ପାରାଦ୍ବୀପରେ ନିର୍ମାଣ ହେବ ରାଜ୍ୟର ପ୍ରଥମ କଙ୍କଡ଼ା ଜାଆଁଳ ଉତ୍ପାଦନ କେନ୍ଦ୍ର

ଭୁବନେଶ୍ୱର: ଓଡିଶା କଙ୍କଡା ଚାଷୀଙ୍କ ବହୁ ଦିନର ସ୍ବପ୍ନ ହେବାକୁ ଯାଉଛି ସାକାର। ପାରାଦ୍ବୀପରେ ୨ କୋଟି ୮୧  ଲକ୍ଷ ଟଙ୍କା ବ୍ୟୟ କରାଯାଇ ୫ ଲକ୍ଷ ଉତ୍ପାଦନ କ୍ଷମତା ସମ୍ପନ୍ନ ରାଜ୍ୟର ପ୍ରଥମ କଙ୍କଡ଼ା ଜାଆଁଳ ଉତ୍ପାଦନ କେନ୍ଦ୍ରର ହେବ ନିର୍ମାଣ। ଏହା ଫଳରେ ଓଡ଼ିଶାର କଙ୍କଡା ଚାଷୀଙ୍କୁ ଆଉ କଙ୍କଡ଼ା ଜାଆଁଳ ପାଇଁ ଚେନ୍ନାଇସ୍ଥିତ ରାଜୀବ ଗାନ୍ଧୀ ଜଳଜୀବ କେନ୍ଦ୍ର ଉପରେ ନିର୍ଭର କରିବାକୁ ପଡିବ ନାହିଁ। ସୁଦୂର ଚେନ୍ନାଇରୁ କଙ୍କଡା ଜାଆଁଳ ଆମଦାନୀ…

ଓଡ଼ିଶା ପାଇଁ ଋଣ ଯୋଗାଇ ମୋଟ ଘରୋଇ ଉତ୍ପାଦ ଅନୁପାତକୁ ଉନ୍ନତ ଓ ଅଧିକ ନିଯୁକ୍ତି ସୃଷ୍ଟି କରିବାକୁ ଉନ୍ନୟନ କମିଶନରଙ୍କ ଗୁରୁତ୍ୱାରୋପ

ଭୁବନେଶ୍ୱର: ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ କମିଟି (ଏସଏଲବିସି) ର ୧୮୦ତମ ବୈଠକ  ଓଡ଼ିଶା ସରକାରଙ୍କ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଏବଂ ୟୁକୋ ବ୍ୟାଙ୍କର ପରିଚାଳନା ନିର୍ଦ୍ଦେଶକ ଏବଂ ସିଇଓ ଅଶ୍ଵିନୀ କୁମାରଙ୍କ ସହ-ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଉନ୍ନୟନ କମିଶନର ଅନୁ ଗର୍ଗ ସମସ୍ତ ବ୍ୟାଙ୍କକୁ ୨୦୩୬ ଏବଂ ୨୦୪୭ ଭିଜନ ଡକ୍ୟୁମେଣ୍ଟରେ ଓଡ଼ିଶା ପାଇଁ ଧାର୍ଯ୍ୟ ଲକ୍ଷ୍ୟ ଅନୁସାରେ ଋଣ ଯୋଗାଇଦେଇ ମୋଟ ଘରୋଇ ଉତ୍ପାଦ ଅନୁପାତକୁ ଉନ୍ନତ…

କୋରାପୁଟ କଫି ପିଇ ପ୍ରଶଂସା କଲେ ରାଜ୍ୟପାଳ

ଭୁବନେଶ୍ୱର: ରାଜ୍ୟପାଳ ଡ.ହରି ବାବୁ କମ୍ଭମପାଟି କୋରାପୁଟ ଜିଲ୍ଲା ଗସ୍ତ କରିଛନ୍ତି। ଜୟପୁର ବିମାନ ବନ୍ଦରରେ ପହଞ୍ଚିବା ପରେ ରାଜ୍ୟପାଳ ଡ଼ ହରି ବାବୁ କମ୍ଭମପାଟିଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ବାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ଜୟପୁର ବିମାନ ବନ୍ଦରରେ କୋରାପୁଟ ଜିଲ୍ଲାପାଳ ମନୋଜ ସତ୍ୟୱାନ ମହାଜନ, ଏସପି ରୋହିତ ବର୍ମା,ଉପ ଜିଲ୍ଲାପାଳ ଜୟପୁର ଆକ୍କାଭରମ ଶଶ୍ୟା ରେଡ଼ି ଉପସ୍ଥିତ ରହିଥିଲେ। ପରେ କୋରାପୁଟ କଫି ବୋର୍ଡ଼ରେ ପହଞ୍ଚି କଫି ଚାଷୀ ମାନଙ୍କ ସହ ଆଲୋଚନା କରିଥିଲେ।…

ଚାଷୀଙ୍କ ସୁବିଧାକୁ ପ୍ରାଥମିକତା

ଭୁବନେଶ୍ୱର: ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଖରିଫ ୨୦୨୫-୨୬ ଋତୁରେ ଫସଲ କ୍ରୟ ନିମନ୍ତେ ଆନ୍ତଃମନ୍ତ୍ରୀସ୍ତରୀୟ କମିଟିର ପ୍ରଥମ ବୈଠକ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି। ବୈଠକରେ ଚାଷୀଙ୍କ ସୁବିଧାକୁ ପ୍ରାଥମିକତା ଦେବାକୁ ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ଏବେଠାରୁ ଆନ୍ତଃବିଭାଗୀୟ ସମନ୍ଵୟରେ ସ୍ଥାୟୀ ମଡେଲ ମଣ୍ଡି ପ୍ରସ୍ତୁତ କରିବାକୁ ବୈଠକରେ ନିଷ୍ପତ୍ତି ହୋଇଛି। ଆସନ୍ତା ନଭେମ୍ବର ମାସ ଶେଷ ଆଡକୁ…

ପଶ୍ଚିମ ଓଡ଼ିଶାର ରାସ୍ତା ନିର୍ମାଣ କାର୍ଯ୍ୟର ସମୀକ୍ଷା କଲେ ଉପ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସମ୍ପ୍ରତି ପଶ୍ଚିମ ଓଡ଼ିଶାରେ ଚାଲୁଥିବା ପୂର୍ତ୍ତ ବିଭାଗ ଅଧୀନରେ ଚାଲୁଥିବା ରାସ୍ତା ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ। ଏହି ସମୀକ୍ଷା ବେଳେ ପୂର୍ତ୍ତ, ଆଇନ ତଥା ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ପୂର୍ତ୍ତ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହ ଉପସ୍ଥିତ ଥିଲେ। ପଶ୍ଚିମ ଓଡ଼ିଶା ଵିଶେଷ କରି ବଲାଙ୍ଗୀର ଓ ସୋନପୁର ଠାରେ ଚାଲିଥିବା ରାସ୍ତା, ବ୍ରିଜ…

ପୁରୁଣା ପିପିଲି-କୋଣାର୍କ ରାସ୍ତା ହେବ ଅଧିକ ପ୍ରଶସ୍ତ

ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନଙ୍କ ଅଧକ୍ଷତାରେ ପୁରୀ ଜିଲ୍ଲା ରୋଡ଼ ନେଟୱର୍କ ନେଇ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛିI ଏହି ବୈଠକରେ ପୁରୁଣା ପିପିଲି-କୋଣାର୍କ ରାସ୍ତାକୁ ୭ ମିଟରରୁ ୧୦ ମିଟର ପର୍ଯ୍ୟନ୍ତ ଅଧିକ ପ୍ରଶସ୍ତ କରିବା ସହ ନୂତନ ଭାବେ ପିପିଲି-କୋଣାର୍କକୁ ନୂଆ ଗ୍ରୀନ ଫିଲଡ଼ କରିଡର ସହ ସଂଯୋଗ କରିବା ନେଇ ଆଲୋଚନା ହୋଇଥିଲାI ଏଥିସହିତ ପୁରୀ ସହର ଭିତରେ ଥିବା ବିଭିନ୍ନ…

କୃଷି ଜୈବ ବିବିଧତା ଓ ଐତିହ୍ୟରେ ମହିଳା କୃଷକଙ୍କ ଅବଦାନ ଚଳିତ ବର୍ଷ ମାଣ୍ଡିଆ ଦିବସ ୨୦୨୫ ପାଳନର ଥିମ୍

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଲୋକସେବା ଭବନରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା ଏକମାତ୍ର ରାଜ୍ୟଭାବେ ମାଣ୍ଡିଆ ଦିବସ ପାଳନ କରୁଛି। ପ୍ରତିବର୍ଷ ନଭେମ୍ବର ମାସ ୧୦ ତାରିଖକୁ ମାଣ୍ଡିଆ ଦିବସ ରୂପେ ପାଳନ କରାଯାଉଅଛି। ଏହି  ବର୍ଷ ମଧ୍ୟ ଆସନ୍ତା ନଭେମ୍ବର ୧୦ ଓ ୧୧ ରେ ଦୁଇଦିନ ଧରି ଅନ୍ତର୍ଜାତୀୟ ପୁଷ୍ଟିଶସ୍ଯ ସମ୍ମିଳନୀ ଅନୁଷ୍ଠିତ…

ସେପ୍ଟେମ୍ବର ମାସରେ ମୋଟ୍  ୮୦,୦୧୪ ମେଟ୍ରିକ ଟନ୍ ୟୁରିଆ ସାର ଯୋଗାଇ ଦିଆଯିବ

ଭୁବନେଶ୍ୱର: ଲୋକସେବା ଭବନଠାରେ ସମବାୟ ମନ୍ତ୍ରୀ ପ୍ରଦିପ ବଳ ସାମନ୍ତଙ୍କ ଅଧ୍ୟକ୍ଷତାରେ ରାଜ୍ୟରେ ଶୃଙ୍ଖଳିତ ସାର ଯୋଗାଣର ସ୍ଥିତି ଉପରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରୁ ମିଳିଥିବା ସୂଚନା ଅନୁସାରେ, ଚଳିତ ସେପ୍ଟେମ୍ବର ମାସରେ ମୋଟ୍ ୮୦,୦୧୪ ମେଟ୍ରିକ ଟନ୍ ୟୁରିଆ ସାର ଚାଷୀମାନଙ୍କୁ ଯୋଗାଇ ଦିଆଯିବ। ଏହି ସମସ୍ତ ସାର ମାର୍କଫେଡ୍ ଜରିଆରେ ପାକ୍ସ/ଲ୍ୟାମ୍ପସ୍ ମାଧ୍ୟମରେ ଚାଷୀମାନଙ୍କୁ ମିଳିବ। ଶତ ପ୍ରତିଶତ ଅର୍ଥାତ ମୋଟ୍ ୮୦,୦୧୪ ମେଟ୍ରିକ ଟନ୍ ୟୁରିଆ ସାର ମାର୍କଫେଡ୍…

ପ୍ରକଳ୍ପଗୁଡ଼ିକର ସମୟୋଚିତ କାର୍ଯ୍ୟାନ୍ୱୟନ ପାଇଁ ବିଭିନ୍ନ ବିଭାଗ ମଧ୍ୟରେ ସମନ୍ୱୟ ରକ୍ଷା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱ

ଭୁବନେଶ୍ୱର: ବିଭିନ୍ନ ବିଭାଗ ଦ୍ୱାରା କାର୍ଯ୍ୟକାରୀ କରାଯାଉଥିବା ପ୍ରକଳ୍ପଗୁଡ଼ିକର ସମୟୋଚିତ କାର୍ଯ୍ୟାନ୍ୱୟନ ପାଇଁ ସଂପୃକ୍ତ ବିଭାଗଗୁଡ଼ିକ ମଧ୍ୟରେ ଉତ୍ତମ ସମନ୍ୱୟ ରକ୍ଷା ଉପରେ ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍ପାଟି ଗୁରୁତ୍ୱାରୋପ କରିଛନ୍ତି। ଚଳିତ ସେପ୍ଟେମ୍ବର ୪ ତାରିଖ ଦିନ ରାଜଭବନର ନୁ୍ୟ ଅଭିଷେକ ହଲ୍ଠାରେ ଜାତୀୟ ରାଜପଥ ପ୍ରାଧିକରଣ, ଜାତୀୟ ରାଜପଥ, ବିମାନ ଚଳାଚଳ ଏବଂ ରେଳବାଇର ବିଭିନ୍ନ ପ୍ରକଳ୍ପର କାର୍ଯ୍ୟକାରିତା ଓ ବର୍ତ୍ତମାନର ସ୍ଥିତି ସଂପର୍କରେ ସମୀକ୍ଷା ଅବସରରେ ରାଜ୍ୟପାଳ ଏପରି ଗୁରୁତ୍ୱ ଆରୋପ…

ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଇଁ ରାଜ୍ୟପାଳଙ୍କ ଗୁରୁତ୍ୱ

ଭୁବନେଶ୍ୱର: ଓଡ଼ିଶାରେ ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଇଁ ଦୁଗ୍ଧ ଚାଷୀମାନଙ୍କୁ ପିଏମ୍ଏମ୍ୱାଇ (ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନା) ସହ ଅଧିକ ସଂଖ୍ୟାରେ ସଂଯୋଗ କରିବା ଉପରେ ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍ପାଟି ଗୁରୁତ୍ୱାରୋପ କରିଛନ୍ତି। ଚଳିତ ସେପ୍ଟେମ୍ବର ୨ ତାରିଖ ଦିନ କଟକ ଜିଲ୍ଲାର ଗୋବିନ୍ଦପୁର, ଅରିଲୋସ୍ଥିତ ଓମ୍ଫେଡ୍ ମେଗା ଡାଇରୀ ପ୍ଲାଂଟ ପରିଦର୍ଶନ ସମୟରେ ରାଜ୍ୟପାଳ ଏପରି ଗୁରୁତ୍ୱାରୋପ କରିଛନ୍ତି। ଦୁଗ୍ଧ ଚାଷୀମାନେ ସେମାନଙ୍କ ଉଦ୍ୟମକୁ ବ୍ୟାପକ କରିବା ନିମନ୍ତେ ବ୍ୟାଙ୍କ ଋଣର ଆବଶ୍ୟକତା ରହିଛି।…