Category: Development
୪୦ ରୁ ୮୦ ବର୍ଷ କଳାକାରଙ୍କ ଭତ୍ତା ୩୦୦୦ ଟଙ୍କାକୁ ବୃଦ୍ଧି
ଭୁବନେଶ୍ୱର/କେନ୍ଦୁଝର : ରାଜ୍ୟର ପାରମ୍ପରିକ କଳାକାରଙ୍କ ପାଇଁ ଖୁସିର ଖବର। ୨୦୨୫ ଶେଷ ହୋଇ ୨୦୨୬ ଆରମ୍ଭ ହେଉଥିବା ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାକାର ମାନଙ୍କ ଭତ୍ତା ବୃଦ୍ଧି କରିଛନ୍ତି। କେନ୍ଦୁଝରର ପାର୍କଲେନ ଠାରେ ଆୟୋଜିତ ୪୮ ତମ ରାଜ୍ୟସ୍ତରୀୟ ପାଲା ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଏହା ଘୋଷଣା କରିଛନ୍ତି। ଏହାଦ୍ବାରା ରାଜ୍ୟ କଳାକାର ଓ ସେମାନଙ୍କ ପରିବାର ବର୍ଗଙ୍କ ମଧ୍ୟରେ ଖୁସି ଓ ଆନନ୍ଦର ପରିବେଶ ସୃଷ୍ଟି ହୋଇଛି। ଓଡ଼ିଆ ଅସ୍ମିତାର ସୁରକ୍ଷା ଓ…
ଓଡ଼ିଶା ରାଜ୍ୟ ସଂଗ୍ରହାଳୟ ଓଡ଼ିଆ ଅସ୍ମିତାର ବାର୍ତ୍ତା ବହ : ଏକାମ୍ର ବିଧାୟକ
ଭୁବନେଶ୍ୱର : ଓଡ଼ିଶା ରାଜ୍ୟ ସଂଗ୍ରହାଳୟର ୬୮ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ସଂଗ୍ରହାଳୟର ପ୍ରତିଷ୍ଠା ଦିବସ ପାଳନ କାର୍ଯ୍ୟକ୍ରମରେ ଏକାମ୍ର ବିଧାୟକ ବାବୁ ସିଂ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ନିଜର ଅଭିଭାଷଣରେ ସେ କହିଥିଲେ ଯେ, “ଓଡ଼ିଶା ରାଜ୍ୟ ସଂଗ୍ରହାଳୟ ହେଉଛି ଆମ ଓଡ଼ିଆ ଅସ୍ମିତାର ବାର୍ତ୍ତା ବହକ। ଓଡ଼ିଶା ରାଜ୍ୟ ସଂଗ୍ରହାଳୟରେ ଓଡ଼ିଶାର ଇତିହାସକୁ ଖୁବ ସୁନ୍ଦର ଭାବେ ପ୍ରଦର୍ଶିତ କରାଯାଇଛି। ଏଥିସହ ଓଡ଼ିଶାର କଳା, ସାହିତ୍ୟ, ସଂସ୍କୃତି ଓ ଐତିହ୍ୟର ଗାଥାକୁ…
ତମାଣ୍ଡୋ ଫୁଟବଲ୍ ପଡ଼ିଆ ଓ ସିନ୍ଥେଟିକ ଟ୍ରାକ୍ କାର୍ଯ୍ୟର ସମୀକ୍ଷା
ଭୁବନେଶ୍ୱର : ଭୁବନେଶ୍ୱର ତମାଣ୍ଡୋସ୍ଥିତ ସରକାରୀ ଶାରୀରିକ ଶିକ୍ଷା ମହାବିଦ୍ୟାଳୟ (GCPE) ପରିସରରେ ଏକ ନୂତନ ୨୫ ମିଟର ବିଶିଷ୍ଟ ଇନଡୋର ସୁଇମିଂପୁଲର ଶୁଭ ଉଦଘାଟନ ହୋଇଯାଇଛି। କ୍ରୀଡ଼ା ଓ ଯୁବ ସେବା ବିଭାଗ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ପ୍ରକଳ୍ପର ଲୋକାର୍ପଣ କରିଛନ୍ତି। ଏହି ପୁଲ ଓଡ଼ିଶା ସେତୁ ଓ ନିର୍ମାଣ ନିଗମ (OBCC) ଦ୍ୱାରା ପ୍ରାୟ ୧୧.୬୯ କୋଟି ଟଙ୍କା ବ୍ୟୟରେ ନିର୍ମିତ ହୋଇଛି। ଏହି କାର୍ଯ୍ୟକ୍ରମରେ ,…
OMSA ଦ୍ୱାରା କରାଯାଇଥିବା ବିଭିନ୍ନ ଦାବିଗୁଡ଼ିକ ଅନୁଧ୍ୟାନ କରିବା ନିମନ୍ତେ ଅନ୍ତର୍ବିଭାଗୀୟ କମିଟି ଗଠନ
ଭୁବନେଶ୍ୱର: ରାଜ୍ୟର ସାଧାରଣ ଲୋକଙ୍କ ହିତକୁ ଦୃଷ୍ଟିରେ ରଖି ଓ ଚିକିତ୍ସା ସେବାକୁ ଅଧିକ ସୁଦୃଢ଼ କରିବା ଉଦ୍ଦେଶ୍ୟରେ, ଓଡ଼ିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଳ୍ୟାଣ ବିଭାଗ ପକ୍ଷରୁ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏସନ (OMSA) ଦ୍ୱାରା କରାଯାଇଥିବା ବିଭିନ୍ନ ଦାବିଗୁଡ଼ିକର ଅନୁଧ୍ୟାନ କରିବା ନିମନ୍ତେ ଏକ ଅନ୍ତର୍ବିଭାଗୀୟ କମିଟି ଗଠନ କରାଯାଇଛି। ଏହି କମିଟି ଅତିରିକ୍ତ ମୁଖ୍ୟ ସଚିବ, GA & PG ବିଭାଗଙ୍କ ଅଧ୍ୟକ୍ଷତାରେ ଗଠିତ ହୋଇଛି। କମିଟିର ସଦସ୍ୟ ଭାବେ ଅର୍ଥ…
କଳିଙ୍ଗ ଷ୍ଟାଡ଼ିୟମରେ ଯୁବ ମହୋତ୍ସବ ଉଦ୍ଯାପିତ
ଭୁବନେଶ୍ୱର: ଓଡ଼ିଶାର ଯୁବପିଢ଼ିଙ୍କ ପ୍ରତିଭା ଓ ଉତ୍ସାହର ପ୍ରତୀକ ସାଜିଥିବା ‘ରାଜ୍ୟ ଯୁବ ମହୋତ୍ସବ-୨୦୨୫’ କଳିଙ୍ଗ ଷ୍ଟାଡିୟମଠାରେ ସଫଳତାର ସହ ସମାପ୍ତ ହୋଇଛି। ଗତ ୨୪ ଡିସେମ୍ବରରୁ ଆରମ୍ଭ ହୋଇଥିବା ଏହି ତିନି ଦିନିଆ ମହୋତ୍ସବରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରୁ ଆସିଥିବା ଯୁବ ପ୍ରତିଭାମାନେ ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। ରାଜ୍ୟ ଯୁବ ମହୋତ୍ସବର ବିଜୟୀ ପ୍ରତିଭାମାନେ ଆଗାମୀ ଦିନରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା “ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ” ରେ ଓଡ଼ିଶାର ପ୍ରତିନିଧିତ୍ବ…
‘ସୃଜନ’ରେ ମିଳିବ ରେଳଟିକଟ ଓ ପର୍ଯ୍ୟଟନ ସୂଚନା ସୁବିଧା
ଭୁବନେଶ୍ୱର : ଖାରବେଳଭବନର ପ୍ରଥମ ମହଲାରେ ଗୃହ ଓ ନଗର ଉନ୍ନୟନ ବିଭାଗ ତରଫରୁ ଏକ କ୍ୟାଣ୍ଟିନ ‘ସୃଜନ’ଲୋକାର୍ପିତ ହୋଇଛି। ଆଇଆରସିଟିସି ଦ୍ୱାରା ପରିଚାଳିତ ଏହି କ୍ୟାଣ୍ଟିନକୁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର ଆନୁଷ୍ଠାନିକ ଭାବେ ଉଦଘାଟନ କରିଛନ୍ତି। ଏହି ଅବସରରେ ମନ୍ତ୍ରୀ ଡକ୍ଟର ମହାପାତ୍ର କହିଛନ୍ତି ଯେ ଏଠାରେ କାର୍ଯ୍ୟ କରୁଥିବା ବିଭାଗଗୁଡିକର ପ୍ରାୟ ସାତଶହରୁ ଅଧିକ କର୍ମଚାରୀ ଉପକୃତ ହୋଇପାରିବେ। ଏତଦ୍ବ୍ୟତିତ ବିଭିନ୍ନ ସମୟରେ ଖାରବେଳଭବନକୁ ବିଭିନ୍ନ…
‘ଓଡ଼ିଶାର ଯୁବଶକ୍ତି ବିକଶିତ ଭାରତର ସାରଥୀ ହେବେ’
ଭୁବନେଶ୍ୱର: ଭୁବନେଶ୍ୱର କଳିଙ୍ଗ ଷ୍ଟାଡ଼ିୟମ ପରିସରରେ ‘ରାଜ୍ୟ ଯୁବ ମହୋତ୍ସବ ୨୦୨୫’ ମହାସମାରୋହରେ ଉଦ୍ଘାଟିତ ହୋଇଯାଇଛି। ରାଜ୍ୟ କ୍ରୀଡ଼ା ଓ ଯୁବ ସେବା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଏହି ମହୋତ୍ସବକୁ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଛନ୍ତି। ଓଡ଼ିଶାର ଯୁବ ସମାଜ ମଧ୍ୟରେ ଉତ୍ସାହ, ସୃଜନଶୀଳତା ଏବଂ ନୂତନ ଜାଗରଣ ସୃଷ୍ଟି କରିବା ଲକ୍ଷ୍ୟରେ ଆୟୋଜିତ ଏହି ଉତ୍ସବରେ ସାରା ଓଡ଼ିଶାର କୋଣ ଅନୁକୋଣରୁ ଯୁବ ପ୍ରତିଭାମାନେ ଏକତ୍ରିତ ହୋଇଛନ୍ତି। ଏହି ଅବସରରେ ଉଦ୍ବୋଧନ ଦେଇ ମନ୍ତ୍ରୀ ଶ୍ରୀ…
ଅନ୍ତର୍ଜାତୀୟ ଓଡ଼ିଶୀ ନୃତ୍ୟ ମହୋତ୍ସବ ଆରମ୍ଭ
ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଗୁରୁ କେଳୁଚରଣ ଓଡ଼ିଶୀ ଗବେଷଣା କେନ୍ଦ୍ର ପକ୍ଷରୁ ଡିସେମ୍ବର ୨୬ ତାରିଖରୁ ୩୦ ତାରିଖ ପର୍ଯ୍ୟନ୍ତ ୫ଦିନ ଧରି ଅନ୍ତର୍ଜାତୀୟ ଓଡ଼ିଶୀ ନୃତ୍ୟ ମହୋତ୍ସବ ଭୁବନେଶ୍ୱରସ୍ଥିତ ରବୀନ୍ଦ୍ର ମଣ୍ଡପ ଠାରେ ଆୟୋଜନ କରାଯାଇଛି। ଚଳିତ ବର୍ଷ ଅନ୍ତର୍ଜାତୀୟ ଓଡ଼ିଶୀ ନୃତ୍ୟ ମହୋତ୍ସବରେ ପ୍ରାୟ ୩୫୦ ଜଣ ନୃତ୍ୟଶିଳ୍ପୀ ଅଂଶଗ୍ରହଣ କରୁଛନ୍ତି। ଭାରତ ବାହାରୁ ପ୍ରାୟ ୧୫ ଜଣ ଓଡ଼ିଶୀ ନୃତ୍ୟଶିଳ୍ପୀ ଅଂଶଗ୍ରହଣ କରିବେ। ଓଡ଼ିଶା…
ମହାନଦୀ ଆନ୍ତଃରାଜ୍ୟ ଜଳବିବାଦ ଉପରେ ଆନ୍ତଃମନ୍ତ୍ରୀସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ
ଭୁବନେଶ୍ୱର: ମହାନଦୀ ଆନ୍ତଃରାଜ୍ୟ ଜଳ ସମସ୍ୟା ଉପରେ ଆନ୍ତଃମନ୍ତ୍ରୀସ୍ତରୀୟ କମିଟିର ପ୍ରଥମ ବୈଠକ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଜଳସମ୍ପଦ ବିଭାଗର ରାଜୀବ୍ ଭବନରେ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ମନ୍ତ୍ରୀ ସୁରେଶ ପୂଜାରୀ, ପୃଥ୍ବୀରାଜ ହରିଚନ୍ଦନ ଏବଂ ସମ୍ପଦ ଚନ୍ଦ୍ର ସ୍ୱାଇଁ; ବିଧାୟକ ସରୋଜ କୁମାର ପ୍ରଧାନ, ନିରଞ୍ଜନ ପୂଜାରୀ ଏବଂ ସୋଫିଆ ଫିରଦୌସ ଯୋଗ ଦେଇଥିଲେ। ବିଧାୟକ ଜୟନାରାୟଣ ମିଶ୍ର ଆଭାଷୀ (virtual) ମାଧ୍ୟମରେ ବୈଠକରେ ଅଂଶଗ୍ରହଣ କରିଥିଲେ। ମୁଖ୍ୟ ଶାସନ ସଚିବ…


