ସୁନାବେଡା ହାଲ୍‌ରେ ନିର୍ମିତ ୨୦୦୦ତମ ଇଞ୍ଜିନ ପ୍ରତୀକାତ୍ମକ ଭାବେ ଭାରତୀୟ ବାୟୁସେନାକୁ ହସ୍ତାନ୍ତରିତ

ଭୁବନେଶ୍ବର: ରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କୋରାପୁଟ ଜିଲ୍ଲାର ସୁନାବେଡା ଠାରେ ହାଲ୍ (HAL) ମାନୁଫାକ୍ଚରିଙ୍ଗ୍ ୟୁନିଟରେ ଶକ୍ତି ଇଞ୍ଜିନର ଦ୍ୱିତୀୟ ମାନୁଫାକ୍ଚରିଙ୍ଗ୍ ଲାଇନ୍ ଉଦ୍‌ଘାଟନ କରିଛନ୍ତି। ଏହା ସହିତ ସୁନାବେଡା ହାଲ୍‌ରେ ନିର୍ମିତ ୨୦୦୦ତମ ଇଞ୍ଜିନକୁ ପ୍ରତୀକାତ୍ମକ ଭାବେ ଭାରତୀୟ ବାୟୁସେନାକୁ ହସ୍ତାନ୍ତର କରିଥିଲେ। ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ନିଜର ଅଭିଭାଷଣ ରଖି ରକ୍ଷାମନ୍ତ୍ରୀ ଶ୍ରୀ ସିଂହ କହିଛନ୍ତି ଯେ, ସେ ନିଜକୁ ଏଠାରେ ଅତିଥି ଭାବେ…

୭ମ ଓଡ଼ିଶା ଟ୍ରାଭେଲ ବଜାର: ୯,୦୦୦ରୁ ଅଧିକ ସଂରଚିତ B2B ଏବଂ B2G ବୈଠକ ଅନୁଷ୍ଠିତ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ମେ’ଫେୟାର ସାଙ୍କଚୁଆରୀଠାରେ ଆୟୋଜିତ ତ୍ରିଦିବସୀୟ ‘୭ମ ଓଡ଼ିଶା ଟ୍ରାଭେଲ ବଜାର (OTB) ୨୦୨୬’ ସଫଳତାର ସହ ଉଦ୍‌ଯାପିତ ହୋଇଯାଇଛି। ଓଡ଼ିଶା ସରକାରଙ୍କ ପର୍ଯ୍ୟଟନ ବିଭାଗ ଏବଂ ଫେଡେରେସନ ଅଫ୍ ଇଣ୍ଡିଆନ୍ ଚାମ୍ବର୍ସ ଅଫ୍ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି (FICCI) ର ମିଳିତ ଆନୁକୂଲ୍ୟରେ ଆୟୋଜିତ ଏହି ମେଗା ସମ୍ମିଳନୀ ରାଜ୍ୟର ପର୍ଯ୍ୟଟନ ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ସହ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ନୂତନ ବ୍ୟବସାୟିକ ସମ୍ଭାବନା ସୃଷ୍ଟି କରିଛି। ଏହି ବିଶାଳ…

କୃଷି ଶିକ୍ଷାକୁ କ୍ଷେତ୍ରସ୍ତରୀୟ ସମ୍ପ୍ରସାରଣ ସେବା ସହ ଯୋଡ଼ିବା ଲକ୍ଷ୍ୟରେ ‘କୃଷି ଉନ୍ନତ ସହଯୋଗୀ’ର ଶୁଭାରମ୍ଭ

ଭୁବନେଶ୍ୱର: କୃଷି ଶିକ୍ଷାକୁ କ୍ଷେତ୍ରସ୍ତରୀୟ ସମ୍ପ୍ରସାରଣ ସେବା ସହ ଯୋଡ଼ିବା ଲକ୍ଷ୍ୟରେ ଓଡ଼ିଶା ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଏକ ଅନନ୍ୟ ଇଣ୍ଟର୍ନସିପ୍ କାର୍ଯ୍ୟକ୍ରମ ‘କୃଷି ଉନ୍ନତ ସହଯୋଗୀ’ର ଶୁଭାରମ୍ଭ ହୋଇଛି। ଓୟୁଏଟି (OUAT) ର କୃଷି ଶିକ୍ଷା ସଦନ ସମ୍ମିଳନୀ କକ୍ଷରେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି, କୃଷକ ସଶକ୍ତିକରଣ ଓ ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏହି କାର୍ଯ୍ୟକ୍ରମର ଆନୁଷ୍ଠାନିକ ଉଦ୍‌ଘାଟନ କରିଛନ୍ତି। ୨୦୨୩…

‘ଶିକ୍ଷକ ନିଯୁକ୍ତିରେ ମେଧାକୁ ପ୍ରାଥମିକତା ଦିଆଯିବା ଉଚିତ’

ଭୁବନେଶ୍ୱର: ରାଜ୍ୟର ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ଖାଲି ଥିବା ଶିକ୍ଷକ ପଦବୀ ପାଇଁ ନିଯୁକ୍ତି ପ୍ରକ୍ରିୟା ନଭେମ୍ବର ମାସର ପ୍ରଥମ ସପ୍ତାହ ସୁଦ୍ଧା ଆରମ୍ଭ କରି ମାସ ଶେଷ ସୁଦ୍ଧା ସମ୍ପୂର୍ଣ୍ଣ କରିବାକୁ କୁଳାଧିପତି ତଥା ଓଡ଼ିଶାର ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ସମସ୍ତ ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟର କୁଳପତିମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଲୋକଭବନ ପରିସରସ୍ଥିତ ନ୍ୟୁ ଅଭିଷେକ ହଲ୍‌ର ସମ୍ମିଳନୀ କକ୍ଷରେ ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ଚାଲିଥିବା ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ସମ୍ପର୍କିତ ଏକ ବୈଠକରେ…

ଅକ୍ଟୋବର ୩ ରୁ ୫ ତାରିଖ ଯାଏଁ ଭୁବନେଶ୍ୱରରେ ଅନୁଷ୍ଠିତ ହେବ ସପ୍ତମ ଓଡ଼ିଶା ଟ୍ରାଭେଲ ବଜାର ୨୦୨୬

ଭୁବନେଶ୍ଵର:  ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗୁରୁବାର ଦିନ ଆନୁଷ୍ଠାନିକ ଭାବେ ଓଡ଼ିଶା ଟ୍ରାଭେଲ ବଜାର (ଓଟିବି) ୨୦୨୬ ର ସପ୍ତମ ସଂସ୍କରଣ ବିଷୟରେ ଘୋଷଣା କରିଛନ୍ତି, ଯାହା ଅକ୍ଟୋବର ୩ରୁ ୫ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ଵରର ମେଫେୟାରରେ ଅନୁଷ୍ଠିତ ହେବ। ମେଫେୟାର ଲାଗୁନଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଏହି ଘୋଷଣା କରାଯାଇଛି। ଓଡ଼ିଶା ସରକାରଙ୍କ ପର୍ଯ୍ୟଟନ ବିଭାଗ ଏବଂ ଫେଡେରେସନ ଅଫ ଇଣ୍ଡିଆନ ଚାମ୍ବର୍ସ ଅଫ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି (ଫିକି)ର ମିଳିତ ସହ‌ଯୋଗରେ ଆୟୋଜିତ…

ମୟୂରଭଞ୍ଜର ବାଉଁଶ ଚାଷୀ ଓ ଓବିଡିଏର ପ୍ରୟାସକୁ ମିଳିଲା “ପ୍ରମାଣ”ସାର୍ଟିଫିକେଟ୍‌

ଭୁବନେଶ୍ୱର: ଓଡ଼ିଶାର ବାଉଁଶ କ୍ଷେତ୍ର ପାଇଁ ଏକ ଗର୍ବର ମୁହୂର୍ତ୍ତ ଭାବେ ଭାରତୀୟ ବନ ଓ କାଠ ପ୍ରମାଣୀକରଣ ଯୋଜନା ଅଧୀନରେ “ପ୍ରମାଣ” ସାର୍ଟିଫିକେଟ୍‌ କେନ୍ଦ୍ର ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଭୂପେନ୍ଦ୍ର ଯାଦବଙ୍କ ଦ୍ୱାରା ପ୍ରଦାନ କରାଯାଇଛି। ଏହି ସାର୍ଟିଫିକେଟ୍‌ ପ୍ରଦାନ ସମୟରେ ଭାରତ ସରକାରଙ୍କ ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟର ସଚିବ ତନ୍ମୟ କୁମାର, ବନ ମହାନିର୍ଦ୍ଦେଶକ ଶ୍ରୀ ସୁଶିଲ କୁମାର ଅବସ୍ଥି ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀମାନେ…

ମଧ୍ୟରେ ନିରନ୍ତର ଶିକ୍ଷଣ ଏବଂ ବୃତ୍ତିଗତ ବିକାଶ ଉପରେ ଗୁରୁତ୍ୱ

ଭୁବନେଶ୍ୱର: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ଥିବା ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ଦ୍ୱାରା ଆୟୋଜିତ ଓଡ଼ିଆ ସ୍ନାତକୋତ୍ତର ଶିକ୍ଷକ ମାନଙ୍କ ପାଇଁ ପାଞ୍ଚଦିନିଆ ତାଲିମ କାର୍ଯ୍ୟକ୍ରମ ଭୁବନେଶ୍ୱରର ସିରିପୁରସ୍ଥିତ ‘ଇମେଜ୍’ (IMAGE) ଠାରେ ଉଦ୍‌ଯାପିତ ହୋଇଯାଇଛି। ରାଜ୍ୟସାରା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକରୁ ପ୍ରାୟ ୧୦୦ ଜଣ ଓଡ଼ିଆ ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀ ଏହି ତାଲିମ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ଶିକ୍ଷକମାନଙ୍କର ବିଷୟଗତ ଜ୍ଞାନ,…

ଡିଜିଟାଲ୍ ବିଦ୍ୟୁତ୍ ବିଲ୍ ପରିଚାଳନା ପାଇଁ ‘ଦୀପ୍ତି’ (DIPTI) ପୋର୍ଟାଲ୍ ଶୁଭାରମ୍ଭ କରିବାରେ ଓଡ଼ିଶାରେ ମହିଳା ଓ ଶିଶୁ ବିକାଶ ବିଭାଗ ପ୍ରଥମ

ଭୁବନେଶ୍ୱର: ରାଜ୍ୟରେ ଶିଶୁ, ମହିଳା ଓ କିଶୋରୀମାନଙ୍କ ପୋଷଣ ଏବଂ ସ୍ୱାସ୍ଥ୍ୟ ସଚେତନତାକୁ ବ୍ୟାପକ କରିବା ଲକ୍ଷ୍ୟରେ ମହିଳା ଓ ଶିଶୁ ବିକାଶ ବିଭାଗ ତରଫରୁ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଭାଗର ସମ୍ମିଳନୀ କକ୍ଷରୁ ‘ଅଙ୍ଗନ୍ କା ଉତ୍ସବ’ ଅଭିଯାନର ଆଭାସୀ ମାଧ୍ୟମରେ ଉଦ୍‌ଘାଟନ କରିଛନ୍ତି। ଏହି ସମାରୋହ ଅବସରରେ ମହିଳା ଓ ଶିଶୁ କଲ୍ୟାଣକୁ ଆହୁରି ସୁଦୃଢ଼ କରିବା ସହ ଆଗଧାଡ଼ିର କର୍ମୀଙ୍କ ଯୋଗଦାନକୁ ସ୍ୱୀକୃତି ଦେଇ, ଉପମୁଖ୍ୟମନ୍ତ୍ରୀ ଏକ…

୪୬ତମ ଏଚ୍.ଏଲ୍.ସି.ଏ. ରେ ଡାଟା ସେଣ୍ଟର, ଏଆଇ ଉପରେ ଗୁରୁତ୍ୱ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ HLCAର ୪୬ତମ ବୈଠକରେ ୧୫ଟି ଜିଲ୍ଲାରେ ସମୁଦାୟ ₹୨,୪୭,୧୧୫.୭୦ କୋଟି ପୁଞ୍ଜିନିବେଶ ସମ୍ବନ୍ଧୀୟ ୨୭ଟି ପ୍ରମୁଖ ପ୍ରକଳ୍ପକୁ ଅନୁମୋଦନ କରାଯିବା ସହିତ ଓଡ଼ିଶାର ପୁଞ୍ଜିନିବେଶ ପାଇପଲାଇନରେ ଏକ ବଡ଼ ସମ୍ପ୍ରସାରଣ ଘଟିଛି। ଏହି ପ୍ରକଳ୍ପଗୁଡ଼ିକରେ ୫୦,୧୬୨ଟି ନିଯୁକ୍ତି ସୃଷ୍ଟି ହେବାର ସମ୍ଭାବନା ରହିଛି। ରାଜ୍ୟର ବିଭିନ୍ନ ଶିଳ୍ପ କ୍ଷେତ୍ରକୁ ଏହି ନିବେଶ ଆସିଛି। ଏଥିରେ ଡାଟା ସେଣ୍ଟର ଏବଂ ଏଆଇ, ଶକ୍ତି ଓ ଇସ୍ପାତ,…

BKPPER ପାଇଁ ସମନ୍ୱିତ ସହରୀ ଯାତାୟାତ ଢାଞ୍ଚା ବିକାଶରେ ଓଡ଼ିଶା ସରକାରଙ୍କ ସହ ଏଡିବିର ସହଭାଗିତା

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଏସିଆନ୍‌ ଡେଭେଲପମେଣ୍ଟ ବ୍ୟାଙ୍କ ସହଯୋଗରେ “ଓଡ଼ିଶା ପାଇଁ ସ୍ଥାୟୀ ସହରୀ ଯାତାୟାତ ପରିବର୍ତ୍ତନ ଯୋଜନା ପ୍ରସ୍ତୁତି”ଶୀର୍ଷକ ଏକ  କର୍ମଶାଳା ଖାରବେଳ ଭବନଠାରେ ଅନୁଷ୍ଠିତ ହୋଇଛି। ଏହି ପଦକ୍ଷେପର ଉଦ୍ଦେଶ୍ୟ ଭୁବନେଶ୍ୱର–କଟକ–ପୁରୀ–ପାରାଦୀପ ଆର୍ଥିକ ଅଞ୍ଚଳ ପାଇଁ ଏକ ବ୍ୟାପକ ଓ ସ୍ଥାୟୀ ସହରୀ ଯାତାୟାତ ଢାଞ୍ଚା ପ୍ରସ୍ତୁତ କରିବା। ଏଥିରେ ଆଞ୍ଚଳିକ ଯାତାୟାତ ଯୋଜନା, ସାର୍ବଜନୀନ ବସ୍‌ ସେବାର ରୂପାନ୍ତରଣ ଏବଂ ସ୍ଥାୟୀ ସହରୀ ପରିବହନ…