ପ୍ରାୟ ୭ ଲକ୍ଷ ଚାଷୀଙ୍କ ଠାରୁ ଧାନ ସଂଗ୍ରହ ଓ ୭୯୧୪ କୋଟି ଦେୟ ପ୍ରଦାନ
ଭୁବନେଶ୍ୱର: ଚଳିତ ଖରିଫ ଋତୁରେ ରାଜ୍ୟର ସମସ୍ତ ୩୦ଟି ଜିଲ୍ଲାରେ ଧାନ ସଂଗ୍ରହ ପ୍ରକ୍ରିୟା ତ୍ୱରିତ ଭାବେ ଜାରି ରହିଛି। ଆଜି ସୁଦ୍ଧା, ରାଜ୍ୟର ୬ ଲକ୍ଷ ୯୩ ହଜାର ୯୭ ଜଣ ଚାଷୀଙ୍କଠାରୁ ୩୦ ଲକ୍ଷ ୪୯ ହଜାର ୫୬୦ ମେଟ୍ରିକ ଟନ ଧାନ ସଂଗ୍ରହ କରାଯାଇଛି। ଏହି ପ୍ରକ୍ରିୟାରେ ଚଳିତ ବର୍ଷ ଚାଷୀ ମାନେ ସକ୍ରିୟ ଅଂଶଗ୍ରହଣ କରୁଥିବା ଲକ୍ଷ୍ୟ କରାଯାଉଛି । ଏପର୍ଯ୍ୟନ୍ତ ସମ୍ବଲପୁର, ସୁବର୍ଣ୍ଣପୁର, ବରଗଡ଼, ବଲାଙ୍ଗିର ଏବଂ ଝାରସୁଗୁଡା ଭଳି…


