ଓଡିଶାରୁ ଆରମ୍ଭ ହେଲା ବିକଶିତ କୃଷି ସଂକଳ୍ପ ଅଭିଯାନ

ଭୁବନେଶ୍ୱର: ଭାରତ ସରକାରଙ୍କ କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ପୁରୀର ସାକ୍ଷୀଗୋପାଳସ୍ଥିତ କୃଷି ବିଜ୍ଞାନ କେନ୍ଦ୍ର ଠାରେ ବିକଶିତ କୃଷି ସଂକଳ୍ପ ଅଭିଯାନ ଆରମ୍ଭ ହୋଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ର କୃଷିମନ୍ତ୍ରୀ ଶିବରାଜ ସିଂ ଚୌହାନ୍‌ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ଏହି ଜାତୀୟ କାର୍ଯ୍ୟକ୍ରମକୁ “ଏକ ପେଡ ମା କେ ନାମ” ଅଭିଯାନ ଆଧାରରେ ଗଛ ଲଗାଇ ଉଦ୍‌ଘାଟନ କରିଥିଲେ । ସୂଚନାଯୋଗ୍ୟ…

‘ଲକ୍ଷପତି ଦିଦି ଯୋଜନା ଏକ ସମାବେଶୀ ଓ ସ୍ଥାୟୀ ବିକାଶର ରଣନୀତି’

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦର୍ଶୀ ମାର୍ଗଦର୍ଶନରେ ଲକ୍ଷପତି ଦିଦି ଯୋଜନା ମହିଳା ମାନଙ୍କୁ ବାର୍ଷିକ ୧ ଲକ୍ଷ ଟଙ୍କାରୁ ଅଧିକ ରୋଜଗାର କରିବାର ମାର୍ଗ ପ୍ରସ୍ତୁତ କରିଛି। ଏହା କେବଳ ରୋଜଗାରର କଥା ନୁହେଁ ପରନ୍ତୁ, ଏହାର ମୂଳ ଉଦ୍ଦେଶ୍ୟ ହେଉଛି ମହିଳା ମାନଙ୍କୁ ଆର୍ଥିକ ସ୍ୱାଧୀନତା ଦେବା ଏବଂ ଗ୍ରାମାଞ୍ଚଳ ମହିଳାଙ୍କ ମଧ୍ୟରେ ନେତୃତ୍ୱ ଭାବନା ଜାଗ୍ରତ କରିବା ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଷ୍ଟ୍ରୀୟ ଲକ୍ଷପତି ଦିଦି ସମ୍ମିଳନୀ-୨୦୨୫ ଅବସରରେ କହିଛନ୍ତି।…

ପ୍ରତିମାସରେ ବିଭାଗ ସ୍ତରରେ କାର୍ଯ୍ୟ ଅଗ୍ରଗତି ଓ ଖର୍ଚ୍ଚ ସମୀକ୍ଷା କରିବାକୁ ପରାମର୍ଶ

ଭୁବନେଶ୍ୱର : ସଚିବସ୍ତରୀୟ ବୈଠକ ମୁଖ୍ୟ ଶାସନସଚିବ  ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଖାରବେଳ ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠିତ ବୈଠକରେ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍‌ ପ୍ରାବଧାନ ଅନୁସାରେ ଅପ୍ରେଲ ମାସ ସୁଦ୍ଧା ରାଜ୍ୟର ବିତ୍ତୀୟ ପ୍ରଦର୍ଶନ ସଂପର୍କରେ ଅର୍ଥ ବିଭାଗ ତରଫରୁ ସ୍ଥିତି ଉପସ୍ଥାପନ କରାଯାଇଥିଲା । ଦେଖାଯାଇଛି ଯେ, ଗତବର୍ଷ ତୁଳନାରେ ଚଳିତ ବର୍ଷ ଅପ୍ରେଲ ସୁଦ୍ଧା ସାମଗ୍ରିକ ଖର୍ଚ୍ଚ ୩୫ ପ୍ରତିଶତ ବୃଦ୍ଧି ଘଟିଥିବା ବେଳେ ବିଭିନ୍ନ କାର୍ଯ୍ୟକ୍ରମ ବାବଦରେ…