ରାଜ୍ୟରେ ଯୋଗାଣ ଶୃଙ୍ଖଳକୁ ସ୍ଥିର ରଖିବା ସହ ଜନସାଧାରଣଙ୍କ ସ୍ୱାର୍ଥକୁ ଅଗ୍ରାଧିକାର ଦେବା ପାଇଁ ପରାମର୍ଶ
ଭୁବନେଶ୍ୱର: ରାଜ୍ୟରେ ପ୍ରାକୃତିକ ତୈଳ ଜନସାଧାରଣ ମାନଙ୍କ ପାଇଁ ଉପଲବ୍ଧ କରିବା ପାଇଁ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଗୁରୁତ୍ୱାରୋପ କରିଛି। ଏହି ଉଦ୍ଦେଶ୍ୟରେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ଅଧ୍ୟକ୍ଷତାରେ ତୈଳ କମ୍ପାନୀର ପ୍ରତିନିଧିମାନଙ୍କ ସହ ଏକ ବୈଠକ ସଚିବାଳୟସ୍ଥିତ ମନ୍ତ୍ରୀଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟରେ ଯୋଗାଣ ଶୃଙ୍ଖଳକୁ ସ୍ଥିର ରଖିବା ସହ ଜନସାଧାରଣଙ୍କ ସ୍ୱାର୍ଥକୁ ଅଗ୍ରାଧିକାର ଦେବା ପାଇଁ ସେ ପରାମର୍ଶ ଦେଇଛନ୍ତି। ବର୍ତ୍ତମାନ…


