ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ଛାତ୍ରଛାତ୍ରୀଙ୍କ ନିମନ୍ତେ ଦକ୍ଷତା ବିକାଶ ପ୍ରଶିକ୍ଷଣ ଉଦଯାପିତ

ଭୁବନେଶ୍ବର : ସରକାରୀ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ନେଇ ଭୁବନେଶ୍ୱରସ୍ଥିତ ବିଶ୍ବ ଦକ୍ଷତା କେନ୍ଦ୍ର(World Skill Centre) ଓ ସେଣ୍ଟ୍ରାଲ୍ ଟୁଲ୍ ରୁମ୍ ଆଣ୍ଡ ଟ୍ରେନିଂ ସେଣ୍ଟର (ସିଟିଟିସି) ଠାରେ ପାଞ୍ଚ ଦିବସୀୟ ଆବାସିକ ବ୍ୟବହାରିକ ଦକ୍ଷତା ବିକାଶ ( Hands on Skill ) ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି। ଭୁବନେଶ୍ବରସ୍ଥିତ ବିଶ୍ବ ଦକ୍ଷତା କେନ୍ଦ୍ରଠାରେ ଉଦଯାପନୀ ଉତ୍ସବରେ  ମୁଖ୍ୟ ଅତିଥି ଭାବେ ଯୋଗ ଦେଇ  ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶିକା…

ଭୁବନେଶ୍ୱରର ଇନ୍‌ଫୋଭ୍ୟାଲି ଠାରେ ସିକ୍‌ସେମ୍‌ (SiCSem) ପ୍ରାଇଭେଟ୍ ଲିମିଟେଡର ଭୂମି ପୂଜନ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ଓଡିଶା ସେମିକଣ୍ଡକ୍ଟର କ୍ଷେତ୍ରରେ ଆଉ ଏକ ପାଦ ଆଗକୁ ବଢିଛି। ଭୁବନେଶ୍ୱରର ଇନ୍‌ଫୋଭ୍ୟାଲିଠାରେ SiCSem ପ୍ରାଇଭେଟ୍ ଲିମିଟେଡର ଭୂମି ପୂଜନ ସମାରୋହରେ ଯୋଗଦେଇଛନ୍ତି। ସୂଚନାଯୋଗ୍ୟ ଯେ ସମୁଦାୟ ୨୦୦୦ କୋଟି ଟଙ୍କାର ପୁଞ୍ଜିନିବେଶରେ ଏହି ମ୍ୟାନୁଫାକ୍ଚରିଂ ୟୁନିଟର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି।  ଏହି ପ୍ରକଳ୍ପ କାର୍ଯ୍ୟକ୍ଷମ ହେବାଦ୍ୱାରା ପ୍ରାୟ ୧୦୦୦ ପ୍ରଫେସନାଲ ମାନଙ୍କୁ ନିଯୁକ୍ତି ମିଳିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ଅବସରରେ ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ କହିଛନ୍ତି…

‘ରାଜ୍ୟ ଓ ଜିଲ୍ଲାସ୍ତରରେ ପ୍ରଦୂଷଣ ନିୟନ୍ତ୍ରଣ କାର୍ୟ୍ୟକ୍ରମ ତଦାରଖ ବ୍ୟବସ୍ଥାକୁ ଅଧିକ ପ୍ରଭାବୀ କର’

ଭୁବନେଶ୍ୱର: ରାଜ୍ୟରେ ପ୍ରଦୂଷଣ ନିୟନ୍ତ୍ରଣ ସଂପର୍କିତ ୬ଷ୍ଠ ପରିଚାଳନା କମିଟି ବୈଠକ ଶୁକ୍ରବାର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ, ଓଡ଼ିଶା ତରଫରୁ ଆହୂତ ଏହି ବୈଠକରେ ରାଜ୍ୟ ସ୍ତରରେ ଏବଂ ଜିଲ୍ଲାସ୍ତରରେ ପ୍ରଦୂଷଣ ନିୟନ୍ତ୍ରଣ ପାଇଁ  ନିଆଯାଉଥିବା ବିଭିନ୍ନ ପଦକ୍ଷେପର ତଦାରଖ ବ୍ୟବସ୍ଥାକୁ ଅଧିକ ପ୍ରଭାବୀ କରିବାକୁ ମୁଖ୍ୟ ଶାସନ ସଚିବ ବୈଠକରେ ଗୁରୁତ୍ୱ ଦେଇଛନ୍ତି।  ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ଅନ୍ୟମାନଙ୍କ…

ଉଚ୍ଚ ଶିକ୍ଷାନୁଷ୍ଠାନର ବିକାଶ ପାଇଁ ସଂକଳ୍ପବଦ୍ଧ ହେବା : ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

ଭୁବନେଶ୍ୱର : ଉଚ୍ଚଶିକ୍ଷା ବିଭାଗ, ଓଡିଶା ରାଜ୍ୟ ଉଚ୍ଚଶିକ୍ଷା ପରିଷଦ ଓ ଜାଭିୟର ଇନଷ୍ଟିଚ୍ୟୁଟ ଅଫ୍ ମ୍ୟାନେଜମେଣ୍ଟ ଭୁବନେଶ୍ୱରର ମିଳିତ ସହଯୋଗରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଓ ବରିଷ୍ଠ ଅଧ୍ୟାପକମାନଙ୍କ ପାଇଁ ଦକ୍ଷତା ଓ ନେତୃତ୍ୱ ବିକାଶ କର୍ମଶାଳାର ଆୟୋଜନ କରାଯାଇଛି। ଅକ୍ଟୋବର ୨୭ ତାରିଖ ଠାରୁ ନଭେମ୍ବର ୧ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହୋଇଥିବା ଏହି କର୍ମଶାଳାରେ ୩୬ଟି ସରକାରୀ ମହାବିଦ୍ୟାଳୟର ଅଧ୍ୟକ୍ଷ ଏବଂ ବରିଷ୍ଠ ଅଧ୍ୟାପକମାନେ ଯୋଗଦେଇଥିଲେ। କର୍ମଶାଳାରେ ଜାତୀୟ ଶିକ୍ଷା ନୀତି-୨୦୨୦, ମହାବିଦ୍ୟାଳୟର ପ୍ରଶାସନିକ,…

ଆପିଲ୍ ମାମଲାର ଶୀଘ୍ର ସମାଧାନ ପାଇଁ କ୍ୟାମ୍ପ କୋର୍ଟ       

ଭୁବନେଶ୍ବର : ନାଗରିକ-କୈନ୍ଦ୍ରିକ  ଏବଂ ସମୟାନୁବର୍ତ୍ତୀ ନ୍ୟାୟ ପ୍ରଦାନ ସୁନିଶ୍ଚିତ କରିବା ଦିଗରେ ଏକ ପ୍ରମୁଖ ପଦକ୍ଷେପ ସ୍ୱରୂପ ଗୃହ ଏବଂ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଉଷା ପାଢୀଙ୍କ ନେତୃତ୍ୱରେ ଏକ ସ୍ୱତନ୍ତ୍ର କ୍ୟାମ୍ପ କୋର୍ଟ ଆୟୋଜନ କରାଯାଇଥିଲା। ଓଡ଼ିଶା ଉନ୍ନୟନ କର୍ତ୍ତୃପକ୍ଷ ଆଇନ, ୧୯୮୨ ଅନୁଯାୟୀ ଦାୟର ଆପିଲ୍ ମାମଲାଗୁଡ଼ିକର ତ୍ୱରିତ ସମାଧାନ ଲକ୍ଷ୍ୟରେ ଏହି ପଦକ୍ଷେପ ଗ୍ରହଣ କରାଯାଉଛି। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ ଏବଂ ଭୁବନେଶ୍ୱର ମ୍ୟୁନିସିପାଲ୍ କର୍ପୋରେସନ୍ ସହ ଜଡିତ…

ଶିଶୁ ସୁରକ୍ଷା ଓ ଶିକ୍ଷା ଉପରେ ଉପମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱାରୋପ

ଭୁବନେଶ୍ୱର: ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଆୟୋଗର ୧୫ତମ ପ୍ରତିଷ୍ଠା ଦିବସ ଲୋକସେବା ଭବନସ୍ଥିତ କନ୍‌ଭେନ୍‌ସନ୍‌ ସେଣ୍ଟରରେ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଲେ ଯେ ଶିଶୁ ସୁରକ୍ଷା ଓ ଅଧିକାର ସୁନିଶ୍ଚିତ କରିବା ଆମ ସମାଜର କର୍ତ୍ତବ୍ୟ। ଶିଶୁ ସୁରକ୍ଷା ଓ ଏହାର ଆବଶ୍ୟକତା ଏବଂ ପ୍ରାସଙ୍ଗିକତା ଉପରେ ମତ ଦେଇ ଶ୍ରୀମତୀ ପରିଡ଼ା କହିଲେ ଯେ ଜଣେ ଶିଶୁର ବିକାଶ ପାଇଁ ସମାଜର ପ୍ରତ୍ୟେକ…

ହସ୍ତତନ୍ତ ଓ ହସ୍ତଶିଳ୍ପ ଆମ ସାଂସ୍କୃତିକ ଐତିହ୍ୟର ବାର୍ତ୍ତାବହ: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ହସ୍ତତନ୍ତ ଓ ହସ୍ତଶିଳ୍ପ ଆମ ସାଂସ୍କୃତିକ ଐତିହ୍ୟର ବାର୍ତ୍ତାବହ। ଏହାର ସଂରକ୍ଷଣ ସହ ବୁଣାକାର ଓ କାରିଗରଙ୍କ ଆର୍ଥିକ ସମୃଦ୍ଧି ପାଇଁ ବଜାର ସଂଯୋଗ ଓ ସହଯୋଗର ଆବଶ୍ୟକତା ରହିଛି ବୋଲି ଓଡ଼ିଶାର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କହିଛନ୍ତି। ଭାରତ ସରକାରଙ୍କର ବୟନ ମନ୍ତ୍ରାଳୟ ପକ୍ଷରୁ ଭୁବନେଶ୍ଵର ହୋଟେଲ୍ ତାଜ୍ ଭିଭାନ୍ତାଠାରେ ଆୟୋଜିତ ଦୁଇ ଦିନିଆ ଜାତୀୟ ହସ୍ତତନ୍ତ ଓ ହସ୍ତଶିଳ୍ପ ସମ୍ମିଳନୀର ଶୁଭ ଉଦ୍ଘାଟନ କରିବା ଅବସରରେ ସେ ଏହା କହିଛନ୍ତି।…

କମ୍ -କାର୍ବନ ନିର୍ମାଣ ଅଭ୍ୟାସ ମାଧ୍ୟମରେ ନିରନ୍ତର ସହରାଞ୍ଚଳ ବିକାଶରେ ଓଡ଼ିଶା ଅଗ୍ରଣୀ ହେବ

ଭୁବନେଶ୍ୱର: ଭାରତୀୟ ପ୍ରଯୁକ୍ତିବିଦ୍ୟା ସଂସ୍ଥାନ (IIT) ଭୁବନେଶ୍ୱର ଏବଂ ବିକାଶ ବିକଳ୍ପ ଦ୍ୱାରା ମିଳିତ ଭାବରେ ଆୟୋଜିତ “ଓଡ଼ିଶାରେ ନିର୍ମିତ ପରିବେଶକୁ ପରିବର୍ତ୍ତନ କରିବା ପାଇଁ କମ -କାର୍ବନ ନିର୍ମାଣ ସାମଗ୍ରୀକୁ ମୁଖ୍ୟଧାରାରେ ପରିଣତ କରିବା” ଶୀର୍ଷକ ଏକ ଦିନିକିଆ କର୍ମଶାଳା ସହିତ ଓଡ଼ିଶା ନିରନ୍ତର ଏବଂ ଜଳବାୟୁ-ପ୍ରତିରୋଧୀ ସହରାଞ୍ଚଳ ବିକାଶ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି।  ଗୃହ ଏବଂ ନଗର ଉନ୍ନୟନ ବିଭାଗ ପ୍ରମୁଖ  ଶାସନ ସଚିବ ଉଷା ପାଢୀ ମୁଖ୍ୟ ଅତିଥି ଭାବରେ…

 “ରିଫ୍ରେଶର୍ କୋର୍ସ ଇନ୍ ଫାର୍ଷ୍ଟ ଏଡ୍” ସମ୍ପର୍କିତ ତାଲିମ

ଭୁବନେଶ୍ବର: ରାଜ୍ୟରେ କାରଖାନା ମାନଙ୍କରେ ଉଭୟ ସୁରକ୍ଷିତ କାର୍ଯ୍ଯସ୍ଥଳୀ ଏବଂ ଶ୍ରମିକ ସୁରକ୍ଷାକୁ ସରକାର ପ୍ରାଥମିକତା ଦେଉଥିବାରୁ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗର ମଞ୍ଜୁରୀ କ୍ରମେ କାରଖାନା ଏବଂ ବାଷ୍ପୀତ୍ର ନିର୍ଦ୍ଦେଶାଳୟ ପକ୍ଷରୁ ଭିନ୍ନ ଭିନ୍ନ ସୁରକ୍ଷା ସମ୍ପର୍କିତ ପ୍ରସଙ୍ଗ ଉପରେ ତାଲିମ କାର୍ଯ୍ୟକ୍ରମ ମାନ ଅନୁଷ୍ଠିତ ହୋଇଆସୁଅଛି। ଏହି କ୍ରମରେ ରାଜ୍ୟରେ କାରଖାନା ମାନଙ୍କରେ ସୁରକ୍ଷିତ ଚଳନ, ରକ୍ଷଣାବେକ୍ଷଣ ଏବଂ ମରାମତିକୁ ଦୃଷ୍ଟିରେ ରଖାଯାଇ ଗତ ତା . ୩୧.୧୦. ୨୦୨୫ ରିଖ…

ଜୟନ୍ତୀରେ ମହାନ ବିପ୍ଳବୀ ଶହୀଦ ଜୟୀ ରାଜଗୁରୁଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ପବିତ୍ର ଓଡ଼ିଶା ମାଟି ଅନେକ ବୀର ପୁରୁଷଙ୍କୁ ଜନ୍ମ ଦେଇଛି। ଦେଶ ପ୍ରେମରେ ଜୀବନକୁ ଆଲୋକରେ ଉଦ୍ଭାସିତ କରିଥିବା, ଚିନ୍ତାର ଉଚ୍ଚତମ ଶୃଙ୍ଗକୁ ସ୍ପର୍ଶ କରିଥିବା, ଦୃଢ଼ ସଂକଳ୍ପର ପରିଚୟ ଦେଇଥିବା ସେହିପରି ଜଣେ ପ୍ରଜ୍ଞାଦୀପ୍ତ ବ୍ୟକ୍ତିତ୍ୱ ଥିଲେ ବିପ୍ଳବୀ ଜୟୀ ରାଜଗୁରୁl ସେ ଥିଲେ ବେଦ, ଶାସ୍ତ୍ର, ନୀତି, ଅସ୍ତ୍ର-ଶସ୍ତ୍ର ଓ ରାଜନୀତିରେ ନିପୁଣ, ଖୋର୍ଦ୍ଧା ଗଡ଼ ରାଜା ମୁକୁନ୍ଦ ଦେବଙ୍କ ରାଜଗୁରୁ। ସାରା ଦେଶ ଯେତେବେଳେ ଇଂରେଜମାନଙ୍କ ଅଧୀନକୁ ଆସି ଯାଇଥିଲା, ସେତେବେଳେ ଏହି…