ମହିଳା ନେତୃତ୍ୱାଧୀନ ଉଦ୍ୟମିତା ହେଉଛି ସମୟର ଆହ୍ଵାନ: ମନ୍ତ୍ରୀ

ଭୁବନେଶ୍ଵର: ଜିଲ୍ଲା ଶିଳ୍ପ କେନ୍ଦ୍ର ସାଧାରଣ ପରିଚାଳକଙ୍କର ଯୋଜନା କାର୍ଯ୍ୟାନ୍ୱୟନ ଓ ରୂପାୟନ ସମ୍ପର୍କରେ ଏକ ସମୀକ୍ଷା ବୈଠକ ସ୍ଥାନୀୟ ଓ-ହବ୍ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ ତଥା ମତ୍ସ୍ୟ ଏବଂ ପ୍ରାଣିସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ସବିଶେଷ ସମୀକ୍ଷା କରିଥିଲେ। ଏହି ଅବସରରେ ଉଦ୍ୟମିତା କ୍ଷେତ୍ରରେ ଅଧିକରୁ ଅଧିକ ମହିଳାଙ୍କୁ ସାମିଲ କରିବା ପାଇଁ ବିଶେଷ ପ୍ରଚେଷ୍ଟା କରିବା ପାଇଁ ଅଧିକାରୀଙ୍କୁ କହିଥିଲେ।…

ତାରକସି ହବକୁ ମିଳିବ ଐହିହ୍ୟ ଶିଳ୍ପୀ ଗ୍ରାମର ମାନ୍ୟତା: ଉପମୁଖ୍ୟମନ୍ତ୍ରୀ

କଟକ/ଭୁବନେଶ୍ୱର:  ରୌପ୍ୟ ନଗରୀ କଟକର ଅନ୍ୟତମ ଐତିହ୍ୟ ତାରକସିକୁ ବିଶ୍ୱ ଦରବାରରେ ପହଂଚାଇବା ନିମନ୍ତେ କଟକଠାରେ ରୌପ୍ୟ ତାରକସି ସର୍ବସାଧାରଣ ସୁବିଧା କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କଟକ ସିଡିଏ ସେକ୍ଟର ୬ ସ୍ଥିତ ବିଡାନାସୀ ପେଟାନାଳଠାରେ ଏହି ଭିତ୍ତିପ୍ରସ୍ତର ସ୍ଥାପନ କରି ଏହି କେନ୍ଦ୍ର କଟକର ପରମ୍ପରାକୁ ସଂରକ୍ଷଣ କରିବା ସହିତ ନବସୃଜନକୁ ଆପଣାଇ ତାରକସି କାରିଗରମାନଙ୍କୁ ସଶକ୍ତ କରିବା ସହ କଟକ ପାଇଁ ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିବ…

ଭର୍ଜିନ୍ ଲ୍ୟାଣ୍ଡ ସିକ୍ୟୁରିଟି ଶିଖର ସମ୍ମିଳନୀରେ ଉପମୁଖ୍ୟମନ୍ତ୍ରୀଙ୍କ ଯୋଗଦାନ

ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଉଦୟ ଇଣ୍ଡିଆ ଦ୍ୱାରା ପ୍ରାୟୋଜିତ ନୂଆଦିଲ୍ଲୀର ଇଣ୍ଡିଆ ଇଣ୍ଟରନ୍ୟାସନାଲ୍ ସେଣ୍ଟରରେ ଅନୁଷ୍ଠିତ ଭର୍ଜିନ୍ ଲ୍ୟାଣ୍ଡ ସିକ୍ୟୁରିଟି ଶିଖର ସମ୍ମିଳନୀରେ ଯୋଗଦେଇଛନ୍ତି। ଭାରତରେ ୬୦ ନିୟୁତ ହେକ୍ଟରରୁ ଅଧିକ ଅନୁର୍ବର କିମ୍ବା ଅବ୍ୟବହୃତ ଜମି ଅଛି ଏବଂ ଏଥିରୁ ପ୍ରାୟ ୨୦ ନିୟୁତ ଜୈବିକ କୃଷି ପାଇଁ ଉପଯୁକ୍ତ। ଜୈବିକ ଉତ୍ପାଦର ବିଶ୍ୱ ଚାହିଦା ବୃଦ୍ଧି ପାଇବା ସହିତ, ଏହା ଆମର କୃଷକମାନଙ୍କ…

‘ପି.ଏମ୍ କିଷାନ ଯୋଜନାରେ ସମସ୍ତ ଯୋଗ୍ୟ ଚାଷୀଙ୍କୁ ଅନ୍ତର୍ଭୁକ୍ତ କରିବା ଲକ୍ଷ୍ୟ’

ଭୁବନେଶ୍ୱର: କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଆୟୋଜିତ ରାଜ୍ୟସ୍ତରୀୟ ପିଏମ କିଷାନ ସମ୍ମାନ ନିଧି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ରାଜ୍ୟର ଚାଷୀ ଭାଇ ଭଉଣୀ ମାନଙ୍କୁ ପି.ଏମ୍ କିଷାନ ସହାୟତା ରାଶିର ୨୦ତମ କିସ୍ତି ପ୍ରଦାନ କରିଛନ୍ତି। ସୂଚନାଯୋଗ୍ୟ ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉତ୍ତର ପ୍ରଦେଶର ବାରାଣାସୀ ଠାରେ ଉପସ୍ଥିତ ରହି, ପି.ଏମ୍ କିଷାନର କିସ୍ତି ବାବଦରେ ସାରା ଦେଶର ୯.୭ କୋଟି ଚାଷୀଙ୍କୁ ୨୦୦୦ ଟଙ୍କା…

ବିକଶିତ ଓଡ଼ିଶା ଏବଂ ବିକଶିତ ଭାରତ ନିମନ୍ତେ ସାମୁହିକ ଉଦ୍ୟମ ପାଇଁ ରାଜ୍ୟପାଳଙ୍କ ଆହ୍ୱାନ

ଭୁବନେଶ୍ୱର: ୨୦୩୬ ମସିହା ସୁଦ୍ଧା ଏକ ବିକଶିତ ଓଡ଼ିଶା ଓ ୨୦୪୭ ମସିହା ସୁଦ୍ଧା ଏକ ବିକଶିତ ଭାରତ ନିମନ୍ତେ ସାମୁହିକ ଉଦ୍ୟମ ପାଇଁ ରାଜ୍ୟପାଳ ଡ଼ ହରି ବାବୁ କମ୍ଭମପାଟି ଆହ୍ୱାନ ଜଣାଇଛନ୍ତିI ଭୁବନେଶ୍ୱରରେ ଆୟୋଜିତ ବିଶ୍ୱ ବାଣିଜ୍ୟ ଦିବସ ପାଳନ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟପାଳ ଏହି ଆହ୍ୱାନ ଜଣାଇଛନ୍ତିI ଏହି ସମାରୋହରେ ଉଦବୋଧନ ଦେଇ ରାଜ୍ୟପାଳ କହିଥିଲେ ଯେ ଆନ୍ତର୍ଜାତୀୟ ବାଣିଜ୍ୟ କେବଳ ସାମଗ୍ରୀ ଓ ସେବାର ବିନିମୟ ନୁହେଁ,…

୧୬ କୋଟି ଟଙ୍କା ବ୍ୟୟ ଅଟକଳରେ ବିକଶିତ ହେଉଛି ଜଗତ୍ସିଂହପୁର ମଡେଲ୍ ବସ୍ ଟର୍ମିନାଲ

ଭୁବନେଶ୍ୱର: ରାଜ୍ୟ ଗୃହ ଓ ନଗର ଉନ୍ନୟନ ଏବଂ ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ସଚିବ ଉଷା ପାଢୀ ତାଙ୍କ ସରକାରୀ ଜିଲ୍ଲା ଗସ୍ତର ଦ୍ୱିତୀୟ ଦିନରେ ଜଗତ୍ସିଂହପୁରରେ ନିର୍ମାଣାଧୀନ ମଡେଲ୍ ବସ୍ ଟର୍ମିନାଲର ନିର୍ମାଣ ସ୍ଥଳ ପରିଦର୍ଶନ କରିଛନ୍ତି। ୧୬  କୋଟି ଟଙ୍କାର ଆନୁମାନିକ ମୂଲ୍ୟରେ ବିକଶିତ ହେଉଥିବା ଏହି ପ୍ରକଳ୍ପ ଲକ୍ଷ ଲକ୍ଷ ଯାତ୍ରୀଙ୍କ ଯାତାୟାତ ଅଭିଜ୍ଞତାକୁ ଉଲ୍ଲେଖନୀୟ ଭାବରେ ବୃଦ୍ଧି କରିବା ପାଇଁ କଳ୍ପନା କରାଯାଇଛି। ତାଙ୍କ ସହିତ ଜଗତ୍ସିଂହପୁରର କଲେକ୍ଟର…

ରାଜସ୍ୱ ସେବା ଅଧିକାରୀମାନେ ଆନ୍ତରିକତା ଓ ସମର୍ପଣର ସହ ସେବା କରନ୍ତୁ – ରାଜ୍ୟପାଳ

ଭୁବନେଶ୍ୱର: ରାଜସ୍ୱ ସେବା ହେଉଛି ଶାସନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସେବା ମଧ୍ୟରୁ ଅନ୍ୟତମ, ଯାହା ଜନସାଧାରଣଙ୍କ ସହ ପ୍ରତ୍ୟେକ୍ଷ ଭାବେ ଜଡିତ ହୋଇ ରହିଥାଏ। ଏଣୁ ଓଡ଼ିଶା ରାଜସ୍ୱ ସେବା ଅଧିକାରୀମାନେ ଆନ୍ତରିକତା ଓ ସମର୍ପଣ ସହ ସେବା ଯୋଗାଇବାକୁ ରାଜ୍ୟପାଳ  ଡ. ହରି ବାବୁ କମ୍ଭମ୍ପାଟି ଆହ୍ୱାନ ଜଣାଇଛନ୍ତି। ରାଜଭବନର ନୁ୍ୟ ଅଭିଷେକ ହଲ୍ଠାରେ ରେଭେନୁ୍ୟ ଅଫିସର୍ସ ଟ୍ରେନିଂ ଇନଷ୍ଟିଚୁ୍ୟଟ୍ରେ ତାଲିମ୍ ନେଉଥିବା ୨୦୨୨ ବ୍ୟାଚ୍ର ଓଡ଼ିଶା ରାଜସ୍ୱ ସେବାର ଅଧିକାରୀମାନଙ୍କ ସହ ବାର୍ତ୍ତାଳାପ ଅବସରରେ…

ଖରିଫ୍‌ ଧାନ କ୍ରୟ ପାଇଁ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି

ଭୁବନେଶ୍ୱର: ରାଜ୍ୟରେ ଖରିଫ ଋତୁ ଧାନ କ୍ରୟ ପାଇଁ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ଗତ ମାସ ୧୯ ତାରିଖରୁ ଆରମ୍ଭ ହୋଇଥିବା ଏହି ପ୍ରକ୍ରିୟା ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ଏଥିପାଇଁ ଚାଷୀମାନଙ୍କ ମଧ୍ୟରେ ପଞ୍ଜୀକରଣ ପାଇଁ ଆଗ୍ରହ ପରିଲକ୍ଷିତ ହେଉଛି। ଚାଷୀମାନେ ନିକଟସ୍ଥ ପ୍ରାଥମିକ କୃଷି ସମବାୟ ସମିତି ପ୍ୟାକସ୍‌, ଲ୍ୟାମ୍ପସ୍‌ ଏବଂ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ କିମ୍ବା ପାଣିପଞ୍ଚାୟତରେ ଆଗୁଆ ପଞ୍ଜୀକରଣ କରୁଛନ୍ତି। ଚଳିତ ବର୍ଷ ଆଜି…

ଜଗତସିଂହପୁର ଜିଲ୍ଲାର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟକ୍ରମର ସମୀକ୍ଷା

ଭୁବନେଶ୍ବର : ଗୃହ ନିର୍ମାଣ ଓ ନଗର ଉନ୍ନୟନ ଏବଂ ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀ  ଜଗତସିଂହପୁର ଜିଲ୍ଲାର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କରିଛନ୍ତି। କୌଣସି କାର୍ଯ୍ୟକ୍ରମର ସଫଳ ରୂପାୟନ ନିମନ୍ତେ ସଠିକ୍ ଯୋଜନା, ନୂତନ ତଥା ଉନ୍ନତ ଚିନ୍ତାଧାରାର ବିଶ୍ଳେଷଣ ଏବଂ ସର୍ବୋପରି ପ୍ରତ୍ୟେକ ସ୍ତରର କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ସଠିକ୍ ସମନ୍ଵୟ ନିତାନ୍ତ ଆବଶ୍ୟକ ଉପରେ ସେ ଗୁରୁତ୍ବ ଦେଇଛନ୍ତି। ଶ୍ରୀମତୀ ପାଢ଼ୀ ଦୁଇ…

ନିର୍ଧାରିତ ସମୟ ଅବଧି ମଧ୍ୟରେ ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ପୂର୍ତ୍ତ ମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଓଡ଼ିଶାର ପ୍ରଗତିକୁ ଦ୍ରୁତତର କରିବା ଲାଗି ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧI ୨୦୩୬ ସୁଦ୍ଧା ବିକଶିତ ଓଡିଶା ଗଠନ ନେଇ ସରକାର ଲକ୍ଷ୍ୟରଖିଥିବା  ବେଳେ ଭିତ୍ତିଭୂମିକୁ ସୁଦୃଢ କରିବାକୁ ପଡିବI ଏଥିପାଇଁ ଜାତୀୟ ରାଜପଥ ଠାରୁ ଆରମ୍ଭ କରି ବିଭାଗ ଅଧୀନରେ ଥିବା ବିଭିନ୍ନ ରାସ୍ତା, ସେତୁ ଓ କୋଠାବାଡି ଗୁଡିକ ଗୁଣବତ୍ତା ଓ ସମୟ ଅବଧି ମଧ୍ୟରେ କାର୍ଯ୍ୟ ପରିସମାପ୍ତିକୁ ଗୁରୁତ୍ୱ ଦେବାକୁ ପଡିବI ଏଥିପାଇଁ ବିଭାଗରେ କାର୍ଯ୍ୟ କରୁଥିବା ଅଧିକାରୀ ମାନଙ୍କୁ ସମୟ ସହିତ…