ଧନ୍ଦାମୂଳକ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ନିମନ୍ତେ ପ୍ରଶିକ୍ଷଣ ଶିବିର ଉଦଘାଟିତ

ଭୁବନେଶ୍ୱର:  ବିଶ୍ୱ ଦକ୍ଷତା କେନ୍ଦ୍ର ଓ CTTC ଠାରେ ସରକାରୀ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ନିମନ୍ତେ Electronic & Hardware ଓ  IT-ITeS Trade  ରେ ୫ ଦିବସୀୟ ଆବାସିକ ବ୍ୟବହାରିକ ଦକ୍ଷତା ବିକାଶ ( Hands on Skill ) ପ୍ରଶିକ୍ଷଣ ଉଦଘାଟିତ ହୋଇଯାଇଛି|ଏହାର ଉଦ୍ଘାଟନୀ ଉତ୍ସବରେ ଉଚ୍ଚ ମଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ଯୁଗ୍ମନିର୍ଦ୍ଦେଶକ ବିନୀତା ସେନାପତି ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଦକ୍ଷତା ହାସଲ କରିବା ଦିଗରେ ପ୍ରେରଣା ପ୍ରଦାନ କରିବା ସହିତ ଧନ୍ଦାମୂଳକ…

“ନିପୁଣ ଓଡ଼ିଶା-ନିପୁଣ ଭାରତ”କାର୍ଯ୍ୟକ୍ରମ ମାଧ୍ୟମରେ ଭାଗ ନେଲେ ପ୍ରଥମରୁ ତୃତୀୟ ଶ୍ରେଣୀର ଛାତ୍ରଛାତ୍ରୀ

ଭୁବନେଶ୍ୱର: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ଆରମ୍ଭ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଭୁବନେଶ୍ୱରର ୟୁନିଟ୍-୩ ସ୍ଥିତ କ୍ୟାପିଟାଲ ହାଇସ୍କୁଲ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟଅତିଥି ଭାବେ ଯୋଗ ଦେଇ ଆନୁଷ୍ଠାନିକ ଭାବେ ଉଦଘାଟନ କରି କହିଛନ୍ତି ଯେ ସୁରଭି କେବଳ ଶିଶୁ ପ୍ରତିଭାର ବିକାଶ ପାଇଁ ଏକ ଉତ୍ସବ ନୁହେଁ — ଏହା ପ୍ରତ୍ୟେକ ଶିଶୁମାନଙ୍କ ସ୍ୱପ୍ନ, ସୃଜନଶୀଳତା, ଚିନ୍ତାଧାରା ଓ ପ୍ରତିଭା ବିକାଶର ମଂଚ। ବିଦ୍ୟାର୍ଥୀମାନଙ୍କ ପ୍ରତିଭାକୁ…

ରାଜ୍ୟସ୍ତରୀୟ ଶିଶୁ ଉତ୍ସବ ‘ମହକ’ଉଦ୍‌ଘାଟିତ: ୩୦ ଜିଲ୍ଲାର ପ୍ରାୟ ୫୦୦ ଶିଶୁ ହେଲେ ସାମିଲ

ଭୁବନେଶ୍ୱର : ରାଜ୍ୟସ୍ତରୀୟ ଶିଶୁ ଉତ୍ସବ ‘ମହକ’ଉଦ୍‌ଘାଟିତ ହୋଇଯାଇଛି। ଏହି ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି, ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ସମିତି ଆନୁକୂଲ୍ୟରେ ୫ ଦିନ ଧରି କଳିଙ୍ଗ ଷ୍ଟାଡିୟମ୍‌ରେ ଅନୁଷ୍ଠିତ ହେଉଛି । ଏଥିରେ ରାଜ୍ୟର ସମସ୍ତ ଜିଲ୍ଲାରୁ ପ୍ରାୟ ୫୦୦ରୁ ଉର୍ଦ୍ଧ୍ୱ ଶିଶୁ ଅଂଶଗ୍ରହଣ କରି ଗୀତ, ନୃତ୍ୟ, ଚିତ୍ରାଙ୍କନ, ବକ୍ତୃତା, ସାଧାରଣ ଜ୍ଞାନ ଆଦି ବିଭିନ୍ନ ପ୍ରତିଯୋଗିତାରେ ଭାଗନେଇ ନିଜର ପ୍ରତିଭା ପ୍ରଦର୍ଶନ କରିବେ ।…

ଯୁଗ୍ମ ଶ୍ରମ ଆୟୁକ୍ତ ଏବଂ ପ୍ରଭାଗୀୟ ଶ୍ରମ ଆୟୁକ୍ତମାନଙ୍କ ଦୁଇଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ଭୁବନେଶ୍ୱର : ଶ୍ରମ ଆୟୁକ୍ତଙ୍କ କାର୍ଯ୍ୟାଳୟ ପରିସରରେ ଅବସ୍ଥିତ ରାଜ୍ୟ ଶ୍ରମ ସଂସ୍ଥାନ ସମ୍ମିଳନୀ କକ୍ଷରେ ଯୁଗ୍ମ ଶ୍ରମ ଆୟୁକ୍ତ ଏବଂ ପ୍ରଭାଗୀୟ ଶ୍ରମ ଆୟୁକ୍ତମାନଙ୍କୁ ନେଇ କର୍ମଚାରୀ କ୍ଷତିପୂରଣ ଆଇନ, ୧୯୨୩; ଗ୍ରାଚ୍ୟୁଇଟି ପ୍ରଦାନ ଆଇନ, ୧୯୭୨ ଓ ସର୍ବନିମ୍ନ ମଜୁରୀ ଆଇନ, ୧୯୪୮ରେ ମାମଲା ଶୁଣାଣି ସନ୍ଧୀୟ ଦୁଇଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି। ଏହି ଉଦ୍‌ଯାପନ ସମାରୋହରେ ଶ୍ରମ ଓ କର୍ମଚାର ରାଜ୍ୟ ବୀମା ବିଭାଗର ସ୍ଵତନ୍ତ୍ର ଶାସନ ସଚିବ ମଧୁମିତା ନାୟକ…

ଶ୍ରୀ ଶ୍ରୀ ରବି ଶଙ୍କରଙ୍କ ଦ୍ୱାରା “ବିକଶିତ ଓଡ଼ିଶାରେ ଆଧ୍ୟାତ୍ମିକତା, ଶାସନରେ ନୀତି” ବିଷୟରେ ସମ୍ଭାଷଣ

ଭୁବନେଶ୍ୱର: ପ୍ରସିଦ୍ଧ ଆଧ୍ୟାତ୍ମିକ ଗୁରୁ ତଥା ଦ ଆର୍ଟ ଅଫ ଲିଭିଂର ପ୍ରତିଷ୍ଠାତା ଗୁରୁଦେବ ଶ୍ରୀ ଶ୍ରୀ ରବି ଶଙ୍କର ଭୁବନେଶ୍ୱର ଲୋକସେବା ଭବନସ୍ଥିତ କନଭେନସନ ସେଣ୍ଟର ଠାରେ “ବିକଶିତ ଓଡ଼ିଶାରେ ଆଧ୍ୟାତ୍ମିକତା, ଶାସନରେ ନୀତି”ବିଷୟରେ ଏକ ପ୍ରେରଣାଦାୟକ ସମ୍ଭାଷଣ ପ୍ରଦାନ କରିଥିଲେ। ଓଡ଼ିଶା ସରକାରଙ୍କ ବରିଷ୍ଠ ଅଧିକାରୀମାନେ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ l ଏହି ସଭାରେ ଗୁରୁ ଶ୍ରୀ ଶ୍ରୀ ରବି ଶଙ୍କର ଏକ ଅଗ୍ରଗତିଶୀଳ,  ଶାନ୍ତି, ସଦଭାବନା ଓ ଭାଇଚାରାର ସମନ୍ୱୟରେ ସମାଜ…

ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ଛାତ୍ରଛାତ୍ରୀଙ୍କ ନିମନ୍ତେ ଦକ୍ଷତା ବିକାଶ ପ୍ରଶିକ୍ଷଣ ଉଦଯାପିତ

ଭୁବନେଶ୍ବର : ସରକାରୀ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ନେଇ ଭୁବନେଶ୍ୱରସ୍ଥିତ ବିଶ୍ବ ଦକ୍ଷତା କେନ୍ଦ୍ର(World Skill Centre) ଓ ସେଣ୍ଟ୍ରାଲ୍ ଟୁଲ୍ ରୁମ୍ ଆଣ୍ଡ ଟ୍ରେନିଂ ସେଣ୍ଟର (ସିଟିଟିସି) ଠାରେ ପାଞ୍ଚ ଦିବସୀୟ ଆବାସିକ ବ୍ୟବହାରିକ ଦକ୍ଷତା ବିକାଶ ( Hands on Skill ) ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି। ଭୁବନେଶ୍ବରସ୍ଥିତ ବିଶ୍ବ ଦକ୍ଷତା କେନ୍ଦ୍ରଠାରେ ଉଦଯାପନୀ ଉତ୍ସବରେ  ମୁଖ୍ୟ ଅତିଥି ଭାବେ ଯୋଗ ଦେଇ  ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶିକା…

ଉଚ୍ଚ ଶିକ୍ଷାନୁଷ୍ଠାନର ବିକାଶ ପାଇଁ ସଂକଳ୍ପବଦ୍ଧ ହେବା : ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

ଭୁବନେଶ୍ୱର : ଉଚ୍ଚଶିକ୍ଷା ବିଭାଗ, ଓଡିଶା ରାଜ୍ୟ ଉଚ୍ଚଶିକ୍ଷା ପରିଷଦ ଓ ଜାଭିୟର ଇନଷ୍ଟିଚ୍ୟୁଟ ଅଫ୍ ମ୍ୟାନେଜମେଣ୍ଟ ଭୁବନେଶ୍ୱରର ମିଳିତ ସହଯୋଗରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଓ ବରିଷ୍ଠ ଅଧ୍ୟାପକମାନଙ୍କ ପାଇଁ ଦକ୍ଷତା ଓ ନେତୃତ୍ୱ ବିକାଶ କର୍ମଶାଳାର ଆୟୋଜନ କରାଯାଇଛି। ଅକ୍ଟୋବର ୨୭ ତାରିଖ ଠାରୁ ନଭେମ୍ବର ୧ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହୋଇଥିବା ଏହି କର୍ମଶାଳାରେ ୩୬ଟି ସରକାରୀ ମହାବିଦ୍ୟାଳୟର ଅଧ୍ୟକ୍ଷ ଏବଂ ବରିଷ୍ଠ ଅଧ୍ୟାପକମାନେ ଯୋଗଦେଇଥିଲେ। କର୍ମଶାଳାରେ ଜାତୀୟ ଶିକ୍ଷା ନୀତି-୨୦୨୦, ମହାବିଦ୍ୟାଳୟର ପ୍ରଶାସନିକ,…

ଶିଶୁ ସୁରକ୍ଷା ଓ ଶିକ୍ଷା ଉପରେ ଉପମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱାରୋପ

ଭୁବନେଶ୍ୱର: ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଆୟୋଗର ୧୫ତମ ପ୍ରତିଷ୍ଠା ଦିବସ ଲୋକସେବା ଭବନସ୍ଥିତ କନ୍‌ଭେନ୍‌ସନ୍‌ ସେଣ୍ଟରରେ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଲେ ଯେ ଶିଶୁ ସୁରକ୍ଷା ଓ ଅଧିକାର ସୁନିଶ୍ଚିତ କରିବା ଆମ ସମାଜର କର୍ତ୍ତବ୍ୟ। ଶିଶୁ ସୁରକ୍ଷା ଓ ଏହାର ଆବଶ୍ୟକତା ଏବଂ ପ୍ରାସଙ୍ଗିକତା ଉପରେ ମତ ଦେଇ ଶ୍ରୀମତୀ ପରିଡ଼ା କହିଲେ ଯେ ଜଣେ ଶିଶୁର ବିକାଶ ପାଇଁ ସମାଜର ପ୍ରତ୍ୟେକ…

ଅଦ୍ୱିକା ସମ୍ମିଳନୀ : ଭାଗନେଲେ ୨୭ ଜିଲ୍ଲାର ୧୨୭ ଜଣ କିଶୋର କିଶୋରୀ

ଭୁବନେଶ୍ୱର: କିଶୋରକିଶୋରୀମାନଙ୍କର ଅନ୍ତର୍ନିହିତ ପ୍ରତିଭାର ବିକାଶ ପାଇଁ ଦୁଇଦିନିଆ ଅଦ୍ୱିକା ସମ୍ମିଳନୀ ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମ୍‌ରେ ଆରମ୍ଭ ହୋଇଛି। ଏଥିରେ ୧୦ରୁ ୧୯ ବର୍ଷ ବୟସ ମଧ୍ୟରେ ୨୭ଟି ଜିଲ୍ଲାରୁ ଶ୍ରେଷ୍ଠ ବିବେଚିତ ୧୨୭ ଜଣ କିଶୋର କିଶୋରୀ ଯୋଗଦେଇଛନ୍ତି। ସେମାନଙ୍କ ମଧ୍ୟରେ ନୃତ୍ୟ, ଗୀତ, କାହାଣୀ ପଠନ, ଚିତ୍ରାଙ୍କନ ଆଦି ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି। କିଶୋର ଅବସ୍ଥାରେ ଶାରୀରିକ ଓ ମାନସିକ ସ୍ତରରେ ହେଉଥିବା ପରିବର୍ତ୍ତନ, ସେମାନେ ସମ୍ମୁଖୀନ ହେଉଥିବା ହିଂସା ଓ ବିପଜ୍ଜନକ କାର୍ଯ୍ୟକଳାପରୁ…

ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ଛାତ୍ରଛାତ୍ରୀଙ୍କ ନିମନ୍ତେ ଆବାସିକ ବ୍ୟବହାରିକ ଦକ୍ଷତା ବିକାଶ ପ୍ରଶିକ୍ଷଣ

ଭୁବନେଶ୍ବର: ସରକାରୀ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ନେଇ ପାଞ୍ଚ ଦିବସୀୟ ଆବାସିକ ବ୍ୟବହାରିକ ଦକ୍ଷତା ବିକାଶ ( Hands on Skill ) ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଏକାକାଳୀନ ଭାବେ ଦୁଇଟି ସ୍ଥାନରେ ବିଭିନ୍ନ ଟ୍ରେଡ୍ କୁ ନେଇ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ଭୁବନେଶ୍ବରସ୍ଥିତ ସେଣ୍ଟ୍ରାଲ୍ ଟୁଲ୍ ରୁମ୍ ଆଣ୍ଡ ଟ୍ରେନିଂ ସେଣ୍ଟର (ସିଟିଟିସି) ଠାରେ IT-ITes ଟ୍ରେଡ୍ ସମ୍ପର୍କରେ ପ୍ରଶିକ୍ଷଣ  ଦିଆଯାଉଥିବା ବେଳେ ବିଶ୍ବ ଦକ୍ଷତା କେନ୍ଦ୍ରଠାରେ Electronics…