ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡାରେ ଓଡ଼ିଶା ପୋଲିସର ସଫଳତା

ଭୁବନେଶ୍ବର : ଯୁକ୍ତରାଷ୍ଟ୍ର ଆମେରିକାର ବର୍ମିଂହାମରେ ଅନୁଷ୍ଠିତ ହୋଇଥିବା ପ୍ରତିଷ୍ଠିତ ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡା ୨୦୨୫ରେ ଓଡ଼ିଶା ପୋଲିସର କନଷ୍ଟେବଳ ଅଶୋକ ଦଣ୍ଡସେନା ଓ ସୁସ୍ମିତା ଟିଗା ରାଜ୍ୟ ପୋଲିସ ପାଇଁ ଗୌରବ ଆଣିଛନ୍ତି।  ଅଶୋକ ଦଣ୍ଡସେନା  ୮୦୦  ମିଟର (ପୁରୁଷ ବର୍ଗ)  ଦୌଡ଼ରେ ସ୍ୱର୍ଣ୍ଣ ପଦକ ଏବଂ କନଷ୍ଟେବଳ ସୁସ୍ମିତା ଟିଗା ୮୦୦  ମିଟର (ମହିଳା ବର୍ଗ)  ଦୌଡ଼ରେ ରୌପ୍ୟ ପଦକ ହାସଲ କରି ଏକ ନୂତନ ମାଇଲ ଖୁଣ୍ଟ ସ୍ଥାପନ କରିଛନ୍ତି।…

ଜନସାଧାରଣଙ୍କ ଜୀବନକୁ ସହଜ କରିବା ପାଇଁ ଆଧାର ଏକ ପ୍ରକୃଷ୍ଟ ମାଧ୍ୟମ : ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ବିଗତ ଏକଦଶନ୍ଧି ମଧ୍ୟରେ ଆଧାର ଭାରତୀୟମାନଙ୍କ ଜୀବନକୁ ସହଜ କରିବାରେ ଏକ ପ୍ରମୁଖ ଭୂମିକା ନିର୍ବାହ କରିଛି । ଉଦାହରଣ ସ୍ୱରୂପ ଆଧାର ପ୍ଲାଟଫର୍ମ ବ୍ୟବହାର କରି ଓଡ଼ିଶା ସରକାର ଖୁବ୍‌ ଅଳ୍ପ ଦିନ ମଧ୍ୟରେ ‘ସୁଭଦ୍ରା’ଭଳି ଯୁଗାନ୍ତକାରୀ ଯୋଜନାର ସଫଳ ରୂପାୟନ କରିପାରିଛନ୍ତି । ଆଧାର ଇକୋ ସିଷ୍ଟମ୍‌ର ବ୍ୟାପକ ବ୍ୟବହାର କରି ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ଏକ ସମ୍ମିଳିତ ପ୍ରୟାସ କ୍ରମେ ରାଜ୍ୟରେ ଥିବା ସମସ୍ତ ସମ୍ଭାବନାକୁ ବାସ୍ତବତାରେ ରୂପାନ୍ତରିତ କରିପାରିଲେ…

ନବ ନିଯୁକ୍ତ ପୌର ଅକାଉଣ୍ଟାଣ୍ଟମାନଙ୍କ ପାଇଁ  ଇଣ୍ଡକ୍ସନ୍ ଟ୍ରେନିଂ

 ଭୁବନେଶ୍ବର: ରାଜ୍ୟ ସରକାରଙ୍କ ଗୃହନିର୍ମାଣ  ଓ ନଗର ଉନ୍ନୟନ ବିଭାଗ, ତରଫରୁ   ଅର୍ବାନ ଲୋକାଲ୍ ବଡି ମାନଙ୍କରେ ନବ ନିଯୁକ୍ତ ଅକାଉଣ୍ଟାଣ୍ଟମାନଙ୍କ ପାଇଁ  ଏକ ୪୦ ଦିନିଆ ଇଣ୍ଡକ୍ସନ୍ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି। ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମଟି ମଧୁସୂଦନ ଦାସ ଆଞ୍ଚଳିକ ଆର୍ଥିକ ପ୍ରଶିକ୍ଷଣ ପ୍ରତିଷ୍ଠାନ, ଭୁବନେଶ୍ୱରରେ ଆୟୋଜିତ ହେଉଛି। ଏହି ତାଲିମ କାର୍ଯ୍ୟକ୍ରମକୁ  ମୁନିସିପାଲ୍ ଆଡମିନିଷ୍ଟ୍ରେସନ୍ ନିର୍ଦ୍ଦେଶକ ଅରିନ୍ଦମ ଡାକୁଆ ମୁଖ୍ୟ ଅତିଥି ଭାବେ  ଯୋଗଦେଇ ଆନୁଷ୍ଠାନିକ ଭାବରେ ଉଦ୍‌ଘାଟନ କରିଥିଲେ। ଏହି ଅବସରରେ…

ଚଳିତ ବର୍ଷ ଶେଷ ଆଡ଼କୁ ଓଡ଼ିଶାରେ ଆୟୋଜିତ ହେବ ଶକ୍ତିମନ୍ତ୍ରୀଙ୍କ ସମ୍ମିଳନୀ

ଭୁବନେଶ୍ୱର: ଚଳିତ ବର୍ଷ ଶେଷରେ ଓଡ଼ିଶାରେ ଟୋନି ବ୍ଲେୟାର ଇନଷ୍ଟିଚ୍ୟୁଟ ଓ ଆଇଆଇଟି କାନପୁରର ମିଳିତ ସହଯୋଗରେ ଆୟୋଜିତ ହେବ ଶକ୍ତିମନ୍ତ୍ରୀଙ୍କ ସମ୍ମିଳନୀ। ସାରା ଦେଶର ଶକ୍ତିମନ୍ତ୍ରୀମାନେ ଏଥିରେ ଯୋଗଦେବେ। ଶକ୍ତି କ୍ଷେତ୍ରରେ ଅଧିକ ପ୍ରଭାବଶାଳୀ ରଣନୀତି ପ୍ରସ୍ତୁତ କରିବାରେ  ଓଡ଼ିଶା ନେତୃତ୍ୱ ନେବ। ଏହି ଅବସରରେ ଏକ ପ୍ରସ୍ତୁତି ବୈଠକ ଉପମୁଖ୍ୟମନ୍ତ୍ରୀ ତଥା ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଗତ ଜୁନ ମାସରେ ନୂଆଦିଲ୍ଲୀ ଠାରେ ଏଥିନିମନ୍ତେ ଓଡିଶା ସରକାରଙ୍କ ସହ…

ଓଡ଼ିଶା ବିଦ୍ୟୁତ ଉତ୍ପାଦନ ନିଗମ ଓ ଓଡ଼ିଶା ଜଳବିଦ୍ୟୁତ ନିଗମ କାର୍ଯ୍ୟର ସମୀକ୍ଷା

ଭୁବନେଶ୍ୱର: ଓଡ଼ିଶା ବିଦ୍ୟୁତ ଉତ୍ପାଦନ ନିଗମ (ଓପିଜିସି) ଓ ଓଡ଼ିଶା ଜଳବିଦ୍ୟୁତ ନିଗମ (ଓଏଚପିସି)ର ପ୍ରକଳ୍ପ ଗୁଡ଼ିକର ସମୀକ୍ଷା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ। ପ୍ରକଳ୍ପ ତ୍ୱରାନ୍ୱିତ କରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟର ବିଦ୍ୟୁତ ଭିତ୍ତିଭୂମି ସୁଦୃଢ଼ୀକରଣରେ ଏହି ପ୍ରକଳ୍ପ ପ୍ରମୁଖ ମାଇଲଖୁଣ୍ଟ ସାବ୍ୟସ୍ତ ହେବ ବୋଲି କହିଛନ୍ତି। ପ୍ରକଳ୍ପ ଗୁଡ଼ିକର ବିଳମ୍ବ କାରଣ ଗୁଡିକୁ ନିଜେ ପ୍ରତ୍ୟକ୍ଷ ରୂପେ ଅନୁଧ୍ୟାନ…

କୃଷକଙ୍କୁ ପର୍ଯ୍ୟାପ୍ତ ବଜାର ସୁବିଧା ସହ ଉତ୍ପାଦର ଉଚିତ ମୂଲ୍ୟ ପ୍ରଦାନ, ବଳକା ଶସ୍ୟର ସୁରକ୍ଷା ଆମର ପ୍ରାଥମିକତା – ଉପମୁଖ୍ୟମନ୍ତ୍ରୀ କେ ଭି ସିଂହଦେଓ

ଭୁବନେଶ୍ୱର: ଲୋକସେବା ଭବନରେ ଶୀତଳ ଭଣ୍ଡାର ଭିତ୍ତିଭୂମି ସୁଦୃଢ଼ୀକରଣ ଉପରେ ଏକ ବୈଠକ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। କୃଷି ଏକ ଅବିରତ ପ୍ରୟାସ। ଏହା ବର୍ଷସାରା ଲୋକଙ୍କୁ ଦାନା ଯୋଗାଇ ଦେବା ସହ ରୋଜଗାରର ସ୍ରୋତ ଯୋଗାଇ ଥାଏ। ଓଡ଼ିଶା ଏକ କୃଷି ପ୍ରଧାନ ରାଜ୍ୟ ସହ ପ୍ରାକୃତିକ ଖଣିଜ ସମ୍ପଦରେ ପରିପୂର୍ଣ୍ଣ। ଏହାର ସୁଦୀର୍ଘ ବେଳାଭୂମି ଏବଂ ସାମୁଦ୍ରିକ ପରିବହନ ବ୍ୟବସ୍ଥା ମଧ୍ୟ ସୁଦୃଢ଼ ହେଉଛି ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀ…

ଚଳିତ ବର୍ଷ ଧାର୍ଯ୍ୟ ଲକ୍ଷ୍ୟ ଠାରୁ ରେକର୍ଡ଼ ପରିମାଣର ଅଧିକ ରବି ଧାନ ସଂଗ୍ରହ

ଭୁବନେଶ୍ୱର: ରବି ଧାନ ସଂଗ୍ରହ ୨୦୨୪-୨୫ ନେଇ ଉପମୁଖ୍ୟମନ୍ତ୍ରୀଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ମନ୍ତ୍ରୀସ୍ତରୀୟ ସମୀକ୍ଷା ବୈଠକ ଲୋକସେବା ଭବନରେ ଅନୁଷ୍ଠିତ ହୋଇଯାଇଛି। ବର୍ତ୍ତମାନ ରବି ଧାନ ସଂଗ୍ରହ ପ୍ରକ୍ରିୟା ଜାରି ରହିଛି। ଏହି ସଂଗ୍ରହ ପ୍ରକ୍ରିୟାର ଅବଧି ଶେଷ ହେବାକୁ ଯାଉଛି। ଚଳିତ ବର୍ଷ ରବି ଧାନ ଫସଲ ପାଇଁ ଧାର୍ଯ୍ୟ ଲକ୍ଷ୍ୟ ୧୪ ଲକ୍ଷ ମେଟ୍ରିକ ଟନ ରହିଥିବାବେଳେ ଆଜି ସୁଦ୍ଧା ପ୍ରାୟ ୧୯ ଲକ୍ଷ୍ୟ ମେଟ୍ରିକ ଟନ ଧାନ ସଂଗ୍ରହ ହୋଇସାରିଛି।…

୧୯ ତମଜାତୀୟ ପରିସଂଖ୍ୟାନ ଦିବସ ପାଳିତ                                      

ଭୁବନେଶ୍ୱର: ରାଜ୍ୟ ଯୋଜନା ଓ ସଂଯୋଜନ ବିଭାଗ ଅନ୍ତର୍ଗତ ଅର୍ଥନୀତି ଓ ପରିସଂଖ୍ୟାନ ନିର୍ଦ୍ଦେଶାଳୟ ଆନୁକୂଲ୍ୟରେ ରାଜ୍ୟସ୍ତରରେ ୧୯ ତମ ଜାତୀୟ ପରିସଂଖ୍ୟାନ ଦିବସ ଲୋକସେବା ଭବନସ୍ଥିତ କନଭେନସନ ସେଣ୍ଟର ଠାରେ ସମାରୋହରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଯୋଗଦେଇ ତାଙ୍କର ଅଭିଭାଷଣରେ ରାଜ୍ୟର ପରିସଂଖ୍ୟାନ ବ୍ୟବସ୍ଥାରେ ଅତ୍ୟାଧୁନିକ ବ୍ୟବସ୍ଥା ପାଇଁ ବଡ଼ ଦୃଷ୍ଟିକୋଣ ରଖି କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ। ଏହା ରାଜ୍ୟର ସାମାଜିକ–ଆର୍ଥିକ ପ୍ରଗତିକୁ…

ପର୍ଯ୍ୟଟନ ଅର୍ଥନୈତିକ ଅଭିବୃଦ୍ଧିର ଏକ ପ୍ରମୁଖ ବାହକ: ରାଜ୍ୟପାଳ

ଭୁବନେଶ୍ୱର : ଓଡିଶାକୁ ବିଶ୍ୱସ୍ତରରେ ଏକ ପ୍ରଶଂସିତ ପର୍ଯ୍ୟଟନ ସ୍ଥଳରେ  ପରିଣତ କରିବା ପାଇଁ ରାଜ୍ୟପାଳ ଡ଼. ହରିବାବୁ କମ୍ଭମ୍ ପାଟି ଆହ୍ୱାନ ଜଣାଇଛନ୍ତି। ଭୁବନେଶ୍ୱରଠାରେ ଓଡିଶା ପର୍ଯ୍ୟଟନ କନକ୍ଲେଭର ଷଷ୍ଠ ସଂସ୍କରଣର ଉଦଯାପନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ରାଜ୍ୟପାଳ ଏହି ଆହ୍ୱାନ ଜଣାଇବା ସହ ଏ ଦିଗରେ ପୂର୍ଣ୍ଣ ସହଯୋଗ ଏବଂ ମାର୍ଗଦର୍ଶନ ଯୋଗାଇ ଦିଆଯିବ ବୋଲି କହିଛନ୍ତି। ସମାରୋହରେ ଉଦବୋଧନ ଦେଇ ରାଜ୍ୟପାଳ କହିଥିଲେ ଯେ, ପର୍ଯ୍ୟଟନ ହେଉଛି ସବୁଠାରୁ…

ଗୋପାଳପୁର ବନ୍ଦରରେ ପଣ୍ୟ ପରିବହନ କ୍ଷମତା ୫୦ ମିଲିଅନ ଟନକୁ ବୃଦ୍ଧି ପାଇବ

ଭୁବନେଶ୍ୱର: ରାଜ୍ୟରେ ବିଭିନ୍ନ ସ୍ଥାନରେ ବନ୍ଦର, ଜେଟି ଓ ଅନ୍ୟାନ୍ୟ ଭିତ୍ତିଭୂମି ସ୍ଥାପନ କରି ଓଡିଶାରେ ସାମୁଦ୍ରିକ ବାଣିଜ୍ୟର ବିକାଶ ଉପରେ ରାଜ୍ୟ ସରକାର ପ୍ରାଥମିକତା ଦେଉଛନ୍ତି  ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୋପାଳପୁର ବନ୍ଦର ଉନ୍ନତିକରଣ ଏବଂ ଜଟାଧାର ମୁହାଣରେ କ୍ୟାପ୍‍ଟିଭ୍ ଜେଟି ନିର୍ମାଣ ପାଇଁ ରିହାତି ଚୁକ୍ତିନାମା (Concession Agreement) ସ୍ୱାକ୍ଷର ଅବସରରେ କହିଛନ୍ତି। ସୂଚନାଯୋଗ୍ୟ ଯେ, ଜଗତସିଂହପୁର ଜିଲ୍ଲା ଏରସମା ତହସିଲ ଅନ୍ତର୍ଗତ ଜଟାଧାର ମୁହାଣଠାରେ ଏକ କ୍ୟାପ୍‍ଟିଭ୍ ଜେଟି ନିର୍ମାଣ…