ଏନ୍‌ଏସ୍‌ଏସ୍‌ ୫୬ତମ ପ୍ରତିଷ୍ଠା ଦିବସ ପାଳିତ

ଭୁବନେଶ୍ୱର : ଉଚ୍ଚଶିକ୍ଷା ବିଭାଗ ଆନୁକୂଲ୍ୟରେ ଭୁବନେଶ୍ୱର ସ୍ଥିତ ଜୟଦେବ ଭବନ ଠାରେ ୫୬ତମ ଜାତୀୟ ସେବା ଯୋଜନା (ଏନ୍ଏସ୍‌ଏସ୍‌) ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଉଚ୍ଚଶିକ୍ଷା ମନ୍ତ୍ରୀ  ସୂର୍ଯ୍ୟବଂଶୀ ସୂରଜ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ନିଜର ଅଭିଭାଷଣରେ ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ସୂରଜ ଏକ ସଶକ୍ତ ସମାଜ  ଗଠନ ଦିଗରେ ଏନ୍‌ଏସ୍‌ଏସ୍‌ ସ୍ବେଚ୍ଛାସେବୀମାନଙ୍କର ରହିଥିବା ବଳିଷ୍ଠ ଭୂମିକା ସମ୍ପର୍କରେ ଆଲୋକପାତ କରିଥିଲେ। ଏଥିସହ “ଏକ ପେଡ଼ ମା’ କେ ନାମ- ୨.୦” କାର୍ଯ୍ୟକ୍ରମରେ…

୧୦୨ଟି ନୂତନ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷଙ୍କ ଦିଗଦର୍ଶନ କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ବର : ଓଡ଼ିଶା ସରକାରଙ୍କ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ (DHSE) ଆନୁକୂଲ୍ୟରେ ୧୦୨ ଗୋଟି ନୂତନ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଓ ୧୭ଟି ଜିଲ୍ଲାର ଅତିରିକ୍ତ ଶିକ୍ଷା ଅଧିକାରୀଙ୍କୁ ନେଇ ଏକ ଦିବସୀୟ ଦିଗଦର୍ଶନ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। କୃଷି ଭବନସ୍ଥିତ ଅଡିଟୋରିୟମ୍ ଏହି ଦିଗଦର୍ଶନ କାର୍ଯ୍ୟକ୍ରମରେ ଅତିଥି ଭାବେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ଶାସନ ସଚିବ ଶୁଭଶ୍ରୀ ନନ୍ଦ, ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ଅଧ୍ୟକ୍ଷ ମୃଣାଳକାନ୍ତି ଦାଶ,…

ପିଜିଟି ଶିକ୍ଷକଙ୍କ ପାଞ୍ଚ ଦିନିଆ ପ୍ରଶିକ୍ଷଣ କର୍ମଶାଳା

ଭୁବନେଶ୍ବର : ଓଡ଼ିଶା ସରକାରଙ୍କ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ (DHSE) ଆନୁକୂଲ୍ୟରେ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଇଂରାଜୀ ବିଭାଗର ସ୍ନାତକୋତ୍ତର ଶିକ୍ଷକ (PGTs) ପାଇଁ ଦକ୍ଷତା ଆଧାରିତ ଶିକ୍ଷାଦାନ ଏବଂ ମୂଲ୍ୟାଙ୍କନ ଉପରେ ଏକ ପାଞ୍ଚ ଦିନିଆ କର୍ମଶାଳା କାର୍ଯ୍ୟକ୍ରମ ଉଦଯାପିତ ହୋଇଛି। ଏହି କାର୍ଯ୍ୟକ୍ରମ ରାଜ୍ୟ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ପ୍ରତିଷ୍ଠାନ, ଭୁବନେଶ୍ୱରରେ ଅନୁଷ୍ଠିତ ହୋଇଥିଲା। ଉଦଯାପନୀ କାର୍ଯ୍ୟକ୍ରମରେ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ନିୟତୀ ପଟ୍ଟନାୟକ, ଯୁଗ୍ମ ନିର୍ଦ୍ଦେଶକ…

“ନିପୁଣ ସପ୍ତାହ”: ଅଂଶଗ୍ରହଣ କଲେ ଅଭିଭାବକ, ଶିକ୍ଷକ-ଶିକ୍ଷୟିତ୍ରୀ, ଶିକ୍ଷାର୍ଥୀ

ଭୁବନେଶ୍ୱର :  ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟବ୍ୟାପୀ ସରକାରୀ ବିଦ୍ୟାଳୟଗୁଡ଼ିକରେ ଆୟୋଜିତ “ନିପୁଣ ସପ୍ତାହ” କାର୍ଯ୍ୟକ୍ରମ ସଫଳତାର ସହ ସମାପ୍ତ ହୋଇଛି। ଏହି ସପ୍ତାହବ୍ୟାପୀ କାର୍ଯ୍ୟକ୍ରମର ଶେଷ ଦିନରେ ବିଦ୍ୟାଳୟଗୁଡ଼ିକରେ ଏକ ଉତ୍ସବମୁଖୀ ପରିବେଶ ସୃଷ୍ଟି ହୋଇଥିଲା। ବହୁ ସଂଖ୍ୟକ ଅଭିଭାବକ ଉତ୍ସାହର ସହ ଅଂଶଗ୍ରହଣ କରିଥିଲେ। ବିଶେଷ ଭାବେ ମା’ମାନଙ୍କ ପାଇଁ ସଚେତନତା ଅଧିବେଶନ ଅନୁଷ୍ଠିତ ହୋଇଥିଲା। ଏହି ଅଧିବେଶନରେ ମା’ମାନଙ୍କୁ ମୌଳିକ ସାକ୍ଷରତା ଏବଂ ସଂଖ୍ୟାଜ୍ଞାନର ଗୁରୁତ୍ୱ ଉପରେ ଆଲୋକପାତ କରାଯାଇଥିଲା।…

ପିଜିଟି ଶିକ୍ଷକଙ୍କ ପାଞ୍ଚ ଦିନିଆ ଦକ୍ଷତା ବିକାଶ କର୍ମଶାଳା ଆୟୋଜନ

ଭୁବନେଶ୍ୱର: ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ଅଧିନ ବେସରକାରୀ ଅନୁଦାନପ୍ରାପ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନିଯୁକ୍ତି ପାଇଥିବା ଇଂରାଜୀ ବିଷୟର ସ୍ନାତକୋତ୍ତର ବା ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀମାନଙ୍କ ପାଇଁ ୫ ଦିନିଆ ଦକ୍ଷତା ବିକାଶ କର୍ମଶାଳା ରାଜ୍ୟ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ପ୍ରତିଷ୍ଠାନ ଠାରେ ଆୟୋଜିତ କରାଯାଇଛି। ଏହି ପ୍ରଶିକ୍ଷଣରେ ୫୦ ଜଣ ପିଜିଟି (ଇଂରାଜୀ) ଶିକ୍ଷକ-ଶିକ୍ଷୟିତ୍ରୀ ଯୋଗ ଦେଇଛନ୍ତି। ଉଦଘାଟନୀ ଅଧିବେଶନରେ ବିଦ୍ୟାଳୟ  ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ଶାସନ ସଚିବ ଶ୍ରୀମତୀ ଶୁଭଶ୍ରୀ ନନ୍ଦ, …

୭୦ଜଣ ମାଧ୍ୟମିକ ଶିକ୍ଷକଙ୍କୁ ରାଜ୍ୟସ୍ତରୀୟ ଶିକ୍ଷା ପୁରସ୍କାର

ଭୁବନେଶ୍ୱର: ଆଜି କାଲି ବିଭିନ୍ନ କ୍ଷେତ୍ରରେ ସୁଯୋଗ ଅସିମୀତ। ପିଲାମାନଙ୍କ ଭିତରେ ଥିବା ଲୁକ୍କାୟିତ ପ୍ରତିଭାକୁ ଚିହ୍ନଟ କରନ୍ତୁ। ପିଲାମାନଙ୍କୁ ନିଜ ଇଛାରେ ଉଡିବାକୁ ଦିଅନ୍ତୁ, ସ୍ୱପ୍ନ ଦେଖିବାକୁ ସୁଯୋଗ ଦିଅନ୍ତୁ ଏବଂ ସ୍ୱପ୍ନକୁ ପୂରଣ କରିବା ପାଇଁ ଜଣେ ଜଣେ ମେଣ୍ଟର ଭାବେ କାମ କରନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟସ୍ତରୀୟ ଗୁରୁ ଦିବସ ଉତ୍ସବ ଏବଂ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମାରୋହରେ ଯୋଗଦେଇ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ଲୋକସେବା…

ଜନଜାତି ଅଂଚଳର ବିକାଶ ପାଇଁ ନିର୍ଦ୍ଧାରିତ ସମୟରେ ପ୍ରକଳ୍ପ ଶେଷ କରାଯିବା ଉପରେ ଗୁରୁତ୍ୱ

ଭୁବନେଶ୍ୱର: ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ ବିକାଶ ବିଭାଗର ଦୁଇଗୋଟି ବୈଠକରେ ଅଧ୍ୟକ୍ଷତା କରି ବିଭାଗ ଦ୍ୱାରା ଜନଜାତି ଅଂଚଳର ବିକାଶ ପରିପ୍ରେକ୍ଷୀରେ କାର୍ଯ୍ୟକାରୀ ହେଉଥିବା ଉନ୍ନୟନମୂଳକ କାର୍ଯ୍ୟ ସମୀକ୍ଷା କରିଛନ୍ତି। ପ୍ରଥମ ବୈଠକଟି ଜନଜାତି ଅଂଚଳର ବିକାଶ ପାଇଁ ସମ୍ବିଧାନର ୨୭୫(୧) ଅନୁଚ୍ଛେଦ ଅନୁସାରେ ରାଜ୍ୟକୁ ପ୍ରଦାନ କରାଯାଉଥିବା ଅର୍ଥର ବିନିଯୋଗ ପାଇଁ ପ୍ରକଳ୍ପ…

ଫୁଲବାଣୀ ଓ ତାଳଚେର ସରକାରୀ ମେଡିକାଲ କଲେଜରେ ୨୦୨୫-୨୬ ଶିକ୍ଷା ବର୍ଷରୁ ପାଠ ପଢ଼ା ଆରମ୍ଭ

ଭୁବନେଶ୍ୱର: ଓଡ଼ିଶାର ଆଉ ଦୁଇଟି ସରକାରୀ ମେଡିକାଲ କଲେଜ ପାଇଁ ୨୦୦ ଆସନ ଅନୁମୋଦିତ ହୋଇଛି। ଜାତୀୟ ମେଡିକାଲ କମିଶନ୍ ଏହି ମଞ୍ଜୁରୀ ଦେଇଛନ୍ତି। ଫୁଲବାଣୀ ସରକାରୀ ମେଡିକାଲ କଲେଜ ପାଇଁ ୧୦୦ଟି ସିଟ୍ ଅନୁମୋଦିତ ହୋଇଥିବା ବେଳେ, ତାଳଚେର ସ୍ଥିତ ପବିତ୍ର ମୋହନ ପ୍ରଧାନ ସରକାରୀ ମେଡିକାଲ କଲେଜ ପାଇଁ ମଧ୍ୟ ୧୦୦ ଟି ସିଟ୍ ଅନୁମୋଦିତ ହୋଇଛି। ଚଳିତ ୨୦୨୫-୨୬ ଶିକ୍ଷା ବର୍ଷରୁ ପାଠ ପଢା ଆରମ୍ଭ ହେବ। ଜାତୀୟ ମେଡିକାଲ କମିଶନ୍ ଦ୍ଵାରା…

ଏସଏଚଜି ମହିଳାଙ୍କ ପାଇଁ ‘କସମେଟୋଲେଜି ଓ ଉଦ୍ୟୋଗ ବିକାଶ’ ଉପରେ ସ୍ୱତନ୍ତ୍ର ତାଲିମ କାର୍ୟ୍ୟକ୍ରମ

ଭୁବନେଶ୍ୱର: ବର୍ତ୍ତମାନ ବ୍ୟୁଟି, ମେକଅପ୍, ଫେସିଆଲ ଆଦି ସେବା କ୍ଷେତ୍ରରେ ଚାହିଦା ବଢୁଛି। ତେଣୁ ଏ ଦିଗରେ ରାଜ୍ୟର ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର (ଏସଏଚଜି) ସଦସ୍ୟମାନଙ୍କୁ ତାଲିମ ଦେଇ ସେମାନଙ୍କ ପାଇଁ ଜୀବିକାର ନୂଆ ବାଟ ସୃଷ୍ଟି କରିବା ଲାଗି ବିଶେଷ ପଦକ୍ଷେପ ନିଆଯାଉଛି। ଏଥିପାଇଁ ମିଶନ ଶକ୍ତି ବିଭାଗର ସହଭାଗିତାରେ ବିଶ୍ୱ ଦକ୍ଷତା କେନ୍ଦ୍ରଠାରେ ଏକ ସ୍ୱତନ୍ତ୍ର ପ୍ରଶିକ୍ଷଣ କାର୍ୟ୍ୟକ୍ରମ ଶୁଭାରମ୍ଭ କରାଯାଇଛି। ଏହି କାର୍ୟ୍ୟକ୍ରମ ଚାରି ମାସ ଧରି ଚାଲିବ। ଏଥିରେ ରାଜ୍ୟର…

କର୍ଣ୍ଣାଟକ ଉଚ୍ଚସ୍ତରୀୟ ପ୍ରତିନିଧିମଣ୍ଡଳୀ ଅନୁଧ୍ୟାନ କଲେ ଓଡ଼ିଶାର ଦକ୍ଷତା ବିକାଶ କାର୍ଯ୍ୟକ୍ରମ

ଭୁବନେଶ୍ୱର: କର୍ଣ୍ଣାଟକ ସରକାରଙ୍କର ଏକ ୨୨ ଜଣିଆ ପ୍ରତିନିଧି ଦଳ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ବିଶ୍ୱ ଦକ୍ଷତା କେନ୍ଦ୍ର ଓ ରାଜ୍ୟରେ ଶିଳ୍ପ କ୍ଷେତ୍ରରେ ଉତ୍କର୍ଷ ପାଇଁ ପ୍ରଦାନ କରାଯାଉଥିବା ବିଭିନ୍ନ ତାଲିମ କାର୍ଯ୍ୟକ୍ରମ ବୁଲି ଦେଖିବା ସହ ଏହାର ଭୂୟସୀ ପ୍ରଶଂସା କରିଛନ୍ତି। ଓଡ଼ିଶା ସରକାରଙ୍କର ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁଙ୍କ ସହ ଖାରବେଳ ଭବନଠାରେ କର୍ଣ୍ଣାଟକ ସରକାରଙ୍କ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ଓଡ଼ିଶାରେ…