କୁମ୍ଭୀରମାନଙ୍କ ସଂରକ୍ଷଣ ପାଇଁ ଓଡ଼ିଶା ଏକ ଉଚ୍ଚକୋଟୀର ମାର୍ଗଦର୍ଶକ : ଜଙ୍ଗଲମନ୍ତ୍ରୀ

ଭୁବନେଶ୍ବର: ଜୁନ ୧୭ ତାରିଖ ଅନ୍ତର୍ଜାତୀୟ କୁମ୍ଭୀର ଦିବସ। ଏହି ଅବସରରେ ‘ଓଡ଼ିଶାରେ କୁମ୍ଭୀର ସଂରକ୍ଷଣ ପ୍ରକଳ୍ପର ୫୦ ବର୍ଷ ପୂର୍ତ୍ତି ସମାରୋହ’ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ପରିସରରେ ରାଜ୍ୟ ବନ୍ୟପ୍ରାଣୀ ମୁଖ୍ୟାଳୟ, ଜଙ୍ଗଲ, ପରିବେଶ, ଏବଂ ଜଳବାୟୁ ପରିବର୍ତ୍ତନ ବିଭାଗ ଆନୁକୂଲ୍ୟରେ  ମହାସମାରୋହରେ ପାଳିତ ହୋଇଯାଇଛି। ସମାରୋହକୁ ଭିଡିଓ ବାର୍ତ୍ତା ଦେଇ ଜଙ୍ଗଲ, ପରିବେଶ, ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶରାମ ସିଂଖୁଣ୍ଟିଆ କହିଲେ ଯେ, ଆମ ରାଜ୍ୟ ଓଡ଼ିଶା, ଭାରତରେ ଦେଖାଯାଉଥିବା ସମସ୍ତ କୁମ୍ଭୀର ପ୍ରଜାତି-ବଉଳା, ମଗର ଓ ଘଡ଼ିଆଳର ଏକ ମହତ୍ୱପୂର୍ଣ୍ଣ ଆବାସସ୍ଥଳୀ…

ଯୁବଶକ୍ତିଙ୍କ ଶକ୍ତି, ସାମର୍ଥ୍ୟ ଓ ଉତ୍ସାହକୁ ରାଜ୍ୟର ବିକାଶ ଓ ସମାଜ କଲ୍ୟାଣରେ ଉପଯୋଗ କରିବା ପାଇଁ ପ୍ରାଧାନ୍ୟ ଦେଉଛୁ- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଯୁବ ଶକ୍ତି ହେଉଛନ୍ତି ଆମ ରାଜ୍ୟର ବିକାଶ ରଥର ସାରଥୀ। ଯୁବ ଶକ୍ତିଙ୍କ ଭିତରେ ଥିବା ଶକ୍ତି, ସାମର୍ଥ୍ୟ ଓ ଉତ୍ସାହକୁ ରାଜ୍ୟର ବିକାଶ ସହିତ ସମାଜ କଲ୍ୟାଣରେ ଉପଯୋଗ କରିବା ପାଇଁ ଆମେ ପ୍ରାଧାନ୍ୟ ଦେଉଛୁ ବୋଲି ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଭିନ୍ନ ବିଭାଗରେ ନିଯୁକ୍ତି ପାଇଥିବା ଅଧିକାରୀ ଓ କର୍ମଚାରୀ ମାନଙ୍କୁ ଉଦବୋଧନ ଦେଇ କହିଛନ୍ତି। ଭୁବନେଶ୍ୱର OUAT ସ୍ଥିତ କୃଷି ଶିକ୍ଷା ସଦନଠାରେ ୫ଟି ବିଭାଗର ୯୬୪ଟି ପଦବୀ…

ବଲାଙ୍ଗୀର ଠାରେ ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ୧ ବର୍ଷ ପୂର୍ତ୍ତି ପାଳନ ଅବସରରେ ବଲାଙ୍ଗୀର ଠାରେ ଆୟୋଜିତ ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଥିଲେ ଯେ, ରାଜ୍ୟରେ କୃଷକମାନଙ୍କୁ ସଶକ୍ତ କରିବା ପାଇଁ ସରକାର ସମସ୍ତ ପ୍ରକାର ଯାନ୍ତ୍ରିକ ଓ ପ୍ରଯୁକ୍ତିବିଦ୍ୟା ସାହାଯ୍ୟ ଯୋଗାଇଦେବାକୁ ପ୍ରତିବଦ୍ଧ। ନିର୍ବାଚନ ସମୟରେ ଆମର ଏକ ମୁଖ୍ୟ ପ୍ରତିଶୃତି ଥିଲା ରାଜ୍ୟର ଲକ୍ଷ ଲକ୍ଷ ଚାଷୀ ଭାଇ ଭଉଣୀମାନଙ୍କୁ ସେମାନଙ୍କ କଠୋର ପରିଶ୍ରମର ପ୍ରକୃତ ମୂଲ୍ୟ ପ୍ରଦାନ…

ଜନଗଣନା ପାଇଁ ଗେଜେଟ ବିଜ୍ଞପ୍ତି

ନୂଆଦିଲ୍ଲୀ: ଦେଶରେ ଆଗାମୀ ଜନଗଣନା ନିମନ୍ତେ ସୋମବାର ବିଜ୍ଞପ୍ତି ଜାରି କରାଯାଇଛି । କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ, ଏହି ମର୍ମରେ ଗେଜେଟ ବିଜ୍ଞପ୍ତି ପ୍ରକାଶ କରାଯାଇଛି । ଏହା ପୂର୍ବରୁ ରବିବାର କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଜନଗଣନା କାର୍ଯ୍ୟ ପରିଚାଳନା ନିମନ୍ତେ ହୋଇଥିବା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଥିଲେ ।ମିଳିଥିବା ସୂଚନା ଅନୁଯାୟୀ ୩୪ ଲକ୍ଷ ଜନଗଣନାକାରୀ ଏବଂ ସୁପରଭାଇଜର ଏବଂ ୧.୩ ଲକ୍ଷ ଜନଗଣନା କାର୍ଯ୍ୟକର୍ତାଙ୍କୁ ଏହି କାର୍ଯ୍ୟରେ…

୨୦୦ କୋଟିରେ ନିକ୍କୋ ପାର୍କର ହେବ ନବୀକରଣ

ଭୁବନେଶ୍ୱର: ରାଜଧାନୀ କେନ୍ଦ୍ର ସ୍ଥଳରେ ଥିବା ନିକ୍କୋ ପାର୍କ ଏବଂ ସେଠାରେ ଥିବା ହ୍ରଦ ଅଂଚଳର ପୁନରୁଦ୍ଧାର ସହିତ ନବୀକରଣ କରାଯିବ । ଭୁବନେଶ୍ୱର ଉନ୍ନୟନ କର୍ତୃପକ୍ଷ (ବିଡିଏ) ୩ କିଲୋମିଟର ଦୀର୍ଘ ୧୦ ନମ୍ବର ନାଳର ରୂପାନ୍ତରଣ କରିବା ସହିତ ବିଡିଏ ସିଟି ସେଂଟର (ପୂର୍ବର ନିକ୍କୋ ପାର୍କ) ଏବଂ ଜନପଥ ନିକଟରେ ଥିବା ହ୍ରଦ ଅଂଚଳର ବିକାଶ କରିବ । ପ୍ରାୟ ୨୦୦ କୋଟି ଟଙ୍କା ବ୍ୟୟରେ ଏହାକୁ ଏକ ଆଧୁନିକ ସର୍ବସାଧାରଣ ଅବସର…

‘ନାରୀଙ୍କୁ ସମ୍ମାନ ପ୍ରଦାନ ଆମ ରାଜନୈତିକ ପ୍ରଶିକ୍ଷଣର ପ୍ରଥମ ଶିକ୍ଷା’

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ପାଳନ ଅବସରରେ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ଦ୍ୱାରା କଟକର ବାଲିଯାତ୍ରା ପଡ଼ିଆ ଠାରେ ଆଜି ରାଜ୍ୟସ୍ତରୀୟ ନାରୀ ଶକ୍ତି ସମାବେଶ ଆୟୋଜିତ ହୋଇଯାଇଛି। ଏହି ରାଜ୍ୟସ୍ତରୀୟ ସମାବେଶରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ କହିଛନ୍ତି ଯେ, ନାରୀଙ୍କୁ ସମ୍ମାନ ପ୍ରଦାନ କରିବା ଆମ ରାଜନୈତିକ ପ୍ରଶିକ୍ଷଣର ପ୍ରଥମ ଶିକ୍ଷା। ଏହି ସମାବେଶର ଏକମାତ୍ର ଉଦ୍ଦେଶ୍ୟ ହେଉଛି, ଓଡିଶାର ନାରୀ ଶକ୍ତିକୁ ଆମର ସବୁଠାରୁ…

ମହିଳାଙ୍କ ନେତୃତ୍ୱରେ ଆରମ୍ଭ ହେଲା ଆନୁଷ୍ଠାନିକ ଶାଳ ବିହନ ବାଣିଜ୍ୟ ସହିତ ଜଙ୍ଗଲ ଅର୍ଥନୀତି ମଡେଲ

ଭୁବନେଶ୍ୱର/ମୟୂରଭଞ୍ଜ/କେଉଁଝର/ନବରଙ୍ଗପୁର : ଓଡିଶାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଏକ ସ୍ଥିର ଅର୍ଥନୈତିକ ପରିବର୍ତ୍ତନ ଆରମ୍ଭ ହୋଇଛି। ଦେଶରେ ପ୍ରଥମ ଥର ପାଇଁ ଏକ ଐତିହାସିକ ପଦକ୍ଷେପ ନେଇ ଓଡ଼ିଶା ସଫଳତାର ସହିତ ଅଣ-କାଠ ବନ ଉତ୍ପାଦ (NTFP)ର ବାଣିଜ୍ୟ ଏବଂ ପରିଚାଳନା କ୍ଷେତ୍ରରେ ମହିଳାମାନଙ୍କ ନେତୃତ୍ୱରେ ଜଙ୍ଗଲଭିତ୍ତିକ ମୂଲ୍ୟଶୃଙ୍ଖଳାକୁ ଆନୁଷ୍ଠାନିକ ଭାବେ ଆରମ୍ଭ କରିଛି । ମନୟା, ଦୁଆରସୁଣୀ, ଗନ୍ଧମାର୍ଦ୍ଧନ, ମେଣ୍ଡାଡୋଙ୍ଗ୍ରି ଏବଂ ସୁନାମଞ୍ଜରୀ ପରି ପାଞ୍ଚଟି ସବୁଜ ଶକ୍ତି ଉତ୍ପାଦକ କମ୍ପାନୀ (GSPCs) ସେମାନଙ୍କର ପ୍ରଥମ…

ଏଆଇ ମାଧ୍ୟମରେ ଜଳ ସଂପଦର ତଥ୍ୟ  ସଂଚାରଣ ଓ ଡିଜିଟାଇଜେସନର ଶ୍ରେଷ୍ଠ ଅଭ୍ୟାସ ଅବଲମ୍ବନକୁ ଗୁରୁତ୍ୱ

ଭୁବନେଶ୍ୱର:  ରାଜ୍ୟ ଜଳ ସୂଚନା ବିଜ୍ଞାନ କେନ୍ଦ୍ର (ଏସଡବ୍ଲୁଆଇସି) ଏବଂ ଭୁବନେଶ୍ୱର ଆଇଆଇଟି ସହଯୋଗରେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ)ର ବ୍ୟବହାର କରି ଜଳ ସମ୍ପଦର ପରିଚାଳନା ଏବଂ ତଥ୍ୟ  ସଂଚାରଣ ଓ ଡିଜିଟାଇଜେସନର ଶ୍ରେଷ୍ଠ ଅଭ୍ୟାସ ଅବଲମ୍ବନ କରିବା  ସଂପର୍କିତ  ଏକ ବୈଷୟିକ  କର୍ମଶାଳା ଅନୁଷ୍ଠିତ  ହୋଇଯାଇଛି। ଏହି କର୍ମଶାଳାକୁ ରାଜ୍ୟ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଜଳ ସଂପଦ ବିଭାଗ ଅନୁ ଗର୍ଗ ଉଦ୍ଘାଟନ କରିବା ସହିତ ଜଳ ସମ୍ପଦ ପରିଚାଳନା…

୩୧୪ ଟି ବ୍ଲକ, ୧୧୫ଟି ବିଜ୍ଞାପିତ ଅଞ୍ଚଳ ପରିଷଦ ଏବଂ ୫ଟି ମହାନଗର ନିଗମରେ ଗଡ଼ିଲା ସ୍ୱତନ୍ତ୍ର ‘ବିକାଶ ବାହନ’

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ଆଜି ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ପକ୍ଷରୁ ଆୟୋଜିତ  ରାଜ୍ୟ ସ୍ତରୀୟ ବିକାଶ ବାହନ ଯାତ୍ରାର ଶୁଭାରମ୍ଭ, ସ୍ଥାନୀୟ ମହାତ୍ମାଗାନ୍ଧୀ ମାର୍ଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କରିଥିଲେ। ଏହି ଅବସରରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଗଣତନ୍ତ୍ରରେ ଜନତା ହେଉଛନ୍ତି ଜନାର୍ଦ୍ଦନ। ଜନତାଙ୍କ ସେବାରେ ହିଁ ଜୀବନର ସାର୍ଥକତା। ସରକାରଙ୍କ ଏକ ହଲ୍‍ମାର୍କ ହେଉଛି, ଲୋକଙ୍କ ସହିତ ଯୋଡି ହେବାର ପ୍ରୟାସ। ଏହି ଏକ…

ବିଶ୍ୱ ଦକ୍ଷତା କେନ୍ଦ୍ର ପରିଦର୍ଶନ କଲେ ଦିଗବିଜୟ ସିଂହ

ଭୁବନେଶ୍ୱର: ଓଡ଼ିଶା ଗସ୍ତରେ ଆସିଥିବା ରାଜ୍ୟସଭା ସାଂସଦ ଦିଗବିଜୟ ସିଂହ ଗୁରୁବାର ଦିନ ଭୁବନେଶ୍ୱସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ର ପରିଦର୍ଶନ କରିଛନ୍ତି। ଏହି ଅତ୍ୟାଧୁନିକ ଭିତ୍ତିଭୂମିକୁ ସେ ବୁଲି ଦେଖିବା ସହ ଏଠାରେ ଦିଆଯାଉଥିବା ତାଲିମ ପାଠ୍ୟକ୍ରମକୁ ଉଚ୍ଚ ପ୍ରଶଂସା କରିଥିଲେ। ଓଡ଼ିଶାର ଯୁବପିଢ଼ିଙ୍କ ଦକ୍ଷତାକୁ ଏକ ନୂଆ ଉଚ୍ଚତାକୁ ନେବା ଦିଗରେ ଏହି କେନ୍ଦ୍ର ପ୍ରମୁଖ ଭୂମିକା ଗ୍ରହଣ କରୁଥିବା ଜାଣି ସେ ଖୁସି ପ୍ରକାଶ କରିଥିଲେ।  ବିଶ୍ୱ ଦକ୍ଷତା କେନ୍ଦ୍ରର ଭର୍ଟିକାଲ ଟ୍ରାନ୍ସପୋର୍ଟେସନ, ମେକାନିକାଲ…