ପିଜିଟି ଶିକ୍ଷକ ଶିକ୍ଷୟତ୍ରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ
ଭୁବନେଶ୍ବର : ଶେଷ ହୋଇଛି ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ଅଧିନ ବେସରକାରୀ ଅନୁଦାନପ୍ରାପ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପିଜିଟି ଶିକ୍ଷକ ଶିକ୍ଷୟିତ୍ରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ। ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ରାଜନୀତି ବିଜ୍ଞାନ ଓ ଅର୍ଥନୀତି ବିଷୟର ସ୍ନାତକୋତ୍ତର ବା ପିଜିଟି ଶିକ୍ଷକଶିକ୍ଷୟତ୍ରୀମାନେ ଯୋଗଦେଇଥିଲେ। ଏହି ପ୍ରଶିକ୍ଷଣରେ ୯୦ ଜଣ ପିଜିଟି ଶିକ୍ଷକଶିକ୍ଷୟତ୍ରୀ ଯୋଗ ଦେଇଥିଲେI ଏହି ଅବସରରେ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶିକା ନିୟତି ପଟ୍ଟନାୟକ ଯୋଗଦେଇ ପିଜିଟି ଶିକ୍ଷକ ଶିକ୍ଷୟତ୍ରୀମାନଙ୍କୁ ଛାତ୍ରଛାତ୍ରୀମାନଙ୍କର ସର୍ବାଙ୍ଗୀନ…


