୧ କୋଟି ମହିଳା ହିତାଧିକାରୀ ପାଇଲେ ସୁଭଦ୍ରା ଟଙ୍କା
ଭୁବନେଶ୍ୱର/ଜୟପୁର: “ସୁଭଦ୍ରା ଯୋଜନା”ଅନେକ ମହିଳାଙ୍କ ଜୀବନରେ ପ୍ରଗତି ଓ ପରିବର୍ତ୍ତନର ନୂଆ ଅଧ୍ୟାୟ ସୃଷ୍ଟି କରିବାରେ ସଫଳ ହୋଇଛି। ଏହା ସେମାନଙ୍କର ପରିବାରକୁ ଆର୍ଥିକ ଶକ୍ତି ଦେବା ସହିତ ସେମାନଙ୍କୁ ଉଦ୍ୟମୀ ମହିଳା ଭାବେ ଗଢି ତୋଳିବାରେ ବଳ ଯୋଗାଇଛି ବୋଲି କୋରାପୁଟ ଜିଲ୍ଲାର ଜୟପୁର ଠାରେ ଓଡ଼ିଶାର ସର୍ବବୃହତ ମହିଳା ସଶକ୍ତିକରଣ ଯୋଜନା “ସୁଭଦ୍ରା”ର ତୃତୀୟ କିସ୍ତି ପ୍ରଦାନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ଏଥିସହିତ ମୁଖ୍ୟମନ୍ତ୍ରୀ, କୋରାପୁଟ ଜିଲ୍ଲାରେ, ୪୫୨ କୋଟି ଟଙ୍କାରୁ ଉର୍ଦ୍ଧ୍ୱ…


