‘ରାଜସ୍ୱ ବିଭାଗ ସ୍ଵଚ୍ଛ ଏବଂ ଉତ୍ତମ ସରକାରର ଦର୍ପଣ’
ଭୁବନେଶ୍ୱର: ଶାସନ-ପ୍ରଶାସନ ବ୍ୟବସ୍ଥାରେ ତହସିଲଦାରମାନେ ହେଉଛନ୍ତି ଆମ ରାଜସ୍ୱ ପ୍ରଶାସନର ମେରୁଦଣ୍ଡ। ଏଣୁ ଆପଣ ସମସ୍ତେ ଲୋକଙ୍କ ଅଭିଯୋଗ ଶୁଣନ୍ତୁ ଓ ତାହାର ତ୍ୱରିତ ସମାଧାନ ପାଇଁ ଚେଷ୍ଟା କରନ୍ତୁ l ଆପଣଙ୍କ ଅଫିସ୍ ଲୋକଙ୍କ ପାଇଁ ଭୟର ନୁହେଁ, ବିଶ୍ୱାସର ସ୍ଥାନ ହେଉ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ଠାରେ ଆୟୋଜିତ ରାଜ୍ୟସ୍ତରୀୟ ରାଜସ୍ୱ ଅଧିକାରୀଙ୍କ ସମ୍ମିଳନୀ ତଥା କର୍ମଶାଳାରେ କହିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ…


