ଜୈବ ବିବିଧତା ଏବଂ ଚିଲିକା ହ୍ରଦର ପୁନର୍ବିକାଶ ଉପରେ ଗୁରୁତ୍ୱ

ଭୁବନେଶ୍ୱର : ଏସିଆ ମହାଦେଶର ସର୍ବବୃହତ୍‌ କ୍ଷାରୀୟ ହ୍ରଦ ତଥା ରାମସାର ସାଇଟ ଭାବେ ସାରା ବିଶ୍ୱରେ ପରିଚିତ ଥିବା ଚିଲିକା ହ୍ରଦର ଜୈବ ବିବିଧତାର ସୁରକ୍ଷା ଏବଂ ପାରିପାଶ୍ୱର୍କ ଅଞ୍ଚଳର ବିକାଶ ନେଇ ଏକ ଆଲୋଚନା ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ବୈଠକରେ ଚିଲିକାର ବିକାଶ ନେଇ ଅନୁଷ୍ଠିତ ବୈଠକରେ ଯୋଗଦେଇ ମନ୍ତ୍ରୀ କହିଲେ ଯେ ଚିଲିକାର ମୁହାଣ ପୋତି ହେବା…

୪୦ ରୁ ୮୦ ବର୍ଷ କଳାକାରଙ୍କ ଭତ୍ତା ୩୦୦୦ ଟଙ୍କାକୁ ବୃଦ୍ଧି

ଭୁବନେଶ୍ୱର/କେନ୍ଦୁଝର : ରାଜ୍ୟର ପାରମ୍ପରିକ କଳାକାରଙ୍କ ପାଇଁ ଖୁସିର ଖବର। ୨୦୨୫ ଶେଷ ହୋଇ ୨୦୨୬ ଆରମ୍ଭ ହେଉଥିବା ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାକାର ମାନଙ୍କ ଭତ୍ତା ବୃଦ୍ଧି କରିଛନ୍ତି। କେନ୍ଦୁଝରର ପାର୍କଲେନ ଠାରେ ଆୟୋଜିତ ୪୮ ତମ ରାଜ୍ୟସ୍ତରୀୟ  ପାଲା ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଏହା ଘୋଷଣା କରିଛନ୍ତି। ଏହାଦ୍ବାରା ରାଜ୍ୟ କଳାକାର ଓ ସେମାନଙ୍କ ପରିବାର ବର୍ଗଙ୍କ ମଧ୍ୟରେ ଖୁସି ଓ ଆନନ୍ଦର ପରିବେଶ ସୃଷ୍ଟି ହୋଇଛି। ଓଡ଼ିଆ ଅସ୍ମିତାର ସୁରକ୍ଷା ଓ…

ଶସ୍ତା ଓ ସମାବେଶୀ ସାର୍ବଜନିକ ପରିବହନ ସୁଦୃଢ଼ କରିବା ପାଇଁ ମୁଖ୍ୟ ସଂସ୍କାର ଉପରେ ସମୀକ୍ଷା

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ବସ୍ ସେବା (ଏମ୍‌ବିଏସ୍‌) ସମ୍ପର୍କିତ ରାଜ୍ୟସ୍ତରୀୟ ଷ୍ଟିୟରିଂ କମିଟି ବୈଠକ ଖାରବେଳ ଭବନରେ ଓଡ଼ିଶା ସରକାରଙ୍କ ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ସଚିବ ଉଷା ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ରାଜ୍ୟ ସାର୍ବଜନୀନ ପରିବହନ ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବା ପାଇଁ ଜାରିରହି ଥିବା ସଂସ୍କାର ପ୍ରକ୍ରିୟା ଓ ଆଗାମୀ ପର୍ଯ୍ୟାୟର ରୂପରେଖ ଉପରେ ସମୀକ୍ଷା କରାଯାଇଥିଲା। ବୈଠକରେ ସହର ଓ ଗ୍ରାମାଞ୍ଚଳରେ ସେବା କ୍ଷମତା ବୃଦ୍ଧି, ସହଜ ଓ ଶସ୍ତା…

ରାଜ୍ୟରେ ଜଳବାୟୁ ସହନଶୀଳ କୃଷିର ପ୍ରସାର ପାଇଁ କର୍ମଶାଳା ଆୟୋଜିତ

ଭୁବନେଶ୍ୱର : ଓଡ଼ିଶା ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ (DA&FE), ‘ସେଣ୍ଟର ଫର୍ ଷ୍ଟଡି ଅଫ୍ ସାଇନ୍ସ, ଟେକ୍ନୋଲୋଜି ଆଣ୍ଡ ପଲିସି’ (CSTEP) ଏବଂ ‘କାଟାଲିଷ୍ଟ ମ୍ୟାନେଜସଂଗୋଷ୍ଠୀ ସର୍ଭିସେସ୍’(CMS) ସହ ମିଳିତ ଭାବେ ଆଜି ‘ଓଡ଼ିଶା କ୍ଲାଇମେଟ୍ ସ୍ମାର୍ଟ ଏଗ୍ରିକଲଚର ଆଲାଇନ୍ସ’ବା ଓଡ଼ିଶା ଜଳବାୟୁ-ଅନୁକୂଳ କୃଷି ସଂଗୋଷ୍ଠୀ (OCSAA) ର କର୍ମଶାଳା ଆୟୋଜିତ ହୋଇଯାଇଛି। କୃଷି କ୍ଷେତ୍ରରେ ଜଳବାୟୁ ସହନଶୀଳତାକୁ ସୁଦୃଢ଼ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ରାଜ୍ୟ ସରକାର ଆଜି…

ବିଭିନ୍ନ ଫାର୍ମା ଶିଳ୍ପ ସଂସ୍ଥା ସହ ୬,୨୬୩ କୋଟି ଟଙ୍କାର ୪୫ଟି ବୁଝାମଣା ପତ୍ର (MoU ) ସ୍ଵାକ୍ଷରିତ; ୩୮,୪୦୬ ନିଯୁକ୍ତି ସୃଷ୍ଟି ହେବ

ଭୁବନେଶ୍ୱର : ଗୁଣାତ୍ମକ ଔଷଧ ଉତ୍ପାଦନ ଏବଂ ଚିକିତ୍ସା ପାଇଁ ଉନ୍ନତ ମାନର ଡ଼ିଭାଇସ ପ୍ରସ୍ତୁତ କରି ଓଡ଼ିଶା ପୂର୍ବ ଭାରତର ଏକ ପ୍ରମୁଖ ଫାର୍ମା କେନ୍ଦ୍ର ଭାବରେ ଉଭା ହେବା ପାଇଁ ପ୍ରସ୍ତୁତ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ସ୍ଥିତ ହୋଟେଲ ତାଜ ଭିଭାନ୍ତା ଠାରେ ଆୟୋଜିତ ଓଡ଼ିଶା ଫାର୍ମା ସମ୍ମିଳନୀ ୨୦୨୫କୁ ସମ୍ବୋଧନ କରି କହିଛନ୍ତି। ସୂଚନାଯୋଗ୍ୟ ଯେ ଉକ୍ତ କାର୍ଯ୍ୟକ୍ରମ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ସମୁଦାୟ ୬,୨୬୩ କୋଟି ଟଙ୍କାର…

କୃଷିର ନିରନ୍ତର ଅଭିବୃଦ୍ଧି ପାଇଁ ଶୀତଳ ଭଣ୍ଡାର ଏକ ସହାୟକ ପରିବେଶ ସୃଷ୍ଟି କରିବ: ଉପ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: APICOL, ASSOCHAMର ମିଳିତ ସହଯୋଗରେ, ଆଇଟିସି ୱେଲକମ ହୋଟେଲ ଠାରେ ଶୀତଳ ଭଣ୍ଡାର କନକ୍ଲେଭ ଏବଂ କ୍ରେତା-ବିକ୍ରେତା ସମ୍ମିଳନୀ ୨୦୨୫ ସଫଳତାର ସହିତ ଆୟୋଜନ ହୋଇଯାଇଛି, ଯାହା ନୀତି ନିର୍ଦ୍ଧାରକ, ଶିଳ୍ପ ନେତା, କୃଷି-ଉଦ୍ୟୋଗୀ, ଚାଷୀ ଗୋଷ୍ଠୀ, ଆର୍ଥିକ ପ୍ରତିଷ୍ଠାନ ଏବଂ ପ୍ରଯୁକ୍ତିବିଦ୍ୟା ପ୍ରଦାନକାରୀଙ୍କୁ ଏକତ୍ରିତ କରିଛି। ଏହା ଦ୍ୱାରା ଓଡ଼ିଶାର ଶୀତଳ ଭଣ୍ଡାର ଓ ଅମଳ ପରବର୍ତ୍ତୀ ଭିତ୍ତିଭୂମିର ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରାଯାଇପାରିବ। ଏହି କାର୍ଯ୍ୟକ୍ରମକୁ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ…

ପାଞ୍ଚ ବର୍ଷରେ ଖାଲିଥିବା ସମସ୍ତ ଦେଢ ଲକ୍ଷ ପଦ ପୂରଣ ହେବ

ଭୁବନେଶ୍ୱର : ଯିଏ ଯେଉଁ ପଦବୀରେ ବି ଅବସ୍ଥାପିତ ଥାଆନ୍ତୁ ନା କାହିଁକି, ସରକାରୀ ଚାକିରୀକୁ ସବୁବେଳେ ଜନସେବା ଭାବେ ମନେ କରିବେ। ସରକାରୀ ଚାକିରି ମିଳିଯିବା ପରେ କେବେହେଲେ କାର୍ଯ୍ୟରେ ଅବହେଳା କରିବେ ନାହିଁ  ଓ ଦୁର୍ନୀତି ଠାରୁ ଲକ୍ଷେ କୋଷ ଦୂରରେ ରୁହନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓୟୁଏଟି ସ୍ଥିତ କୃଷି ଶିକ୍ଷା ସଦନ ଠାରେ ଆୟୋଜିତ ତ୍ରୟୋଦଶ ନିଯୁକ୍ତି ମେଳା ୨୦୨୫ ଅବସରରେ ନବନିଯୁକ୍ତ ମାନଙ୍କୁ ଉପଦେଶ ଦେଇ କହିଛନ୍ତି।ଆଜିର…

୧୮ତମ ରାଜ୍ୟସ୍ତରୀୟ କଳିଙ୍ଗ ହର୍ବାଲ ମେଳା ଉଦଘାଟିତ

ଭୁବନେଶ୍ୱର: ଇଡ଼କୋ ପ୍ରଦର୍ଶନୀ ପଡିଆ ଠାରେ ୧୮ତମ ରାଜ୍ୟସ୍ତରୀୟ କଳିଙ୍ଗ ହର୍ବାଲ ମେଳା ୨୦୨୫ ଉଦଘାଟିତ ହୋଇଯାଇଛି। ଉଦ୍ଘାଟନୀ ସମାରୋହରେ ଜଙ୍ଗଲ ଓ ପରିବେଶ, ଜଳବାୟୁ ପରିବର୍ତ୍ତନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଲେ ଯେ ଏହି କଳିଙ୍ଗ ହର୍ବାଲ ମେଳା କେବଳ ଏକ ମେଳା ନୁହେଁ, ଏହା ଆମର ପରମ୍ପରା, ଆୟୁର୍ବେଦ ଐତିହ୍ୟ, ଜଙ୍ଗଲ ଓ ପ୍ରକୃତିର ଦାନକୁ ସମ୍ମାନ କରିବାର ଏକ ଅତ୍ୟନ୍ତ ଗର୍ବର…

ପଞ୍ଚାୟତିରାଜ ଓ ପାନୀୟ ଜଳ ବିତରଣ କ୍ଷମତା ବୃଦ୍ଧି କରିବା ପାଇଁ ଖାଲି ପଦବୀ ସମୀକ୍ଷା ଆରମ୍ଭ

ଭୁବନେଶ୍ୱର : ଭୁବନେଶ୍ୱରର ଲୋକସେବା ଭବନର କାର୍ଯ୍ୟାଳୟ ପ୍ରକୋଷ୍ଠରେ ପଞ୍ଚାୟତିରାଜ ଏବଂ ପାନୀୟ ଜଳ ବିଭାଗର ଏକ ଉଚ୍ଚସ୍ତରୀୟ ବ୍ୟାପକ ସମୀକ୍ଷା ବୈଠକ ମାନ୍ୟବର ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ରବି ନାରାୟଣ ନାଏକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ମନ୍ତ୍ରୀ ରାଜ୍ୟ ସରକାରଙ୍କ ଦ୍ୱାରା ସମର୍ଥିତ ଅତିରିକ୍ତ ୨୦୦ ଦିନର ନିଯୁକ୍ତିର ପ୍ରଭାବଶାଳୀ ବ୍ୟବସ୍ଥା ମାଧ୍ୟମରେ ଦାଦନପ୍ରବଣ ଅଞ୍ଚଳରେ ଦାଦନ ସମସ୍ୟାକୁ ରୋକିବା ଉପରେ ବିଶେଷ ଧ୍ୟାନ ଦେଇ MGNREGA କାର୍ଯ୍ୟାନ୍ୱୟନର ସମୀକ୍ଷା କରିଥିଲେ। ସେ…

ରାଜ୍ୟ ବନ୍ୟପ୍ରାଣୀ ପରିଷଦ ସ୍ଥାୟୀ କମିଟିର ବୈଠକ

ଭୁବନେଶ୍ୱର : ଖାରବେଳ ଭବନସ୍ଥ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ସମ୍ମିଳନୀ କକ୍ଷରେ ରାଜ୍ୟ ବନ୍ୟପ୍ରାଣୀ ପରିଷଦର ସ୍ଥାୟୀ କମିଟିର ୧୧ତମ ବୈଠକ ବିଭାଗୀୟ ମନ୍ତ୍ରୀ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଏବଂ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା, ଓଡ଼ିଶା   ଗଣେଶ ରାମ ସିଂଖୁଣ୍ଟିଆଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ହୋଇ ଯାଇଅଛି I ରାଜ୍ୟରେ ବନ୍ୟପ୍ରାଣୀଙ୍କ ସଂରକ୍ଷଣ ଏବଂ ସମୃଦ୍ଧି ପାଇଁ ଉପୁଜିଥିବା ସମସ୍ୟା ଗୁଡିକର ଆଶୁ ସମାଧାନ ନିମନ୍ତେ ସମୟୋପଯୋଗୀ…