ଇଣ୍ଡଷ୍ଟ୍ରି କ୍ଷେତ୍ରରେ କାର୍ଯ୍ୟରତ ବୁଣାକାରଙ୍କ ମଜୁରୀ ରିହାତି ଏକ ହଜାର ଟଙ୍କା ବୃଦ୍ଧି

ଭୁବନେଶ୍ୱର: ଟେକ୍ସାଟାଇଲ ଇଣ୍ଡଷ୍ଟ୍ରି କ୍ଷେତ୍ରରେ କାର୍ଯ୍ୟରତ କର୍ମଚାରୀଙ୍କ ମଜୁରୀ ରିହାତି ମାସକୁ ଏକ ହଜାର ଟଙ୍କା ବୃଦ୍ଧି କରାଯାଇଛି। ଏହା ଦ୍ୱାରା ମହିଳା କର୍ମଚାରୀଙ୍କୁ ମାସକୁ ୬ ହଜାର ଟଙ୍କା ବଦଳରେ ୭ ହଜାର ଏବଂ ପୁରୁଷ କର୍ମଚାରୀଙ୍କୁ ମାସକୁ ୫ ହଜାର ବଦଳରେ ୬ ହଜାର ଟଙ୍କା ପ୍ରଦାନ କରାଯିବ।  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ କନ୍‌ଭେନ୍‌ସନ୍‌ ସେଣ୍ଟରରେ ଅନୁଷ୍ଠିତ ଓଡିଶା ଟେକ୍ସଟାଇଲ କନ୍‌କ୍ଲେଭ୍‌ରେ ଏହା ଘୋଷଣା କହିଛନ୍ତି। ଏହାସହିତ ମୁଖ୍ୟମନ୍ତ୍ରୀ ଜଗତସିଂହପୁର…

ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟ ଉପରେ ନାଲକୋ ଧ୍ୟାନ ଦେବାକୁ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ

ଭୁବନେଶ୍ୱର: ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍ପାଟି ଶୁକ୍ରବାର ଦିନ ନାଲକୋ (ନ୍ୟାସନାଲ ଆଲୁମିନିୟମ୍ କମ୍ପାନୀ ଲିଃ) ପରିଦର୍ଶନ କରିଛନ୍ତି। ଏହି ଅବସରରେ ନାଲକୋର ଚେୟାରମ୍ୟାନ-ତଥା-ମ୍ୟାନେଜିଂ ଡାଇରେକ୍ଟର ବି୍ରଜେନ୍ଦ୍ର ପ୍ରତାପ ସିଂହ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନଙ୍କ ସହ କମ୍ପାନୀର କାର୍ଯ୍ୟଧାରା ସଂପର୍କରେ ଆଲୋଚନା କରି ନାଲକୋ ସିଏସ୍ଆର ଅଧିନରେ ରାଜ୍ୟର ସ୍କୁଲ ଓ କଲେଜ ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଆଣିବା ପାଇଁ ସକ୍ରିୟ ପଦକ୍ଷେପ ନେବା ଉପରେ ରାଜ୍ୟପାଳ ଗୁରୁତ୍ୱ ଆରୋପ କରିଛନ୍ତି। ଝିଅ ଓ…

ଅକ୍ଷୟଶକ୍ତି ପ୍ରକଳ୍ପ ପାଇଁ 869.8 କୋଟି ଟଙ୍କାର ପୁଞ୍ଜି ବିନିଯୋଗ ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ୱର: ଅକ୍ଷୟଶକ୍ତି କ୍ଷେତ୍ରରେ ଆଉ ଗୋଟିଏ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛି ଓଡ଼ିଶା।  869.8 କୋଟି ଟଙ୍କା ବିନିଯୋଗରେ ମୋଟ 178 ମେଗାୱାଟ୍ କ୍ଷମତା ବିଶିଷ୍ଟ ଅକ୍ଷୟଶକ୍ତି ପ୍ରକଳ୍ପ ସ୍ଥାପନ କରିବା ପାଇଁ ଅନୁମୋଦନ ପ୍ରାପ୍ତ ହୋଇଛି। ରାଜ୍ୟ ଶକ୍ତି ବିଭାଗ ପ୍ରମୁଖ ଶାସନ ସଚିବ ବିଶାଲ କୁମାର ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଦ୍ୱାଦଶ ସିଙ୍ଗଲ୍‌ ୱିଣ୍ଡୋ କମିଟି (SWC) ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏହି ବୈଠକରେ GRIDCO ର ପରିଚାଳନା ନିର୍ଦ୍ଦେଶକ ସତ୍ୟପ୍ରିୟ ରଥଙ୍କ…

ନୂଆପଡ଼ା ଜିଲ୍ଲାର ୯୪୪ ଜଣଙ୍କୁ ଅତ୍ୟାଧୁନିକ ଚିକିତ୍ସା ସୁବିଧା

ଭୁବନେଶ୍ୱର: ସାର୍ବଜନୀନ ଗୁଣାତ୍ମକ ସ୍ଵାସ୍ଥ୍ୟସେବାର ସଫଳ ରୂପାୟନ ସ୍ୱରୂପ ନୂଆପଡ଼ା ଜିଲ୍ଲା ଅନ୍ତର୍ଗତ ଦୂରଦୂରାନ୍ତ ଅଞ୍ଚଳ ଅଧିବାସୀଙ୍କ ନିମନ୍ତେ ଜିଲ୍ଲା ସଦର ମହକୁମା ଡାକ୍ତରଖାନାରେ ଚଳିତ ମାସ ୨୧ ରୁ ୨୪ ତାରିଖ ପର୍ଯ୍ୟନ୍ତ ଏକ ଉଚ୍ଚସ୍ତରୀୟ ବିଶେଷଜ୍ଞ ସ୍ଵାସ୍ଥ୍ୟସେବା ଶିବିର ଅନୁଷ୍ଠିତ ହୋଇଯାଇଛି। କଟକ ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡ଼ିକାଲ କଲେଜ ଏବଂ  ହସପିଟାଲରୁ ୧୧ ଜଣ ବିଶେଷଜ୍ଞ ଏହି ଶିବିରରେ ଅବସ୍ଥାନ କରି ଉଚ୍ଚତର ଚିକିତ୍ସା ନିମନ୍ତେ ଚିହ୍ନଟ ହୋଇଥିବା ରୋଗୀମାନଙ୍କୁ ଆବଶ୍ୟକୀୟ ଚିକିତ୍ସା…

ପ୍ରମୁଖ ପରିମଳ କର୍ମଚାରୀଙ୍କୁ ୧୦ ଲକ୍ଷ ଟଙ୍କାର ଜୀବନ ବୀମା

ଭୁବନେଶ୍ୱର: ଆୟୋଜିତ ହେଉଥିବା ପ୍ରମୁଖ ପରିମଳ କର୍ମଚାରୀଙ୍କ କର୍ମଶାଳା କେବଳ ଏକ ବୈଠକ ନୁହେଁ, ଏହା ଆମ ସହରକୁ ନିରନ୍ତର ଭାବରେ ପରିଚ୍ଛନ୍ନ ରଖୁଥିବା ପରିମଳ କର୍ମଚାରୀଙ୍କ ସୁରକ୍ଷା ଓ ସମ୍ମାନ ପ୍ରତି ଆମର ପ୍ରତିବଦ୍ଧତା। ସେମାନଙ୍କୁ ନ୍ୟାୟ, ସୁରକ୍ଷା ଓ ମର୍ଯ୍ୟାଦା ପ୍ରଦାନ କରିବା ହେଉଛି ଆମର ନୈତିକ ଦାୟିତ୍ୱ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସଫେଇ କର୍ମଚାରୀ ମାନଙ୍କ ପାଇଁ ଉଦ୍ଦିଷ୍ଟ ଏକ ଜାତୀୟ କର୍ମଶାଳାରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଛନ୍ତି।…

ଶକ୍ତି ଦକ୍ଷତା ବୃଦ୍ଧି ଉପରେ କର୍ମଶାଳା

ଭୁବନେଶ୍ୱର: ଶକ୍ତି ବିଭାଗ ଏବଂ କ୍ଲାସ୍ପ (CLASP), ଏକ ବିଶ୍ୱ ଅଣ-ଲାଭକାରୀ ସଂଗଠନ ଅଧୀନରେ ସର୍ବୋଚ୍ଚ ଯନ୍ତ୍ରୀ (ବିଦ୍ୟୁତ) କାର୍ଯ୍ୟାଳୟ, ୨୪ ଜୁଲାଇ, ୨୦୨୫ ରେ ଭୁବନେଶ୍ୱରରେ ଆୟୋଜିତ “ଓଡ଼ିଶାରେ ଶକ୍ତି ଦକ୍ଷତା ବୃଦ୍ଧି: ଦକ୍ଷ ଶୀତଳୀକରଣ ଉପକରଣ ପାଇଁ ଏକ ଦୃଢ଼ ଇକୋସିଷ୍ଟମ ନିର୍ମାଣ” କର୍ମଶାଳାରେ ଓଡ଼ିଶାର ଶକ୍ତି ଦକ୍ଷତା ବୃଦ୍ଧି ଉପରେ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି। ଏହି କର୍ମଶାଳାରେ ଶକ୍ତି ବିଭାଗ, ପୂର୍ତ୍ତ ବିଭାଗ, ସରକାରୀ କ୍ଷେତ୍ର ପ୍ରତିଷ୍ଠାନ, ଓଡ଼ିଶା ରାଜ୍ୟ ପ୍ରଦୂଷଣ…

 ‘ନାଗରିକ କୈନ୍ଦ୍ରିକ ସେବା ପ୍ରଦାନରେ ସୂଚନା ଅଧିକାରୀମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ଭୁବନେଶ୍ୱର: ସୂଚନା ଓ ଲୋକସମ୍ପର୍କ ପରସ୍ପର ପରିପୂରକ। ଜନସାଧାରଣଙ୍କୁ ସେବା ପ୍ରଦାନରେ ସୂଚନା ଅଧିକାରୀ ବା ଲୋକ ସଂପର୍କ ଅଧିକାରୀମାନଙ୍କର ଗୁରୁତ୍ୱ ପୂର୍ଣ୍ଣ ଭୂମିକା ରହିଛି।  ଲୋକସଂପର୍କ ବୃଦ୍ଧି କରି ବିଭିନ୍ନ ବିଭାଗରୁ ସୂଚନା ପାଇବା ସହିତ ସୂଚନାକୁ ଜନସାଧାରଣଙ୍କ ନିକଟରେ ପହଁଚାଇବା ଏକ ପ୍ରମୁଖ ଆବଶ୍ୟକତା। ପଞ୍ଚାୟତିରାଜ, ପାନୀୟଜଳ ଯୋଗାଣ ଓ ପରିମଳ ବିଭାଗ, ପୂର୍ତ୍ତ, ଗ୍ରାମ୍ୟ ଉନ୍ନୟନ, ରାଜସ୍ୱ, ଆଇନ୍, ଆଦି ବିଭିନ୍ନ ବିଭାଗରେ କରାଯାଉଥିବା ନାଗରିକ କୈନ୍ଦ୍ରିକ ସେବା ପ୍ରଦାନ ସଂପର୍କିତ ସୂଚନା…

ନଦୀ ସଂଯୋଗୀକରଣ ପ୍ରୟାସ ଜଳ ସଂସାଧନ ପରିଚାଳନାରେ ନୂତନ ମାନଦଣ୍ଡ ସ୍ଥାପନ କରୁଛି

ଭୁବନେଶ୍ୱର: ବର୍ତ୍ତମାନ ଜଳବାୟୁ ପରିବର୍ତ୍ତନ ସମଗ୍ର ବିଶ୍ଵ ପାଇଁ ଏକ ଆହ୍ଵାନ ରୂପେ ଦେଖା ଦେଇଛି। ଦିନକୁ ଦିନ ମୌସୁମୀ ବର୍ଷାର ଅବଧି ଓ ତାହାର ପରିମାଣରେ ଅନିଶ୍ଚିତତା ମାନବ ସମାଜ ପାଇଁ ଜଳ ସମସ୍ୟା ସୃଷ୍ଟି କରିବାର ସମ୍ଭାବନା ସୃଷ୍ଟି କରିଛି। ଉଦବୃତ୍ତ ଜଳ ସମ୍ପନ୍ନ ନଦୀ ଅବବାହିକାଗୁଡିକୁ ଜଳକ୍ଲିଷ୍ଟ ନଦୀ ଅବବାହିକା ସହିତ ସଂଯୁକ୍ତକରି ପ୍ରଭାବୀ ଜଳ ବଣ୍ଟନ ପ୍ରଣାଳୀକୁ ସୁନିଶ୍ଚିତ କରିବା ନିମନ୍ତେ “ଅନ୍ତଃରାଜ୍ୟ ନଦୀ ସଂଯୋଗୀକରଣ ପ୍ରକଳ୍ପ” ନାମରେ ଏକ ନୂତନ…

ଉନ୍ନତ ମତ୍ସ୍ୟ ପ୍ରଯୁକ୍ତିବିଦ୍ୟା ସମ୍ପର୍କରେ ଚାଷୀ ହେବେ ପ୍ରଶିକ୍ଷିତ

ଭୁବନେଶ୍ୱର: ଅତ୍ୟାଧୁନିକ ସମନ୍ଵିତ ମତ୍ସ୍ୟ ଚାଷୀ ତାଲିମ କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଭୁବନେଶ୍ଵର କୌଶଲ୍ୟାଗଙ୍ଗ ସରକାରୀ ମାଛ ଯାଆଁଳ ଉତ୍ପାଦନ କେନ୍ଦ୍ରଠାରେ ଅନୁଷ୍ଠିତ ହୋଇଯାଇଛି। ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ତଥା ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଏହାର ଭିତ୍ତିପ୍ରସ୍ତର ସ୍ଥାପନ ଅବସରରେ କହିଛନ୍ତି, ମତ୍ସ୍ୟଚାଷୀ, ଉଦ୍ୟୋଗୀ ଏବଂ ମତ୍ସ୍ୟ ଅଧିକାରୀମାନଙ୍କୁ ଉନ୍ନତ ମତ୍ସ୍ୟ ପ୍ରଯୁକ୍ତିବିଦ୍ୟା ଓ ଆଧୁନିକ କୌଶଳ ବିଷୟରେ ଏହି କେନ୍ଦ୍ରରେ ପ୍ରଶିକ୍ଷଣ ଦିଆଯିବ। ଫଳରେ ମାଛ…

ଜଳ ସଂପଦ ବିଭାଗର କାର୍ଯ୍ୟ ସହିତ ଖର୍ଚ୍ଚ ତ୍ୱରାନ୍ୱିତ କରିବାକୁ ଗୁରୁତ୍ୱାରୋପ

ଭୁବନେଶ୍ୱର: ରାଜ୍ୟ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଜଳ ସମ୍ପଦ ବିଭାଗରେ ବରିଷ୍ଠ ଅଧିକାରୀ ଓ ଯନ୍ତ୍ରୀମାନଙ୍କ ଉପସ୍ଥିତିରେ ଅନୁଷ୍ଠିତ ଏକ ବୈଠକରେ ବିଭାଗର ଖର୍ଚ୍ଚ ଯୋଜନା ଓ ସ୍ଥିତି ସମୀକ୍ଷା କରିଛନ୍ତି। ବିଭାଗରେ ହାତକୁ ନିଆଯାଇଥିବା ନୂଆ କାର୍ଯ୍ୟ ସବୁର ଟେଣ୍ଡର ପ୍ରକ୍ରିୟା କେତେଦୂର ଅଗ୍ରଗତି ହୋଇଛି, ସେ ସଂପର୍କରେ ଉନ୍ନୟନ କମିଶନର ସମୀକ୍ଷା କରିବା ସହିତ ସେସବୁକୁ ତ୍ୱରାନ୍ୱିତ କରିବାକୁ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଛନ୍ତି।…