ଲୋକାର୍ପିତ ହେଲା ଅତ୍ୟାଧୁନିକ ବିଶ୍ଵନାଥ ପଣ୍ଡିତ କେନ୍ଦ୍ରୀୟ ପାଠାଗାର

କଟକ: ରାଜ୍ୟର ସାସ୍କୃତିକ ପ୍ରାଣକେନ୍ଦ୍ର କଟକ ସହରରେ ଲୋକାର୍ପିତ ହୋଇଛି ବହୁ ପ୍ରତିକ୍ଷିତ ଓଡ଼ିଶାର ସର୍ବବୃହତ୍ ବିଶ୍ଵନାଥ ପଣ୍ଡିତ କେନ୍ଦ୍ରୀୟ ପାଠାଗାର। ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ମନ୍ତ୍ରୀ ଡା. କୃଷ୍ଣଚନ୍ଦ୍ର ମହାପାତ୍ର ମୁଖ୍ୟ ଅତିଥିଭାବେ ଯୋଗଦେଇ ଏହି ଅତ୍ୟାଧୁନିକ ସ୍ମାର୍ଟ ଲାଇବ୍ରେରୀର ଶୁଭ ଉଦଘାଟନ କରିଥିଲେ। ଜ୍ଞାନ, ଗବେଷଣା ଓ ପଠନ ସଂସ୍କୃତିର ବିକାଶ ଦିଗରେ ଏହି ପାଠାଗାର କଟକ ତଥା ସମଗ୍ର ଓଡ଼ିଶା ପାଇଁ ଏକ ନୂତନ ମାଇଲଖୁଣ୍ଟ ସାବ୍ୟସ୍ତ…

ଓଡିଶା ରାଜ୍ୟ ବିଦ୍ୟାଳୟ କ୍ରୀଡ଼ା ସଂଗଠନର କାଯ୍ୟକାରିଣୀ କମିଟି ବୈଠକ ଅନୁଷ୍ଠିତ

ଭୁବନେଶ୍ୱର: ଓଡିଶା ରାଜ୍ୟ ବିଦ୍ୟାଳୟ କ୍ରୀଡ଼ା ସଂଗଠନର କାଯ୍ୟକାରିଣୀ କମିଟି ବୈଠକ  ଓଡିଶା ରାଜ୍ୟ ଭାରତ ସ୍କାଉଟ ଓ ଗାଇଡ଼ ଭବନରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ସଭାରେ ବୀରେନ୍ଦ୍ର କର୍କରା, ନିର୍ଦ୍ଦେଶକ, ମାଧ୍ୟମିକ ଶିକ୍ଷା ତଥା ରାଜ୍ୟ ବିଦ୍ୟାଳୟ କ୍ରୀଡା ସଂଗଠନ କାଯ୍ୟକାରିଣୀ କମିଟିର ଅଧ୍ୟକ୍ଷ ଉପସ୍ଥିତ ଥିଲେ। ଏଥିସହ ନିବେଦିତା ପାଣି, ଅତିରିକ୍ତ ନିର୍ଦ୍ଦେଶିକ, ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶାଳୟ, ଶୁଭ୍ରବାଳା ବେହେରା, ସମ୍ପାଦକ, ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଓଡ଼ିଶା, ଚନ୍ଦ୍ରମଣି ନାୟକ, ସମ୍ପାଦକ, ଓଡ଼ିଶା…

ବିକଶିତ ଭାରତ ଗଠନରେ ଯୁବ ବୈଜ୍ଞାନିକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ- ଉପରାଷ୍ଟ୍ରପତି

ଭୁବନେଶ୍ୱର : ଜଟଣୀସ୍ଥିତ ନାଇଜର କ୍ୟାମ୍ପସରେ ୧୫ତମ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ କହିଛନ୍ତି ଯେ  “ଆଜି ମହାନ ବୈଜ୍ଞାନିକ ହୋମି ଭାଭା ଆମ ଗହଣରେ ନାହାନ୍ତି ସତ, କିନ୍ତୁ ଆଜି ମୁଁ ମୋ ସମ୍ମୁଖରେ ଶତାଧିକ ହୋମି ଭାଭାଙ୍କୁ ବସିଥିବାର ଦେଖିପାରୁଛି।” କେବଳ ଗବେଷଣା ନୁହେଁ, ବରଂ ଜାତୀୟ ସୁରକ୍ଷା ଓ ଦୀର୍ଘସ୍ଥାୟୀ ବିକାଶ (Sustainable Development) ପ୍ରତି ନାଇଜର’ର ଅଙ୍ଗୀକାରବଦ୍ଧତା…

‘ଭାଷାର ଉନ୍ନତି ସହିତ ଅର୍ଥନୀତିର ବିକାଶ ଜଡ଼ିତ’

ଭୁବନେଶ୍ୱର: ଓଡ଼ିଶାର ବିଭିନ୍ନ ସ୍ଥାନ, ଜଣାଶୁଣା ବ୍ୟକ୍ତିତ୍ୱ, ବିଭିନ୍ନ କାର୍ଯ୍ୟକ୍ରମ, ଘଟଣା ଓ ପାରମ୍ପରିକ ଖାଦ୍ୟ ବାବଦରେ ସମ୍ପୂର୍ଣ୍ଣ ତଥ୍ୟ ଡିଜିଟାଲ ମାଧ୍ୟମରେ ବିଶ୍ୱସ୍ତରରେ ପହଞ୍ଚାଇବାର ଗୁରୁତ୍ୱ ରହିଛି ବୋଲି ଖ୍ୟାତନାମା ଭାଷାବିଜ୍ଞାନୀ ପଦ୍ମଶ୍ରୀ ଡ. ଦେବୀପ୍ରସନ୍ନ ପଟ୍ଟନାୟକ ମତବ୍ୟକ୍ତ କରିଛନ୍ତି। ଓଡ଼ିଆ ଭର୍ଚୁଆଲ୍‍ ଏକାଡେମୀ ପକ୍ଷରୁ ଆୟୋଜିତ ଦୁଇଦିନିଆ କର୍ମଶାଳା ‘ପରିଚୟ’ଉଦ୍ଘାଟନ କରି ଡ. ପଟ୍ଟନାୟକ ଭାଷାକୁ ଜୀବନ୍ତ ଓ ପ୍ରାସଙ୍ଗିକ ରଖିବାର ଯଥାର୍ଥ ପ୍ରୟାସ କରୁଥିବାରୁ ଓଡ଼ିଆ ଭର୍ଚୁଆଲ ଏକାଡେମୀକୁ ପ୍ରଶଂସା କରିଥିଲେ। ସି.ୱାଇ.ଏସ୍‍.ଡି….

ଶିକ୍ଷାର ଗୁଣବତ୍ତା, ଛାତ୍ରଛାତ୍ରୀଙ୍କ ସୁରକ୍ଷା ଏବଂ ପ୍ରଶିକ୍ଷଣର ମାନକୁ ସର୍ବୋଚ୍ଚ ପ୍ରାଥମିକତା

ଭୁବନେଶ୍ୱର: ଲୋକସେବା ଭବନ ସ୍ଥିତ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗର ସମ୍ମିଳନୀ କକ୍ଷରେ ନର୍ସିଂ କଲେଜ ପ୍ରତିଷ୍ଠା ଏବଂ ଜନସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼ ମୁକେଶ ମହାଲିଙ୍ଗଙ୍କ ଅଧ୍ୟକ୍ଷତା ଅନୁଷ୍ଠିତ ହୋଇଛି। ମନ୍ତ୍ରୀ କହିଥିଲେ ଯେ, ରାଜ୍ୟରେ ଉଚ୍ଚମାନର ନର୍ସିଂ ଶିକ୍ଷା ବ୍ୟବସ୍ଥା ଗଢ଼ି ତୋଳିବା ପାଇଁ ସମସ୍ତ ଅନୁଷ୍ଠାନରେ ନିର୍ଦ୍ଧାରିତ ମାନଦଣ୍ଡର କଡ଼ାକଡ଼ି ପାଳନ ଅତ୍ୟନ୍ତ ଆବଶ୍ୟକ। ଶିକ୍ଷାର ଗୁଣବତ୍ତା, ଛାତ୍ରଛାତ୍ରୀଙ୍କ ସୁରକ୍ଷା ଏବଂ…

ସଂସ୍କୃତ ବିଦ୍ୱାନମାନେ ଏଆଇ-ଚାଳିତ ନବସୃଜନରେ ଅଗ୍ରଣୀ ଭୂମିକା ଗ୍ରହଣ କରିବାକୁ ଆହ୍ୱାନ

ଭୁବନେଶ୍ୱର: ସଂସ୍କୃତ ବିଦ୍ୱାନମାନେ ଏଆଇ-ଚାଳିତ ନବସୃଜନରେ ଅଗ୍ରଣୀ ଭୂମିକା ଗ୍ରହଣ କରିବାକୁ ଓଡ଼ିଶାର ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ଆହ୍ୱାନ ଜଣାଇଛନ୍ତିI ମଙ୍ଗଳବାର ଦିନ ପୁରୀସ୍ଥିତ ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟର ୪୬ତମ ପ୍ରତିଷ୍ଠା ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ରାଜ୍ୟପାଳ ଏହି ଆହ୍ୱାନ ଜଣାଇଛନ୍ତିI ଏହି ଅବସରରେ ଉଦବୋଧନ ଦେଇ ରାଜ୍ୟପାଳ ଛାତ୍ରଛାତ୍ରୀମାନଙ୍କୁ ଭାରତର ସମୃଦ୍ଧ ଜ୍ଞାନ ଐତିହ୍ୟକୁ ସଂରକ୍ଷଣ କରିବା ସହିତ କୃତ୍ରିମ ବୁଦ୍ଧିମତ୍ତା (ଏଆଇ), ଡିଜିଟାଲ୍ ପ୍ରଯୁକ୍ତି ଏବଂ…

କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ‘ଟ୍ରାଇବ୍ଏକ୍ସ (TribeX)’ ଡିଜିଟାଲ୍ ଶିକ୍ଷା ମଞ୍ଚର ଶୁଭାରମ୍ଭ

ଭୁବନେଶ୍ୱର: ଜନଜାତି ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଜନଜାତି ଗବେଷଣା ପ୍ରତିଷ୍ଠାନ (Tribal Research Institutes – TRIs)ଗୁଡ଼ିକର ସଶକ୍ତୀକରଣ ଉଦ୍ଦେଶ୍ୟରେ ଦୁଇ ଦିନିଆ ଜାତୀୟ କର୍ମଶାଳା ଆଜି ଭୁବନେଶ୍ୱରଠାରେ ଆରମ୍ଭ ହୋଇଛି। ଜନଜାତି ସମ୍ପ୍ରଦାୟର ଐତିହ୍ୟ ସଂରକ୍ଷଣ, ଗବେଷଣାକୁ ସୁଦୃଢ଼ କରିବା ଏବଂ ସମାବେଶୀ ବିକାଶକୁ ଆହୁରି ଗତିଶୀଳ କରିବା ଦିଗରେ ଭାରତ ସରକାରଙ୍କ ଦୃଢ଼ ପ୍ରତିବଦ୍ଧତାର ପୁନର୍ବ୍ୟକ୍ତି ହେଉଛି ଏହି କର୍ମଶାଳା। କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀ ଜୁଏଲ୍ ଓରାମ କର୍ମଶାଳାର ଉଦ୍‌ଘାଟନ କରିଥିଲେ। ଏହି…

ଓଟିଇଟି ପରୀକ୍ଷା ପରିଚାଳନା ସମୀକ୍ଷା କଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ

ଭୁବନେଶ୍ୱର : ରାଜ୍ୟର ୩୦ ଗୋଟି ଜିଲ୍ଲାରେ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ଵାରା ପରିଚାଳିତ ଓଟିଇଟି ପରୀକ୍ଷାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଡକ୍ଟର ଏନ୍. ତିରୁମାଲା ନାୟକ କଟକର ବିଭିନ୍ନ ପରୀକ୍ଷା କେନ୍ଦ୍ର ବୁଲି ଦେଖିବା ସହ, ସେକେଣ୍ଡାରୀ ବୋର୍ଡ ହାଇସ୍କୁଲରେ ପରୀକ୍ଷା ଦେଉଥିବା ସାଧାରଣ ପରୀକ୍ଷାର୍ଥୀ, ଭିନ୍ନକ୍ଷମ ପରୀକ୍ଷାର୍ଥୀ ଓ ସେମାନଙ୍କ ସହାୟକଙ୍କ ସହ ସେମାନଙ୍କୁ ପରୀକ୍ଷା କେନ୍ଦ୍ର ଉପଲବ୍ଧ ସୁବିଧା ବିଷୟରେ ଆଲୋଚନା କରିଥିଲେ। ଏଥିସହିତ ମାଧ୍ୟମିକ…

ପଞ୍ଚସଖା ଶିକ୍ଷା ସେତୁ ପାଇଁ ୨୩ ଜିଲ୍ଲାରେ ୭.୨୯ କୋଟି ଟଙ୍କାରେ ୬୦୯ଟି ପ୍ରକଳ୍ପ ମଞ୍ଜୁର

ଭୁବନେଶ୍ୱର:  ପଞ୍ଚସଖା ଶିକ୍ଷା ସେତୁ ସଂଗଠନର ଚତୁର୍ଥ କାର୍ଯ୍ୟନିର୍ବାହୀ ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ରାଜ୍ୟର ୨୩ଟି ଜିଲ୍ଲାର ବିଭିନ୍ନ ସ୍କୁଲରେ ଭିତ୍ତିଭୂମିର ବିକାଶ ପାଇଁ ୭.୨୯ କୋଟି ଟଙ୍କା ବିଭିନ୍ନ ପ୍ରକଳ୍ପ ନିମନ୍ତେ ମଞ୍ଜୁର ଦିଆଯାଇଛି। ପ୍ରାୟ ସାଢେ ୪ ହଜାରରୁ ଅଧିକ ପୁରାତନ ଛାତ୍ରଛାତ୍ରୀ, ବୁଦ୍ଧୀଜୀବୀ ଓ ଅନୁଷ୍ଠାନ ବିଦ୍ୟାଳୟର ଉନ୍ନତି ନିମନ୍ତେ ଏହି ଅର୍ଥ ଅବଦାନ ଦେଇଛନ୍ତି। ପରିଷଦର ଅଧ୍ୟକ୍ଷ ତଥା ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଶାସନ ସଚିବ ଡ….

ଭିନ୍ନକ୍ଷମମାନଙ୍କ ସଫଳତାର କାହାଣୀକୁ ନେଇ ଜାତୀୟ କ୍ଷୁଦ୍ର ଚଳଚ୍ଚିତ୍ର ମହୋତ୍ସବ  ‘ସାମର୍ଥ୍ୟ–୨୦୨୬’

ଭୁବନେଶ୍ୱର: ଭିନ୍ନକ୍ଷମ ବ୍ୟକ୍ତିମାନଙ୍କ ପ୍ରେରଣାଦାୟକ ସଫଳତାର କାହାଣୀକୁ ଜାତୀୟ ସ୍ତରରେ ପହଞ୍ଚାଇବା ଉଦ୍ଦେଶ୍ୟରେ ଓଡ଼ିଶା ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ (SSEPD) ପକ୍ଷରୁ “ସାମର୍ଥ୍ୟ–୨୦୨୬” – ଜାତୀୟ ସ୍ତରୀୟ କ୍ଷୁଦ୍ର ଚଳଚ୍ଚିତ୍ର ଉତ୍ସବ ଆୟୋଜନ କରାଯାଉଛି। ପ୍ରତ୍ୟେକ କ୍ଷୁଦ୍ର ଚଳଚ୍ଚିତ୍ରର ଅବଧି ସର୍ବାଧିକ ୫ ମିନିଟ ମଧ୍ୟରେ ରହିବ। ଚଳିତ ବର୍ଷ ଉତ୍ସବର ବିଷୟ ରହିଛି—“ଭିନ୍ନକ୍ଷମ ବ୍ୟକ୍ତିମାନଙ୍କ ସଫଳତାର କାହାଣୀ”। ଏ ସଂକ୍ରାନ୍ତରେ ରାଜ୍ୟସରକାରଙ୍କ ପକ୍ଷରୁ ସମସ୍ତ ସହଯୋଗ ଯୋଗାଇ ଦିଆଯିବା ନେଇ…