ସୁରକ୍ଷା ଓ ସଶକ୍ତୀକରଣକୁ ଏକାସାଙ୍ଗରେ ଆଗେଇ ନେବାକୁ ସମନ୍ୱିତ ଆଭିମୁଖ୍ୟ ଉପରେ ଉପ-ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ
ଭୁବନେଶ୍ୱର: ଓଡ଼ିଶାର ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଭୁବନେଶ୍ୱରଠାରେ ଆୟୋଜିତ ‘ଶକ୍ତି ସମ୍ମିଳନୀ’ର ଉଦ୍ଘାଟନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ମହିଳାଙ୍କ ସୁରକ୍ଷା, ସଂରକ୍ଷଣ ଓ ସଶକ୍ତୀକରଣ ପାଇଁ ସାମୂହିକ ଉଦ୍ୟମକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ୨୨ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ବରିଷ୍ଠ ଅଧିକାରୀମାନେ ଏହି ସମ୍ମିଳନୀରେ ଏକତ୍ରିତ ହୋଇଛନ୍ତି। ସମାବେଶକୁ ସମ୍ବୋଧିତ କରି ଉପ-ମୁଖ୍ୟମନ୍ତ୍ରୀ କହିଛନ୍ତିଯେ ମହିଳା ସୁରକ୍ଷା ଓ ମହିଳା ସଶକ୍ତୀକରଣକୁ ଭିନ୍ନ ଭିନ୍ନ ଭାବେ ଦେଖାଯାଇପାରିବ ନାହିଁ। ମଜବୁତ ଅନୁଷ୍ଠାନ, ପ୍ରଭାବଶାଳୀ…


