ବିକଶିତ ଓଡ଼ିଶା ଗଢ଼ିବା ପାଇଁ ସାମୁହିକ ଭାବେ ସଂକଳ୍ପ ନେବାକୁ ରାଜ୍ୟପାଳଙ୍କ ଆହ୍ୱାନ

ଭୁବନେଶ୍ୱର : ଓଡ଼ିଶାର ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ରବିବାର ଦିନ ନୂଆଦିଲ୍ଲୀଠାରେ ଆୟୋଜିତ ଓଡ଼ିଶା ପର୍ବ–୨୦୨୬ରେ ଯୋଗଦେଇ ଓଡ଼ିଶା ୨୦୩୬ ମସିହାରେ ରାଜ୍ୟ ଗଠନର ଶତବାର୍ଷିକୀ ପୂର୍ତ୍ତି ଆଡ଼କୁ ଗତି କରୁଥିବା ବେଳେ ସମୃଦ୍ଧ, ସମାବେଶୀ ଓ ଅଗ୍ରଗାମୀ ବିକଶିତ ଓଡ଼ିଶା ଗଢ଼ିବା ପାଇଁ ସାମୁହିକ ସଂକଳ୍ପ ନେବାକୁ ଆହ୍ୱାନ ଜଣାଇଛନ୍ତି। ଏହି ଅବସରରେ ରାଜ୍ୟପାଳ କହିଥିଲେ ଯେ ୨୦୩୬ ବର୍ଷ କେବଳ ଓଡ଼ିଶାର ଐତିହାସିକ ଯାତ୍ରାର ଏକ ମହତ୍ୱପୂର୍ଣ୍ଣ ଅଧ୍ୟାୟ‌ ନୁହେଁ ବରଂ…

ସମ୍ବଲପୁର ଜିଲ୍ଲା ସ୍ଥିତ ତପସ୍ୱିନୀ ପ୍ରେକ୍ଷାଳୟ ଠାରେ ଆୟୋଜିତ ହେଉଛି ନାଟକ ଉତ୍ସବ “ରଙ୍ଗ ସଙ୍ଗମ”

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ଓ ସମ୍ବଲପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଆୟୋଜିତ ହେଉଛି ରାଜ୍ୟ ସ୍ତରୀୟ ନାଟକ ଉତ୍ସବ “ରଙ୍ଗ ସଙ୍ଗମ”। ସମ୍ବଲପୁର ଜିଲ୍ଲା ସ୍ଥିତ ତପସ୍ୱିନୀ ପ୍ରେକ୍ଷାଳୟ ଠାରେ ମାର୍ଚ୍ଚ ମାସ ୯ ତାରିଖ ଠାରୁ ୧୩ ତାରିଖ ପର୍ଯ୍ୟନ୍ତ ରାଜ୍ୟ ସ୍ତରୀୟ ନାଟକ ଉତ୍ସବ “ରଙ୍ଗ ସଙ୍ଗମ”ର ଆୟୋଜିତ ହେଉଛି। ଉଦ୍‌ଘାଟନୀ ସନ୍ଧ୍ୟାରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀର ସଚିବ…

ପଦ୍ମଶ୍ରୀ ହରିହରନଙ୍କ ଗଜଲରେ ଦର୍ଶକ ମନ୍ତ୍ରମୁଗ୍ଧ

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ବୃନ୍ଦାବନ ଗୁରୁକୁଳର ମିଳିତ ଆନୁକୂଲ୍ୟରେ ଭୁବନେଶ୍ୱର ସ୍ଥିତ ରବୀନ୍ଦ୍ର ମଣ୍ଡପ ଠାରେ ବୃନ୍ଦାବନ ମହୋତ୍ସବ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। କାର୍ଯ୍ୟକ୍ରମରେ ବିଶିଷ୍ଟ ସଙ୍ଗୀତଜ୍ଞ ପଦ୍ମଶ୍ରୀ ହରିହରନ ଯୋଗଦେଇ ସମସ୍ତ ଦର୍ଶକମାନଙ୍କୁ ହୋଲି ଅବସରରେ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଥିଲେ। ବୃନ୍ଦାବନ ମହୋତ୍ସବର ପ୍ରଥମାର୍ଦ୍ଧରେ ବୃନ୍ଦାବନ ଗୁରୁକୁଳର ଶିଳ୍ପୀମାନେ ସାମୂହିକ ବଂଶୀବାଦନ କରିଥିଲେ। “ବୈଷ୍ଣବ ଜନ ତୋ ତେନେ କହିୟେ” ଏବଂ “ରଙ୍ଗ ବରସେ” ସଙ୍ଗୀତକୁ…

ତୋଷାଳି ସ୍ବଦେଶୀ ମେଳାରେ ହସ୍ତତନ୍ତ ଫ୍ୟାଶନ୍ ଶୋ’ର  ଆୟୋଜନ

ଭୁବନେଶ୍ୱର: ୨୦ତମ ଭବ୍ୟ ତୋଷାଳୀ ସ୍ୱଦେଶୀ ମେଳା ଅବସରରେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ଏକ ଆକର୍ଷଣୀୟ ହସ୍ତତନ୍ତ ଫ୍ୟାଶନ୍ ଶୋ ଅନୁଷ୍ଠିତ ହୋଇଥିଲା। ଏହି ଶୋ ଓଡ଼ିଶାର ସମୃଦ୍ଧ ବୟନ ପାରମ୍ପରିକତାକୁ ଆଧୁନିକ ମଞ୍ଚରେ ଉପସ୍ଥାପନ କରି ମେଳାର ମୁଖ୍ୟ ଆକର୍ଷଣରେ ପରିଣତ ହୋଇଥିଲା। ଏହି ଅବସରରେ ଜାତୀୟ ସ୍ତରରେ ପୁରସ୍କୃତ ପ୍ରସିଦ୍ଧ ବୁଣାକାରମାନଙ୍କୁ ସମ୍ମାନ ଜଣାଯାଇଥିଲା। ସେମାନେ ହେଲେ Bhakta Raj Meher (ଭକ୍ତରାଜ ମେହେର), R. K. Meher (ଆର୍‍….

ଆଦିବାସୀ ମେଳାରେ କ୍ଷୁଦ୍ର ନାଟକ “ବୀରପୁତ୍ର କୃତ୍ତିବାସ”

ଭୁବନେଶ୍ବର: ଆଦିବାସୀ ମେଳାରେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ସାଂସ୍କୃତିକ ପରିଷଦ ପକ୍ଷରୁ ଆୟୋଜିତ ହୋଇଯାଇଛି କ୍ଷୁଦ୍ର ନାଟକ। ଆଦିବାସୀ ମେଳା ମଞ୍ଚରେ କ୍ଷୁଦ୍ର ନାଟକ “ବୀରପୁତ୍ର କୃତ୍ତିବାସ”ପରିବେଷଣ କରାଯାଇଛି। ବିପ୍ଲବୀ କୃତ୍ତିବାସ ପାଟ୍ଟଶାଣୀଙ୍କ ଜୀବନ ଓ ଚରିତ୍ରକୁ ନେଇ ରଚିତ ଏହି କ୍ଷୁଦ୍ର ନାଟକ। କୃତିବାସ ପାଟ୍ଟଶାଣୀ ଓଡ଼ିଶାର ଜଣେ ସ୍ୱାଧୀନତା ସଂଗ୍ରାମୀ ଥିଲେ। ସେ ୧୮୩୬ ମସିହାରେ ବାଣପୁରରେ ସଶସ୍ତ୍ର ସଂଗ୍ରାମ କରି ତିନି ଦିନ ପାଇଁ ଏହାକୁ ସ୍ୱାଧୀନ…

ଗୁଆହାଟୀରେ ଓଡ଼ିଶାର କଳା, ସଂସ୍କୃତି ଓ ପର୍ଯ୍ୟଟନର ଭବ୍ୟ ପ୍ରଦର୍ଶନୀ ସମାପ୍ତ

ଗୁଆହାଟୀ/ଭୁବନେଶ୍ୱର : ଓଡ଼ିଶା ସରକାରଙ୍କ ପର୍ଯ୍ୟଟନ ବିଭାଗ ପକ୍ଷରୁ ରାଡିସନ୍ ବ୍ଲୁ ହୋଟେଲଠାରେ ଆୟୋଜିତ ତ୍ରିଦିବସୀୟ ‘ଓଡ଼ିଶା ପର୍ବ ୨୦୨୬’ ସଫଳତାର ସହ ସମାପ୍ତ ହୋଇଛି। ଏହି କାର୍ଯ୍ୟକ୍ରମ ଓଡ଼ିଶା ଏବଂ ଉତ୍ତର-ପୂର୍ବ ଭାରତ ମଧ୍ୟରେ ସାଂସ୍କୃତିକ ସମ୍ପର୍କ, ପ୍ରବାସୀ ଓଡ଼ିଆଙ୍କ ସହ ସଂଯୋଗ ଏବଂ ପର୍ଯ୍ୟଟନ ଓ ବ୍ୟବସାୟିକ ସହଭାଗିତାକୁ ଅଧିକ ସୁଦୃଢ଼ କରିବାରେ ଏକ ମାଇଲଖୁଣ୍ଟ ସାବ୍ୟସ୍ତ ହୋଇଛି। ୩୦ ଜାନୁଆରୀ ୨୦୨୬ରେ ଏକ ବର୍ଣ୍ଣାଢ଼୍ୟ ଶୋଭାଯାତ୍ରା ଏବଂ ପ୍ରଦର୍ଶନୀ ମଣ୍ଡପର ଉଦଘାଟନ ସହିତ…

କବି ସମ୍ରାଟଙ୍କ ଜୟନ୍ତୀକୁ ରାଜ୍ୟ ଉତ୍ସବ ଭାବେ ପାଳନ କରାଯିବ

ଭୁବନେଶ୍ୱର: ଗୋପାଳପୁର ମହୋତ୍ସବ ହେଉଛି ଇତିହାସ, ପରମ୍ପରା, ସଂସ୍କୃତି ଓ ପ୍ରକୃତିର ଏକ ସୁନ୍ଦର ସମନ୍ୱୟ। ଏହି ମହୋତ୍ସବ ମାଧ୍ୟମରେ ଆମେ ଓଡ଼ିଶାର ଅନନ୍ୟତା, ଗଞ୍ଜାମର ଗରିମା ଓ ଆମ ସଂସ୍କୃତିର ଜୀବନ୍ତ ଐତିହ୍ୟକୁ ଉତ୍ସବରେ ପରିଣତ କରୁଛୁ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୋପାଳପୁର ବେଳାଭୂମି ମହୋତ୍ସବ ୨୦୨୬ର ଉଦ୍‌ଯାପନୀ ଅବସରରେ କହିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜିଲ୍ଲା ପାଇଁ ୪୯୨ କୋଟିରୁ ଉର୍ଦ୍ଧ୍ୱ ଟଙ୍କା ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି।…

ଗୋପାଳପୁରରେ ଇତିହାସ ବର୍ତ୍ତମାନ ସହିତ ଏବଂ ପରମ୍ପରା ପ୍ରଗତି ସହିତ ହାତ ମିଳାଇଛି : ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି

ବ୍ରହ୍ମପୁର / ଗୋପାଳପୁର : ଗୋପାଳପୁର କେବଳ ଏକ ଆକର୍ଷଣୀୟ ବେଳାଭୂମି ଗନ୍ତବ୍ୟସ୍ଥଳ ନୁହେଁ, ଏହା ଏପରି ଏକ ସ୍ଥାନ ଯେଉଁଠାରେ ଇତିହାସ ବର୍ତ୍ତମାନ ସହିତ ମିଶିଛି ଏବଂ ପରମ୍ପରା ପ୍ରଗତି ସହିତ ହାତରେ ହାତ ମିଳାଇ ଚାଲିଛି। ଆମର ଉପକୂଳ କେବଳ ଏକ ଭୌତିକ ସୀମା ନୁହେଁ, ବରଂ ଜୀବିକା ଏବଂ ଆକାଂକ୍ଷାର ପ୍ରତୀକ। ପ୍ରାଚୀନ କଳିଙ୍ଗର ବୀର ସାଧବମାନେ ବିଶାଳ ସମୁଦ୍ର ପାର ହୋଇ ବାଣିଜ୍ୟ ସହ ଆମ ସଂସ୍କୃତି ଏବଂ ମୂଲ୍ୟବୋଧର ପ୍ରଚାରପ୍ରସାରରେ…

ମୁକ୍ତେଶ୍ୱର ନୃତ୍ୟ ମହୋତ୍ସବ ଉଦ୍‌ଯାପନୀ ସନ୍ଧ୍ୟାରେ ଶିବ ଓ ନଟରାଜଙ୍କ ବନ୍ଦନାରେ ଦର୍ଶକ ବିମୋହିତ

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀର ମିଳିତ ଆନୁକୂଲ୍ୟରେ ଆୟୋଜିତ ହେଉଥିବା ମୁକ୍ତେଶ୍ୱର ନୃତ୍ୟ ମହୋତ୍ସବର ଉଦ୍‌ଯାପନୀ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଉଦ୍‌ଯାପନୀ ସନ୍ଧ୍ୟାରେ ପଦ୍ମଶ୍ରୀ କୁମ୍‌କୁମ୍‌ ମହାନ୍ତି, ପଦ୍ମଶ୍ରୀ ଡ଼. ଅରୁଣା ମହାନ୍ତି, ପଦ୍ମଶ୍ରୀ ପ୍ରିୟମ୍ବଦା ମହାନ୍ତି ହେଜ୍‌ମାଦି ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ। ସାଂସ୍କୃତିକ ସନ୍ଧ୍ୟାରେ ଉତ୍କଳ ସଂସ୍କୃତି ବିଶ୍ୱ ବିଦ୍ୟାଳୟର ଓଡ଼ିଶୀ କଣ୍ଠ ସଙ୍ଗୀତ ବିଭାଗର ସ୍ନାତକୋତ୍ତର ଛାତ୍ରଛାତ୍ରୀମାନେ “ସମବେତ ଶିବ…

ରାଜାରାଣୀ ସଙ୍ଗୀତ ଉତ୍ସବ ଆମ ସଂସ୍କୃତି ଓ ପରମ୍ପରାର ଏକ ନିଚ୍ଛକ ନିଦର୍ଶନ : କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀର ମିଳିତ ଆନୁକୂଲ୍ୟରେ ରାଜାରାଣୀ ସଙ୍ଗୀତ ଉତ୍ସବ-୨୦୨୬ ଆୟୋଜିତ ହେଉଛି। ଜାନୁଆରୀ ୧୬ ତାରିଖରୁ ୧୮ ତାରିଖ ପର୍ଯ୍ୟନ୍ତ ତିନି ଦିନ ଧରି ରାଜାରାଣୀ ମନ୍ଦିର ପ୍ରାଙ୍ଗଣରେ ରହିଥିବା ମୁକ୍ତାକାଶ ରଙ୍ଗମଞ୍ଚରେ ଏହି ସଙ୍ଗୀତ ଉତ୍ସବ ଆୟୋଜିତ ହେବ। ଉଦ୍‌ଘାଟନୀ ସନ୍ଧ୍ୟାରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜାରାଣୀ ସଙ୍ଗୀତ ଉତ୍ସବକୁ ଆନୁଷ୍ଠାନିକ ଭାବେ…