ଖରିଫ ଋତୁ ଧାନ ସଂଗ୍ରହ ଚାଷୀ ପଞ୍ଜିକରଣ ପ୍ରକ୍ରିୟା ଅବଧି ବୃଦ୍ଧି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଚଳିତ ବର୍ଷର ଖରିଫ ଧାନ ସଂଗ୍ରହ ନିମନ୍ତେ ହେଉଥିବା ଚାଷୀ ପଞ୍ଜିକରଣ ପ୍ରକ୍ରିୟାର ସମୀକ୍ଷା କରାଯାଇଛି। ଏହି ପ୍ରକ୍ରିୟାରେ ଅଦ୍ୟାବଧି ୧୧ ଲକ୍ଷ ୫୦ ହଜାରରୁ ଅଧିକ ଚାଷୀ ପଞ୍ଜିକରଣ କରିସାରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟରେ ଖରିଫ୍‌ ଋତୁ ଧାନ ସଂଗ୍ରହ ନିମନ୍ତେ ଯାରି ପଞ୍ଜିକରଣ ପ୍ରକ୍ରିୟା ଅବଧିକୁ ମଧ୍ୟ ବୃଦ୍ଧି କରାଯାଇଛି। ଗତ ୧୯ ତାରିଖରୁ ଆରମ୍ଭ ହୋଇଥିବା ଏହି ପ୍ରକ୍ରିୟା ଆସନ୍ତା ୨୦ ତାରିଖ…

କଟକ ଜିଲ୍ଲାରେ ଆରମ୍ଭ ହେବ ସୁଭଦ୍ରା ପ୍ଲସ ଯୋଜନା: ଉପମୁଖ୍ୟମନ୍ତ୍ରୀ

କଟକ: ସ୍ଵାଧୀନତା କେବଳ ୧୯୪୭ ମସିହାର ଗୋଟିଏ ଦିନର କାହାଣୀ ନୁହେଁ- ଏହା ହେଉଛି ଆମ ଉପରେ ନ୍ୟସ୍ତ ହୋଇଥିବା ପ୍ରତ୍ୟେକ ଦିନର ଦାୟିତ୍ଵ। ଏହାକୁ ସୁରକ୍ଷିତ ରଖିବା ହେଉଛି ଆମ୍ଭମାନଙ୍କର କର୍ତ୍ତବ୍ୟ। ନ୍ୟାୟ, ଶିକ୍ଷା, ସମାନତା ଓ ବିକାଶ କ୍ଷେତ୍ରରେ ଓଡିଶାକୁ ଆଗକୁ ନେବାକୁ ହେବ ଏବଂ ଉତ୍ତର ପିଢୀଙ୍କୁ କଷ୍ଟଲବ୍ଧ ସ୍ଵାଧୀନତାର ପ୍ରକୃତ ଅର୍ଥ ବୁଝାଇବାକୁ ହେବ। ଶାନ୍ତି, ମୈତ୍ରୀ ଓ ପ୍ରଗତିର ପ୍ରତୀକ କଟକ ସହର ବିକାଶ ପଥରେ ଅଗ୍ରସର ହେଉ। ଏହି…

ଓଡ଼ିଶା ସାମୁଦ୍ରିକ ବୋର୍ଡ ଏକ ସୀମାହୀନ ସାମୁଦ୍ରିକ ଭବିଷ୍ୟତ ଆଡ଼କୁ ଅଗ୍ରସର ହେଉଛି

ଭୁବନେଶ୍ବର: ଓଡ଼ିଶା ସାମୁଦ୍ରିକ ବୋର୍ଡ (ଓ. ଏମ୍. ବି.) ରାଜ୍ୟର ନୀଳ ଅର୍ଥବ୍ୟବସ୍ଥା ଏବଂ ସାମୁଦ୍ରିକ ଅଭିବୃଦ୍ଧିର ଏକ ପ୍ରମୁଖ ବାହକ ହେବା ଦିଗରେ ଏକ ଉଚ୍ଚାଭିଳାଷୀ ପାଠ୍ୟକ୍ରମ ପ୍ରସ୍ତୁତ କରୁଛି। ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ସଚିବ ଶ୍ରୀମତୀ ଉଷା ପାଢୀ ଗତ କାଲି ନବଗଠିତ ଓଡ଼ିଶା ସାମୁଦ୍ରିକ ବୋର୍ଡ କାର୍ଯ୍ୟାଳୟ ପରିଦର୍ଶନ କରିଥିଲେ ଏବଂ ଏହାର ଚାଲୁଥିବା ତଥା ଆଗାମୀ ପଦକ୍ଷେପଗୁଡ଼ିକର ବିସ୍ତୃତ ସମୀକ୍ଷା କରିଥିଲେ। ଗସ୍ତ ସମୟରେ, ଶ୍ରୀମତୀ ପାଢୀ ବନ୍ଦର…

ଶୀତଳ ଭଣ୍ଡାର ଯଥାଶୀଘ୍ର କାର୍ଯ୍ୟକ୍ଷମ ନେଇ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର: ରାଜ୍ୟରେ ଶୀତଳ ଭଣ୍ଡାର ନିର୍ମାଣ ଓ ଏହାର କାର୍ଯ୍ୟକ୍ଷମ ନିମନ୍ତେ ଲୋକସେବା ଭବନରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟରେ କୃଷି ଭିତ୍ତିଭୂମି ସୁଦୃଢ଼ ହେଲେ ହିଁ କୃଷକମାନେ ସଶକ୍ତ ହେବେ, ଏହାକୁ ଦୃଷ୍ଟିରେ ରଖି କାର୍ଯ୍ୟ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ। ରାଜ୍ୟରେ ଶୀତଳ ଭଣ୍ଡାର ଏବଂ ଗୋଦାମର ବହୁତ ଆବଶ୍ୟକ ଥିବାରୁ ଏହାକୁ ଯଥାଶୀଘ୍ର କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।…

ଓଡ଼ିଶାର ସ୍ୱଚ୍ଛ ଶକ୍ତି ଅଭିବୃଦ୍ଧିରେ ବ୍ୟାଟେରି ଶକ୍ତି ସଂରକ୍ଷଣ ବିପ୍ଳବ ଆଣିବ – ଉପ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ରାଜ୍ୟରେ ନବୀକରଣୀୟ ଶକ୍ତି ଉତ୍ପାଦନ ଏବଂ ସଂରକ୍ଷଣ, ବିଶେଷକରି ବ୍ୟାଟେରୀ ଶକ୍ତି ସଂରକ୍ଷଣ ପ୍ରଣାଳୀ ଉପରେ ଏକ ବୈଠକର ଅଧ୍ୟକ୍ଷତା କରିଛନ୍ତି। ଷ୍ଟ୍ରିଟ୍ ଲାଇଟ୍ ବିଷୟରେ ମଧ୍ୟ ଆଲୋଚନା କରାଯାଇଛି। ଶ୍ରୀ ସିଂହଦେଓ ବୈଠକରେ କହିଛନ୍ତି ଯେ, ଆମେ ନବୀକରଣୀୟ ଶକ୍ତି ଆଡକୁ ଅଗ୍ରସର ହେଉଥିବା ସମୟରେ ଓଡ଼ିଶା ବ୍ୟାଟେରୀ ଶକ୍ତି ସଂରକ୍ଷଣ ପ୍ରଣାଳୀ ପାଇଁ ଅଗ୍ରସର ହେଉଛି କାରଣ ଏହା ସମୟର ଆବଶ୍ୟକତା। ନବୀକରଣୀୟ ଶକ୍ତି ପଦକ୍ଷେପଗୁଡ଼ିକ…

ଜୟପୁର-ବ୍ରହ୍ମପୁର-ଭୁବନେଶ୍ୱର ୬ ଲେନ ବିଶିଷ୍ଟ ରାସ୍ତା ଖୁବ ଶୀଘ୍ର ନିର୍ମାଣ ହେବ

ଭୁବନେଶ୍ୱର / କୋରାପୁଟ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କୋରାପୁଟ ସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଏବଂ ହସ୍ପିଟାଲ ଠାରେ ୨୮୦ କୋଟି ଟଙ୍କା ବ୍ୟୟରେ ୬୫୦ ଶଯ୍ୟା ବିଶିଷ୍ଟ  ଚିକିତ୍ସାଳୟର ଉଦଘାଟନ କରିଛନ୍ତି ଏବଂ ଏହି ଅବସରରେ ଜୟପୁର-ବ୍ରହ୍ମପୁର-ଭୁବନେଶ୍ୱର ଈକୋନୋମିକ କରିଡୋର ୬ ଲେନ ବିଶିଷ୍ଟ ରାସ୍ତା ଖୁବ ଶୀଘ୍ର ନିର୍ମାଣ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ଏଥିସହିତ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଆବଶ୍ୟକ ଥିବା…

ବ୍ୟାପକ ପ୍ରଶିକ୍ଷଣ ଓ ଜନ ସଚେତନତା ତୃଣମୂଳ ସ୍ତରରେ ଜନଜାତିମାନଙ୍କୁ ସଶକ୍ତ କରିବ

ଭୁବନେଶ୍ୱର: ଜନଜାତିମାନଙ୍କ ପାଇଁ ଉଦ୍ଦିଷ୍ଟ କଲ୍ୟାଣକାରୀ ଯୋଜନା ଓ କାର୍ଯ୍ୟକ୍ରମ ଗୁଡ଼ିକୁ ତୃଣମୂଳ ସ୍ତରରେ ଅଧିକ ପ୍ରଭାବୀ ଓ ଫଳପ୍ରଦ କରିବା ପାଇଁ ଭାରତ ସରକାରଙ୍କ ଜନଜାତୀୟ କାର୍ଯ୍ୟ ମନ୍ତ୍ରାଳୟ ତରଫରୁ ନିଆଯାଇଥିବା ‘ଆଦି କର୍ମଯୋଗୀ ଅଭିଯାନ’ ପଦକ୍ଷେପର ସଫଳ ରୂପାୟନ ସମ୍ପର୍କିତ ଏକ ବୈଠକ ଶୁକ୍ରବାର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯାନରେ ଓଡ଼ିଶା ସରକାରଙ୍କ ସଂପୃକ୍ତ ବିଭିନ୍ନ ବିଭାଗର ସହଯୋଗିତା ଓ…

କ୍ରପ୍ ୱେଦର୍ ୱାଚ୍ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର: କୃଷି ଭବନସ୍ଥିତ ସମ୍ମିଳନୀ କକ୍ଷରେ ପ୍ରମୁଖ ଶାସନ ସଚିବ ଡ଼. ଅରବିନ୍ଦ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ କ୍ରପ୍ ୱେଦର୍ ୱାଚ୍ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ରାଜ୍ୟରେ ଫସଲର ସ୍ଥିତି, ପାଣିପାଗ, ସାର ଯୋଗାଣ ସ୍ଥିତି ଇତ୍ୟାଦି ବିଷୟରେ ଆଲୋଚନା କରାଯାଇଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଉପଲକ୍ଷେ ଓଡ଼ିଶାରେ  ବହୁଳ ମାତ୍ରାରେ ବୃକ୍ଷରୋପଣ ଅଭିଯାନ ଆରମ୍ଭ ହେଉଛି। ଏହି ସବୁଜିମା ଅଭିଯାନ ଅନ୍ତର୍ଗତ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ…

୧ କୋଟି ମହିଳା ହିତାଧିକାରୀ ପାଇଲେ ସୁଭଦ୍ରା ଟଙ୍କା

ଭୁବନେଶ୍ୱର/ଜୟପୁର: “ସୁଭଦ୍ରା ଯୋଜନା”ଅନେକ ମହିଳାଙ୍କ ଜୀବନରେ ପ୍ରଗତି ଓ ପରିବର୍ତ୍ତନର ନୂଆ ଅଧ୍ୟାୟ ସୃଷ୍ଟି କରିବାରେ ସଫଳ ହୋଇଛି। ଏହା ସେମାନଙ୍କର ପରିବାରକୁ ଆର୍ଥିକ ଶକ୍ତି ଦେବା ସହିତ ସେମାନଙ୍କୁ  ଉଦ୍ୟମୀ ମହିଳା ଭାବେ ଗଢି ତୋଳିବାରେ ବଳ ଯୋଗାଇଛି ବୋଲି କୋରାପୁଟ ଜିଲ୍ଲାର  ଜୟପୁର ଠାରେ ଓଡ଼ିଶାର ସର୍ବବୃହତ ମହିଳା ସଶକ୍ତିକରଣ ଯୋଜନା “ସୁଭଦ୍ରା”ର ତୃତୀୟ କିସ୍ତି ପ୍ରଦାନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ଏଥିସହିତ ମୁଖ୍ୟମନ୍ତ୍ରୀ, କୋରାପୁଟ ଜିଲ୍ଲାରେ, ୪୫୨ କୋଟି ଟଙ୍କାରୁ ଉର୍ଦ୍ଧ୍ୱ…

“ଡି. ଆର.ଆଇ.ପ୍ଲାଣ୍ଟ” ରେ ସୁରକ୍ଷା ସମ୍ପର୍କିତ ତାଲିମ୍

ଭୁବନେଶ୍ଵର: ରାଜ୍ୟରେ କାରଖାନା ମାନଙ୍କରେ ଉଭୟ ସୁରକ୍ଷିତ କାର୍ୟ୍ୟସ୍ଥଳୀ ଏବଂ ଶ୍ରମିକ ସୁରକ୍ଷାକୁ ସରକାର ପ୍ରାଥମିକତା ଦେଉଥିବାରୁ ଶ୍ରମ ଏବଂ କର୍ମଚାରୀ ରାଜ୍ୟ ବୀମା ବିଭାଗର ମଞ୍ଜୁରୀ କ୍ରମେ କାରଖାନା ଏବଂ ବାଷ୍ପୀତ୍ର ନିର୍ଦ୍ଦେଶାଳୟ ପକ୍ଷରୁ ପକ୍ଷରୁ ଭିନ୍ନ ଭିନ୍ନ୍ ସୁରକ୍ଷା ସମ୍ପର୍କିତ  ପ୍ରସଙ୍ଗ ଉପରେ ତାଲିମ କାର୍ୟ୍ୟକ୍ରମ ମାନ ଅନୁଷ୍ଠିତ ହୋଇଆସୁଅଛି। ସେହି କ୍ରମରେ ରାଜ୍ୟରେ ସ୍ପଞ୍ଜ ଆଇରନ୍ କାରଖାନା ମାନଙ୍କରେ ‘ଡି ଆର ଆଇ ପ୍ଲାଣ୍ଟ’  ଗୁଡିକରେ ସୁରକ୍ଷିତ ଚଳନ ଏବଂ ରକ୍ଷଣାବେକ୍ଷଣକୁ ଦୃଷ୍ଟିରେ…