ଭୁବନେଶ୍ୱର – ଆବୁଧାବି ସିଧାସଳଖ ବିମାନ ଚଳାଚଳ ଆରମ୍ଭ

ଭୁବନେଶ୍ୱର: ଭୁବନେଶ୍ୱରରୁ ଆବୁଧାବିକୁ ସିଧାସଳଖ ବିମାନ ଚଳାଚଳ ଆରମ୍ଭ କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ଭୁବନେଶ୍ୱରରୁ ଆବୁଧାବିକୁ ସିଧାସଳଖ ବିମାନ ଚଳାଚଳର ଶୁଭାରମ୍ଭ କରିଛନ୍ତି। ଭୁବନେଶ୍ୱରରୁ ଆବୁଧାବିକୁ ଏହି ବିମାନ ସେବା  ଇଣ୍ଡିଗୋ ଏୟାର ଲାଇନ୍ସ ଜରିଆରେ ଆରମ୍ଭ କରାଯାଇଛି। ଏହା ସିଧାସଳଖ ଆବୁଧାବିକୁ ଯାତ୍ରା କରିବ। ସୂଚନାଯୋଗ୍ୟ ଯେ, ସପ୍ତାହରେ ପ୍ରତ୍ୟେକ ମଙ୍ଗଳବାର, ଗୁରୁବାର ଓ ଶନିବାର ଏହି ବିମାନସେବା ଉପଲବ୍ଧ ହେବ। ୧୮୦ ଜଣ ଯାତ୍ରୀ…

ଭୁବନେଶ୍ବରରେ ରାଜ୍ୟସ୍ତରୀୟ ବିକାଶ ମେଳା ୨୦୨୫ ଉଦ୍‌ଘାଟିତ

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ବରରେ ରାଜ୍ୟସ୍ତରୀୟ ବିକାଶ ମେଳା ୨୦୨୫ର ଉଦ୍‌ଘାଟନ କରିଛନ୍ତି।ଏହି ଅବସରରେ ଭୁବନେଶ୍ବରର ଇଡ୍‌କୋ ପ୍ରଦର୍ଶନୀ ପଡିଆ ଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ତଥା ହସ୍ତତନ୍ତ, ହସ୍ତଶିଳ୍ପ ଓ ସ୍ଥାନୀୟ ଉତ୍ପାଦ ସଂପର୍କିତ ପ୍ରଦର୍ଶନୀ ଏବଂ ଫୁଡ୍‌ କୋଟ୍‌ର ଶୁଭାରମ୍ଭ କରିବା ସହିତ ବୁଲି ଦେଖିଥିଲେ। ସୂଚନାଯୋଗ୍ୟ ଯେ ଏହି ବିକାଶ ମେଳା ଜୁନ୍‌ ୧୮ ତାରିଖ ପର୍ଯ୍ୟନ୍ତ…

ଓଡ଼ିଶା କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଶ୍ରାବଣୀ ନନ୍ଦ ସମ୍ବର୍ଦ୍ଧିତ

ଭୁବନେଶ୍ୱର: ଏସିଆନ୍‌ ଆଥଲେଟିକ୍ସ ଚାମ୍ପିୟନସିପ୍- ୨୦୨୫ରେ ୪x୧୦୦ ରିଲେ ଦୌଡ଼ରେ ରୌପ୍ୟ ପଦକ ଅର୍ଜନ କରି ଆମ ଦେଶ ଓ ରାଜ୍ୟ ପାଇଁ ସୁନାମ ଅର୍ଜନ କରିଥିବା ଓଡ଼ିଆ କ୍ରୀଡ଼ାବିତ୍‌ ଶ୍ରାବଣୀ ନନ୍ଦଙ୍କୁ ଓଡ଼ିଶା କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଆଜି ସମ୍ବର୍ଦ୍ଧିତ କରାଯାଇଛି। ଶ୍ରାବଣୀ ନନ୍ଦଙ୍କୁ ୨.୫ଲକ୍ଷ ଟଙ୍କାର ପୁରସ୍କାର ରାଶି ପ୍ରଦାନ କରାଯାଇଛି। ଶ୍ରାବଣୀଙ୍କ ସଫଳତା ପାଇଁ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଶ୍ରାବଣୀଙ୍କ ସଫଳତା ଓଡ଼ିଶାର ସମସ୍ତ କ୍ରୀଡ଼ାବିତ…

ଓଡ଼ିଶାର ସାଂସ୍କୃତିକ ବିଭବକୁ ବିଶ୍ଵସ୍ତରରେ ପ୍ରତିପାଦିତ କରିବା ପାଇଁ ସରକାର ନିରନ୍ତର ପ୍ରୟାସରତ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଏକ ଗଣତାନ୍ତ୍ରିକ ରାଷ୍ଟ୍ରରେ ସବୁଠାରୁ ମହତ୍ବପୂର୍ଣ୍ଣ ହେଲେ ସାଧାରଣ ଜନତା। ଜନତାର ପ୍ରତ୍ୟେକବର୍ଗର ଲୋକେ ହେଉଛନ୍ତି ଗଣତାନ୍ତ୍ରିକ ପଦ୍ଧତିର ଅଂଶ ବିଶେଷ। ଏହି ଏକ ବର୍ଷ  ଥିଲା ଲୋକଙ୍କ ଆଶା-ଆକାଂକ୍ଷା ପୂରଣ କରିବାର ବର୍ଷ ଏବଂ ଏହି ବର୍ଷ ଥିଲା ସରକାର-ଜନ ସାଧାରଣଙ୍କ ମଧ୍ୟରେ ଥିବା ଖାଇକୁ ଦୂର କରି ସେତୁ ବାନ୍ଧିବାର ବର୍ଷ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ ସ୍ଥିତ କନଭେନସନ ସେଣ୍ଟର ଠାରେ ରାଜ୍ୟର ରାଷ୍ଟ୍ରୀୟ ପୁରସ୍କାର ବିଜେତା, ବୁଦ୍ଧିଜୀବୀ…

ଭୁବନେଶ୍ୱର ଆରକ୍ଷୀ ଉପଆୟୁକ୍ତଙ୍କ ନବନିର୍ମିତ କାର୍ଯ୍ୟାଳୟ ଉଦ୍‍ଘାଟିତ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ଅର୍ବାନ ପୋଲିସ ଆରକ୍ଷୀ ଉପଆୟୁକ୍ତ (DCP)ଙ୍କ ନବନିର୍ମିତ କାର୍ଯ୍ୟାଳୟର ଉଦ୍‍ଘାଟନ କରିଛନ୍ତି। ସୂଚନାଯୋଗ୍ୟ ଯେ, ୨୨୭୨ ବର୍ଗମିଟର ଅଞ୍ଚଳରେ ୭ କୋଟି ୮୦ ଲକ୍ଷ ଟଙ୍କା ବ୍ୟୟରେ ଚାରିମହଲା ବିଶିଷ୍ଟ ଏହି ନୂତନ କାର୍ଯ୍ୟାଳୟ ସୌଧଟି ନିର୍ମାଣ ହୋଇଛି। ଉଦ୍‍ଘାଟନୀ ଅବସରରେ ମୁଖ୍ୟମନ୍ତୀ କହିଛନ୍ତି ଯେ, ଏହି ନୂଆ ଭବନ ଲୋକମାନଙ୍କୁ ଉତ୍କୃଷ୍ଟ ସେବା ଦେବାରେ ସାହାଯ୍ୟ କରିବ। ଏଥିରେ ଭିନ୍ନକ୍ଷମ ଲୋକଙ୍କ ପାଇଁ ରାମ୍ପ, ସାଇବର ସେଲ,…

ରାଜ୍ୟ ମହିଳା ଓ ଶିଶୁ ପ୍ରତିଷ୍ଠାନ ପରିଦର୍ଶନ କଲେ ରାଜ୍ୟପାଳ

ଭୁବନେଶ୍ୱର: ମହିଳା ଓ କିଶୋରୀମାନଙ୍କର ରକ୍ତହୀନତା ଏବଂ ପିଲାମାନଙ୍କର ଦୃଷ୍ଟି ସମସ୍ୟା ନିରାକରଣ ଉପରେ ରାଜ୍ୟପାଳ ଡ଼ ହରି ବାବୁ କମ୍ଭମ୍ ପାଟି ଗୁରୁତ୍ୱାରୋପ କରିଛନ୍ତି। ଚଳିତ ଜୁନ ୧୦ ତାରିଖ ଦିନ ଭୁବନେଶ୍ୱରସ୍ଥିତ ରାଜ୍ୟ ମହିଳା ଏବଂ ଶିଶୁ ପ୍ରତିଷ୍ଠାନ ପରିଦର୍ଶନ ସମୟରେ ବୃଦ୍ଧି ପାଉଥିବା ରକ୍ତହୀନତା ଓ ଦୃଷ୍ଟି ସମସ୍ୟା ଚିନ୍ତାଜନକ ବୋଲି ରାଜ୍ୟପାଳ କହିବା ସହିତ ଏହାର ନିରାକରଣ ଉପରେ ଆଲୋକପାତ କରିଥିଲେ। ନିୟମିତ ପରୀକ୍ଷା ଏବଂ ପୁଷ୍ଟିକର ଖାଦ୍ୟର ଆବଶ୍ୟକତା ଉପରେ…

ରାଜ୍ୟ ସରକାରଙ୍କ ଏକ ବର୍ଷ ପୂରଣ:  ‘ସବୁ ସ୍ତରରୁ ଆମକୁ ସହଯୋଗ ମିଳିଛି’

ଭୁବନେଶ୍ୱର: ଆମ ସରକାର ଗଠନ ହେବାର ଏକ ବର୍ଷ ପୂରଣ ହେବାକୁ ଯାଉଛି। ଏହି ସ୍ୱଳ୍ପ ସମୟ ଭିତରେ ଆମେ ରାଜ୍ୟର ସାଢେ ଚାରିକୋଟି ଜନତାଙ୍କ ଆଶା ଆକାଂକ୍ଷାକୁ ପୂରଣ କରିବାରେ ସମର୍ଥ ଓ ସଫଳ ହୋଇଛୁ। ଏହାର ସବୁଠାରୁ ବଡ ପ୍ରମାଣ ହେଉଛି ମାତ୍ର କିଛି ଦିନ ଭିତରେ ସାଧାରଣ ଜନତା ନୂତନ ସରକାରକୁ ‘ଲୋକଙ୍କ ସରକାର’ଏବଂ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ‘ଲୋକଙ୍କ ମୁଖ୍ୟମନ୍ତ୍ରୀ’ଭାବେ ଅଭିହିତ କରିଛନ୍ତି। ଏକ ବର୍ଷର ଏହି ସଫଳ ଯାତ୍ରାରେ ସବୁ ସ୍ତରରୁ…

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ବିରୁଦ୍ଧରେ ଶକ୍ତ କାର୍ଯ୍ୟାନୁଷ୍ଠାନ ନେବାପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ

ଭୁବନେଶ୍ୱର; ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦ୍ରାପଡ଼ା ଜିଲ୍ଲା ଗସ୍ତ କରି ଜିଲ୍ଲା ପ୍ରଦକ୍ଷଣ ଗୃହ ସ୍ଥିତ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ପ୍ରଶାସନର ସମସ୍ତ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ଏବଂ ଜିଲ୍ଲାର ପ୍ରଶାସନର କାର୍ଯ୍ୟ ବିଷୟରେ ସମୀକ୍ଷା ଘୋଷଣା କରିଛନ୍ତି ଯେ ରାଜ୍ୟ ସରକାରଙ୍କ ଦ୍ଵିତୀୟ ବର୍ଷର ଆରମ୍ଭ କେନ୍ଦ୍ରାପଡ଼ା ଜିଲ୍ଲାରେ ବିକାଶମୂଳକ କାର୍ଯ୍ୟ ଆରମ୍ଭରୁ ହିଁ ହେବ। ସମୀକ୍ଷାରୁ ଜଣା ଯାଇଛି ଯେ, କେନ୍ଦ୍ରାପଡ଼ା ଜିଲ୍ଲାରେ ଜଳ ସମ୍ପଦର ବିକାଶ ହେବା ପାଇଁ…

ଉଚ୍ଚଶିକ୍ଷା ବିଭାଗ ଓ ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱ ବିଦ୍ୟାଳୟ ମଧ୍ୟରେ ବୁଝାମଣା

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଓ ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱ ବିଦ୍ୟାଳୟ, ନୂଆଦିଲ୍ଲୀ ମଧ୍ୟରେ ଏକ ବୁଝାମଣା ପତ୍ର ସ୍ଵାକ୍ଷରିତ ହୋଇଯାଇଛି। ଏହି ବୁଝାମଣା ପତ୍ର ଅନୁଯାୟୀ ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱ ବିଦ୍ୟାଳୟ(IGNOU)ର ସ୍ନାତକ, ସ୍ନାତକୋତ୍ତର ପାଠ୍ୟକ୍ରମ ସହିତ ସ୍ନାତକୋତ୍ତର ଡିପ୍ଲୋମା, ଡିପ୍ଲୋମା ଓ ସାର୍ଟିଫିକେଟ ପାଠ୍ୟକ୍ରମ, ସ୍ନାତକ (ଭୋକେସ୍‌ନାଲ୍‌ ଷ୍ଟଡ଼ିଜ), ଟ୍ରାଭେଲ ଓ ଟୁରିଜିମ୍ ମ୍ୟାନେଜମେଣ୍ଟ, ବିବିଏ, ଏମବିଏ ଆଦି ବିଭିନ୍ନ ପାଠ୍ୟକ୍ରମକୁ ଓଡ଼ିଆ ଭାଷାରେ ପ୍ରଦାନ କରାଯିବ।…

ଉତ୍କୃଷ୍ଟ ଭିତ୍ତିଭୂମି ନିର୍ମାଣ କରିବା  ଉପରେ ଗୁରୁତ୍ୱ

ଭୁବନେଶ୍ୱର : ବର୍ତ୍ତମାନ ଯୁଗ ହେଉଛି ଆଧୁନିକ ଜ୍ଞାନକୌଶଳର ଯୁଗ। ବିଭିନ୍ନ ଟେକ୍‌ନୋଲୋଜି ତଥା କୃତି୍ରମ ବୁଦ୍ଧିମତ୍ତାର ଉପଯୋଗ କରି ବହୁ ଆସାଧ୍ୟ କାର୍ଯ୍ୟକୁ କମ୍‌ ସମୟ ମଧ୍ୟରେ ସମ୍ଭବ କରିହେଉଛି। ରାଜ୍ୟ ସରକାର ସବୁବେଳେ ଉନ୍ନତ ଭିତ୍ତିଭୂମି ନିର୍ମାଣ ଉପରେ ଗୁରୁତ୍ୱ ଦେଇ ଆସିଛନ୍ତି। ତେଣୁ ଆଧୁନିକ ଜ୍ଞାନକୌଶଳ ଓ ସବୁ ପ୍ରକାର ଟେକ୍‌ନୋଲୋଜିର ବ୍ୟବହାର କରି ଉନ୍ନତ ତଥା ଉତ୍କୃଷ୍ଟ ଭିତ୍ତିଭୂମି ନିର୍ମାଣ କରିବାକୁ ପୂର୍ତ୍ତ, ଆଇନ, ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ମତବ୍ୟକ୍ତ…