୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍ ଅନୁମୋଦିତ ଖର୍ଚ୍ଚ ଅଗ୍ରଗତି ସଂପର୍କରେ ବିସ୍ତୃତ ସମୀକ୍ଷା
ଭୁବନେଶ୍ୱର : ରାଜ୍ୟ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଖାରବେଳ ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ରାଜ୍ୟର ଆର୍ଥିକ ସ୍ଥିତି ଏବଂ ୨୦୨୬ ଫେବୃଆରୀ ମାସ ଶେଷ ସୁଦ୍ଧା ହୋଇଥିବା ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍ ଅନୁମୋଦିତ ଖର୍ଚ୍ଚ ଅଗ୍ରଗତି ସଂପର୍କରେ ବିସ୍ତୃତ ସମୀକ୍ଷା କରାଯାଇଥିଲା। ମୁଖ୍ୟ ଶାସନ ସଚିବ ସମସ୍ତ ବିଭାଗକୁ ଧାର୍ଯ୍ୟ ସମୟ ଚଳିତ ମାସ ଶେଷ ସୁଦ୍ଧା ବଜେଟ୍ ଅନୁମୋଦନ ହିସାବରେ ଖର୍ଚ୍ଚ…


