‘ଚାଷୀଙ୍କ କ୍ଷୟକ୍ଷତି ସ୍ଥିତି ଆକଳନ କରି କ୍ଷତିପୂରଣ ଦିଆଯିବ’
ଭୁବନେଶ୍ୱର: ରାଜ୍ୟରେ ୨୭ ମଇରୁ ୩୦ ମଇ ମଧ୍ୟରେ ହୋଇଥିବା ଲଘୁଚାପ ଜନିତ ଅଦିନିଆ ବର୍ଷାରେ ବିଭିନ୍ନ ସ୍ଥାନରେ ଫସଲ ଓ ଘରଦ୍ୱାର କ୍ଷତିଗ୍ରସ୍ତ ହୋଇଥିବାବେଳେ ଖୁବ୍ ଶୀଘ୍ର କ୍ଷୟକ୍ଷତି ସ୍ଥିତି ଆକଳନ କରି କ୍ଷତିପୂରଣ ପ୍ରଦାନ କରିବା ସଂପର୍କରେ ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟଠାରେ ଆଭାସୀ ମାଧ୍ୟମରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ…


