଗ୍ୟ ଯେ,  ୧୧୨ କୋଟି ଟଙ୍କାର ୧୨ ଟି…

‘ରାଜସ୍ୱ ବିଭାଗ ସ୍ଵଚ୍ଛ ଏବଂ ଉତ୍ତମ ସରକାରର ଦର୍ପଣ’

ଭୁବନେଶ୍ୱର: ଶାସନ-ପ୍ରଶାସନ ବ୍ୟବସ୍ଥାରେ ତହସିଲଦାରମାନେ ହେଉଛନ୍ତି ଆମ ରାଜସ୍ୱ ପ୍ରଶାସନର ମେରୁଦଣ୍ଡ। ଏଣୁ  ଆପଣ ସମସ୍ତେ ଲୋକଙ୍କ ଅଭିଯୋଗ ଶୁଣନ୍ତୁ ଓ ତାହାର ତ୍ୱରିତ ସମାଧାନ ପାଇଁ ଚେଷ୍ଟା କରନ୍ତୁ l ଆପଣଙ୍କ ଅଫିସ୍ ଲୋକଙ୍କ ପାଇଁ ଭୟର ନୁହେଁ, ବିଶ୍ୱାସର ସ୍ଥାନ ହେଉ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ଠାରେ ଆୟୋଜିତ ରାଜ୍ୟସ୍ତରୀୟ ରାଜସ୍ୱ ଅଧିକାରୀଙ୍କ ସମ୍ମିଳନୀ ତଥା କର୍ମଶାଳାରେ କହିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ…

କେନ୍ଦୁପତ୍ର ତୋଳାଳୀ ଓ ବନ୍ଧାଳିଙ୍କ ପାଇଁ ୪୧ କୋଟି ୧୭ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦେବଗଡ଼ ଜିଲ୍ଲା ଗସ୍ତରେ ଯାଇ ସେଠାରେ ପ୍ରାୟ୨୦୫ କୋଟି ଟଙ୍କା ମୂଲ୍ୟର ୧୫ଟି ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଶୁଭ ଉଦ୍‍ଘାଟନ ଓ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି ।  ଏଥିସହିତ ଦେବଗଡ଼ ଜିଲ୍ଲା ପାଇଁ ୩୦୦ ଶଯ୍ୟା ବିଶିଷ୍ଟ ନବ ନିର୍ମିତ ଡାକ୍ତରଖାନା ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ କରକମଳରେ ଉଦ୍‍ଘାଟିତ ହୋଇଛି । ସୂଚନା ଥାଉକି ଏହି ପ୍ରକଳ୍ପ ଗୁଡିକ ମଧ୍ୟରେ ୧୧ଟି ସ୍ୱାସ୍ଥ୍ୟସେବା ପ୍ରକଳ୍ପ ଏବଂ 4 ଟି ଶିକ୍ଷା…

ଓଡ଼ିଶାର ସମୃଦ୍ଧ ଇତିହାସ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ ଭଳି କାର୍ଯ୍ୟ କରୁ : ସଂସ୍କୃତି ମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାର ଇତିହାସ ହେଉଛି ସମୃଦ୍ଧ। ଏହି ସମୃଦ୍ଧ ଇତିହାସ ଯୁବବର୍ଗଙ୍କୁ ପ୍ରେରିତ କରୁ। ଯୁବପିଢ଼ିଙ୍କ ମଧ୍ୟରେ ଏକ ନୂତନ ଚିନ୍ତା ଚେତନାର ଉନ୍ମେଷ ନିମନ୍ତେ ଆମ ଇତିହାସ ଏକ ମାର୍ଗଦର୍ଶକ ଭଳି କାର୍ଯ୍ୟ କରୁ। ଓଡ଼ିଆ ଜାତୀୟତାବାଦ କେବେ ହେଲେ ମଧ୍ୟ ଆଞ୍ଚଳିକତାବାଦ ମଧ୍ୟରେ ସୀମିତ ନୁହେଁ। ବିଭିନ୍ନ ବିଷୟବସ୍ତୁ ଉପରେ ଆଲୋଚନା କରିବା, ବିଚାର ଓ ବିତର୍କ କରି ନିଷ୍କର୍ଷରେ ଉପନୀତ ହେବା ହେଉଛି ଆମ ଗଣତାନ୍ତ୍ରିକ ରାଷ୍ଟ୍ରର ସୌନ୍ଦର୍ଯ୍ୟ। ତେଣୁ ଓଡ଼ିଶା ସାହିତ୍ୟ…