ସବୁଜ ସଡକ ନିର୍ମାଣରେ ପ୍ଲାଷ୍ଟିକ ବର୍ଜ୍ୟ ବ୍ୟବହାର ହେବ

ଭୁବନେଶ୍ୱର: ସହରାଞ୍ଚଳ ମାନଙ୍କରେ ରାସ୍ତା ନିର୍ମାଣରେ ପ୍ଲାଷ୍ଟିକ୍ ଅଳିଆ ବ୍ୟବହାର ଉପରେ ବିଚାର ବିମର୍ଶ କରିବା ପାଇଁ ଓଡ଼ିଶା ସରକାରଙ୍କ ଗୃହ ଏବଂ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଉଷା ପାଢୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା।  ଶ୍ରୀମତୀ ପାଢୀ ସହରାଞ୍ଚଳ ଭିତ୍ତିଭୂମି ବିକାଶରେ ସ୍ଥାୟୀ ଏବଂ ପରିବେଶ-ଅନୁକୂଳ ଅଭ୍ୟାସ ଗ୍ରହଣ କରିବାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ। ସେ ଆଲୋକପାତ କରିଥିଲେ ଯେ ପ୍ଲାଷ୍ଟିକ୍ ଅଳିଆ, ବିଶେଷକରି ବୋତଲ ଏବଂ କ୍ୟାରୀ ବ୍ୟାଗ…

ପାର୍କରେ ଭିନ୍ନକ୍ଷମଙ୍କ ପାଇଁ ସୁଲଭ ଭିତ୍ତିଭୂମି ସୁନିଶ୍ଚିତ କରିବାକୁ ନିର୍ଦେଶ

ଭୁବନେଶ୍ଵର: ଓଡ଼ିଶାର ସହରାଞ୍ଚଳ ଉନ୍ନୟନ ଏଜେଣ୍ଡାକୁ ତ୍ୱରାନ୍ୱିତ କରିବା ପାଇଁ ଏକ ରଣନୈତିକ ପଦକ୍ଷେପ ସ୍ୱରୂପ ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ର ଭୁବନେଶ୍ୱର ଖାରବେଳ ଭବନଠାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରିଛନ୍ତି। ଏକ ନୂତନ ଶାସନ ବ୍ୟବସ୍ଥାର ଆରମ୍ଭକୁ ଚିହ୍ନିତ କରି ମନ୍ତ୍ରୀ ଘୋଷଣା କରିଥିଲେ ଯେ ପ୍ରତି ମାସର ପ୍ରଥମ ମଙ୍ଗଲବାର ବର୍ତ୍ତମାନ ଗୃହନିର୍ମାଣ ଓ ନଗରୁନ୍ନୟନ ବିଭାଗ  ବିଭାଗ ପାଇଁ ଏକ ଉତ୍ସର୍ଗୀକୃତ…

ବନୀକରଣ କାର୍ଯ୍ୟକ୍ରମରେ ଫଳ, ପୁଷ୍ପ ପ୍ରଦାନକାରୀ ବୃକ୍ଷରୋପଣ କରାଯାଉ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବୃକ୍ଷରୋପଣ କାର୍ଯ୍ୟକ୍ରମରେ ଜନବସତି ଅଞ୍ଚଳରେ ଏପରି ଗଛ ଲଗାଇବା ଉଚିତ ଯାହା ଲୋକଙ୍କୁ ଫଳ, ପୁଷ୍ପ ପ୍ରଦାନ କରୁଥିବା ସହିତ ଛାୟା ପ୍ରଦାନ କରିପାରିବ। ତେବେ ଯାଇ ଲୋକମାନେ ଏସବୁ ବୃକ୍ଷର ଉପଯୁକ୍ତ ଯତ୍ନ ନେବେ। ସେହିଭଳି ପଥପାର୍ଶ୍ୱ ବୃକ୍ଷରୋପଣ କାର୍ଯ୍ୟକ୍ରମରେ ଲୋକମାନଙ୍କ କାମରେ ଲାଗିଲା ଭଳି ଗଛ ରୋପଣ କରନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟସ୍ତରୀୟ ବନ ଅଧିକାରୀ ସମ୍ମିଳନୀରେ ଉପସ୍ଥିତ ବନଖଣ୍ଡ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି। ଲୋକସେବା ଭବନ କନ୍‌ଭେନ୍‍ସନ୍…

ଭର୍ଜିନ୍ ଲ୍ୟାଣ୍ଡ ସିକ୍ୟୁରିଟି ଶିଖର ସମ୍ମିଳନୀରେ ଉପମୁଖ୍ୟମନ୍ତ୍ରୀଙ୍କ ଯୋଗଦାନ

ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଉଦୟ ଇଣ୍ଡିଆ ଦ୍ୱାରା ପ୍ରାୟୋଜିତ ନୂଆଦିଲ୍ଲୀର ଇଣ୍ଡିଆ ଇଣ୍ଟରନ୍ୟାସନାଲ୍ ସେଣ୍ଟରରେ ଅନୁଷ୍ଠିତ ଭର୍ଜିନ୍ ଲ୍ୟାଣ୍ଡ ସିକ୍ୟୁରିଟି ଶିଖର ସମ୍ମିଳନୀରେ ଯୋଗଦେଇଛନ୍ତି। ଭାରତରେ ୬୦ ନିୟୁତ ହେକ୍ଟରରୁ ଅଧିକ ଅନୁର୍ବର କିମ୍ବା ଅବ୍ୟବହୃତ ଜମି ଅଛି ଏବଂ ଏଥିରୁ ପ୍ରାୟ ୨୦ ନିୟୁତ ଜୈବିକ କୃଷି ପାଇଁ ଉପଯୁକ୍ତ। ଜୈବିକ ଉତ୍ପାଦର ବିଶ୍ୱ ଚାହିଦା ବୃଦ୍ଧି ପାଇବା ସହିତ, ଏହା ଆମର କୃଷକମାନଙ୍କ…

ବୃକ୍ଷ ରୋପଣ ପରେ ଏହାର ସୁରକ୍ଷା ଓ ଯତ୍ନ ପ୍ରତି ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

ଭୁବନେଶ୍ୱର: ଚଳିତ ବର୍ଷ ସେପ୍ଟେମ୍ବର ୧୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୭୫ ବର୍ଷରେ ପ୍ରଦାର୍ପଣ କରିବାକୁ ଯାଉଛନ୍ତି। ଦେଶପ୍ରତି, ବିଶେଷକରି ଓଡିଶା ପ୍ରତି, ପ୍ରଧାନମନ୍ତ୍ରୀଙ୍କ ଅନେକ ଅବଦାନ ରହିଛି। ଗତବର୍ଷ ପ୍ରଧାନମନ୍ତ୍ରୀ ତାଙ୍କ ଜନ୍ମଦିନରେ ଓଡିଶା ଆସି ଆମର ମା ମାନଙ୍କ ସମ୍ମାନରେ ସୁଭଦ୍ରା ଯୋଜନା ଆରମ୍ଭ କରିଥିଲେ। ଓଡିଶାର ବିକାଶ ପ୍ରତି ପ୍ରଧାନମନ୍ତ୍ରୀଙ୍କ ପ୍ରତିବଦ୍ଧତା, ଓଡିଶାବାସୀଙ୍କ ପ୍ରତି ସଦିଚ୍ଛାର ସମ୍ମାନ ଜଣାଇ ଏକ୍ ପେଡ୍ ମା କେ ନାମ୍ ଅଭିଯାନରେ ସେପ୍ଟେମ୍ବର ୧୭ ତାରିଖରେ…

ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟ ଉପରେ ନାଲକୋ ଧ୍ୟାନ ଦେବାକୁ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ

ଭୁବନେଶ୍ୱର: ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍ପାଟି ଶୁକ୍ରବାର ଦିନ ନାଲକୋ (ନ୍ୟାସନାଲ ଆଲୁମିନିୟମ୍ କମ୍ପାନୀ ଲିଃ) ପରିଦର୍ଶନ କରିଛନ୍ତି। ଏହି ଅବସରରେ ନାଲକୋର ଚେୟାରମ୍ୟାନ-ତଥା-ମ୍ୟାନେଜିଂ ଡାଇରେକ୍ଟର ବି୍ରଜେନ୍ଦ୍ର ପ୍ରତାପ ସିଂହ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନଙ୍କ ସହ କମ୍ପାନୀର କାର୍ଯ୍ୟଧାରା ସଂପର୍କରେ ଆଲୋଚନା କରି ନାଲକୋ ସିଏସ୍ଆର ଅଧିନରେ ରାଜ୍ୟର ସ୍କୁଲ ଓ କଲେଜ ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଆଣିବା ପାଇଁ ସକ୍ରିୟ ପଦକ୍ଷେପ ନେବା ଉପରେ ରାଜ୍ୟପାଳ ଗୁରୁତ୍ୱ ଆରୋପ କରିଛନ୍ତି। ଝିଅ ଓ…

ଅକ୍ଷୟଶକ୍ତି ପ୍ରକଳ୍ପ ପାଇଁ 869.8 କୋଟି ଟଙ୍କାର ପୁଞ୍ଜି ବିନିଯୋଗ ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ୱର: ଅକ୍ଷୟଶକ୍ତି କ୍ଷେତ୍ରରେ ଆଉ ଗୋଟିଏ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛି ଓଡ଼ିଶା।  869.8 କୋଟି ଟଙ୍କା ବିନିଯୋଗରେ ମୋଟ 178 ମେଗାୱାଟ୍ କ୍ଷମତା ବିଶିଷ୍ଟ ଅକ୍ଷୟଶକ୍ତି ପ୍ରକଳ୍ପ ସ୍ଥାପନ କରିବା ପାଇଁ ଅନୁମୋଦନ ପ୍ରାପ୍ତ ହୋଇଛି। ରାଜ୍ୟ ଶକ୍ତି ବିଭାଗ ପ୍ରମୁଖ ଶାସନ ସଚିବ ବିଶାଲ କୁମାର ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଦ୍ୱାଦଶ ସିଙ୍ଗଲ୍‌ ୱିଣ୍ଡୋ କମିଟି (SWC) ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏହି ବୈଠକରେ GRIDCO ର ପରିଚାଳନା ନିର୍ଦ୍ଦେଶକ ସତ୍ୟପ୍ରିୟ ରଥଙ୍କ…

ପ୍ରମୁଖ ପରିମଳ କର୍ମଚାରୀଙ୍କୁ ୧୦ ଲକ୍ଷ ଟଙ୍କାର ଜୀବନ ବୀମା

ଭୁବନେଶ୍ୱର: ଆୟୋଜିତ ହେଉଥିବା ପ୍ରମୁଖ ପରିମଳ କର୍ମଚାରୀଙ୍କ କର୍ମଶାଳା କେବଳ ଏକ ବୈଠକ ନୁହେଁ, ଏହା ଆମ ସହରକୁ ନିରନ୍ତର ଭାବରେ ପରିଚ୍ଛନ୍ନ ରଖୁଥିବା ପରିମଳ କର୍ମଚାରୀଙ୍କ ସୁରକ୍ଷା ଓ ସମ୍ମାନ ପ୍ରତି ଆମର ପ୍ରତିବଦ୍ଧତା। ସେମାନଙ୍କୁ ନ୍ୟାୟ, ସୁରକ୍ଷା ଓ ମର୍ଯ୍ୟାଦା ପ୍ରଦାନ କରିବା ହେଉଛି ଆମର ନୈତିକ ଦାୟିତ୍ୱ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସଫେଇ କର୍ମଚାରୀ ମାନଙ୍କ ପାଇଁ ଉଦ୍ଦିଷ୍ଟ ଏକ ଜାତୀୟ କର୍ମଶାଳାରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଛନ୍ତି।…

ନଦୀ ସଂଯୋଗୀକରଣ ପ୍ରୟାସ ଜଳ ସଂସାଧନ ପରିଚାଳନାରେ ନୂତନ ମାନଦଣ୍ଡ ସ୍ଥାପନ କରୁଛି

ଭୁବନେଶ୍ୱର: ବର୍ତ୍ତମାନ ଜଳବାୟୁ ପରିବର୍ତ୍ତନ ସମଗ୍ର ବିଶ୍ଵ ପାଇଁ ଏକ ଆହ୍ଵାନ ରୂପେ ଦେଖା ଦେଇଛି। ଦିନକୁ ଦିନ ମୌସୁମୀ ବର୍ଷାର ଅବଧି ଓ ତାହାର ପରିମାଣରେ ଅନିଶ୍ଚିତତା ମାନବ ସମାଜ ପାଇଁ ଜଳ ସମସ୍ୟା ସୃଷ୍ଟି କରିବାର ସମ୍ଭାବନା ସୃଷ୍ଟି କରିଛି। ଉଦବୃତ୍ତ ଜଳ ସମ୍ପନ୍ନ ନଦୀ ଅବବାହିକାଗୁଡିକୁ ଜଳକ୍ଲିଷ୍ଟ ନଦୀ ଅବବାହିକା ସହିତ ସଂଯୁକ୍ତକରି ପ୍ରଭାବୀ ଜଳ ବଣ୍ଟନ ପ୍ରଣାଳୀକୁ ସୁନିଶ୍ଚିତ କରିବା ନିମନ୍ତେ “ଅନ୍ତଃରାଜ୍ୟ ନଦୀ ସଂଯୋଗୀକରଣ ପ୍ରକଳ୍ପ” ନାମରେ ଏକ ନୂତନ…

ପୁରୀ ଜିଲ୍ଲାରେ ବାର୍ଡ ଫ୍ଲୁ ଲାଗିଥିବା ଅଞ୍ଚଳ ପରିଦର୍ଶନ ସହ ସମୀକ୍ଷା କଲେ ମନ୍ତ୍ରୀ

ଭୁବନେଶ୍ୱର: ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକର ବଡ଼ ଆଙ୍କୁଲା ଗାଁରେ କୁକୁଡ଼ାମାନଙ୍କୁ ବାର୍ଡ ଫ୍ଲୁ ରୋଗ ଲାଗିଥିବା ଜାତୀୟ ଉଚ୍ଚ ସୁରକ୍ଷା ପ୍ରାଣିରୋଗ ପ୍ରତିଷ୍ଠାନ, ଭୋପାଳ ଜୁଲାଇ ୧୧ ତାରିଖ ଦିନ ନିଶ୍ଚିତ କରିଛି। ଖବର ପାଇବା କ୍ଷଣି ରାଜ୍ୟ ସରକାର ଏହି ରୋଗ କିପରି ଅନ୍ୟ ଅଞ୍ଚଳକୁ ବ୍ୟାପିବ ନାହିଁ ଓ ରୋଗର ନିରାକରଣ ପାଇଁ ବିହିତ ପଦକ୍ଷେପ ଗ୍ରହଣ କରିଛନ୍ତି। ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଏହି ଅଞ୍ଚଳକୁ ଗସ୍ତ…