କଳିଙ୍ଗ ଷ୍ଟାଡିୟମରେ ବିଭିନ୍ନ ରାଜ୍ୟର ଯୁବ ରଗବୀ ଖେଳାଳୀ

ଭୁବନେଶ୍ବର: ଓଡ଼ିଶାରେ ଆୟୋଜିତ ହେଉଛି ୬୯ ତମ ଜାତୀୟ ବିଦ୍ୟାଳୟ ସମୂହ (SGFI) ୧୭ ବର୍ଷ  ଓ  ୧୪ ବର୍ଷରୁ କମ୍ ଉଭୟ ବାଳକ ଓ ବାଳିକା ଖେଳାଳୀମାନଙ୍କୁ ନେଇ ଜାତୀୟ ବିଦ୍ୟାଳୟସ୍ତରୀୟ ରଗବୀ ଚାମ୍ପିଅନସିପ ୨୦୨୫-୨୬। ଭୁବନେଶ୍ବରସ୍ଥିତ କଳିଙ୍ଗ ଷ୍ଟାଡିୟମଠାରେ ବିଭିନ୍ନ ରାଜ୍ୟର ରଗବୀ ଖେଳାଳୀଙ୍କୁ ନେଇ ଓଡ଼ିଶାରେ ଜାତୀୟସ୍ତରୀୟ ଖେଳର ଆୟୋଜନ କରାଯାଇଛି। ଉଦଘାଟନୀ ସମାରୋହରେ ମୁଖ୍ୟ ଅତିଥି ଭାବେ କ୍ରୀଡ଼ା ଓ ଯୁବସେବା ବିଭାଗର କମିଶନର ତଥା ଶାସନ ସଚିବ ଭୂପେନ୍ଦ୍ର ସିଂ…

ହ୍ବାଟସଆପରେ ହେବ ରାଜସ୍ୱ ସେବା ସମ୍ପର୍କିତ ଅଭିଯୋଗ ଗ୍ରହଣ

ଭୁବନେଶ୍ୱର : ଲୋକସେବା ଭବନଠାରେ ମାନ୍ୟବର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ବିଭିନ୍ନ ବିଭାଗୀୟ କାର୍ଯ୍ୟ ସହ ଆମ ସାଥୀ ଚାଟ୍ ବଟ୍ ର ଉପଯୋଗିତା ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି l ଏହି ଅବସରରେ ହ୍ବାଟସଆପ୍ ମାଧ୍ୟମରେ ବର୍ତ୍ତମାନ୍ ଉପଲବ୍ଧ ଥିବା ଆମ ସାଥୀ ଚାଟ୍ ବଟକୁ ରାଜସ୍ୱ ସେବା ପ୍ରଦାନ ନିମନ୍ତେ ଅଧିକ ସହଜ ଏବଂ ଲୋକାଭିମୁଖୀ କରିବାକୁ ମାନ୍ୟବର ରାଜସ୍ୱ ମନ୍ତ୍ରୀ…

‘ରାଜସ୍ୱ ବିଭାଗ ପାଠାଗାର ବିଭାଗୀୟ ଅଧିକାରୀମାନଙ୍କ ଦକ୍ଷତା ବିକାଶ କରିବ’

ଭୁବନେଶ୍ୱର: ଲୋକସେବା ଭବନଠାରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ନୂତନ ପାଠାଗାରକୁ ମନ୍ତ୍ରୀ ସୁରେଶ ପୂଜାରୀ ଉଦଘାଟନ କରିଛନ୍ତିl ଏହି ଅବସରରେ ମାନ୍ୟବର ରାଜସ୍ୱ ମନ୍ତ୍ରୀ ପାଠାଗାରରେ ଥିବା ସମ୍ବିଧାନ ପୁସ୍ତକର କିଛି ପୃଷ୍ଠା ପଢିବା ସହ ପାଠାଗାରର ପ୍ରଥମ ପାଠକ ଭାବେ ରେଜିଷ୍ଟରରେ ମନ୍ତବ୍ୟ ଲେଖିବା ସହ ଦସ୍ତଖତ କରିଥିଲେl ରାଜସ୍ୱ ବିଭାଗରେ ଏହି ପାଠାଗାର ବିଭାଗୀୟ ଅଧିକାରୀମାନଙ୍କ ଦକ୍ଷତା ବିକାଶ କରିବା ସହ ଉଭୟ ବ୍ୟକ୍ତିଗତ ଏବଂ ପ୍ରଶାସନିକ ସ୍ତରରେ ଖୁବ୍ ଉପଯୋଗୀ…

ଅମର ଶହୀଦ ରଘୁ–ଦିବାକରଙ୍କ ଶ୍ରାଦ୍ଧଦିବସରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ରଣପୁର ପ୍ରଜାମଣ୍ଡଳ ଆନ୍ଦୋଳନରେ ଅଦମ୍ୟ ସାହସ ଓ ଅପରିମିତ ତ୍ୟାଗର ପରିଚୟ ଦେଇ ଇଂରେଜ ଶାସନ ବିରୋଧରେ ସଂଗ୍ରାମ କରି ଜୀବନ ବଳିଦାନ କରିଥିବା ଅମର ଶହୀଦ ରଘୁନାଥ ମହାନ୍ତି ଓ ଦିବାକର ପରିଡ଼ାଙ୍କୁ ତାଙ୍କ ଶ୍ରାଦ୍ଧଦିବସ ଅବସରରେ ଗଭୀର ଶ୍ରଦ୍ଧା ସହ ସ୍ମରଣ କରାଯାଇଥିଲା। ତାଙ୍କର ତ୍ୟାଗ ଓ ଦେଶପ୍ରେମ ଆଜି ମଧ୍ୟ ସମାଜକୁ ପ୍ରେରିତ କରୁଥିବାରୁ ତାଙ୍କ ଆଦର୍ଶ ସଦା ପଥପ୍ରଦର୍ଶକ ହୋଇ ରହିବ ବୋଲି ଏହି ଅବସରରେ ମତ ପ୍ରକାଶ ପାଇଥିଲା।…

ଆମ ଭାଷା ଆମର ପରିଚୟ ଓ ଗର୍ବ

ଭୁବନେଶ୍ୱର: ୧ ଏପ୍ରିଲ ‘ଓଡ଼ିଶା ଦିବସ’ରୁ ୧୪ ଏପ୍ରିଲ ‘ଓଡ଼ିଆ ନବବର୍ଷ’ପର୍ଯ୍ୟନ୍ତ ସାରା ରାଜ୍ୟରେ ‘ଓଡ଼ିଆ ପକ୍ଷ-୨୦୨୬’ପାଳନ କରାଯାଉଛି। ଏହି ଅବସରରେ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ପକ୍ଷରୁ ସମସ୍ତ ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନଗୁଡ଼ିକରେ ଓଡ଼ିଆ ଭାଷାରେ ସ୍ପଷ୍ଟ ଭାବେ ନାମଫଳକ ପ୍ରଦର୍ଶନ କରିବା ପାଇଁ ଏକ ବ୍ୟାପକ ସଚେତନତା ଅଭିଯାନ ଓ ପଦଯାତ୍ରା ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ଲୋଅର ପିଏମ୍‌ଜି ଠାରୁ ଶ୍ରମ ଆୟୁକ୍ତଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଆୟୋଜିତ ଏହି…

ପିଲାଙ୍କ ପାଠ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ, ହାତଧରି ଲେଖାଇଲେ ମା, ‘ବାପା’

ଭୁବନେଶ୍ୱର : ରାଜ୍ୟର ପ୍ରତି ଗାଁରେ, ପ୍ରତି ସାହିଗଳିରେ ବିଦ୍ୟା ଆରମ୍ଭ ପର୍ବକୁ ଉତ୍ସବ ଭାବେ ପାଳନ କରାଯାଉଛି। ଏହାଦ୍ୱାରା ପିଲାଙ୍କ ନାମଲେଖା ପାଇଁ ବାପା ମା’ମାନେ ଉତ୍ସାହିତ ହେଉଛନ୍ତି। ରାଜ୍ୟ ସ୍ତରୀୟ  ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମ-୨୦୨୬ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହା କହିଛନ୍ତି। ଭୁବନେଶ୍ୱର ରାଜଭବନ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ଖଡି ଓ ସିଲଟରେ ମା’ଓ ବାପା ଶବ୍ଦ ଲେଖାଇ ପାଠପଢା…

‘ଟିମ୍ ଓଡ଼ିଶା’କୁ ୧୫ଟି ସ୍ୱର୍ଣ୍ଣ ସହ ମୋଟ ୫୭ ପଦକ

ଭୁବନେଶ୍ଵର: ‘ଇଣ୍ଡିଆ ସ୍କିଲ୍ସ ୨୦୨୫-୨୬’ ଜାତୀୟସ୍ତରୀୟ ପ୍ରତିଯୋଗିତାରେ ଓଡ଼ିଶାର ପ୍ରତିଯୋଗୀମାନେ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ‘ଟିମ୍ ଓଡ଼ିଶା’ ଏହି ପ୍ରତିଯୋଗିତାରେ ୧୫ଟି ସ୍ୱର୍ଣ୍ଣ ସହ ମୋଟ ୫୭ଟି ପଦକ ହାସଲ କରି ଚାମ୍ପିୟନ ହୋଇଛି। ଗୁରୁବାର ଦିନ ଗ୍ରେଟର ନୋଏଡାର ‘ଇଣ୍ଡିଆ ଏକ୍ସପୋ ସେଣ୍ଟର’ଠାରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ସଫଳ ପ୍ରତିଯୋଗୀମାନଙ୍କୁ ସମ୍ମାନିତ କରାଯାଇଥିଲା। ‘ଇଣ୍ଡିଆ ସ୍କିଲ୍ସ’ରେ ଶ୍ରେଷ୍ଠ ପ୍ରଦର୍ଶନ କରିଥିବା ପ୍ରତିଯୋଗୀଙ୍କୁ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ମାନ୍ୟବର ମନ୍ତ୍ରୀ ଶ୍ରୀ…

ଏପ୍ରିଲ ୧ରୁ ୧୪ ତାରିଖ ପର୍ଯ୍ୟନ୍ତ ପାଳନ ହେଉଛି ଓଡ଼ିଆ ପକ୍ଷ

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଏପ୍ରିଲ ୧ରୁ ୧୪ ତାରିଖ ପର୍ଯ୍ୟନ୍ତ ପାଳନ ହେଉଛି ଓଡ଼ିଆ ପକ୍ଷ। ଓଡ଼ିଆ ପକ୍ଷ ପାଳନର ଦ୍ଵିତୀୟ ଦିବସରେ ଓଡ଼ିଶା ବାସୀ ପାରମ୍ପରିକ ପୋଷାକ ପରିଧାନ କରି “ଆମ ପୋଷାକ ଆମ ପରିଚୟ” ଅଭିଯାନରେ ସାମିଲ ହୋଇଛନ୍ତି। ହସ୍ତତନ୍ତ ଆମ ସାଂସ୍କୃତିକ ବିବିଧତା ଓ ଗୌରବମୟ ଐତିହ୍ୟର ପ୍ରତୀକ। ଓଡ଼ିଆ ଅସ୍ମିତାର ନିଚ୍ଛକ ନିଦର୍ଶନ। ଓଡ଼ିଶାର ପୁରପଲ୍ଲୀ ଠାରୁ ଆରମ୍ଭ କରି ରାଜଧାନୀ ଭୁବନେଶ୍ୱର…

“ସୁନ୍ଦର, ସକ୍ଷମ, ସୁଦୃଢ଼ ଅଙ୍ଗନବାଡ଼ି ଆମର ଲକ୍ଷ୍ୟ”: ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର:  ଓଡ଼ିଶାର ୩୦ଟି ଜିଲ୍ଲାରେ ନିର୍ମିତ ୧,୮୮୯ଟି ନୂତନ ଅଙ୍ଗନବାଡ଼ି କେନ୍ଦ୍ର (AWC) ଭୁବନେଶ୍ୱରସ୍ଥିତ ମହିଳା ଓ ଶିଶୁ ବିକାଶ ବିଭାଗର ସମ୍ମିଳନୀ କକ୍ଷରେ ଆଭାସୀ ମାଧ୍ୟମରେ ଉଦ୍‌ଘାଟିତ ହୋଇଯାଇଛି। ଉପ-ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଏବଂ ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା ଏହି କେନ୍ଦ୍ରଗୁଡ଼ିକୁ ଉଦ୍‌ଘାଟନ କରିଥିବାବେଳେ ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ରବି ନାରାୟଣ ନାଏକ ଏହି ଅବସରରେ ଉପସ୍ଥିତ ଥିଲେ। ଏହି ଅବସରରେ…

ଓଡ଼ିଶାକୁ ସୁରକ୍ଷିତ, ଶାନ୍ତିପୂର୍ଣ୍ଣ ଓ ନିଶାମୁକ୍ତ ରାଜ୍ୟରେ ପରିଣତ କରିବା ପାଇଁ ପୋଲିସ ସଂକଳ୍ପବଦ୍ଧ

କଟକ: ଓଡ଼ିଶା ପୋଲିସର ମୂଳ ମନ୍ତ୍ର ହେଉଛି “ସେବା ଓ ସୁରକ୍ଷା”। ଏହା କେବଳ ଏକ ଶବ୍ଦ ନୁହେଁ, ଏହା ଆମର ପରିଚୟ। ଆଗାମୀ ଦିନରେ ଓଡ଼ିଶାକୁ ଏକ ସୁରକ୍ଷିତ, ଶାନ୍ତିପୂର୍ଣ୍ଣ ଓ ନିଶାମୁକ୍ତ ରାଜ୍ୟରେ ପରିଣତ କରିବା ପାଇଁ ଓଡ଼ିଶା ପୋଲିସ ସଂକଳ୍ପବଦ୍ଧ ହୋଇ କାର୍ଯ୍ୟ କରୁଛି ବୋଲି ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ କହିଛନ୍ତି। କଟକର ବକ୍ସିବଜାରସ୍ଥିତ ରିଜର୍ଭ ପୋଲିସ ପଡିଆରେ ଆୟୋଜିତ ଓଡ଼ିଶା ପୋଲିସର ୯୧ତମ ପ୍ରତିଷ୍ଠା ଦିବସ ଅବସରରେ…