ଛୋଟ ପିଲାଙ୍କୁ ନିଜେ ପୋଲିଓ ଖୁଆଇ ଅଭିଯାନ ଆରମ୍ଭ କଲେ ମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାର ୧୭ଟି ଜିଲ୍ଲାରେ ନଭେମ୍ବର ୨୨ରୁ ୨୪ ତାରିଖ ପର୍ଯ୍ୟନ୍ତ ସବ୍-ନ୍ୟାସନାଲ୍ ଇମ୍ୟୁନାଇଜେସନ୍ ଡେ (SNID) ଅନ୍ତର୍ଗତ ଦ୍ୱିତୀୟ ପର୍ଯ୍ୟାୟ ସଙ୍ଘନ ପୋଲିଓ ପ୍ରତିଷେଧକ ଟିକାକରଣ ଅଭିଯାନ (IPPI) ଆରମ୍ଭ ହୋଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ ଭୁବନେଶ୍ୱରସ୍ଥିତ ଆଇଆରସି ଭିଲେଜ୍‌ର ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର (UPHC) ଠାରେ ଛୋଟ ପିଲାଙ୍କୁ ନିଜେ ପୋଲିଓ ଖୁଆଇ ଅଭିଯାନର ଶୁଭାରମ୍ଭ କରିଛନ୍ତି। ଅନୁଗୋଳ, ବାଲେଶ୍ୱର, ଭଦ୍ରକ, ବୌଦ୍ଧ, କଟକ, ଗଜପତି, ଗଞ୍ଜାମ,…

ମିଶନ ଶକ୍ତି କମିଶନର-ତଥା-ଶାସନ ସଚିବଙ୍କ ରାୟଗଡ଼ ବ୍ଲକ ଗସ୍ତ

ଗଜପତି |  ଭୁବନେଶ୍ଵର: ମିଶନ ଶକ୍ତି ବିଭାଗର କମିଶନର-ତଥା-ଶାସନ ସଚିବ ମାନସୀ ନିମ୍ଭାଲ ରାୟଗଡ଼ ବ୍ଲକ ଗସ୍ତ କରି ବିଭିନ୍ନ ‘ମା’ ଗୃହ’ଏବଂ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ କରିଛନ୍ତି। ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ଓ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିବା ସହ ସେଠାରେ ଆଶ୍ରୟ ନେଇଥିବା ଲୋକଙ୍କ ସ୍ଥିତି ଅନୁଧ୍ୟାନ କରିଛନ୍ତି। ଏହି ପରିଦର୍ଶନ ଅବସରରେ ଶ୍ରୀମତୀ ନିମ୍ଭାଲ ଆଶ୍ରୟସ୍ଥଳୀ ଓ ମା’ଗୃହକୁ ସ୍ଥାନାନ୍ତରିତ ହୋଇଥିବା ଗର୍ଭବତୀ ମହିଳା ଏବଂ ଅନ୍ୟାନ୍ୟ ଲୋକଙ୍କ ସହ ପ୍ରତ୍ୟକ୍ଷ ଭାବେ…

ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ: ୩ ଜଣ ଡାକ୍ତର ନିଲମ୍ବିତ

ଭୁବନେଶ୍ୱର: ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ସ୍ୱରୂପ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ୩ ଜଣ ଡାକ୍ତରଙ୍କୁ ନିଲମ୍ବିତ କରାଯାଇଛି। ନିଲମ୍ବିତ ହୋଇଥିବା ଡାକ୍ତର ମାନେ ହେଲେ ଡା. ପ୍ରଭାକର ବେହେରା, ମେଡିକାଲ ଅଫିସର, ସିଏଚ୍‌ସି ଗମ୍ଭାରୀମୁଣ୍ଡା, ଖୋର୍ଦ୍ଧା ଜିଲ୍ଲା, ଡା. ତମନ୍ନା ପ୍ରିୟଦର୍ଶିନୀ, ମେଡିକାଲ ଅଫିସର, ପିଏଚ୍‌ସି ଗାଜଲବାଡ଼ି, ଗଞ୍ଜାମ ଜିଲ୍ଲା ଏବଂ ଡା. ସୁପ୍ରକାଶ ଦାସ, ମେଡିକାଲ ଅଫିସର, ଏସ୍‌ଡିଏଚ୍ ଆସିକା, ଗଞ୍ଜାମ ଜିଲ୍ଲା। ସମ୍ପୃକ୍ତ ଡାକ୍ତରମାନଙ୍କ ବିରୋଧରେ ଶୃଙ୍ଖଳାଗତ ତଦନ୍ତ…

ବାତ୍ୟା ‘ଅକଭାନ’ (AKVAN) ପାଇଁ ପ୍ରସ୍ତୁତି: ୮ଟି ଜିଲ୍ଲାରେ ୮୭ଟି ସମ୍ବେଦନଶୀଳ ବ୍ଲକ୍ ଏବଂ ୧,୯୦୨ଟି ସମ୍ବେଦନଶୀଳ ସ୍ଥାନ ଚିହ୍ନଟ

ଭୁବନେଶ୍ବର: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଦକ୍ଷିଣ ଏବଂ ପାର୍ଶ୍ୱବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ଅକଭାନ’୧୭ ନଭେମ୍ବର ୨୦୨୬ ସକାଳ ୮:୩୦ ସୁଦ୍ଧା ଓଡ଼ିଶାର ଗୋପାଳପୁରଠାରୁ ପ୍ରାୟ ୭୯୦ କିଲୋମିଟର ଦକ୍ଷିଣରେ କେନ୍ଦ୍ରୀଭୂତ ରହି ଘଣ୍ଟାପ୍ରତି ୩ କିଲୋମିଟର ବେଗରେ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରୁଛି। ଏହା ୧୭ ନଭେମ୍ବର ସନ୍ଧ୍ୟା ସୁଦ୍ଧା ଏକ ‘ଭୀଷଣ ବାତ୍ୟା’ (Severe Cyclonic Storm) ଏବଂ ୧୯ ନଭେମ୍ବର ସକାଳ ସୁଦ୍ଧା ଅତି ଭୀଷଣ ବାତ୍ୟାରେ…

ଓଡ଼ିଶାକୁ ମିଳିଲା ଆଉ ୧ ଲକ୍ଷ ଆବାସ, ମୋଟ ଆବାସ ସଂଖ୍ୟା ୫ ଲକ୍ଷକୁ ବୃଦ୍ଧି

ବଲାଙ୍ଗୀର: ଯେତେବେଳେ ଗ୍ରାମାଞ୍ଚଳର ପ୍ରତ୍ୟେକ ପରିବାର ଏକ ସୁରକ୍ଷିତ ପକ୍କା ଘର ତଳେ ନିଶ୍ଚିନ୍ତରେ ରହି ପାରିବେ, ସେତେବେଳେ ଆମ ରାଜ୍ୟ ଦ୍ରୁତ ଗତିରେ ଆଗକୁ ବଢ଼ିଚାଲିବ। ଏକ ବିକଶିତ ଓଡ଼ିଶାର ଆରମ୍ଭ ଆମ ଗାଁରୁ ହୋଇଥାଏ ଏବଂ ସମସ୍ତଙ୍କ ମୁଣ୍ଡ ଉପରେ ଛାତ ଖଣ୍ଡେ ଯୋଗାଇଦେବା ଆମ ସରକାରଙ୍କର ସର୍ବୋଚ୍ଚ ପ୍ରାଥମିକତା ବୋଲି ମୁଖ୍ୟମନ୍ତ୍ରୀ ବଲାଙ୍ଗୀରଠାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା କାର୍ଯ୍ୟକ୍ରମରେ ଯୋଗଦେଇ କହିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପକ୍କା ଘର କେବଳ…

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଅନ୍ତଃମନ୍ତ୍ରାଳୟ କେନ୍ଦ୍ରୀୟ ଦଳ ସହିତ ବାତ୍ୟା ‘ଅର୍ଣ୍ଣବ’ କ୍ଷୟକ୍ଷତି ଆକଳନ  ବୈଠକ

ଭୁବନେଶ୍ୱର: ବାତ୍ୟା ‘ଅର୍ଣ୍ଣବ’ ଓ ପରବର୍ତ୍ତୀ ବନ୍ୟା ଯୋଗୁଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ହୋଇଥିବା କ୍ଷୟକ୍ଷତିର ଆକଳନ ନିମନ୍ତେ ଓଡ଼ିଶା ଗସ୍ତରେ ଆସିଥିବା ୮ ଜଣିଆ କେନ୍ଦ୍ରୀୟ ଆନ୍ତଃମନ୍ତ୍ରଣାଳୟସ୍ତରୀୟ ଟିମ୍ କ୍ଷେତ୍ର ପରିଦର୍ଶନ ପରେ ଲୋକ ସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ  ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ତରଫରୁ ଆୟୋଜିତ ଏକ ପ୍ରାରମ୍ଭିକ ଆକଳନ ବୈଠକରେ ଯୋଗଦେଇଥିଲେ। ମୁଖ୍ୟ ଶାସନ ସଚିବ,ଓଡିଶା  ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ  ଅନୁଷ୍ଠିତ ଏହି ବୈଠକରେ  କେନ୍ଦ୍ର ଗୃହ ମନ୍ତ୍ରଣାଳୟର ଯୁଗ୍ମ ଶାସନ ସଚିବ …

ବାତ୍ୟା ‘ମୁରାସ’ପାଇଁ ଯେଉଁ ଟିମ୍ ଯେଉଁଠି ମୁତୟନ ଅଛନ୍ତି, ସେଠାରେ ରହିବେ- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟରେ ବାତ୍ୟା ଅର୍ଣ୍ଣବ ଓ ତା’ପରବର୍ତ୍ତୀ ପରିସ୍ଥିତିରେ ରିଲିଫ, ପୁନନିର୍ମାଣ ଓ କ୍ଷୟକ୍ଷତି ଆକଳନ ସମ୍ପର୍କରେ ଏକ ଉଚ୍ଚ ସ୍ତରୀୟ ବୈଠକରେ ସମୀକ୍ଷା କରିବା ପରେ ପ୍ରଭାବିତ ଲୋକଙ୍କ ପାଇଁ ଏକ ସହାୟତା ପ୍ୟାକେଜ ଘୋଷଣା କରିଛନ୍ତି। ଏହି ବୈଠକରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୁଜାରୀ, ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ…

ଜି. ଉଦୟଗିରି ଭୂସ୍ଖଳନ ସ୍ଥଳରେ ନୌସେନାର ସିସ୍‌ମିକ୍ ଲାଇଫ୍ ଡିଟେକ୍ସନ୍ ୟୁନିଟ୍ ମାଟି ତଳେ ନିଖୋଜଙ୍କୁ ଖୋଜିବ

ଭୁବନେଶ୍ୱର: ରାଜ୍ୟରେ ସମ୍ପ୍ରତି ବାତ୍ୟା ‘ଅର୍ଣ୍ଣବ’ ପରେ  ଘଟିଥିବା ଭୂସ୍ଖଳନ ଜନିତ ସ୍ଥିତି, ବାତ୍ୟା ଦ୍ୱାରା ହୋଇଥିବା କ୍ଷୟକ୍ଷତିର ଆକଳନ ଏବଂ ଆଗାମୀ ସମ୍ଭାବ୍ୟ ବାତ୍ୟାର ମୁକାବିଲାର ପୂର୍ବ ପ୍ରସ୍ତୁତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ଠାରେ ଏକ ସମୀକ୍ଷା ବୈଠକ କରିଛନ୍ତି। ଏହି ବୈଠକରେ ଭୂସ୍ଖଳନ ଦ୍ୱାରା ପ୍ରଭାବିତ ହୋଇଥିବା ଅଞ୍ଚଳରେ ଉଦ୍ଧାର କାର୍ଯ୍ୟକୁ ଅଧିକ ତ୍ୱରାନ୍ୱିତ କରିବା ସହ ନିଖୋଜ ବ୍ୟକ୍ତିଙ୍କ ସନ୍ଧାନ ଓ ଜୀବନ ରକ୍ଷାକୁ…

୧୫୮ତମ ଟିଏସି ବୈଠକ: ବନ୍ୟା ନିୟନ୍ତ୍ରଣ ୩୮ଟି ପ୍ରସ୍ତାବ ଉପରେ ଆଲୋଚନା

ଭୁବନେଶ୍ୱର: ବନ୍ୟା ନିୟନ୍ତ୍ରଣ ବ୍ୟବସ୍ଥାକୁ ସୁଦୃଢ଼ କରିବା ସହ ଜଳସେଚନ ଭିତ୍ତିଭୂମିର ବିକାଶ ଓ ପ୍ରକଳ୍ପ କାର୍ଯ୍ୟାନ୍ୱୟନକୁ ତ୍ୱରାନ୍ୱିତ କରିବା ଦିଗରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ଏହି କ୍ରମରେ ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଇଂ. ଦିଲ୍ଲୀପ କୁମାର ରାଉତଙ୍କ ଅଧ୍ୟକ୍ଷତାରେ ରାଜ୍ୟ ବନ୍ୟା ନିୟନ୍ତ୍ରଣ ବୋର୍ଡର ୧୫୮ତମ ବୈଷୟିକ ପରାମର୍ଶଦାତା କମିଟି (ଟିଏସି) ବୈଠକ ହାଇବ୍ରିଡ୍ ମୋଡ୍‌ରେ ଅନୁଷ୍ଠିତ ହୋଇଥିଲା। ବନ୍ୟା ନିୟନ୍ତ୍ରଣ ସମ୍ପର୍କିତ ପ୍ରକଳ୍ପଗୁଡ଼ିକର ତ୍ୱରିତ ସମୀକ୍ଷା…

ଜନସାଧାରଣଙ୍କ ଜୀବନ ଓ ସମ୍ପତ୍ତିର ସୁରକ୍ଷା, ଆଶ୍ରିତଙ୍କୁ ଆବଶ୍ୟକୀୟ ସହାୟତା ପ୍ରଦାନ ଉପରେ ବିଶେଷ ଗୁରୁତ୍ୱ

ରାୟଗଡା | ଭୁବନେଶ୍ୱର: ବାତ୍ୟା ‘ଅର୍ଣ୍ଣବ’ଏବଂ ଏହାର ପ୍ରଭାବରେ ସୃଷ୍ଟି ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଓଡ଼ିଶାର ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ରାୟଗଡ ଜିଲ୍ଲାର ପଦ୍ମପୁର ବ୍ଲକ ଗସ୍ତ କରି ବାତ୍ୟା ମୁକାବିଲା ପ୍ରସ୍ତୁତି ଓ ରିଲିଫ୍ ବ୍ୟବସ୍ଥାର ସମୀକ୍ଷା କରିଛନ୍ତି। ଗସ୍ତ ଅବସରରେ ଉପ-ମୁଖ୍ୟମନ୍ତ୍ରୀ ଜୟପଙ୍ଗା ପ୍ରାଥମିକ ବିଦ୍ୟାଳୟରେ ସ୍ଥାପିତ ଅସ୍ଥାୟୀ ବାତ୍ୟା ଆଶ୍ରୟସ୍ଥଳ ପରିଦର୍ଶନ କରିଥିଲେ। ଏଠାରେ ମୁଟୁକୁଣି ଗ୍ରାମରୁ ସ୍ଥାନାନ୍ତରିତ ହୋଇ ଆଶ୍ରୟ ନେଇଥିବା ଲୋକଙ୍କ ସହ ଆଲୋଚନା କରି ସେମାନଙ୍କ…