ବିଦ୍ୟାଳୟ ନବସୃଜନ ପରିଷଦକୁ କାର୍ଯ୍ୟକାରୀ କରିବା ନେଇ କର୍ମଶାଳା ଆୟୋଜନ
ଭୁବନେଶ୍ବର: ରାଜ୍ୟରେ ଉଚ୍ଚ ମାଧ୍ୟମିକସ୍ତରରେ ଛାତ୍ରଛାତ୍ରୀମାନଙ୍କ ସୃଜନଶୀଳତା ଓ ଦକ୍ଷତାକୁ ଏକ ସୁଯୋଗ ପ୍ରଦାନ କରିବା ସହିତ ସେମାନଙ୍କୁ ସ୍ବାବଲମ୍ବୀ କରିବା ଉଦ୍ଦେଶ୍ୟରେ କୃଷି ଭବନସ୍ଥିତ ଅଡ଼ିଟୋରିୟମଠାରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧିନ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ଆନୁକୂଲ୍ୟରେ ଦୁଇ ଦିନିଆ କର୍ମଶାଳାର ଆୟୋଜନ କରାଯାଇଛି। କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟର ନବସୃଜନ ସେଲ୍ (MIC) ଏବଂ ଅଖିଳ ଭାରତୀୟ ବୈଷୟିକ ଶିକ୍ଷା ପରିଷଦ (AICTE) ସହଯୋଗରେ ବିଦ୍ୟାଳୟ ନବସୃଜନ ପରିଷଦ (School Innovation Council)…


