ପୋର୍ଟ–ଲେଡ୍ ଅର୍ବାନାଇଜେସନ୍ ମାଧ୍ୟମରେ ଉପକୂଳ ଆଧାରିତ ଅର୍ଥନୀତିକୁ ନୂତନ ଦିଗ

ଭୁବନେଶ୍ୱର : ଓଡ଼ିଶା ସରକାରଙ୍କ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡକୋ ଅଧ୍ୟକ୍ଷା ଉଷା ପାଢୀ ଭୁବନେଶ୍ୱରରେ ଆୟୋଜିତ ଗ୍ଲୋବାଲ୍ ବ୍ଲୁ ଇକୋନୋମି ସମିଟ୍–୨୦୨୬ ଅବସରରେ ଓଡ଼ିଶାର ନୀଳ ଅର୍ଥନୀତିର ଗତିବିକାଶ ପାଇଁ ଏକ ଦୂରଦୃଷ୍ଟିମୟ ରୋଡମ୍ୟାପ୍ ଉନ୍ମୋଚନ କରିଛନ୍ତି। ଏହା ମାଧ୍ୟମରେ ସ୍ଥାୟୀ ସାମୁଦ୍ରିକ ଅଭିବୃଦ୍ଧି, ନବସୃଜନ ଓ ଉପକୂଳବର୍ତ୍ତୀ ଅଞ୍ଚଳର ସମୃଦ୍ଧିକୁ ନୂତନ ଗତି ଦେବା ଲକ୍ଷ୍ୟ ରହିଛି। ରାଜ୍ୟର ୪୮୦ କିଲୋମିଟରରୁ ଅଧିକ…

ପ୍ରଥମ ସୁଭଦ୍ରା ଶକ୍ତି ନେତୃତ୍ୱ ସମ୍ମିଳନୀ’ମାଧ୍ୟମରେ ୬୭୬ ମହିଳା ନେତ୍ରୀ ସଶକ୍ତ

ଭୁବନେଶ୍ୱର: ମିଶନ ଶକ୍ତି ବିଭାଗ ପକ୍ଷରୁ ପ୍ରଥମ ଥର ପାଇଁ ଆୟୋଜିତ କୋଣାର୍କ ଠାରେ ଛ ଦିନିଆ ‘ସୁଭଦ୍ରା ଶକ୍ତି ନେତୃତ୍ୱ ସମ୍ମିଳନୀ’ ସଫଳତାର ସହିତ ଉଦଯାପିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମୁଖ୍ୟ ଅତିଥି ଭାବେ ଯୋଗଦେଇ ମହିଳାମାନଙ୍କୁ ସମ୍ବୋଧିତ କରିବା ସହ ବିକଶିତ ଓଡ଼ିଶା ଗଠନରେ ସେମାନଙ୍କ ଭୂମିକାକୁ ପ୍ରଶଂସା କରିଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମିଶନ ଶକ୍ତି କେବଳ ଏକ ସରକାରୀ କାର୍ଯ୍ୟକ୍ରମ ହୋଇ ରହିନାହିଁ, ବରଂ ଏହା ଓଡ଼ିଶାରେ…

“ଆକାଂକ୍ଷା ଯୋଜନା”ରେ ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ପଢ଼ୁଥିବା ଛାତ୍ରଛାତ୍ରୀଙ୍କୁ ମାଗଣା ଆବାସିକ ସୁବିଧା

ଭୁବନେଶ୍ୱର:  ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ପାଇଁ ୨୦୨୬–୨୭ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନା କରିଛନ୍ତି ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ଏହି ଅବସରରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଯୋଗ ଦେଇ ମନ୍ତ୍ରୀ ଶ୍ରୀ ଗଣ୍ଡ ଆଦିବାସୀ, ଅନୁସୂଚିତ ଜାତି, ସଂଖ୍ୟାଲଘୁ ଓ ପଛୁଆ ବର୍ଗର ଶିକ୍ଷା, ଜୀବିକା ଓ ସାମାଜିକ ଉନ୍ନତିକୁ ଲକ୍ଷ୍ୟରେ ରଖି ବଜେଟ୍ ପ୍ରସ୍ତୁତ ହୋଇଥିବା ମତ ପ୍ରକାଶ କରିଛନ୍ତି।  ଏହି…

ବିଜୁ ପଟ୍ଟନାୟକ ବିମାନବନ୍ଦରରେ ବିମାନ ଚଳାଚଳ ସୁରକ୍ଷା ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରଠାରେ ‘ଏଭିଏସନ୍ ସିକ୍ୟୁରିଟି ବେସିକ୍ କୋର୍ସ’ର ଦ୍ୱିତୀୟ ବ୍ୟାଚ୍ ପ୍ରଶିକ୍ଷାର୍ଥୀଙ୍କ ପାଇଁ ପ୍ରାୟୋଗିକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି ରହିଛି। ବିମାନବନ୍ଦରର ଜଟିଳ କାର୍ଯ୍ୟଧାରା ଏବଂ ବୈଷୟିକ ପରିଚାଳନା ସମ୍ପର୍କରେ ପ୍ରଶିକ୍ଷାର୍ଥୀଙ୍କୁ ପ୍ରତ୍ୟକ୍ଷ ଜ୍ଞାନ ପ୍ରଦାନ କରିବା ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ। ରାଜ୍ୟର ବିଭିନ୍ନ ବିମାନବନ୍ଦରରେ ନିୟୋଜିତ ସୁରକ୍ଷା କର୍ମୀଙ୍କ ପାଇଁ ଉଦ୍ଦିଷ୍ଟ ଏହି ୧୫ ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ବାଣିଜ୍ୟ ଓ ପରିବହନ ବିଭାଗ, ଗୃହ ବିଭାଗ ଏବଂ…

ଓଡ଼ିଶାର ମହିଳା ଶ୍ରମିକ ବଳ ଅଂଶଗ୍ରହଣ ହାର (FLFPR) ୪୮.୭ ପ୍ରତିଶତ

ଭୁବନେଶ୍ୱର : ଓଡ଼ିଶା ସରକାରଙ୍କ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ଏବଂ ନୂଆଦିଲ୍ଲୀର ଉଦୟୀତି ଫାଉଣ୍ଡେସନର ମିଳିତ ଆନୁକୂଲ୍ୟରେ ଆଜି ଭୁବନେଶ୍ୱରରେ ଅବସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ରରେ “ଓଡ଼ିଶାରେ ଔପଚାରିକ ନିଯୁକ୍ତିରେ ମହିଳାଙ୍କ ଅଂଶଗ୍ରହଣ ସୁଯୋଗ”ଶୀର୍ଷକ ଏକ ପରାମର୍ଶ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ନୀତି ନିର୍ମାତା, ଶିଳ୍ପ ନେତା, ପ୍ରଶିକ୍ଷଣ ପ୍ରତିଷ୍ଠାନ ଏବଂ ବିଶେଷଜ୍ଞମାନେ ଯୋଗଦେଇ ନିୟମିତ ଏବଂ ଦ୍ରୁତ ବୃଦ୍ଧି ପାଉଥିବା କ୍ଷେତ୍ରରେ ମହିଳାଙ୍କ ଉପସ୍ଥିତି ବଢ଼ାଇବା ପାଇଁ ରଣନୀତି ଉପରେ…

ସଶକ୍ତ ଷ୍ଟାର୍ଟ ଅପ୍, ସମୃଦ୍ଧ ଓଡ଼ିଶା : ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ

ଭୁବନେଶ୍ୱର: ଷ୍ଟାର୍ଟ ଅପ୍ ଉଦ୍ୟୋଗୀଙ୍କ ସ୍ଵପ୍ନ ଓ ସଂକଳ୍ପକୁ ସାକାର କରିବା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ। ଆମ ଷ୍ଟାର୍ଟ ଅପ୍ ଅଧିକ ସଶକ୍ତ ହେଲେ ରାଜ୍ୟ ସମୃଦ୍ଧି ଦିଗରେ ଆଗେଇ ପାରିବ। ତେଣୁ ଷ୍ଟାର୍ଟ ଅପ୍ ଆରମ୍ଭ କରିବା ପାଇଁ ଯୁବ ପିଢି ଆଗେଇ ଆସିବା ଦରକାର ବୋଲି କହିଛନ୍ତି ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ। ସ୍ଥାନୀୟ ଓ-ହବ୍ ଠାରେ ଆୟୋଜିତ ଷ୍ଟାର୍ଟ ଅପ୍ ସମ୍ମିଳନୀରେ ଯୋଗ ଦେଇ ଯୁବ…

‘ଆଜିର ମହିଳା ସମାଜ ଓ ଅର୍ଥନୀତିର ପରିବର୍ତ୍ତନର ଶକ୍ତି’

ଭୁବନେଶ୍ୱର: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ମିଶନ ଶକ୍ତି ବିଭାଗ ପକ୍ଷରୁ କୋଣାର୍କ ଠାରେ ଆୟୋଜିତ ସୁଭଦ୍ରା ଶକ୍ତି ନେତୃତ୍ୱ  ସମ୍ମିଳନୀର ଦ୍ୱିତୀୟ ଦିବସରେ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଯୋଗଦେଇ ମହିଳା ମାନଙ୍କୁ ପ୍ରେରଣା ଦେଇଥିଲେ। କାର୍ଯ୍ୟକ୍ରମରେ  ମହିଳାମାନଙ୍କୁ ସମ୍ବୋଧନ କରି ଉପମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆଜିର ମହିଳା କେବଳ ଘରେ ସୀମିତ ନୁହେଁ; ସେ ସମାଜ ଓ ଅର୍ଥନୀତିର ପରିବର୍ତ୍ତନର ଶକ୍ତି। ମିଶନ ଶକ୍ତି ମାଧ୍ୟମରେ ଓଡ଼ିଶାର ଲକ୍ଷ ଲକ୍ଷ ମହିଳା ଆତ୍ମନିର୍ଭର ହୋଇ…

୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍  ଅନୁମୋଦିତ ଖର୍ଚ୍ଚ ଅଗ୍ରଗତି ସଂପର୍କରେ ବିସ୍ତୃତ ସମୀକ୍ଷା

ଭୁବନେଶ୍ୱର : ରାଜ୍ୟ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଖାରବେଳ ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ରାଜ୍ୟର ଆର୍ଥିକ ସ୍ଥିତି ଏବଂ ୨୦୨୬ ଫେବୃଆରୀ  ମାସ ଶେଷ ସୁଦ୍ଧା ହୋଇଥିବା ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍  ଅନୁମୋଦିତ ଖର୍ଚ୍ଚ ଅଗ୍ରଗତି ସଂପର୍କରେ ବିସ୍ତୃତ ସମୀକ୍ଷା କରାଯାଇଥିଲା। ମୁଖ୍ୟ ଶାସନ ସଚିବ ସମସ୍ତ ବିଭାଗକୁ ଧାର୍ଯ୍ୟ ସମୟ ଚଳିତ ମାସ ଶେଷ ସୁଦ୍ଧା ବଜେଟ୍ ଅନୁମୋଦନ ହିସାବରେ ଖର୍ଚ୍ଚ…

ରାଜସ୍ୱ ବିଭାଗରେ ସମସ୍ତ ଅଧିକାରୀ ଓ କର୍ମଚାରୀ ପରିଧାନ କଲେ ପାରମ୍ପରିକ ହସ୍ତତନ୍ତ ପୋଷାକ

ଭୁବନେଶ୍ୱର: ରାଜସ୍ୱ ବିଭାଗ ପକ୍ଷରୁ ଶୁକ୍ରବାର ଦିନ ହସ୍ତତନ୍ତ ବସ୍ତ୍ର ପରିଧାନ ଉଦ୍ୟମକୁ ଉତ୍ସାହର ସହିତ ପାଳନ କରାଯାଇଛି। ଏହି ଅବସରରେ ବିଭାଗର ସମସ୍ତ ଅଧିକାରୀ ଓ କର୍ମଚାରୀ ଓଡ଼ିଶାର ସମୃଦ୍ଧ ଓ ପାରମ୍ପରିକ ହସ୍ତତନ୍ତ ପୋଷାକ ପରିଧାନ କରି କାର୍ଯ୍ୟାଳୟକୁ ଆସିଥିଲେ। ଏହା ମାଧ୍ୟମରେ ରାଜ୍ୟର ପାରମ୍ପରିକ ବୟନ ଓ ହସ୍ତତନ୍ତ ଶିଳ୍ପ ପ୍ରତି ସମ୍ମାନ ଓ ସମର୍ଥନ ପ୍ରକାଶ ପାଇଛି। ଏହି ଅବସରକୁ ସ୍ମରଣୀୟ କରିବା ପାଇଁ ଲୋକସେବା ଭବନ ସମ୍ମୁଖରେ ସମସ୍ତଙ୍କର ଏକ…

୩୨୭୫ କୋଟି ଟଙ୍କାରୁ ଅଧିକ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ

ଭୁବନେଶ୍ବର: ଏକ ଦିବସୀୟ ଓଡ଼ିଶା ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି କେନ୍ଦ୍ର ଗୃହ ଏବଂ ସମବାୟ ମନ୍ତ୍ରୀ ଅମିତ ଶାହ। ଭୁବନେଶ୍ୱରର ୟୁନିଟ୍-୩ ସ୍ଥିତ ଇଡକୋ ପ୍ରଦର୍ଶନୀ ପଡ଼ିଆରେ ସମବାୟ କ୍ଷେତ୍ର ଏବଂ ଜାତୀୟ ସୁରକ୍ଷା ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ଉପକ୍ରମର ଶୁଭାରମ୍ଭ କରିଛନ୍ତି ଶ୍ରୀ ଶାହ । ଏହି କାର୍ଯ୍ୟକ୍ରମରେ ଅନ୍ୟାନ୍ୟ ବିଶିଷ୍ଟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ…