କୋଇଡା–ଚଣ୍ଡିଖୋଲ ଓ ରିମୁଳି–ଚମ୍ପୁଆ ଜାତୀୟ ରାଜପଥ ନିର୍ମାଣ ଆଲୋଚନା

ଭୁବନେଶ୍ୱର: ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଅଧ୍ୟକ୍ଷତା କରି କୋଇଡା–ଚଣ୍ଡିଖୋଲ ଏବଂ ରିମୁଳି–ଚମ୍ପୁଆ ଜାତୀୟ ରାଜପଥର ଉନ୍ନତି ଓ ପ୍ରଶସ୍ତୀକରଣ ନେଇ ଆସିଥିବା ପ୍ରସ୍ତାବ ଉପରେ ଆଲୋଚନା କରିଥିଲେ। ବୈଠକରେ ରାସ୍ତା ନିର୍ମାଣ ନେଇ ନକ୍ସା ପ୍ରସ୍ତୁତି, ଜମି ଅଧିଗ୍ରହଣ, ଜଙ୍ଗଲ ଜମି ଅନୁମୋଦନ ସମେତ ସମସ୍ତ ଆବଶ୍ୟକୀୟ ସରକାରୀ ଅନୁମୋଦନ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରି ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ପ୍ରକଳ୍ପ କାର୍ଯ୍ୟ ସମ୍ପୂର୍ଣ୍ଣ…

‘ଅତ୍ୟାଧୁନିକ ଡିଜିଟାଲ୍ ପ୍ରଯୁକ୍ତିର ପ୍ରୟୋଗ ବନ ପ୍ରଶାସନକୁ ଅଧିକ ସୁଦୃଢ଼ କରିବା ସହ ସ୍ୱଚ୍ଛତା ବୃଦ୍ଧି କରିବ’

ଭୁବନେଶ୍ୱର: ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ଏବଂ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ମନ୍ତ୍ରୀ ଗଣେଶ ରାମ ସିଂଖୁଣ୍ଟିଆ ଅରଣ୍ୟ ଭବନଠାରେ ଇଣ୍ଟିଗ୍ରେଟେଡ୍ ଫରେଷ୍ଟ ମନିଟରିଂ ଓ କମାଣ୍ଡ ସେଣ୍ଟର (Integrated Forest Monitoring & Command Centre – IFMCC)ର ଉଦ୍ଘାଟନ କରିଛନ୍ତି। ଏହି ଅତ୍ୟାଧୁନିକ କେନ୍ଦ୍ର ପ୍ରତିଷ୍ଠା ମାଧ୍ୟମରେ ଓଡ଼ିଶା ସରକାରଙ୍କ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପ୍ରଯୁକ୍ତି-ନିର୍ଭର ବନ ପ୍ରଶାସନ ଏବଂ ନିରନ୍ତର ପ୍ରାକୃତିକ ସମ୍ପଦ ପରିଚାଳନା ଦିଗରେ…

‘ବିକଶିତ ଓଡ଼ିଶା ଓ ବିକଶିତ ଭାରତ ପାଇଁ ଅନୁନ୍ନତ ଜନଜାତି ଗୋଷ୍ଠୀ (ପିଭିଟିଜି)ଙ୍କ ଅନ୍ତର୍ଭୁକ୍ତିମୂଳକ ବିକାଶ ଅପରିହାର୍ଯ୍ୟ’

ଭୁବନେଶ୍ୱର: ବିକଶିତ ଓଡ଼ିଶା ଓ ବିକଶିତ ଭାରତ ପାଇଁ ବିଶେଷ ଭାବେ ଅନୁନ୍ନତ ଜନଜାତି ଗୋଷ୍ଠୀ (ପିଭିଟିଜି)ଙ୍କ ଅନ୍ତର୍ଭୁକ୍ତିମୂଳକ ବିକାଶ ଅପରିହାର୍ଯ୍ୟ ବୋଲି ଓଡ଼ିଶାର ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି କହିଛନ୍ତି I ସୋମବାର ଲୋକ ଭବନର ନ୍ୟୁ ଅଭିଷେକ ହଲ ଠାରେ ‘ପିଭିଟିଜିସ ଅଫ ଓଡ଼ିଶା – ୱେ ଆହେଡ଼’ ଶୀର୍ଷକ ଏକ ଦିବସୀୟ ସମ୍ମିଳନୀରେ ଯୋଗ ଦେଇ ରାଜ୍ୟପାଳ ଏହା କହିଛନ୍ତି I ଏହି ସମ୍ମିଳନୀରେ ଓଡ଼ିଶାର ପ୍ରଥମ ମହିଳା ଡ଼. ଜୟଶ୍ରୀ…

ଜନଜାତିଙ୍କ ବିକାଶ ତ୍ୱରାନ୍ୱିତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର : ଆମ ସରକାର ଆସିବା ପରେ ସମାଜର ସବୁ ବର୍ଗର ଉନ୍ନତି ପାଇଁ ପଦକ୍ଷେପ ନେବା ସହିତ ଆଦିବାସୀମାନଙ୍କ ବିକାଶ ପାଇଁ ସ୍ୱତନ୍ତ୍ର ଭାବେ ପଦକ୍ଷେପ ନିଆଯାଇଛି। ଆମ ପାଇଁ ରାଜନୀତି କ୍ଷମତା ଭୋଗ କରିବାର ମାଧ୍ୟମ ନୁହେଁ, ବରଂ ଅନ୍ତିମ ଧାଡିରେ ଥିବା ଗରିବ ଲୋକର ସେବା କରିବାର ମାଧ୍ୟମ, ଯାହାକୁ ଆମେ ଅନ୍ତ୍ୟୋଦୟ କହୁ। ତେଣୁ, ଆପଣମାନେ ଅନ୍ତିମ ଧାଡି ପର୍ଯ୍ୟନ୍ତ ପହଞ୍ଚି, ଲୋକଙ୍କ ପାଇଁ କାମ କରନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ମୋହନ…

ବିପର୍ଯ୍ୟୟ ପୂର୍ବ ପ୍ରସ୍ତୁତି, ପ୍ରଶମନ ଓ ଗ୍ରାମାଞ୍ଚଳରେ ସ୍ୱେଚ୍ଛାସେବୀ ବାହିନୀ ଗଠନ ଉପରେ ଫୋକସ୍

ଭୁବନେଶ୍ୱର: ବିପର୍ଯ୍ୟୟ ପରିଚାଳନା ଆଇନ, ୨୦୦୫ ଅଧୀନରେ ଗଠିତ ରାଜ୍ୟ କାର୍ଯ୍ୟନିର୍ବାହୀ କମିଟି (ଏସଇସି) ର ୨୦୨୬–୨୭ ବର୍ଷର ପ୍ରଥମ ବୈଠକ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ରାଜସ୍ୱ ବିଭାଗ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓରଞ୍ଜନ କୁମାର ସିଂ, ସ୍ୱତନ୍ତ୍ର ରିଲିଫ୍ କମିଶନର ରାଜେଶ ପ୍ରଭାକର ପାଟିଲଙ୍କ ସମେତ କମିଟିର ସଦସ୍ୟ ଥିବା ସଂପୃକ୍ତ ବିଭିନ୍ନ ବିଭାଗର…

ନବୀକରଣୀୟ ଶକ୍ତି ଏବଂ ସୁଲଭ ଗୃହ ନିର୍ମାଣ ଉପରେ ଗୁରୁତ୍ୱ

ଭୁବନେଶ୍ୱର: ଉପ ମୁଖ୍ୟମନ୍ତ୍ରୀ ତଥା ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଶକ୍ତି କ୍ଷେତ୍ରର ସୁଧାର, ସୁରକ୍ଷା ଏବଂ କେନ୍ଦ୍ର ଓ ରାଜ୍ୟ ଯୋଜନାର କାର୍ଯ୍ୟକାରିତା ଉପରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ କରିଛନ୍ତି। ଏହି ବୈଠକରେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର, ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟଜଳ ମନ୍ତ୍ରୀ ରବି ନାରାୟଣ ନାୟକ, ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଶକ୍ତି ବିଭାଗ, ବିଶାଳ କୁମାର ଦେବ ଓପିଟିସିଏଲ୍ ର…

କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ‘ଟ୍ରାଇବ୍ଏକ୍ସ (TribeX)’ ଡିଜିଟାଲ୍ ଶିକ୍ଷା ମଞ୍ଚର ଶୁଭାରମ୍ଭ

ଭୁବନେଶ୍ୱର: ଜନଜାତି ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଜନଜାତି ଗବେଷଣା ପ୍ରତିଷ୍ଠାନ (Tribal Research Institutes – TRIs)ଗୁଡ଼ିକର ସଶକ୍ତୀକରଣ ଉଦ୍ଦେଶ୍ୟରେ ଦୁଇ ଦିନିଆ ଜାତୀୟ କର୍ମଶାଳା ଆଜି ଭୁବନେଶ୍ୱରଠାରେ ଆରମ୍ଭ ହୋଇଛି। ଜନଜାତି ସମ୍ପ୍ରଦାୟର ଐତିହ୍ୟ ସଂରକ୍ଷଣ, ଗବେଷଣାକୁ ସୁଦୃଢ଼ କରିବା ଏବଂ ସମାବେଶୀ ବିକାଶକୁ ଆହୁରି ଗତିଶୀଳ କରିବା ଦିଗରେ ଭାରତ ସରକାରଙ୍କ ଦୃଢ଼ ପ୍ରତିବଦ୍ଧତାର ପୁନର୍ବ୍ୟକ୍ତି ହେଉଛି ଏହି କର୍ମଶାଳା। କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀ ଜୁଏଲ୍ ଓରାମ କର୍ମଶାଳାର ଉଦ୍‌ଘାଟନ କରିଥିଲେ। ଏହି…

ବିଶ୍ଵ ପ୍ରସିଦ୍ଧ ପୁରୀ ରଥଯାତ୍ରା: ସ୍ବଛତା ଉପରେ ସର୍ବାଧିକ ଗୁରୁତ୍ୱ

ପୁରୀ: ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନଗର ଉନ୍ନୟନ ବିଭାଗ ପାଇଁ ଅନେକ ଆହ୍ୱାନ ରହିଥାଏ। ପୁରୀ ମହାନଗର ନିଗମ ବହୁ ପୂର୍ବରୁ ଚଳିତ ରଥଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ସମସ୍ତଙ୍କ ସହଯୋଗ ଓ ସମ୍ମିଳିତ ଭାବେ କାର୍ଯ୍ୟ କରି,ଉନ୍ନତ ସେବା ଯୋଗାଇ ଶୃଙ୍ଖଳିତ ରଥଯାତ୍ରାକୁ ସଫଳ କରିବା ବୋଲି କହିଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଉଷା ପାଢ଼ୀ। ଆଗାମୀ ରଥଯାତ୍ରା ପରିପ୍ରେକ୍ଷୀରେ ନଗର ଉନ୍ନୟନ…

ସହରାଞ୍ଚଳରେ ଲଗାଣ ବର୍ଷାଜନିତ ବନ୍ୟା ଓ ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ମିଳିବ ବିପର୍ଯ୍ୟୟ ପରିଚାଳନା ପାଣ୍ଠି

ଭୁବନେଶ୍ୱର: ଲୋକସେବା ଭବନଠାରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ବନ୍ୟା ତଥା ବର୍ଷାଜଳ ପରିଚାଳନା ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛିl ଏହି ପରିପ୍ରେକ୍ଷୀରେ ରାଜ୍ୟରେ ବିପର୍ଯ୍ୟୟ ପରିଚାଳନାକୁ ସୁଦୃଢ଼ କରିବା ଦିଗରେ ଉନ୍ନତ ବୈଷୟିକ କାର୍ଯ୍ୟପ୍ରଣାଳୀ ଏବଂ ସମୁଦାୟଭିତ୍ତିକ ସଚେତନତା ମାଧ୍ୟମରେ ବିପର୍ଯ୍ୟୟ ପ୍ରଶମନ କ୍ଷମତା ବୃଦ୍ଧି ଦିଗରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ଶ୍ରୀ ପୂଜାରୀ ଗୁରୁତ୍ୱାରୋପ କରିଛନ୍ତି l ବୈଠକରେ ସହରାଞ୍ଚଳରେ…

କେନ୍ଦ୍ରୀୟ ସଚିବଙ୍କ ଓଡ଼ିଶା ଗସ୍ତ; ଜଳ ଜୀବନ ମିଶନରେ ରାଜ୍ୟର ଅଗ୍ରଗତିର ପ୍ରଶଂସା

ଭୁବନେଶ୍ୱର: କେନ୍ଦ୍ର ସରକାରଙ୍କ ଜଳ ଶକ୍ତି ମନ୍ତ୍ରଣାଳୟ ଅଧୀନସ୍ଥ ପାନୀୟ ଜଳ ଓ ପରିମଳ ବିଭାଗର ସଚିବ ଅଶୋକ କେ. କେ. ମୀନା ଓଡ଼ିଶା ଗସ୍ତରେ ଆସି ରାଜ୍ୟରେ ଜଳ ଜୀବନ ମିଶନ ଓ ସ୍ୱଚ୍ଛ ଭାରତ ମିଶନ (ଗ୍ରାମୀଣ)ର କାର୍ଯ୍ୟାନ୍ୱୟନର ଅଗ୍ରଗତି ସମୀକ୍ଷା କରିଛନ୍ତି। ସମୀକ୍ଷା ବୈଠକରେ ଶ୍ରୀ ମୀନା ଜଳ ଜୀବନ ମିଶନରେ ଓଡ଼ିଶାର ଉଲ୍ଲେଖନୀୟ ପ୍ରଗତିର ପ୍ରଶଂସା କରିଥିଲେ। ଜାତୀୟ ଜଳ ଜୀବନ ମିଶନର ଉଦ୍ଦେଶ୍ୟ ଓ ପ୍ରାଥମିକତା ଅନୁରୂପ ରାଜ୍ୟ ସରକାର…