ପର୍ଯ୍ୟଟନ ଅର୍ଥନୈତିକ ଅଭିବୃଦ୍ଧିର ଏକ ପ୍ରମୁଖ ବାହକ: ରାଜ୍ୟପାଳ

ଭୁବନେଶ୍ୱର : ଓଡିଶାକୁ ବିଶ୍ୱସ୍ତରରେ ଏକ ପ୍ରଶଂସିତ ପର୍ଯ୍ୟଟନ ସ୍ଥଳରେ  ପରିଣତ କରିବା ପାଇଁ ରାଜ୍ୟପାଳ ଡ଼. ହରିବାବୁ କମ୍ଭମ୍ ପାଟି ଆହ୍ୱାନ ଜଣାଇଛନ୍ତି। ଭୁବନେଶ୍ୱରଠାରେ ଓଡିଶା ପର୍ଯ୍ୟଟନ କନକ୍ଲେଭର ଷଷ୍ଠ ସଂସ୍କରଣର ଉଦଯାପନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ରାଜ୍ୟପାଳ ଏହି ଆହ୍ୱାନ ଜଣାଇବା ସହ ଏ ଦିଗରେ ପୂର୍ଣ୍ଣ ସହଯୋଗ ଏବଂ ମାର୍ଗଦର୍ଶନ ଯୋଗାଇ ଦିଆଯିବ ବୋଲି କହିଛନ୍ତି। ସମାରୋହରେ ଉଦବୋଧନ ଦେଇ ରାଜ୍ୟପାଳ କହିଥିଲେ ଯେ, ପର୍ଯ୍ୟଟନ ହେଉଛି ସବୁଠାରୁ…

ସୂଚନା ପ୍ରଯୁକ୍ତିବିଦ୍ୟାର ବିକାଶ ପାଇଁ ସି.ଆଇ.ଆଇ.-ଓଡ଼ିଶା ଆଇ.ଟି. ପ୍ୟାନେଲ୍‍ର ମିଳିତ ବୈଠକ

ଭୁବନେଶ୍ୱର: ରାଜ୍ୟରେ ସୂଚନା ପ୍ରଯୁକ୍ତିବିଦ୍ୟା ଶିଳ୍ପର ପ୍ରକୃଷ୍ଟ ବିକାଶ ପାଇଁ  ଦୃଢ଼ ଶିକ୍ଷାନୁଷ୍ଠାନ-ଶିଳ୍ପ ସହଯୋଗର ଆବଶ୍ୟକତା ଉପରେ ଗୁରୁତ୍ୱ ଆରୋପ କରାଯାଇଛି । ଶିଳ୍ପ ଆବଶ୍ୟକତା ସହିତ ଶୈକ୍ଷିକ ପାଠ୍ୟକ୍ରମକୁ ସମନ୍ୱିତ କରିବା, ଗବେଷଣା କାର୍ଯ୍ୟରେ ସହଭାଗିତାକୁ ପ୍ରୋତ୍ସାହିତ କରିବା ଏବଂ ଛାତ୍ରମାନଙ୍କ ମଧ୍ୟରେ ନବସୃଜନର ବିକାଶ ପାଇଁ ଉପଯୁକ୍ତ ମଞ୍ଚ ସୃଷ୍ଟି କରିବା ଜରୁରୀ ବୋଲି ବୁଧବାର ଭାରତୀୟ ଶିଳ୍ପ ମହାସଙ୍ଘ (ସି.ଆଇ.ଆଇ.)ର ସୂଚନା ଯୋଗାଯୋଗ ପ୍ରଯୁକ୍ତିବିଦ୍ୟା ସବ୍‍କମିଟି ଏବଂ ସି.ଆଇ.ଆଇ. ଓଡ଼ିଶା ରାଜ୍ୟ ଆଇ.ଟି….

ରିଲିଆନ୍ସ ନ୍ୟୁ ସୋଲାର ଏନର୍ଜି କମ୍ପାନିରେ ବିଶ୍ୱ ଦକ୍ଷତା କେନ୍ଦ୍ରର ୧୬୭ ଜଣ ଛାତ୍ରଛାତ୍ରୀଙ୍କୁ ନିଯୁକ୍ତି

ଭୁବନେଶ୍ୱର: ସାରା ଦେଶରେ ଏବେ ଅକ୍ଷୟ ଶକ୍ତି ବା ସୌର ଶକ୍ତି ବ୍ୟବହାରର ଚାହିଦା ବଢ଼ି ଚାଲିଛି। ଏହି କ୍ଷେତ୍ର ଲାଗି ଆବଶ୍ୟକ ଦକ୍ଷ ମାନବ ସମ୍ବଳ ସୃଷ୍ଟି ଦିଗରେ ବିଶ୍ୱ ଦକ୍ଷତା କେନ୍ଦ୍ର ବିଶେଷ ଭୂମିକା ଗ୍ରହଣ କରୁଛି। ଏହି କେନ୍ଦ୍ରରେ ବିଭିନ୍ନ ଅତ୍ୟାଧୁନିକ ପାଠ୍ୟକ୍ରମରେ ତାଲିମ ଶେଷ କରିଥିବା ୧୬୭ ଜଣ ଛାତ୍ରଛାତ୍ରୀ ଦେଶର ପ୍ରମୁଖ ସୌର ଶକ୍ତି ସେବା ପ୍ରଦାନକାରୀ ସଂସ୍ଥା ରିଲିଆନ୍ସ ନ୍ୟୁ ସୋଲାର ଏନର୍ଜିରେ ନିଯୁକ୍ତି ସୁଯୋଗ ପାଇଛନ୍ତି। ବିଶ୍ୱ…

ଓଡ଼ିଶାର ଟେକ୍ନୋଲୋଜି ଅଭିବୃଦ୍ଧିରେ ଯୋଡ଼ିହେଲା ଲଜାଇଲର ବିଶ୍ୱସ୍ତରୀୟ ନବସୃଜନ କେନ୍ଦ୍ର

ଭୁବନେଶ୍ୱର: ଓଡ଼ିଶାକୁ ଏକ ବିଶ୍ୱସ୍ତରୀୟ ଟେକ୍ନୋଲୋଜି ହବରେ ପରିଣତ କରିବାପାଇଁ ରାଜ୍ୟ ସରକାର ପ୍ରୟାସ ଜାରି ରଖିଛନ୍ତି। ଅତ୍ୟାଧୁନିକ କର୍ମଶକ୍ତି ପରିଚାଳନା, ସାମର୍ଥ୍ୟର ଅପ୍ଟିମାଇଜେସନ୍ ଏବଂ ନବସୃଜନ ତଥା ଉତ୍କର୍ଷ ପ୍ରତି ପ୍ରତିବଦ୍ଧତା ରଖି ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଲଜାଇଲ୍ ଏହାର ନୂତନ ସହାୟକ କମ୍ପାନୀ ଏବଂ ବିଶ୍ୱସ୍ତରୀୟ ନବସୃଜନ କେନ୍ଦ୍ର ଓଡ଼ିଶାରେ ଉଦଘାଟନ କରିଛି। କାର୍ଯ୍ୟକ୍ରମ ଆରମ୍ଭରେ ଲଜାଇଲର ପ୍ରତିଷ୍ଠାତା ତଥା ସିଇଓ ପୂର୍ଣ୍ଣ ମିଶ୍ର ଏକ ଉପସ୍ଥାପନାରେ ସେ ଅତ୍ୟାଧୁନିକ କର୍ମଶକ୍ତି…

ମକା, ସୋରିଷ ଏବଂ ଧାନର ଉଚ୍ଚ ଅମଳକାରୀ ଏବଂ ଜଳବାୟୁ ସହନୀୟ କିସମ ବିକଶିତ

ଭୁବନେଶ୍ୱର: ରାଜ୍ୟରେ ବିଭିନ୍ନ କୃଷି ଫସଲ କିସମ ବିକଶିତ କରିବା ପାଇଁ କୃଷି ବିଭାଗ ପ୍ରମୁଖ ଶାସନ ସଚିବ ଡ଼ ଅରବିନ୍ଦ କୁମାର ପାଢୀଙ୍କ ଅଧ୍ୟକ୍ଷତାରେ ଓଡ଼ିଶା ରାଜ୍ୟ ବିହନ ଉପ-କମିଟି ବୈଠକ ଅନୁଷ୍ଠିତ ହୋଇଥିଲା। ଉକ୍ତ ବୈଠକରେ, ୩ ପ୍ରକାର ଅଣ-ଧାନ କିସମ ଯଥା ଓୟୁଏଟି କଳିଙ୍ଗ ମକା ୧  (ଖୁସି), ଓୟୁଏଟି କଳିଙ୍ଗ ସୋରିଷ ୨  (ସମୃଦ୍ଧି), ଓୟୁଏଟି କଳିଙ୍ଗ ସୋରିଷ ୩  (ସିଦ୍ଧି) ରାଜ୍ୟରେ ବିକଶିତ କରିବା ପାଇଁ ଅନୁମୋଦିତ ହୋଇଛି l…

ଯୁବଶକ୍ତିଙ୍କ ଶକ୍ତି, ସାମର୍ଥ୍ୟ ଓ ଉତ୍ସାହକୁ ରାଜ୍ୟର ବିକାଶ ଓ ସମାଜ କଲ୍ୟାଣରେ ଉପଯୋଗ କରିବା ପାଇଁ ପ୍ରାଧାନ୍ୟ ଦେଉଛୁ- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଯୁବ ଶକ୍ତି ହେଉଛନ୍ତି ଆମ ରାଜ୍ୟର ବିକାଶ ରଥର ସାରଥୀ। ଯୁବ ଶକ୍ତିଙ୍କ ଭିତରେ ଥିବା ଶକ୍ତି, ସାମର୍ଥ୍ୟ ଓ ଉତ୍ସାହକୁ ରାଜ୍ୟର ବିକାଶ ସହିତ ସମାଜ କଲ୍ୟାଣରେ ଉପଯୋଗ କରିବା ପାଇଁ ଆମେ ପ୍ରାଧାନ୍ୟ ଦେଉଛୁ ବୋଲି ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଭିନ୍ନ ବିଭାଗରେ ନିଯୁକ୍ତି ପାଇଥିବା ଅଧିକାରୀ ଓ କର୍ମଚାରୀ ମାନଙ୍କୁ ଉଦବୋଧନ ଦେଇ କହିଛନ୍ତି। ଭୁବନେଶ୍ୱର OUAT ସ୍ଥିତ କୃଷି ଶିକ୍ଷା ସଦନଠାରେ ୫ଟି ବିଭାଗର ୯୬୪ଟି ପଦବୀ…

ବଲାଙ୍ଗୀର ଠାରେ ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ୧ ବର୍ଷ ପୂର୍ତ୍ତି ପାଳନ ଅବସରରେ ବଲାଙ୍ଗୀର ଠାରେ ଆୟୋଜିତ ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଥିଲେ ଯେ, ରାଜ୍ୟରେ କୃଷକମାନଙ୍କୁ ସଶକ୍ତ କରିବା ପାଇଁ ସରକାର ସମସ୍ତ ପ୍ରକାର ଯାନ୍ତ୍ରିକ ଓ ପ୍ରଯୁକ୍ତିବିଦ୍ୟା ସାହାଯ୍ୟ ଯୋଗାଇଦେବାକୁ ପ୍ରତିବଦ୍ଧ। ନିର୍ବାଚନ ସମୟରେ ଆମର ଏକ ମୁଖ୍ୟ ପ୍ରତିଶୃତି ଥିଲା ରାଜ୍ୟର ଲକ୍ଷ ଲକ୍ଷ ଚାଷୀ ଭାଇ ଭଉଣୀମାନଙ୍କୁ ସେମାନଙ୍କ କଠୋର ପରିଶ୍ରମର ପ୍ରକୃତ ମୂଲ୍ୟ ପ୍ରଦାନ…

‘ନାରୀଙ୍କୁ ସମ୍ମାନ ପ୍ରଦାନ ଆମ ରାଜନୈତିକ ପ୍ରଶିକ୍ଷଣର ପ୍ରଥମ ଶିକ୍ଷା’

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ପାଳନ ଅବସରରେ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ଦ୍ୱାରା କଟକର ବାଲିଯାତ୍ରା ପଡ଼ିଆ ଠାରେ ଆଜି ରାଜ୍ୟସ୍ତରୀୟ ନାରୀ ଶକ୍ତି ସମାବେଶ ଆୟୋଜିତ ହୋଇଯାଇଛି। ଏହି ରାଜ୍ୟସ୍ତରୀୟ ସମାବେଶରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ କହିଛନ୍ତି ଯେ, ନାରୀଙ୍କୁ ସମ୍ମାନ ପ୍ରଦାନ କରିବା ଆମ ରାଜନୈତିକ ପ୍ରଶିକ୍ଷଣର ପ୍ରଥମ ଶିକ୍ଷା। ଏହି ସମାବେଶର ଏକମାତ୍ର ଉଦ୍ଦେଶ୍ୟ ହେଉଛି, ଓଡିଶାର ନାରୀ ଶକ୍ତିକୁ ଆମର ସବୁଠାରୁ…

ମହିଳାଙ୍କ ନେତୃତ୍ୱରେ ଆରମ୍ଭ ହେଲା ଆନୁଷ୍ଠାନିକ ଶାଳ ବିହନ ବାଣିଜ୍ୟ ସହିତ ଜଙ୍ଗଲ ଅର୍ଥନୀତି ମଡେଲ

ଭୁବନେଶ୍ୱର/ମୟୂରଭଞ୍ଜ/କେଉଁଝର/ନବରଙ୍ଗପୁର : ଓଡିଶାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଏକ ସ୍ଥିର ଅର୍ଥନୈତିକ ପରିବର୍ତ୍ତନ ଆରମ୍ଭ ହୋଇଛି। ଦେଶରେ ପ୍ରଥମ ଥର ପାଇଁ ଏକ ଐତିହାସିକ ପଦକ୍ଷେପ ନେଇ ଓଡ଼ିଶା ସଫଳତାର ସହିତ ଅଣ-କାଠ ବନ ଉତ୍ପାଦ (NTFP)ର ବାଣିଜ୍ୟ ଏବଂ ପରିଚାଳନା କ୍ଷେତ୍ରରେ ମହିଳାମାନଙ୍କ ନେତୃତ୍ୱରେ ଜଙ୍ଗଲଭିତ୍ତିକ ମୂଲ୍ୟଶୃଙ୍ଖଳାକୁ ଆନୁଷ୍ଠାନିକ ଭାବେ ଆରମ୍ଭ କରିଛି । ମନୟା, ଦୁଆରସୁଣୀ, ଗନ୍ଧମାର୍ଦ୍ଧନ, ମେଣ୍ଡାଡୋଙ୍ଗ୍ରି ଏବଂ ସୁନାମଞ୍ଜରୀ ପରି ପାଞ୍ଚଟି ସବୁଜ ଶକ୍ତି ଉତ୍ପାଦକ କମ୍ପାନୀ (GSPCs) ସେମାନଙ୍କର ପ୍ରଥମ…

ଏଆଇ ମାଧ୍ୟମରେ ଜଳ ସଂପଦର ତଥ୍ୟ  ସଂଚାରଣ ଓ ଡିଜିଟାଇଜେସନର ଶ୍ରେଷ୍ଠ ଅଭ୍ୟାସ ଅବଲମ୍ବନକୁ ଗୁରୁତ୍ୱ

ଭୁବନେଶ୍ୱର:  ରାଜ୍ୟ ଜଳ ସୂଚନା ବିଜ୍ଞାନ କେନ୍ଦ୍ର (ଏସଡବ୍ଲୁଆଇସି) ଏବଂ ଭୁବନେଶ୍ୱର ଆଇଆଇଟି ସହଯୋଗରେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ)ର ବ୍ୟବହାର କରି ଜଳ ସମ୍ପଦର ପରିଚାଳନା ଏବଂ ତଥ୍ୟ  ସଂଚାରଣ ଓ ଡିଜିଟାଇଜେସନର ଶ୍ରେଷ୍ଠ ଅଭ୍ୟାସ ଅବଲମ୍ବନ କରିବା  ସଂପର୍କିତ  ଏକ ବୈଷୟିକ  କର୍ମଶାଳା ଅନୁଷ୍ଠିତ  ହୋଇଯାଇଛି। ଏହି କର୍ମଶାଳାକୁ ରାଜ୍ୟ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଜଳ ସଂପଦ ବିଭାଗ ଅନୁ ଗର୍ଗ ଉଦ୍ଘାଟନ କରିବା ସହିତ ଜଳ ସମ୍ପଦ ପରିଚାଳନା…