ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ସିଟି ଇକୋନୋମିକ୍ ରିଜିଅନ୍ ପ୍ରକଳ୍ପ ପ୍ରସ୍ତାବକୁ ରାଜ୍ୟସ୍ତରୀୟ ପ୍ରକଳ୍ପ ମନିଟରିଂ କମିଟିର ଅନୁମୋଦନ

ଭୁବନେଶ୍ୱର: ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ସିଟି ଇକୋନୋମିକ୍ ରିଜିଅନ୍ (ବିକେପିପିଇଆର୍) ବିକାଶ କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତ ପ୍ରକଳ୍ପ ପ୍ରସ୍ତାବ ରିପୋର୍ଟ (ପିପିଆର୍)କୁ ରାଜ୍ୟସ୍ତରୀୟ ପ୍ରକଳ୍ପ ମନିଟରିଂ କମିଟି (ଏସ୍ଏଲପିଏମସି)ରେ ଅନୁମୋଦନ କରାଯାଇଛି। ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବାହ୍ୟ ସହାୟତାପ୍ରାପ୍ତ ପ୍ରକଳ୍ପ (ଇଏପି) ଅଧୀନରେ ଏହି ପ୍ରକଳ୍ପକୁ ଆଗକୁ ନେବା ନେଇ ବିସ୍ତୃତ ଆଲୋଚନା ହୋଇଥିଲା। କେନ୍ଦ୍ର ସରକାରଙ୍କ ସିଟି ଇକୋନୋମିକ୍ ରିଜିଅନ୍ (ସିଇଆର) ଯୋଜନାର ପ୍ରଥମ ପର୍ଯ୍ୟାୟରେ ଦେଶର ଚାରିଟି ପାଇଲଟ୍ ଅର୍ଥନୈତିକ…

ବନ୍ୟା ପରବର୍ତ୍ତୀ ପୁନରୁଦ୍ଧାର କାର୍ଯ୍ୟ ତ୍ୱରାନ୍ୱିତ

ଭୁବନେଶ୍ୱର: ବନ୍ୟା ପରିସ୍ଥିତି ପରେ ରାଜ୍ୟରେ ଜଳ ବନ୍ଧ ସଂରଚନାର ସୁରକ୍ଷା ଓ କ୍ଷତିଗ୍ରସ୍ତ ସ୍ଥାନଗୁଡ଼ିକର ଶୀଘ୍ର ପୁନରୁଦ୍ଧାର ପାଇଁ ଜଳ ସମ୍ପଦ ବିଭାଗ ଯୁଦ୍ଧକାଳୀନ ଭିତ୍ତିରେ କାର୍ଯ୍ୟ ଜାରି ରଖିଛି। ବିଭାଗର ବରିଷ୍ଠ ଯନ୍ତ୍ରୀମାନେ କ୍ଷେତ୍ର ପରିଦର୍ଶନ କରି ସ୍ଥିତିର ସମୀକ୍ଷା କରୁଥିବାବେଳେ, ଆବଶ୍ୟକ ସ୍ଥାନରେ ତୁରନ୍ତ ପୁନରୁଦ୍ଧାର କାର୍ଯ୍ୟ ଆରମ୍ଭ କରାଯାଇଛି। ଯାଜପୁର ଜିଲ୍ଲାର କାଣି ଡାହାଣ ପାର୍ଶ୍ୱ ବନ୍ଧର ବ୍ରହ୍ମଚାରୀପାଟଣା ଏବଂ ବ୍ରାହ୍ମଣୀ ନଦୀର କିମିରିଆପାଲ ନିକଟରେ ହୋଇଥିବା ଅସ୍ଥାୟୀ ଘାଇର ମରାମତି…

ଯୁବ ଉଦ୍ୟୋଗୀ ଓ ନବସୃଜନକାରୀଙ୍କ ଅନନ୍ୟ ପ୍ରତିଭାକୁ ବିକଶିତ କରିବାରେ ‘ଓଡ଼ିଶା ଷ୍ଟାର୍ଟଅପ୍‌ ନୀତି’ପ୍ରମୁଖ ଭୂମିକା ଗ୍ରହଣ କରୁଛି

ଭୁବନେଶ୍ୱର: ଓଡ଼ିଶାର ଷ୍ଟାର୍ଟଅପ୍‌ ଇକୋସିଷ୍ଟମ ପାଇଁ ଏକ ଗୌରବମୟ ମୁହୂର୍ତ୍ତ। ‘ଷ୍ଟାର୍ଟଅପ୍ ଓଡ଼ିଶା’ସହଯୋଗରେ ଆଗକୁ ବଢ଼ୁଥିବା ତିନିଟି ଷ୍ଟାର୍ଟଅପ୍‌ ଶୁକ୍ରବାର ନୂଆଦିଲ୍ଲୀ ରାଷ୍ଟ୍ରପତି ଭବନର କଲଚରାଲ ସେଣ୍ଟରଠାରେ ଆୟୋଜିତ ଏକ ସ୍ୱତନ୍ତ୍ର ପ୍ରଦର୍ଶନୀରେ ଭାଗନେଇ ନିଜର ଅଭିନବ ଉତ୍ପାଦ ପ୍ରଦର୍ଶନ କରିଛନ୍ତି। ଏହି ସୁଯୋଗ ପାଇଥିବା ଉଦ୍ୟୋଗଗୁଡ଼ିକ ମଧ୍ୟରେ ରହିଛି ଗାର୍ଗୀ ଅଟୋମେଟେଡ୍ ଆଣ୍ଡ୍ ରୋବୋଟିକ୍ ଗ୍ୟାଜେଟ୍ ଇଣ୍ଡଷ୍ଟ୍ରିଜ୍ ପ୍ରାଇଭେଟ୍ ଲିମିଟେଡ, ନ୍ୟୁରୁପ୍ ଟେକ୍ ସଲ୍ୟୁସନ୍ସ ଏବଂ ଅର୍ବାନ୍-ହାଇଫି ବାୟୋସାଇନ୍ସ। ଏହି ନବସୃଜନ ଅଧାରିତ ଷ୍ଟାର୍ଟଅପ୍‌ ଉଦ୍ୟୋଗର…

ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀଙ୍କର ଚାରିଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ସମ୍ପନ୍ନ

ଭୁବନେଶ୍ୱର: ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗ ଅଧୀନସ୍ଥ ରାଜ୍ୟ ମହିଳା ଓ ଶିଶୁ ପ୍ରତିଷ୍ଠାନ (State Institute for Women and Children), ଲକ୍ଷ୍ମୀସାଗର, ଭୁବନେଶ୍ୱରଠାରେ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ (DSWO), ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ (CDPO), ପ୍ରକଳ୍ପ ଅଧିକାରୀ (PO) ଓ ଜିଲ୍ଲାସ୍ତରୀୟ ଆକାଉଣ୍ଟସ (accounts)  ଦାୟିତ୍ୱରେ ଥିବା କର୍ମଚାରୀ ମାନଙ୍କ ପାଇଁ “Finance, Accounts & Service related matters (ଆର୍ଥିକ, ହିସାବରକ୍ଷଣ ଓ ସେବା ସମ୍ବନ୍ଧୀୟ ବିଭିନ୍ନ…

ବନ୍ୟା ପରିସ୍ଥିତି ମୁକାବିଲା ନିମନ୍ତେ ରାଜସ୍ୱ ମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

ଭୁବନେଶ୍ୱର: ସାମ୍ପ୍ରତିକ ବନ୍ୟା ପରିସ୍ଥିତିର ମୁକାବିଲା ନିମନ୍ତେ ନିରନ୍ତର ଉଦ୍ୟମରତ ଅଛନ୍ତି ରାଜ୍ୟସରକାରl ଲୋକସେବା ଭବନଠାରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ସୁରେଶ ପୂଜାରୀ ବନ୍ୟା ପରିସ୍ଥିତିକୁ ନେଇ ବିସ୍ତୃତ ସମୀକ୍ଷା କରିବା ସହ ସୁବ୍ୟବସ୍ଥିତ ବନ୍ୟା ପରିଚାଳନା ନିମନ୍ତେ SRC ଏବଂ ଜିଲ୍ଲା ପ୍ରଶାସନର ନିରନ୍ତର ସମନ୍ଵିତ ପ୍ରୟାସର ପ୍ରଶଂସା କରିବା ସହିତ ବନ୍ୟା ଜଳ ଶୁଖିବା ପର୍ଯ୍ୟନ୍ତ ଜନସାଧାରଣଙ୍କ ପାଇଁ ସମାନ ଦାୟିତ୍ଵ ଏବଂ ସମର୍ପିତ ମନୋଭାବ ନେଇ କାର୍ଯ୍ୟ କରିବାକୁ…

‘ଭ୍ୟାନ୍-ମାଉଣ୍ଟେଡ୍ କେବୁଲ୍ ଫଲ୍ଟ ଲୋକେସନ୍ ଏବଂ ଟେଷ୍ଟିଂ ସିଷ୍ଟମ୍‌ ବ୍ୟବହାର ଫଳରେ କେବୁଲ୍ ତ୍ରୁଟି ଖୋଜିବା ଏବଂ ମରାମତି ସମୟ ଯଥେଷ୍ଟ ହ୍ରାସ ପାଇବ’

ଭୁବନେଶ୍ୱର: ରାଜ୍ୟର ବିଦ୍ୟୁତ ସଂଚାର ବ୍ୟବସ୍ଥାକୁ ଅଧିକ ଆଧୁନିକ, ନିର୍ଭରଯୋଗ୍ୟ ଓ କାର୍ଯ୍ୟକ୍ଷମ କରିବା ଦିଗରେ ଓଡ଼ିଶା ପାୱାର ଟ୍ରାନ୍ସମିଶନ କର୍ପୋରେସନ୍ ଲିମିଟେଡ୍ (OPTCL) ଆଉ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛି। ଖାରବେଳ ଭବନ ପରିସରରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓପିଟିସିଏଲ୍‌ର ନୂତନ Megger R30 Van-Mounted Cable Fault Locator and Testing Systemର ଶୁଭ ଉଦ୍ଘାଟନ କରିଥିଲେ। ଏହି ଅବସରରେ…

କେନ୍ଦୁଝର ଜିଲ୍ଲା ଗସ୍ତରେ ପ୍ରମୁଖ ଶାସନ ସଚିବ ସୁରେଶ କୁମାର ବଶିଷ୍ଠ : ଉଚ୍ଚସ୍ତରୀୟ ବୈଠକରେ କଲେ ବିକାଶମୂଳକ କାର୍ଯ୍ୟର ସମୀକ୍ଷା

କେନ୍ଦୁଝର: ଜିଲ୍ଲାଗୁଡ଼ିକରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ଓ ପ୍ରକଳ୍ପଗୁଡ଼ିକର ସଠିକ୍ କାର୍ଯ୍ୟାନ୍ୱୟନ ତଦାରଖ କରିବା ନିମନ୍ତେ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରତ୍ୟେକ ଜିଲ୍ଲାକୁ ପ୍ରଭାରୀ ସଚିବମାନଙ୍କୁ ମନୋନୀତ କରାଯାଇଛି। ଏହି ପରିପ୍ରେକ୍ଷୀରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗର ପ୍ରମୁଖ ଶାସନ ସଚିବ ସୁରେଶ କୁମାର ବଶିଷ୍ଠ ତିନିଦିନିଆ ଗସ୍ତରେ ଆସି କେନ୍ଦୁଝରରେ ପହଞ୍ଚିଛନ୍ତି। ଏହି ଅବସରରେ କେନ୍ଦୁଝର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ଦରବାର ହଲ୍‌ଠାରେ ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ସରକାରୀ ଯୋଜନା,…

କୃତ୍ରିମ ବୁଦ୍ଧିମତାର ସଠିକ କାର୍ଯ୍ୟାନ୍ଵୟନ ଉପରେ ଗୁରୁତ୍ୱ

ଭୁବନେଶ୍ୱର : ଉଚ୍ଚଶିକ୍ଷା ବିଭାଗ ଆନୁକୂଲ୍ୟରେ ରମାଦେବୀ ମହିଳା ବିଶ୍ୱ ବିଦ୍ୟାଳୟରେ “କୃତ୍ରିମ ବୁଦ୍ଧିମତା (ଏଆଇ) ଉପରେ ଦକ୍ଷତା ବିକାଶ” କର୍ମଶାଳା ଉଦ୍‌ଘାଟିତ ହୋଇଯାଇଛି। ଏହି କର୍ମଶାଳାରେ ଉଚ୍ଚଶିକ୍ଷା ବିଭାଗର ସମସ୍ତ ଅଧିକାରୀ ଓ କର୍ମଚାରୀମାନେ ଅଂଶଗ୍ରହଣ କରିଥିଲେ। କର୍ମଶାଳାରେ ଉଚ୍ଚଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଅରବିନ୍ଦ ଅଗ୍ରୱାଲ, ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଜ୍ୟୋତ୍ସ୍ନା କେ. ବି ରାଉତ, ଆଇଆଇଟି ମାଡ୍ରାସର ଶିକ୍ଷାବିତ୍‌ ଏସ. ନିଥି, ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶକ କାଳୀ…

ଡିଜିଟାଲ୍ ଓଡ଼ିଶା ଗଠନରେ ସିଏସ୍‌ସିର ଭୂମିକା ଗୁରୁତ୍ୱପୂର୍ଣ୍ଣ: ଇଲେକ୍ଟ୍ରୋନିକ୍ସ ଓ ଆଇଟି ମନ୍ତ୍ରୀ

ଭୁବନେଶ୍ୱର: ଭୁବନେଶ୍ୱରଠାରେ ଆୟୋଜିତ ୧୭ତମ କମନ୍ ସର୍ଭିସ ସେଣ୍ଟର (CSC) ଦିବସ ପାଳନ କାର୍ଯ୍ୟକ୍ରମରେ ଓଡ଼ିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଭାଗର ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଏହି ଅବସରରେ ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ରବି ନାଏକ ମୁଖ୍ୟ ଅତିଥି ରୂପେ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ମନ୍ତ୍ରୀ କହିଥିଲେ ଯେ, ଗତ ୧୭ ବର୍ଷ…

ଓଡ଼ିଶା–ଜାପାନ ତତ୍ତୋରି ମୈତ୍ରୀ ଚୁକ୍ତି ଦିଗରେ ଅଗ୍ରଗତି 

ଭୁବନେଶ୍ୱର: ଓଡ଼ିଶା ଓ ଜାପାନ ମଧ୍ୟରେ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଓଡ଼ିଶା ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଜାପାନ ତତ୍ତୋରି ପ୍ରଦେଶ (ପ୍ରିଫେକ୍ଚର)ର  ମୁଖ୍ୟ ଶାସନ ସଚିବ  ତୋଶିକି ଏଣ୍ଡୋଙ୍କ ନେତୃତ୍ୱରେ ଓଡ଼ିଶା ଆସିଥିବା ୧୩ ଜଣିଆ ପ୍ରତିନିଧି ଦଳଙ୍କ ସହ ଏକ ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା କରିଥିଲେ। ଏହି ବୈଠକରେ ପୁଞ୍ଜିନିବେଶ, ଶିଳ୍ପ ବିକାଶ, ମାନବ ସମ୍ବଳ, ଶିକ୍ଷା, ପର୍ଯ୍ୟଟନ, ସଂସ୍କୃତି, ପ୍ରଯୁକ୍ତି ବିଦ୍ୟା  ଆଦି କ୍ଷେତ୍ରରେ ଦୀର୍ଘମିଆଦି ସହଯୋଗ ସଂପର୍କରେ…