ମହାନଦୀ ଆନ୍ତଃମନ୍ତ୍ରାଳୟ କମିଟିର ପରବର୍ତ୍ତୀ ବୈଠକ ୨୦୨୬ ଜାନୁଆରୀରେ
ଭୁବନେଶ୍ୱର: ମହାନଦୀ ଆନ୍ତଃରାଜ୍ୟ ଜଳ ସମସ୍ୟା ଉପରେ ଆନ୍ତଃମନ୍ତ୍ରୀସ୍ତରୀୟ କମିଟିର ପ୍ରଥମ ବୈଠକ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଜଳସମ୍ପଦ ବିଭାଗର ରାଜୀବ୍ ଭବନରେ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ମନ୍ତ୍ରୀ ସୁରେଶ ପୂଜାରୀ, ପୃଥ୍ବୀରାଜ ହରିଚନ୍ଦନ ଏବଂ ସମ୍ପଦ ଚନ୍ଦ୍ର ସ୍ୱାଇଁ; ବିଧାୟକ ସରୋଜ କୁମାର ପ୍ରଧାନ, ନିରଞ୍ଜନ ପୂଜାରୀ ଏବଂ ସୋଫିଆ ଫିରଦୌସ ଯୋଗ ଦେଇଥିଲେ। ବିଧାୟକ ଜୟନାରାୟଣ ମିଶ୍ର ଆଭାଷୀ (virtual) ମାଧ୍ୟମରେ ବୈଠକରେ ଅଂଶଗ୍ରହଣ କରିଥିଲେ। ମୁଖ୍ୟ ଶାସନ ସଚିବ…


