ଦିଗଦର୍ଶନ କର୍ମଶାଳା: ପ୍ରଶିକ୍ଷଣ ନେବେ ୧୨୦ ଜଣ ପିଜିଟି
ଭୁବନେଶ୍ୱର: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅନ୍ତର୍ଗତ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ଅଧିନ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନିଯୁକ୍ତି ପାଇଥିବା ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀମାନଙ୍କ ନିମନ୍ତେ ଦିଗଦର୍ଶନ କର୍ମଶାଳାର ଆୟୋଜନ କରାଯାଇଛି। ଶିରିପୁରସ୍ଥିତି ଇମେଜ୍ ଠାରେ ପ୍ରାୟ ୧୨୦ ଜଣ ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀମାନଙ୍କୁ ନେଇ ଦିଗଦର୍ଶନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ଉଦଘାଟନୀ ଅଧିବେଶନରେ ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟ ଏବଂ ରାଜ୍ୟ ଶିକ୍ଷା ଗବେଷଣା ଓ ପ୍ରଶିକ୍ଷଣ ପରିଷଦ…


