ବନାଞ୍ଚଳରେ ଦକ୍ଷତା ବିକାଶ ତାଲିମ୍

ଭୁବନେଶ୍ୱର: ଓଡ଼ିଶାର ଦୁର୍ଗମ ତଥା ବନାଞ୍ଜଳରେ ବସବାସ କରୁଥିବା ପରିବାରର ବେରୋଜଗାର ଯୁବବର୍ଗଙ୍କୁ ଆତ୍ମନିର୍ଭରଶୀଳ ତଥା ରୋଜଗାରକ୍ଷମ କରିବା ପାଇଁ ସରକାରଙ୍କ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ଏବଂ ବନ ବିଭାଗ (କେନ୍ଦୁପତ୍ର)ର ମିଳିତ ପ୍ରୟାସରେ ଚାଲୁଥିବା ଦକ୍ଷତା ବିକାଶ ତାଲିମ୍ କାର୍ଯ୍ୟକ୍ରମର ପ୍ରଥମ ପର୍ଯ୍ୟାୟ ସଫଳତା ଦେଖିବାକୁ ମିଳିଛି ବଲାଙ୍ଗିର ଜିଲ୍ଲାରେ। ବଲାଙ୍ଗିର ଜିଲ୍ଲାର ବନ୍ଧପଡ଼ା ବନଖଣ୍ଡର ୨୮ ଜଣ ଯୁବକ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇ ସଫଳତାର ସହ ପ୍ରଶିକ୍ଷଣ ଶେଷ…

‘ଆମେ ଜାଣିବା, ଆମ ବଜେଟ’କାର୍ଯ୍ୟକ୍ରମ ଲୋକାଭିମୁଖୀ ଓ ପାରଦର୍ଶୀ ଶାସନର ନୂତନ ପରିଚୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ବଜେଟ କେବଳ ଆୟ-ବ୍ୟୟର ତାଲିକା ନୁହେଁ, ବରଂ ଏହା ଓଡ଼ିଶାର ସମଗ୍ର ଉନ୍ନତି ସହ ପ୍ରତ୍ୟେକ ନାଗରିକଙ୍କ ସ୍ୱପ୍ନ ପୂରଣର ଏକ ସୁଦୃଢ଼ ରୋଡମ୍ୟାପ୍ ବୋଲି ରାଜ୍ୟ ସ୍ତରୀୟ ବଜେଟ ସଚେତନତା କର୍ମଶାଳା ‘ଆମେ ଜାଣିବା, ଆମ ବଜେଟ’ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ  କହିଛନ୍ତି। ଲୋକସେବା ଭବନ କନଭେନ୍‌ସନ୍ ସେଣ୍ଟରରେ ଆୟୋଜିତ ଏହି କର୍ମଶାଳାରେ ସେ କହିଥିଲେ ଯେ, ଦେଶର ଭିଜନ୍ ସହିତ ତାଳ ମିଳାଇ ଆମ ସରକାର ୨୦୪୭ ସୁଦ୍ଧା ମୁଣ୍ଡପିଛା…

ରାଜ୍ୟର ପ୍ରାକୃତିକ ସମ୍ପଦକୁ ଏକ ସୁଦୃଢ଼ ଉଦ୍ୟୋଗ-ଭିତ୍ତିକ ପରିବେଶରେ ପରିଣତ କରିବା ଉପରେ ଗୁରୁତ୍ୱ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ହୋଟେଲ ଲାଇଫ୍ ଠାରେ ‘ବ୍ୟାମ୍ବୁ ଫରୱାର୍ଡ ସମିଟ୍ — ଫ୍ରମ୍ ଗ୍ରାଉଣ୍ଡ ଟୁ ଗ୍ରୋଥ୍’ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ଏହି ସମ୍ମିଳନୀରେ ଚାଷୀ, କାରିଗର, ଉଦ୍ୟୋଗୀ, ଶିଳ୍ପ ପ୍ରତିନିଧି ଏବଂ ନୀତି ନିର୍ଦ୍ଧାରକମାନେ ଏକତ୍ରିତ ହୋଇଥିଲେ। ଓଡ଼ିଶାରେ ବାଉଁଶ କ୍ଷେତ୍ରକୁ ଅଧିକ ସୁଦୃଢ଼ କରିବା ଏବଂ ରାଜ୍ୟର ପ୍ରାକୃତିକ ସମ୍ପଦକୁ ଏକ ସୁଦୃଢ଼ ଉଦ୍ୟୋଗ-ଭିତ୍ତିକ ପରିବେଶରେ ପରିଣତ କରିବା ପାଇଁ ଏହି ସମ୍ମିଳନୀ ଏକ ଗୁରୁତ୍ୱପୂର୍ଣ୍ଣ ମଞ୍ଚ ସାଜିଥିଲା। ଏହି କାର୍ଯ୍ୟକ୍ରମର ଉଦ୍‌ଘାଟନୀ ଅଧିବେଶନରେ…

ମିଶନ ଶକ୍ତିର ବଡ଼ ପଦକ୍ଷେପ: ୨.୬୭ ଲକ୍ଷ SHGଙ୍କୁ ମିଳିଲା ୨୦୮.୩୫ କୋଟି ଟଙ୍କାର ସୁଧ ରିହାତି

ଭୁବନେଶ୍ୱର: ମହିଳା ସଶକ୍ତିକରଣ କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ଓଡ଼ିଶା ସରକାରଙ୍କ ପକ୍ଷରୁ ମଙ୍ଗଳବାର ଦିନ ଭୁବନେଶ୍ୱରସ୍ଥିତ ମିଶନ ଶକ୍ତି ଭବନଠାରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଏଠାରେ ଉପମୁଖ୍ୟମନ୍ତ୍ରୀ ତଥା ମିଶନ ଶକ୍ତିର ବିଭାଗୀୟ ମନ୍ତ୍ରୀ ପ୍ରଭାତୀ ପରିଡା ଲକ୍ଷ ଲକ୍ଷ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (SHG) କୁ ସୁଧ ରିହାତି ସମେତ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି, ଯାହାର ଲକ୍ଷ୍ୟ ହେଉଛି ସେମାନଙ୍କର ଅର୍ଥନୈତିକ କାର୍ଯ୍ୟକଳାପକୁ ସୁଦୃଢ଼ କରିବା ଏବଂ…

୨୦୨୬-୨୭ ଓଡ଼ିଶା ବଜେଟ୍‌ରେ ଗ୍ରାମୀଣ ବିକାଶକୁ ସର୍ବାଧିକ ଗୁରୁତ୍ୱ

ଭୁବନେଶ୍ୱର : ଓଡ଼ିଶାର ଗ୍ରାମାଞ୍ଚଳ ଭିତ୍ତିଭୂମିର ସୁଦୃଢ଼ୀକରଣ ଏବଂ ପଞ୍ଚାୟତିରାଜ ଅନୁଷ୍ଠାନଗୁଡ଼ିକର ସଶକ୍ତିକରଣ ପାଇଁ ଚଳିତ ବଜେଟ୍‌ରେ ରାଜ୍ୟ ସରକାର ଅଭୂତପୂର୍ବ ଗୁରୁତ୍ୱ ପ୍ରଦାନ କରିଛନ୍ତିI ବୁଧବାର ସନ୍ଧ୍ୟାରେ ଓଡ଼ିଶା ବିଧାନସଭାର ସମ୍ମିଳନୀ କକ୍ଷରେ ମାନନୀୟ ପଞ୍ଚାୟତିରାଜ ଓ ପାନୀୟ ଜଳ ଏବଂ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାଏକ ବିଭାଗୀୟ ବଜେଟ୍ ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି I ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପାଇଁ ମୋଟ ୩୪,୧୦୪.୦୬ କୋଟି ଏବଂ ଗ୍ରାମ୍ୟ…

ଓଡ଼ିଶା ରାଜ୍ୟ ମଧ୍ୟ ଦେଇ ନିର୍ମାଣ ହେବ ୫୨୨ କିଲୋମିଟର ହାଇସ୍ପିଡ୍‌ କରିଡ଼ର

ଭୁବନେଶ୍ୱର : ଖଡ଼ଗପୁର-ଟାଙ୍ଗୀ-ବିଶାଖାପାଟଣା-ବିଜୟୱାଡ଼ା ଏକ୍ସପ୍ରେସ୍‌ ୱ ତଥା ହାଇସ୍ପିଡ୍‌ କରିଡ଼ର ନିର୍ମାଣ ନେଇ ଏକ ଉଚ୍ଚସ୍ତରୀୟ ବୈଠକ ଲୋକସେବା ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ନିର୍ମାଣ ବିଭାଗ ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଓଡ଼ିଶା ରାଜ୍ୟ ମଧ୍ୟ ଦେଇ ନିର୍ମାଣ ହେବାକୁ ଥିବା ୬ ଲେନ୍‌ବିଶିଷ୍ଟ ଏହି ନୂତନ ଗ୍ରିନ୍‌ଫିଲଡ ହାଇସ୍ପିଡ୍‌ କରିଡ଼ର ନିର୍ମାଣ ନେଇ ପ୍ରସ୍ତାବିତ ନକ୍ସା, ଜିଲ୍ଲା, ଅର୍ଥନୈତିକ ଅଞ୍ଚଳ ଏବଂ ସହର ସଂଯୋଗୀକରଣ ଓ ଜମି…

ପୋର୍ଟ–ଲେଡ୍ ଅର୍ବାନାଇଜେସନ୍ ମାଧ୍ୟମରେ ଉପକୂଳ ଆଧାରିତ ଅର୍ଥନୀତିକୁ ନୂତନ ଦିଗ

ଭୁବନେଶ୍ୱର : ଓଡ଼ିଶା ସରକାରଙ୍କ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡକୋ ଅଧ୍ୟକ୍ଷା ଉଷା ପାଢୀ ଭୁବନେଶ୍ୱରରେ ଆୟୋଜିତ ଗ୍ଲୋବାଲ୍ ବ୍ଲୁ ଇକୋନୋମି ସମିଟ୍–୨୦୨୬ ଅବସରରେ ଓଡ଼ିଶାର ନୀଳ ଅର୍ଥନୀତିର ଗତିବିକାଶ ପାଇଁ ଏକ ଦୂରଦୃଷ୍ଟିମୟ ରୋଡମ୍ୟାପ୍ ଉନ୍ମୋଚନ କରିଛନ୍ତି। ଏହା ମାଧ୍ୟମରେ ସ୍ଥାୟୀ ସାମୁଦ୍ରିକ ଅଭିବୃଦ୍ଧି, ନବସୃଜନ ଓ ଉପକୂଳବର୍ତ୍ତୀ ଅଞ୍ଚଳର ସମୃଦ୍ଧିକୁ ନୂତନ ଗତି ଦେବା ଲକ୍ଷ୍ୟ ରହିଛି। ରାଜ୍ୟର ୪୮୦ କିଲୋମିଟରରୁ ଅଧିକ…

ପ୍ରଥମ ସୁଭଦ୍ରା ଶକ୍ତି ନେତୃତ୍ୱ ସମ୍ମିଳନୀ’ମାଧ୍ୟମରେ ୬୭୬ ମହିଳା ନେତ୍ରୀ ସଶକ୍ତ

ଭୁବନେଶ୍ୱର: ମିଶନ ଶକ୍ତି ବିଭାଗ ପକ୍ଷରୁ ପ୍ରଥମ ଥର ପାଇଁ ଆୟୋଜିତ କୋଣାର୍କ ଠାରେ ଛ ଦିନିଆ ‘ସୁଭଦ୍ରା ଶକ୍ତି ନେତୃତ୍ୱ ସମ୍ମିଳନୀ’ ସଫଳତାର ସହିତ ଉଦଯାପିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମୁଖ୍ୟ ଅତିଥି ଭାବେ ଯୋଗଦେଇ ମହିଳାମାନଙ୍କୁ ସମ୍ବୋଧିତ କରିବା ସହ ବିକଶିତ ଓଡ଼ିଶା ଗଠନରେ ସେମାନଙ୍କ ଭୂମିକାକୁ ପ୍ରଶଂସା କରିଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମିଶନ ଶକ୍ତି କେବଳ ଏକ ସରକାରୀ କାର୍ଯ୍ୟକ୍ରମ ହୋଇ ରହିନାହିଁ, ବରଂ ଏହା ଓଡ଼ିଶାରେ…

ଓଡ଼ିଶାର ମହିଳା ଶ୍ରମିକ ବଳ ଅଂଶଗ୍ରହଣ ହାର (FLFPR) ୪୮.୭ ପ୍ରତିଶତ

ଭୁବନେଶ୍ୱର : ଓଡ଼ିଶା ସରକାରଙ୍କ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ଏବଂ ନୂଆଦିଲ୍ଲୀର ଉଦୟୀତି ଫାଉଣ୍ଡେସନର ମିଳିତ ଆନୁକୂଲ୍ୟରେ ଆଜି ଭୁବନେଶ୍ୱରରେ ଅବସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ରରେ “ଓଡ଼ିଶାରେ ଔପଚାରିକ ନିଯୁକ୍ତିରେ ମହିଳାଙ୍କ ଅଂଶଗ୍ରହଣ ସୁଯୋଗ”ଶୀର୍ଷକ ଏକ ପରାମର୍ଶ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ନୀତି ନିର୍ମାତା, ଶିଳ୍ପ ନେତା, ପ୍ରଶିକ୍ଷଣ ପ୍ରତିଷ୍ଠାନ ଏବଂ ବିଶେଷଜ୍ଞମାନେ ଯୋଗଦେଇ ନିୟମିତ ଏବଂ ଦ୍ରୁତ ବୃଦ୍ଧି ପାଉଥିବା କ୍ଷେତ୍ରରେ ମହିଳାଙ୍କ ଉପସ୍ଥିତି ବଢ଼ାଇବା ପାଇଁ ରଣନୀତି ଉପରେ…

ସଶକ୍ତ ଷ୍ଟାର୍ଟ ଅପ୍, ସମୃଦ୍ଧ ଓଡ଼ିଶା : ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ

ଭୁବନେଶ୍ୱର: ଷ୍ଟାର୍ଟ ଅପ୍ ଉଦ୍ୟୋଗୀଙ୍କ ସ୍ଵପ୍ନ ଓ ସଂକଳ୍ପକୁ ସାକାର କରିବା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ। ଆମ ଷ୍ଟାର୍ଟ ଅପ୍ ଅଧିକ ସଶକ୍ତ ହେଲେ ରାଜ୍ୟ ସମୃଦ୍ଧି ଦିଗରେ ଆଗେଇ ପାରିବ। ତେଣୁ ଷ୍ଟାର୍ଟ ଅପ୍ ଆରମ୍ଭ କରିବା ପାଇଁ ଯୁବ ପିଢି ଆଗେଇ ଆସିବା ଦରକାର ବୋଲି କହିଛନ୍ତି ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ। ସ୍ଥାନୀୟ ଓ-ହବ୍ ଠାରେ ଆୟୋଜିତ ଷ୍ଟାର୍ଟ ଅପ୍ ସମ୍ମିଳନୀରେ ଯୋଗ ଦେଇ ଯୁବ…