ଆଇଆଇଏମ୍‌, ସମ୍ବଲପୁର ସହ ଚୁକ୍ତି କଲା ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ

ଭୁବନେଶ୍ୱର: ରାଜ୍ୟରେ ଜୈବ-ପ୍ରଯୁକ୍ତି ଓ ଜୈବ-ସମ୍ବଳକୁ ଆଧାର କରି ଜୈବ-ଅର୍ଥନୀତି ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ପଦକ୍ଷେପ ଗ୍ରହଣ କରିଛନ୍ତି। ରାଜ୍ୟରେ ଜୈବ-ପ୍ରଯୁକ୍ତି ବିଦ୍ୟା ଏକ ଉଦୀୟମାନ କ୍ଷେତ୍ର ହୋଇଥିବାରୁ ଜୈବ-ଅର୍ଥନୀତି ରାଜ୍ୟର ବିକାଶ ଧାରାରେ ପ୍ରମୁକ ଯୋଗଦାନ କରିବାର ବ୍ୟାପକ ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ଏବଂ ଆଇଆଇଏମ୍‌, ସମ୍ବଲପୁର ମଧ୍ୟରେ ଏକ ବୁଝାମଣାପତ୍ର ଖାରବେଳ ଭବନରେ ସ୍ୱାକ୍ଷରିତ ହୋଇଛି। ରାଜ୍ୟ ବିଜ୍ଞାନ ଓ ପ୍ରଯୁକ୍ତି…

‘ଆମ ହସ୍ତତନ୍ତ ଓଡ଼ିଆ ଅସ୍ମିତାର ଏକ ପ୍ରମୁଖ ସ୍ତମ୍ଭ’

ଭୁବନେଶ୍ୱର: ଜାତୀୟ ହସ୍ତତନ୍ତ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ଥାନୀୟ ଜନତା ମୈଦାନ ଠାରେ ଆୟୋଜିତ ହସ୍ତତନ୍ତ ମେଳା “ଏକତା” କୁ ଉଦ୍ଘାଟନ କରି କହିଛନ୍ତି ଯେ ଆମ ହସ୍ତତନ୍ତ ହେଉଛି ଓଡ଼ିଆ ଅସ୍ମିତାର ଏକ ପ୍ରମୁଖ ସ୍ତମ୍ଭ। ଆମର ‘ହସ୍ତତନ୍ତ କ୍ଷେତ୍ର’ କେବଳ ଏକ ଆର୍ଥିକ ସ୍ତମ୍ଭ ନୁହେଁ ବରଂ ଏହା ଜାତୀୟ ଗର୍ବ ଓ ଗରିମାର ପ୍ରତୀକ। ପ୍ରାଚୀନ ସାମୁଦ୍ରିକ ବାଣିଜ୍ୟରୁ ଆରମ୍ଭ କରି ବର୍ତ୍ତମାନର ବିଶ୍ୱ ଫ୍ୟାଶନ୍ ପ୍ଲାଟଫର୍ମ ପର୍ଯ୍ୟନ୍ତ,…

ତୃଣମୂଳସ୍ତରରେ ଜନଜାତି କଲ୍ୟାଣ ଯୋଜନା ପହଞ୍ଚାଇବା ଲକ୍ଷ୍ୟ

ଭୁବନେଶ୍ବର: ଭାରତ ତଥା ରାଜ୍ୟ ସରକାରଙ୍କ ସମସ୍ତ ଜନକଲ୍ୟାଣକାରୀ ଯୋଜନାକୁ ତୃଣମୂଳସ୍ତରରେ ପହଞ୍ଚାଇବା ଉଦ୍ଦେଶ୍ୟରେ ମିଶନ୍ ମୋଡରେ ଆରମ୍ଭ ହୋଇଛି “ଆଦି କର୍ମଯୋଗୀ ଅଭିଯାନ” । ବିକଶିତ ଭାରତ @୨୦୪୭ ଲକ୍ଷ୍ୟ ହାସଲ କରିବା ଦିଗରେ ଭାରତ ସରକାରଙ୍କ ଜନଜାତୀୟ କାର୍ଯ୍ୟ ମନ୍ତ୍ରାଳୟ ଅଧିନରେ ଏକ ପ୍ରଶିକ୍ଷିତ କ୍ୟାଡର ପ୍ରସ୍ତୁତ କରି ଜନଜାତି ସମ୍ପ୍ରଦାୟଙ୍କ ନିକଟରେ ସରକାରଙ୍କ ସେବାକୁ ପହଞ୍ଚାଇବା ଏବଂ ସରକାରଙ୍କ ପ୍ରତି ସେମାନଙ୍କର ବିଶ୍ବାସକୁ ଦୃଢୀଭୂତ କରିବା ଉଦ୍ଦେଶ୍ୟରେ ଆଦି କର୍ମଯୋଗୀ ଅଭିଯାନର ଶୁଭାରମ୍ଭ।…

ସବୁଜ ସଡକ ନିର୍ମାଣରେ ପ୍ଲାଷ୍ଟିକ ବର୍ଜ୍ୟ ବ୍ୟବହାର ହେବ

ଭୁବନେଶ୍ୱର: ସହରାଞ୍ଚଳ ମାନଙ୍କରେ ରାସ୍ତା ନିର୍ମାଣରେ ପ୍ଲାଷ୍ଟିକ୍ ଅଳିଆ ବ୍ୟବହାର ଉପରେ ବିଚାର ବିମର୍ଶ କରିବା ପାଇଁ ଓଡ଼ିଶା ସରକାରଙ୍କ ଗୃହ ଏବଂ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଉଷା ପାଢୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା।  ଶ୍ରୀମତୀ ପାଢୀ ସହରାଞ୍ଚଳ ଭିତ୍ତିଭୂମି ବିକାଶରେ ସ୍ଥାୟୀ ଏବଂ ପରିବେଶ-ଅନୁକୂଳ ଅଭ୍ୟାସ ଗ୍ରହଣ କରିବାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ। ସେ ଆଲୋକପାତ କରିଥିଲେ ଯେ ପ୍ଲାଷ୍ଟିକ୍ ଅଳିଆ, ବିଶେଷକରି ବୋତଲ ଏବଂ କ୍ୟାରୀ ବ୍ୟାଗ…

ଅଗଷ୍ଟ ୮ ଓ ୯ ତାରିଖରେ ଅନୁଷ୍ଠିତ ହେବ ‘ଏକତା’ ଉତ୍ସବ 

ଭୁବନେଶ୍ଵର: ଓଡ଼ିଶାର ବୁଣାକାରମାନେ ଆମ ସାଂସ୍କୃତିକ ଐତିହ୍ୟର ଆତ୍ମା। ଆମ ହସ୍ତତନ୍ତ କେବଳ ଖଣ୍ଡେ କପଡ଼ା ନୁହେଁ, ଏହା ଆମ ଐତିହ୍ୟ। ଓଡ଼ିଶାର ହସ୍ତତନ୍ତ – ଐତିହ୍ୟର ସୂତ୍ରଧର  ବୋଲି କହିଛନ୍ତି ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦିପ ବଳ ସାମନ୍ତ। ଜାତୀୟ ହସ୍ତତନ୍ତ ଦିବସ ୨୦୨୫ ଓ ‘ଏକତା’ ଉତ୍ସବ ଆୟୋଜନ ଉପଲକ୍ଷେ ରାଜ୍ୟ ଅତିଥି ଭବନଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଏହା କହିଛନ୍ତି ମନ୍ତ୍ରୀ ଶ୍ରୀ ବଳସାମନ୍ତ।  ସୂଚନାଯୋଗ୍ୟ; ଓଡ଼ିଶା ସରକାରଙ୍କ ହସ୍ତତନ୍ତ,…

ମହିଳା ନେତୃତ୍ୱାଧୀନ ଉଦ୍ୟମିତା ହେଉଛି ସମୟର ଆହ୍ଵାନ: ମନ୍ତ୍ରୀ

ଭୁବନେଶ୍ଵର: ଜିଲ୍ଲା ଶିଳ୍ପ କେନ୍ଦ୍ର ସାଧାରଣ ପରିଚାଳକଙ୍କର ଯୋଜନା କାର୍ଯ୍ୟାନ୍ୱୟନ ଓ ରୂପାୟନ ସମ୍ପର୍କରେ ଏକ ସମୀକ୍ଷା ବୈଠକ ସ୍ଥାନୀୟ ଓ-ହବ୍ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ ତଥା ମତ୍ସ୍ୟ ଏବଂ ପ୍ରାଣିସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ସବିଶେଷ ସମୀକ୍ଷା କରିଥିଲେ। ଏହି ଅବସରରେ ଉଦ୍ୟମିତା କ୍ଷେତ୍ରରେ ଅଧିକରୁ ଅଧିକ ମହିଳାଙ୍କୁ ସାମିଲ କରିବା ପାଇଁ ବିଶେଷ ପ୍ରଚେଷ୍ଟା କରିବା ପାଇଁ ଅଧିକାରୀଙ୍କୁ କହିଥିଲେ।…

ତାରକସି ହବକୁ ମିଳିବ ଐହିହ୍ୟ ଶିଳ୍ପୀ ଗ୍ରାମର ମାନ୍ୟତା: ଉପମୁଖ୍ୟମନ୍ତ୍ରୀ

କଟକ/ଭୁବନେଶ୍ୱର:  ରୌପ୍ୟ ନଗରୀ କଟକର ଅନ୍ୟତମ ଐତିହ୍ୟ ତାରକସିକୁ ବିଶ୍ୱ ଦରବାରରେ ପହଂଚାଇବା ନିମନ୍ତେ କଟକଠାରେ ରୌପ୍ୟ ତାରକସି ସର୍ବସାଧାରଣ ସୁବିଧା କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କଟକ ସିଡିଏ ସେକ୍ଟର ୬ ସ୍ଥିତ ବିଡାନାସୀ ପେଟାନାଳଠାରେ ଏହି ଭିତ୍ତିପ୍ରସ୍ତର ସ୍ଥାପନ କରି ଏହି କେନ୍ଦ୍ର କଟକର ପରମ୍ପରାକୁ ସଂରକ୍ଷଣ କରିବା ସହିତ ନବସୃଜନକୁ ଆପଣାଇ ତାରକସି କାରିଗରମାନଙ୍କୁ ସଶକ୍ତ କରିବା ସହ କଟକ ପାଇଁ ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିବ…

ଭର୍ଜିନ୍ ଲ୍ୟାଣ୍ଡ ସିକ୍ୟୁରିଟି ଶିଖର ସମ୍ମିଳନୀରେ ଉପମୁଖ୍ୟମନ୍ତ୍ରୀଙ୍କ ଯୋଗଦାନ

ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଉଦୟ ଇଣ୍ଡିଆ ଦ୍ୱାରା ପ୍ରାୟୋଜିତ ନୂଆଦିଲ୍ଲୀର ଇଣ୍ଡିଆ ଇଣ୍ଟରନ୍ୟାସନାଲ୍ ସେଣ୍ଟରରେ ଅନୁଷ୍ଠିତ ଭର୍ଜିନ୍ ଲ୍ୟାଣ୍ଡ ସିକ୍ୟୁରିଟି ଶିଖର ସମ୍ମିଳନୀରେ ଯୋଗଦେଇଛନ୍ତି। ଭାରତରେ ୬୦ ନିୟୁତ ହେକ୍ଟରରୁ ଅଧିକ ଅନୁର୍ବର କିମ୍ବା ଅବ୍ୟବହୃତ ଜମି ଅଛି ଏବଂ ଏଥିରୁ ପ୍ରାୟ ୨୦ ନିୟୁତ ଜୈବିକ କୃଷି ପାଇଁ ଉପଯୁକ୍ତ। ଜୈବିକ ଉତ୍ପାଦର ବିଶ୍ୱ ଚାହିଦା ବୃଦ୍ଧି ପାଇବା ସହିତ, ଏହା ଆମର କୃଷକମାନଙ୍କ…

‘ପି.ଏମ୍ କିଷାନ ଯୋଜନାରେ ସମସ୍ତ ଯୋଗ୍ୟ ଚାଷୀଙ୍କୁ ଅନ୍ତର୍ଭୁକ୍ତ କରିବା ଲକ୍ଷ୍ୟ’

ଭୁବନେଶ୍ୱର: କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଆୟୋଜିତ ରାଜ୍ୟସ୍ତରୀୟ ପିଏମ କିଷାନ ସମ୍ମାନ ନିଧି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ରାଜ୍ୟର ଚାଷୀ ଭାଇ ଭଉଣୀ ମାନଙ୍କୁ ପି.ଏମ୍ କିଷାନ ସହାୟତା ରାଶିର ୨୦ତମ କିସ୍ତି ପ୍ରଦାନ କରିଛନ୍ତି। ସୂଚନାଯୋଗ୍ୟ ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉତ୍ତର ପ୍ରଦେଶର ବାରାଣାସୀ ଠାରେ ଉପସ୍ଥିତ ରହି, ପି.ଏମ୍ କିଷାନର କିସ୍ତି ବାବଦରେ ସାରା ଦେଶର ୯.୭ କୋଟି ଚାଷୀଙ୍କୁ ୨୦୦୦ ଟଙ୍କା…

ବିକଶିତ ଓଡ଼ିଶା ଏବଂ ବିକଶିତ ଭାରତ ନିମନ୍ତେ ସାମୁହିକ ଉଦ୍ୟମ ପାଇଁ ରାଜ୍ୟପାଳଙ୍କ ଆହ୍ୱାନ

ଭୁବନେଶ୍ୱର: ୨୦୩୬ ମସିହା ସୁଦ୍ଧା ଏକ ବିକଶିତ ଓଡ଼ିଶା ଓ ୨୦୪୭ ମସିହା ସୁଦ୍ଧା ଏକ ବିକଶିତ ଭାରତ ନିମନ୍ତେ ସାମୁହିକ ଉଦ୍ୟମ ପାଇଁ ରାଜ୍ୟପାଳ ଡ଼ ହରି ବାବୁ କମ୍ଭମପାଟି ଆହ୍ୱାନ ଜଣାଇଛନ୍ତିI ଭୁବନେଶ୍ୱରରେ ଆୟୋଜିତ ବିଶ୍ୱ ବାଣିଜ୍ୟ ଦିବସ ପାଳନ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟପାଳ ଏହି ଆହ୍ୱାନ ଜଣାଇଛନ୍ତିI ଏହି ସମାରୋହରେ ଉଦବୋଧନ ଦେଇ ରାଜ୍ୟପାଳ କହିଥିଲେ ଯେ ଆନ୍ତର୍ଜାତୀୟ ବାଣିଜ୍ୟ କେବଳ ସାମଗ୍ରୀ ଓ ସେବାର ବିନିମୟ ନୁହେଁ,…