କୃଷି-ପ୍ରଯୁକ୍ତି ବିଦ୍ୟା ଗ୍ରହଣକୁ ତ୍ୱରାନ୍ୱିତ କରିବା ପାଇଁ ସୋସିଆଲ ଆଲଫା ଏବଂ ଓଡ଼ିଶା ସରକାରଙ୍କ ବହୁଭାଗୀ କର୍ମଶାଳା

ଭୁବନେଶ୍ୱର: ଓଡିଶା ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ସହିତ ସହଭାଗୀତାରେ ସୋସିଆଲ ଆଲଫା ଭୁବନେଶ୍ୱରର ହୋଟେଲ ପ୍ରେସିଡେନ୍ସୀରେ “ଓଡ଼ିଶାରେ କୃଷି-ପ୍ରଯୁକ୍ତିକୁ ପ୍ରୋତ୍ସାହିତ କରିବା” ଉପରେ ଏକ ରାଜ୍ୟସ୍ତରୀୟ ବହୁଭାଗୀ କର୍ମଶାଳା ଆୟୋଜିତ ହୋଇଯାଇଛି। କର୍ମଶାଳାରେ ପ୍ରଦର୍ଶିତ ପ୍ରଯୁକ୍ତିବିଦ୍ୟା ସହିତ ଚାଷୀମାନେ ଉଦ୍ଭାବନକୁ ପ୍ରତ୍ୟକ୍ଷ ଭାବରେ ବ୍ୟବହାର କରିଥିଲେ। ଉତ୍ପାଦ ପ୍ରଦର୍ଶନ, ଦର୍ଶକଙ୍କ ସହିତ ଏକ ଖୋଲା ପ୍ରଶ୍ନୋତ୍ତର ଏବଂ ନୀତି ନିର୍ଦ୍ଧାରକ, ପ୍ରଯୁକ୍ତିବିଦ୍ୟା ବୈଧତା ସଂସ୍ଥା ଏବଂ ଷ୍ଟାର୍ଟଅପ୍ ଆଦି ଉଚ୍ଚସ୍ତରୀୟ ପ୍ୟାନେଲ୍ ଆଲୋଚନା…

ଓଡ଼ିଶାରୁ ଏଫସିଆଇ ଦ୍ୱାରା ଚାଉଳ ସଂଗ୍ରହ ବିଷୟରେ ଆଲୋଚନା

ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ ଦିଲ୍ଲୀ ଗସ୍ତ କରିଛନ୍ତି। ତାଙ୍କ ଗସ୍ତ ସମୟରେ ସେ ଓଡ଼ିଶାର ସାଂସଦମାନଙ୍କ ସହିତ ମାନ୍ୟବର ଖାଉଟି ବ୍ୟାପାର, ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀଙ୍କୁ ସାକ୍ଷାତ କରିଛନ୍ତି। ଖରିଫ ୨୦୨୪-୨୫ ପାଇଁ ଚାଉଳ ସଂଗ୍ରହ ଲକ୍ଷ୍ୟ ବିଷୟରେ ଆଲୋଚନା କରିଛନ୍ତି ଏବଂ ଏଫସିଆଇ ଦ୍ୱାରା ଚାଉଳ ସ୍ଥାନାନ୍ତରକୁ ତ୍ୱରାନ୍ୱିତ କରିବାକୁ ଅନୁରୋଧ କରିଛନ୍ତି। ଖରିଫ ୨୦୨୪-୨୫ ସମୟରେ ଓଡ଼ିଶା ରେକର୍ଡ ପରିମାଣର ୯୨,୬୪,୨୩୫ ମେଟ୍ରିକ ଟନ୍…

ଇଣ୍ଡଷ୍ଟ୍ରି କ୍ଷେତ୍ରରେ କାର୍ଯ୍ୟରତ ବୁଣାକାରଙ୍କ ମଜୁରୀ ରିହାତି ଏକ ହଜାର ଟଙ୍କା ବୃଦ୍ଧି

ଭୁବନେଶ୍ୱର: ଟେକ୍ସାଟାଇଲ ଇଣ୍ଡଷ୍ଟ୍ରି କ୍ଷେତ୍ରରେ କାର୍ଯ୍ୟରତ କର୍ମଚାରୀଙ୍କ ମଜୁରୀ ରିହାତି ମାସକୁ ଏକ ହଜାର ଟଙ୍କା ବୃଦ୍ଧି କରାଯାଇଛି। ଏହା ଦ୍ୱାରା ମହିଳା କର୍ମଚାରୀଙ୍କୁ ମାସକୁ ୬ ହଜାର ଟଙ୍କା ବଦଳରେ ୭ ହଜାର ଏବଂ ପୁରୁଷ କର୍ମଚାରୀଙ୍କୁ ମାସକୁ ୫ ହଜାର ବଦଳରେ ୬ ହଜାର ଟଙ୍କା ପ୍ରଦାନ କରାଯିବ।  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ କନ୍‌ଭେନ୍‌ସନ୍‌ ସେଣ୍ଟରରେ ଅନୁଷ୍ଠିତ ଓଡିଶା ଟେକ୍ସଟାଇଲ କନ୍‌କ୍ଲେଭ୍‌ରେ ଏହା ଘୋଷଣା କହିଛନ୍ତି। ଏହାସହିତ ମୁଖ୍ୟମନ୍ତ୍ରୀ ଜଗତସିଂହପୁର…

ଅକ୍ଷୟଶକ୍ତି ପ୍ରକଳ୍ପ ପାଇଁ 869.8 କୋଟି ଟଙ୍କାର ପୁଞ୍ଜି ବିନିଯୋଗ ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ୱର: ଅକ୍ଷୟଶକ୍ତି କ୍ଷେତ୍ରରେ ଆଉ ଗୋଟିଏ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛି ଓଡ଼ିଶା।  869.8 କୋଟି ଟଙ୍କା ବିନିଯୋଗରେ ମୋଟ 178 ମେଗାୱାଟ୍ କ୍ଷମତା ବିଶିଷ୍ଟ ଅକ୍ଷୟଶକ୍ତି ପ୍ରକଳ୍ପ ସ୍ଥାପନ କରିବା ପାଇଁ ଅନୁମୋଦନ ପ୍ରାପ୍ତ ହୋଇଛି। ରାଜ୍ୟ ଶକ୍ତି ବିଭାଗ ପ୍ରମୁଖ ଶାସନ ସଚିବ ବିଶାଲ କୁମାର ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଦ୍ୱାଦଶ ସିଙ୍ଗଲ୍‌ ୱିଣ୍ଡୋ କମିଟି (SWC) ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏହି ବୈଠକରେ GRIDCO ର ପରିଚାଳନା ନିର୍ଦ୍ଦେଶକ ସତ୍ୟପ୍ରିୟ ରଥଙ୍କ…

ପ୍ରମୁଖ ପରିମଳ କର୍ମଚାରୀଙ୍କୁ ୧୦ ଲକ୍ଷ ଟଙ୍କାର ଜୀବନ ବୀମା

ଭୁବନେଶ୍ୱର: ଆୟୋଜିତ ହେଉଥିବା ପ୍ରମୁଖ ପରିମଳ କର୍ମଚାରୀଙ୍କ କର୍ମଶାଳା କେବଳ ଏକ ବୈଠକ ନୁହେଁ, ଏହା ଆମ ସହରକୁ ନିରନ୍ତର ଭାବରେ ପରିଚ୍ଛନ୍ନ ରଖୁଥିବା ପରିମଳ କର୍ମଚାରୀଙ୍କ ସୁରକ୍ଷା ଓ ସମ୍ମାନ ପ୍ରତି ଆମର ପ୍ରତିବଦ୍ଧତା। ସେମାନଙ୍କୁ ନ୍ୟାୟ, ସୁରକ୍ଷା ଓ ମର୍ଯ୍ୟାଦା ପ୍ରଦାନ କରିବା ହେଉଛି ଆମର ନୈତିକ ଦାୟିତ୍ୱ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସଫେଇ କର୍ମଚାରୀ ମାନଙ୍କ ପାଇଁ ଉଦ୍ଦିଷ୍ଟ ଏକ ଜାତୀୟ କର୍ମଶାଳାରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଛନ୍ତି।…

ଶକ୍ତି ଦକ୍ଷତା ବୃଦ୍ଧି ଉପରେ କର୍ମଶାଳା

ଭୁବନେଶ୍ୱର: ଶକ୍ତି ବିଭାଗ ଏବଂ କ୍ଲାସ୍ପ (CLASP), ଏକ ବିଶ୍ୱ ଅଣ-ଲାଭକାରୀ ସଂଗଠନ ଅଧୀନରେ ସର୍ବୋଚ୍ଚ ଯନ୍ତ୍ରୀ (ବିଦ୍ୟୁତ) କାର୍ଯ୍ୟାଳୟ, ୨୪ ଜୁଲାଇ, ୨୦୨୫ ରେ ଭୁବନେଶ୍ୱରରେ ଆୟୋଜିତ “ଓଡ଼ିଶାରେ ଶକ୍ତି ଦକ୍ଷତା ବୃଦ୍ଧି: ଦକ୍ଷ ଶୀତଳୀକରଣ ଉପକରଣ ପାଇଁ ଏକ ଦୃଢ଼ ଇକୋସିଷ୍ଟମ ନିର୍ମାଣ” କର୍ମଶାଳାରେ ଓଡ଼ିଶାର ଶକ୍ତି ଦକ୍ଷତା ବୃଦ୍ଧି ଉପରେ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି। ଏହି କର୍ମଶାଳାରେ ଶକ୍ତି ବିଭାଗ, ପୂର୍ତ୍ତ ବିଭାଗ, ସରକାରୀ କ୍ଷେତ୍ର ପ୍ରତିଷ୍ଠାନ, ଓଡ଼ିଶା ରାଜ୍ୟ ପ୍ରଦୂଷଣ…

ନଦୀ ସଂଯୋଗୀକରଣ ପ୍ରୟାସ ଜଳ ସଂସାଧନ ପରିଚାଳନାରେ ନୂତନ ମାନଦଣ୍ଡ ସ୍ଥାପନ କରୁଛି

ଭୁବନେଶ୍ୱର: ବର୍ତ୍ତମାନ ଜଳବାୟୁ ପରିବର୍ତ୍ତନ ସମଗ୍ର ବିଶ୍ଵ ପାଇଁ ଏକ ଆହ୍ଵାନ ରୂପେ ଦେଖା ଦେଇଛି। ଦିନକୁ ଦିନ ମୌସୁମୀ ବର୍ଷାର ଅବଧି ଓ ତାହାର ପରିମାଣରେ ଅନିଶ୍ଚିତତା ମାନବ ସମାଜ ପାଇଁ ଜଳ ସମସ୍ୟା ସୃଷ୍ଟି କରିବାର ସମ୍ଭାବନା ସୃଷ୍ଟି କରିଛି। ଉଦବୃତ୍ତ ଜଳ ସମ୍ପନ୍ନ ନଦୀ ଅବବାହିକାଗୁଡିକୁ ଜଳକ୍ଲିଷ୍ଟ ନଦୀ ଅବବାହିକା ସହିତ ସଂଯୁକ୍ତକରି ପ୍ରଭାବୀ ଜଳ ବଣ୍ଟନ ପ୍ରଣାଳୀକୁ ସୁନିଶ୍ଚିତ କରିବା ନିମନ୍ତେ “ଅନ୍ତଃରାଜ୍ୟ ନଦୀ ସଂଯୋଗୀକରଣ ପ୍ରକଳ୍ପ” ନାମରେ ଏକ ନୂତନ…

ଉନ୍ନତ ମତ୍ସ୍ୟ ପ୍ରଯୁକ୍ତିବିଦ୍ୟା ସମ୍ପର୍କରେ ଚାଷୀ ହେବେ ପ୍ରଶିକ୍ଷିତ

ଭୁବନେଶ୍ୱର: ଅତ୍ୟାଧୁନିକ ସମନ୍ଵିତ ମତ୍ସ୍ୟ ଚାଷୀ ତାଲିମ କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଭୁବନେଶ୍ଵର କୌଶଲ୍ୟାଗଙ୍ଗ ସରକାରୀ ମାଛ ଯାଆଁଳ ଉତ୍ପାଦନ କେନ୍ଦ୍ରଠାରେ ଅନୁଷ୍ଠିତ ହୋଇଯାଇଛି। ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ତଥା ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଏହାର ଭିତ୍ତିପ୍ରସ୍ତର ସ୍ଥାପନ ଅବସରରେ କହିଛନ୍ତି, ମତ୍ସ୍ୟଚାଷୀ, ଉଦ୍ୟୋଗୀ ଏବଂ ମତ୍ସ୍ୟ ଅଧିକାରୀମାନଙ୍କୁ ଉନ୍ନତ ମତ୍ସ୍ୟ ପ୍ରଯୁକ୍ତିବିଦ୍ୟା ଓ ଆଧୁନିକ କୌଶଳ ବିଷୟରେ ଏହି କେନ୍ଦ୍ରରେ ପ୍ରଶିକ୍ଷଣ ଦିଆଯିବ। ଫଳରେ ମାଛ…

ଜଳ ସଂପଦ ବିଭାଗର କାର୍ଯ୍ୟ ସହିତ ଖର୍ଚ୍ଚ ତ୍ୱରାନ୍ୱିତ କରିବାକୁ ଗୁରୁତ୍ୱାରୋପ

ଭୁବନେଶ୍ୱର: ରାଜ୍ୟ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଜଳ ସମ୍ପଦ ବିଭାଗରେ ବରିଷ୍ଠ ଅଧିକାରୀ ଓ ଯନ୍ତ୍ରୀମାନଙ୍କ ଉପସ୍ଥିତିରେ ଅନୁଷ୍ଠିତ ଏକ ବୈଠକରେ ବିଭାଗର ଖର୍ଚ୍ଚ ଯୋଜନା ଓ ସ୍ଥିତି ସମୀକ୍ଷା କରିଛନ୍ତି। ବିଭାଗରେ ହାତକୁ ନିଆଯାଇଥିବା ନୂଆ କାର୍ଯ୍ୟ ସବୁର ଟେଣ୍ଡର ପ୍ରକ୍ରିୟା କେତେଦୂର ଅଗ୍ରଗତି ହୋଇଛି, ସେ ସଂପର୍କରେ ଉନ୍ନୟନ କମିଶନର ସମୀକ୍ଷା କରିବା ସହିତ ସେସବୁକୁ ତ୍ୱରାନ୍ୱିତ କରିବାକୁ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଛନ୍ତି।…

ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା; ଢେଙ୍କାନାଳ ପ୍ରଥମ, କଟକ ଦ୍ବିତୀୟ ଓ ମୟୂରଭଞ୍ଜ ତୃତୀୟ

ଭୁବନେଶ୍ୱର: ଭୁବନେଶ୍ୱରର ହୋଟେଲ ମେଫେୟାର ଲାଗୁନ୍ ଠାରେ ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତାର ଗ୍ରାଣ୍ଡ ଫାଇନାଲ୍ ଅନୁଷ୍ଠିତ ହୋଇଯାଇଛି। ବ୍ଲକ୍ ଏବଂ ଜିଲ୍ଲା ସ୍ତରରେ ଆରମ୍ଭ ହୋଇଥିବା ଏହି ପ୍ରତିଯୋଗିତାର ଶେଷ ପର୍ଯ୍ୟାୟ ଏକ ଉତ୍ସବମୁଖର ପରିବେଶରେ ସମାପ୍ତ ହୋଇଯାଇଛି। ଓଡ଼ିଶାର ପାରମ୍ପରିକ ଖାଦ୍ୟ ପ୍ରଥା ଏବଂ ମହିଳାଙ୍କ ଉଦ୍ୟୋଗିକ ପ୍ରତିଭାକୁ ଉଜ୍ଜ୍ୱଳ ଭାବରେ ପ୍ରଦର୍ଶନ କରୁଥିବା ଏହି ପ୍ରତିଯୋଗିତା ଅବସରରେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପ୍ରତିଯୋଗୀମାନଙ୍କୁ ଉତ୍ସାହିତ…